ଯୁବକଙ୍କ ଗଳା କାଟି ହତ୍ୟା ଘଟଣା: ଅଭିଯୁକ୍ତ ଚିହ୍ନଟ, ଧରିବାକୁ ଟିମ୍‌ ଗଠନ

ବ୍ରହ୍ମପୁର ଅଫିସ,୪।୧୨: ଗଞ୍ଜାମ ଜିଲା ବ୍ରହ୍ମପୁର ରେଳଷ୍ଟେଶନ ୪ ନମ୍ବର ପ୍ଲାଟଫର୍ମ ନିକଟରେ ମଙ୍ଗଳବାର ରାତିରେ ଅନିଲ ପଣ୍ଡା (୧୮)ଙ୍କ ଗଳାକାଟି ହତ୍ୟା କରାଯାଇଥିଲା। ରେଲ୍‌ଓ୍ବେ ପୋଲିସ (ଜିଆରପି)ଅଭିଯୁକ୍ତଙ୍କୁ ଚିହ୍ନଟ କରିଛି। ବୁଧବାର ପୋଲିସ ଯୁବକଙ୍କ ମୃତଦେହ ପଞ୍ଚନାମା କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ମୃତ ଅନିଲଙ୍କ ବଡଭାଇ ସୁନୀଲ କୁମାର ପଣ୍ଡାଙ୍କ ଅଭିଯୋଗ କ୍ରମେ ପୋଲିସ ୧୨୦/୧୯ରେ ଏକ ହତ୍ୟା ମାମଲା ରୁଜୁ କରିଛି। ଜିଆରପି ଡିଏସ୍‌ପି ଚନ୍ଦ୍ର ଶେଖର ସାହୁଙ୍କ ନେତୃତ୍ୱରେ ଥାନାଧିକାରୀ ସୁକାନ୍ତ ଭୋଇ ଓ କିଛି ଦକ୍ଷ ଅଫିସରଙ୍କୁ ନେଇ ଏକ ଟିମ୍‌ ଗଠନ କରାଯାଇଛି । ଅଭିଯୁକ୍ତଙ୍କ ଘର କୋଦଳା ଥାନା ଅନ୍ତର୍ଗତ ସୁମଣ୍ଡଳ ବୋଲି ପୋଲିସ ଜାଣିବାକୁ ପାଇଛି । ପୋଲିସ ଅଭିଯୁକ୍ତଙ୍କ ମୋବାଇଲ ନମ୍ବର ଟ୍ରାକିଂ କରୁଥିବା ବେଳେ ଅଭିଯୁକ୍ତଙ୍କ ଗତିବିଧି ଉପରେ ମଧ୍ୟ କଡା ନଜର ରଖିଥିବା କୁହାଯାଇଛି । ବୁଧବାର ସାଇଣ୍ଟିଫିକ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ରକ୍ତ ନମୁନା ସଂଗ୍ରହ କରିଛି । ଅନ୍ୟପଟେ ଘଟଣାର କିଛି ପ୍ରତ୍ୟକ୍ଷଦର୍ଶୀଙ୍କ ସୂଚନା ପ୍ରକାରେ ଅଭିଯୁକ୍ତଙ୍କୁ ପୋଲିସ ଚିହ୍ନଟ କରିଛି। ସେ ରହୁଥିବା ଗୁଡ୍ସ ଶେଡ଼ରେ ଚଢାଉ କରି ଅଭିଯୁକ୍ତଙ୍କ ଏକ ଫୋଟୋ ପୋଲିସ ଜବତ କରିଛି।
ଘଟଣାରୁ ପ୍ରକାଶ, ମଙ୍ଗଳବାର ରାତିରେ ଅନିଲ ରେଳଷ୍ଟେଶନର ୪ ନମ୍ବର ପ୍ଲାଟଫର୍ମ ପଟକୁ ଯାଉଥିବା ବେଳେ ଜଣେ ଯୁବକ ତାଙ୍କୁ ଅଟକାଇ ପ୍ରଥମେ ତାଙ୍କ ସହ ଝଗଡ଼ା କରିଥିଲେ। ପରେ ସେ ଧରିଥିବା ଏକ ଧାରୁଆ ଅସ୍ତ୍ରରେ ଅନିଲଙ୍କ ଗଳାକାଟି ତାଙ୍କୁ ବୀଭତ୍ସ ଭାବେ ହତ୍ୟା କରି ଘଟଣାସ୍ଥଳରୁ ଚମ୍ପଟ ମାରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାର ନୂଆ ଟିମରୁ ଅମିତ ମାଲବ୍ୟ ବାଦ୍‌, ସୋସିଆଲ ମିଡିଆରେ ଲେଖିଲେ ଏଭଳି କଥା

