ଭଞ୍ଜନଗର,୨୧।୧(ଡି.ଏନ.ଏ)-ଗଞ୍ଜାମ ଜିଲା ତାରସିଂ ଥାନା ଅନ୍ତର୍ଗତ ଢୋଲପିଟା ନିକଟରେ ଆଖି ଓ ହାତବନ୍ଧା ଅବସ୍ଥାରେ ଜଣେ ଅଚିହ୍ନା ଯୁବକଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର କରାଯାଇଛି। ମୁଣ୍ଡ ଓ ଶରୀରର ବିଭିନ୍ନ ସ୍ଥାନରେ କ୍ଷତ ଚିହ୍ନ ଥିବାରୁ ତାଙ୍କୁ କେହି ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି। ଅପରାହ୍ନ ପ୍ରାୟ ୫ଟାରେ କିଛି ଲୋକ ମୃତଦେହ ପଡ଼ିଥିବା ଦେଖି ପୋଲିସକୁ ଖବର ଦେଇଥିଲେ। ପୋଲିସ ପହଞ୍ଚିବା ବେଳକୁ ସନ୍ଧ୍ୟା ହୋଇ ଯାଇଥିବାରୁ ମୃତଦେହ ଉଠାଯାଇପାରି ନ ଥିଲା। ମଙ୍ଗଳବାର ସାଇଣ୍ଟିଫିକ୍ ଟିମ୍ ଆସି ତଦନ୍ତ କରିବା ପରେ ମୃତଦେହ ବ୍ୟବଚ୍ଛେଦ କରାଯିବ।
ଯୁବକଙ୍କୁ ହତ୍ୟା କରିିବା ପରେ ଅଭିଯୁକ୍ତମାନେ କୌଣସି ଗାଡ଼ିରେ ଆଣି ଢୋଲପିଟା ନିକଟ କଲଭର୍ଟ ପାଖରେ ଫିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି। ରାସ୍ତାରେ ରକ୍ତ ଛିଟା ପଡ଼ିଥିବାରୁ ଗାଡ଼ିରୁ ମୃତଦେହକୁ ଘୋଷାଡ଼ି ପକାଇ ଦିଆଯାଇଥିବା ପୋଲିସ ଅନୁମାନ କରୁଛି। ରିପୋର୍ଟ ଲେଖାଯିବା ସୁଦ୍ଧା ମୃତକଙ୍କ ପରିଚୟ ମିଳି ନ ଥିବା ତାରସିଂ ଥାନା ଅଧିକାରୀ ସବ୍ୟସାଚ୍ଚୀ ମଲ୍ଲ କହିଛନ୍ତି।
ଛତ୍ରପୁରରେ ମାତିଛନ୍ତି ‘ଭ୍ୟାନିଟି ବ୍ୟାଗ୍’ ଲୁଟେରା: ଠାକୁରାଣୀଙ୍କ ଯାତ୍ରା ଗହଳିରୁ ଚୋରି କରୁଥିବା ଗ୍ୟାଙ୍ଗ୍ର ୪ ଗିରଫ…
ଛତ୍ରପୁର, ୩୦।୫ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁର ସହର ଓ ଆଖପାଖ ଅଞ୍ଚଳରେ ଗତ କିଛି ସପ୍ତାହ ହେବ ମା’ ଠାକୁରାଣୀଙ୍କ ଯାତ୍ରା…
ଭଞ୍ଜନଗରରେ କାଳବୈଶାଖୀର ତାଣ୍ଡବ: ପ୍ରବଳ ଝଡ଼ବର୍ଷା ଯୋଗୁ ବିଦ୍ୟୁତ୍ ସେବା ବିପର୍ଯ୍ୟସ୍ତ, ଗରମରୁ…
ଭଞ୍ଜନଗର, ୩୦।୫ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଓ ଏହାର ଆଖପାଖ ଅଞ୍ଚଳରେ ଶନିବାର ସନ୍ଧ୍ୟାରେ କାଳବୈଶାଖୀର ପ୍ରକୋପ ଦେଖିବାକୁ ମିଳିଛି। ସନ୍ଧ୍ୟା ପ୍ରାୟ ୬ଟା…
ଜନଗଣନା ଫର୍ମ ବାଣ୍ଟିଲେ ଜିଲାପାଳ, SIRକୁ ନେଇ ଗଞ୍ଜାମବାସୀ ଉତ୍ସାହିତ
ଛତ୍ରପୁର,୩୦ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଶନିବାରଠାରୁ ପରିଗଣନା ଫର୍ମ ବଣ୍ଟନ ଆରମ୍ଭ ହୋଇଛି। ସ୍ଥାନୀୟ ବିଏଲ୍ଓ ଜିଲାପାଳ ତଥା ଜିଲା ନିର୍ବାଚନ ଅଧିକାରୀ ଭି କୀର୍ତ୍ତି ଭାସନଙ୍କ…
ଗ୍ରୀଷ୍ମରେ ଖାଲିପଡ଼ିଛି ଭଞ୍ଜନଗର ରକ୍ତଭଣ୍ଡାର, ରକ୍ତଦାତାମାନେ ଆଗକୁ ଆସିବା ପାଇଁ ନିବେଦନ
ଭଞ୍ଜନଗର,୩୦ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ରକ୍ତଭଣ୍ଡାରରେ ବର୍ଷ ତମାମ ରକ୍ତ ମହଜୁଦ ରହିଥାଏ। ଏହାର ମୁଖ୍ୟ କାରଣ ହେଲା ଅଞ୍ଚଳର ଅନେକ ସ୍ବେଚ୍ଛାସେବୀ ଅନୁଷ୍ଠାନ ଯଥା…
ଘରେ ଏକାକୀ ଥିଲେ ମହିଳା, ଛୁରି ଦେଖାଇ ବଳାତ୍କାର କଲେ ଯୁବକ, ଆଉ ତା’ ପରେ…
ହିଞ୍ଜିଳିକାଟୁ,୩୦ା୫(ଦ୍ୱିତୀକୃଷ୍ଣ ପଣ୍ଡା): ଘରେ ଏକାକୀ ଥିବା ଜଣେ ବିବାହିତା ମହିଳାଙ୍କୁ ଛୁରି ଦେଖାଇ ହତ୍ୟା ଧମକ ଦେଇ ବଳାତ୍କାର କରିଥିବା ଅଭିଯୋଗରେ ହିଞ୍ଜିଳି ପୋଲିସ ଜଣେ ଯୁବକଙ୍କୁ…
SIRର ଲକ୍ଷ୍ୟ ନିର୍ଭୁଲ ଭୋଟର ତାଲିକା ପ୍ରସ୍ତୁତ: ପ୍ରତି ଘରକୁ ୩ ଥର ଯିବେ ବିଏଲଓ
ଭଞ୍ଜନଗର,୩୦।୫(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଏସଆଇଆର ଉପରେ ବ୍ୟାପକ ସଚେତନତା କାର୍ଯ୍ୟକ୍ରମ ଆୟୋଜନ ହୋଇଛି। ଏନେଇ ଭଞ୍ଜନଗର ଉପଜିଲାପାଳଙ୍କ କାର୍ଯ୍ୟାଳୟରୁ ଶନିବାର ଏକ…
ବଡବନ୍ଧ ପୁନଃରୁଦ୍ଧାର କାର୍ଯ୍ୟକୁ ନେଇ ରାଜନୈତିକ ଛକାପଞ୍ଝା: ନିର୍ବାହୀ ଅଧିକାରୀଙ୍କୁ …
ଦିଗପହଣ୍ଡି,୨୯|୫(ଅଶେଷ ନାଥ ମିଶ୍ର) :ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଐତିହ୍ୟ ସମ୍ପନ୍ନ ବଡବନ୍ଧ ପୋଖରୀ ପୁନଃରୁଦ୍ଧାର କାର୍ଯ୍ୟନେଇ ରାଜନୈତିକ ଛକାପଞ୍ଝା ଆରମ୍ଭ ହୋଇଯାଇଛି। ପୋଖରୀରୁ ପଙ୍କ ଉଦ୍ଧାର…
ସଫଳତା ଦିଗରେ ଗଞ୍ଜାମରେ ଲକ୍ଷ୍ୟ ନିକେତନ: ଓପିଏସସିରେ କୃତିତ୍ୱ ଅର୍ଜନ କରିଥିବା ଭଞ୍ଜନଗର ଉପଖଣ୍ଡର ୪ଙ୍କୁ ସମ୍ବର୍ଦ୍ଧନା
ଭଞ୍ଜନଗର, ୨୯/୫ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲାପାଳ ଭି. କୀର୍ତ୍ତି ଭାସନଙ୍କ ପ୍ରୟାସରେ ଜିଲ୍ଲାର ଯୁବତୀ-ଯୁବକମାନଙ୍କୁ ୟୁପିଏସସି ଓ ଓପିଏସସି ପରୀକ୍ଷା ପାଇଁ ପ୍ରସ୍ତୁତ କରିବା ଲକ୍ଷ୍ୟରେ…
Archives