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନୂଆ ଟିମରେ ଅମିତ ମାଲବ୍ୟଙ୍କୁ ସ୍ଥାନ ମିଳିନାହିଁ। ତାଙ୍କ ସ୍ଥାନରେ ଛତିଶଗଡ଼ର ଦୀପକ…

ସ୍ବାୟତ୍ତ ଶାସନ ଦିବସ ଉପଲକ୍ଷେ ପ୍ରତିଯୋଗିତା

ଗଞ୍ଜାମ,୧୭ା୮(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ପକ୍ଷରୁ ଅଗଷ୍ଟ ୩୧ରେ ସ୍ବାୟତ ଶାସନ ଦିବସ ପାଳନ କରାଯିବ। ଏନେଇ ସୋମବାର ଏନଏସି କାର୍ଯ୍ୟାଳୟ ପକ୍ଷରୁ ସହର ମଧ୍ୟରେ ଥିବା…

ଡବ୍ଲ୍ୟୁସିଏଲ୍‌ ପାଇଁ ବଡ଼ ଘୋଷଣା, ସିଜନ-୩ରେ ଖେଳିବେ ଏହି ଷ୍ଟାର ଖେଳାଳି, ଜାଣନ୍ତୁ…

ନୂଆଦିଲ୍ଲୀ,୧୭ା: ଅକ୍ଟୋବର ୩ରୁ ଆରମ୍ଭ ହେବଓ୍ବାଲର୍‌ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ(ଡବ୍ଲ୍ୟୁସିଏଲ୍‌)। ଏଥିରେ ଯୁବରାଜ ସିଂ, ଡ୍ବେନ ବ୍ରାଭୋ ଓ ଏବି ଡି’ଭିଲର୍ସଙ୍କ ଭଳି ପୂର୍ବତନ ଷ୍ଟାର ଖେଳାଳିଙ୍କ…

ରାହୁ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ: ମେଷ ସମେତ ୪ ରାଶିଙ୍କ ଉପରେ ମାଡ଼ି ଆସୁଛି ଭୟଙ୍କର ସଙ୍କଟ! ସତର୍କ ନ ରହିଲେ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କ ରାଶି ପରିବର୍ତ୍ତନ ସହିତ ସେମାନଙ୍କର ନକ୍ଷତ୍ର ପରିବର୍ତ୍ତନକୁ ମଧ୍ୟ ବେଶ ପ୍ରଭାବଶାଳୀ ବୋଲି ମନେ କରାଯାଏ। ମଙ୍ଗଳଙ୍କୁ ସାହସ, ଶକ୍ତି, ଆତ୍ମବିଶ୍ୱାସ ଏବଂ…

ଅସହାୟ ପରିବାର ପାଖରେ ପହଞ୍ଚିଲା ‘ଯୁବ ଶକ୍ତି ଥୁଆମୂଳ ରାମପୁର’

ଥୁଆମୂଳ ରାମପୁର,୧୭।୮ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ପାଡେପଦର ପଞ୍ଚାୟତ ଭାଟିଫାସ ଗ୍ରାମର ଦାଦନ ଶ୍ରମିକ ସ୍ବର୍ଗତ ସିବା ମାଝୀଙ୍କ ଅକାଳ ବିୟୋଗ…

ପଲିଥିନ୍ ତଳେ ଜୀବନ କଟୁଛି ଜୀବନ: ଜିଲା ପ୍ରଶାସନର ଦୃଷ୍ଟି ଦେବାକୁ ଦାବି

କେସିଙ୍ଗା, ୧୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ପରମେଶ୍ୱର…

ଝିଅର ଚିକିତ୍ସାକୁ ନେଇ ବଚସା, ସ୍ତ୍ରୀଙ୍କୁ ହତ୍ୟା

ପାରଳାଖେମୁଣ୍ଡି,୧୭ା୮(ଗିରିଧାରୀ ପରିଛା): ଝିଅର ଚିକିତ୍ସାକୁ ନେଇ ସ୍ତ୍ରୀଙ୍କ ସହ ବଚସା ପରେ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି। ଗଜପତି ଜିଲା ସେସନ୍ସ…

ବଚ୍ଚନ ପରିବାରର ଭିତିରି କଥା କହିଦେଲେ ଅମିତାଭ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଗାଷ୍ଟାର ଅମିତାଭ ବଚ୍ଚନ ଆଜିକାଲି ‘କୌନ ବନେଗା କରୋଡ଼ପତି ସିଜିନ ୧୮’ କୁଇଜ ଶୋ’ ମାଧ୍ୟମରେ ଦର୍ଶକଙ୍କୁ ମନୋରଞ୍ଜନ କରୁଛନ୍ତି। ଶୋ’ରେ ଅଭିନେତା ପ୍ରାୟତଃ ତାଙ୍କ ବ୍ୟକ୍ତିଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri