ଯୁବକଙ୍କ ଗଳା କାଟି ହତ୍ୟା

ବ୍ରହ୍ମପୁର ଅଫିସ,୪ା୧୨: ଗଞ୍ଜାମ ଜିଲା ବ୍ରହ୍ମପୁର ରେଳଷ୍ଟେସନ ୪ନଂ ପ୍ଲାଟଫର୍ମ ନିକଟରେ ମଙ୍ଗଳବାର ରାତି ପ୍ରାୟ ସାଢେ ୯ଟାବେଳେ ଜଣେ ଯୁବକଙ୍କୁ ଗଳାକାଟି ହତ୍ୟା କରାଯାଇଛି। ଦୁର୍ବୃୃତ୍ତମାନେ ଧାରୁଆ ଅସ୍ତ୍ରରେ ଗଳାକାଟି ହତ୍ୟା କରିଥିବା ସରକାରୀ ରେଳବାଇ ପୋଲିସ (ଜିଆର୍‌ପି) ଥାନା ଅଧିକାରୀ ସୁକାନ୍ତ ଭୋଇ ସୂଚନା ଦେଇଛନ୍ତି। ମୃତ ଯୁବକ ଜଣକ ଅନିଲ ପଣ୍ଡା। ସେ ଷ୍ଟେସନ ନିକଟରେ ଥିବା ଅନ୍ନପୂର୍ଣ୍ଣା ହୋଟେଲ ମାଲିକ ପ୍ରକାଶଙ୍କ ପୁଅ ବୋଲି ପୋଲିସ ସୂଚନା ଦେଇଛି। ଏନେଇ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳି ଯାଇଛି। ଖବରପାଇ ଜିଆର୍‌ପି ପୋଲିସ, ଗୋସାଣୀ ନୂଆଗଁା ଥାନା ଅଧିକାରୀ ସୁମିତ କୁମାର ସୋରେନ୍‌ ଓ ଅନ୍ୟାନ୍ୟ ପୋଲିସ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚତ୍ଛନ୍ତି। ପୂର୍ବ ଶତ୍ରୁତା ଓ ରେଳଯାତ୍ରୀଙ୍କୁ ଅନ୍‌ଲାଇନ୍‌ରେ ଖାଦ୍ୟ ଯୋଗାଇବା ଘଟଣାକୁ କେନ୍ଦ୍ରକରି ଲାଗି ରହିଥିବା ପୁଞ୍ଜିଭୂତ ଅଶାନ୍ତିଙ୍କୁ କେନ୍ଦ୍ରକରି ଅନିଲଙ୍କୁ ହତ୍ୟା କରାଯାଇଥିବା ପୋଲିସ ପ୍ରାଥମିକ ତଦନ୍ତରୁ ଜାଣିବାକୁ ପାଇଛି। ଅନ୍ୟପଟେ ରେଳବାଇ କଲୋନୀରେ ପୋଲିସ ଛାନବିନ୍‌ ଜାରି ଚଳାଇଛି।
ଘଟଣାରୁ ପ୍ରକାଶ ଯେ, ଅନିଲ ରାତିରେ ୪ ନଂ. ପ୍ଲାଟଫର୍ମକୁ ଆସୁଥିବାବେଳେ ଦୁର୍ବୃତ୍ତମାନେ ତାଙ୍କୁ ଅଟକାଇ ଝଗଡା କରିଥିଲେ। ପରେ ଅନିଲଙ୍କ ଗଳାକାଟି ଦୁର୍ବୃତ୍ତମାନେ ଘଟଣାସ୍ଥଳରୁ ଚମ୍ପଟ ମାରିଥିଲେ। ରେଳବାଇ ପୋଲିସ ତାଙ୍କୁ ଉଦ୍ଧାର କରି ବ୍ରହ୍ମପୁର ବଡ ମେଡିକାଲକୁ ନେଇଥିଲେ। ସେଠାରେ ଡାକ୍ତର ଅନିଲଙ୍କୁ ମୃତ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦାୟିତ୍ୱରେ ଅବହେଳା ପଡ଼ିଲା ମହଙ୍ଗା:ଫାଣ୍ଡି ଅଧିକାରୀ ନିଲମ୍ବିତ

ଲୋଇସିଂହା,୮ା୮(ସୁଶାନ୍ତ ବାରିକ):ଦାୟିତ୍ୱରେ ଅବହେଳା କରିବା ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅଧୀନ ସାଲେଭଟା ଫାଣ୍ଡି ଅଧିକାରୀ ଭରତ ସାହୁଙ୍କୁ ମହଙ୍ଗା ପଡ଼ିଛି। ଗୁରୁବାର ସନ୍ଧ୍ୟାରେ ତାଙ୍କୁ ବଲାଙ୍ଗୀର…

ବରଗଡ଼ରେ ଶନିବାର ସକାଳ ୮ଟାରୁ ବିଦ୍ୟୁତ୍ କାଟ୍: ଏସବୁ ଅଞ୍ଚଳରେ ୬ ଘଣ୍ଟା ବନ୍ଦ ରହିବ ବିଦ୍ୟୁତ୍ ସେବା

ବରଗଡ଼,୭।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଡିଭିଜନ୍-୨ ଗ୍ରୀଡ୍ ଅନ୍ତର୍ଗତ ୧୧କେଭି ଟେଲିଫୋନ୍ ଏକ୍ସଚେଞ୍ଜ୍ ଫିଡର୍ରେ ଜରୁରୀକାଳୀନ ମରାମତି କାର୍ଯ୍ୟ ଯୋଗୁ ଆସନ୍ତାକାଲି (ଶନିବାର) ସକାଳ ୮ଟାରୁ ଅପରାହ୍ନ ୨ଟା…

ବର୍ଷୀୟାନ ସଂଗଠକଙ୍କୁ ଝୁରୁଛି ଗାଁ ମାଟି ….

ପାଟଣା,୨୮/୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଂଚାୟତ ମଲ୍ଲି ପୋଷି ଗ୍ରାମର ଅବସର ପ୍ରାପ୍ତ ଶିକ୍ଷକ ଓ ବିଶିଷ୍ଟ ସଂଗଠକ ରବୀନ୍ଦ୍ର ବେଜଙ୍କ…

ସରକାରୀ ଜମି ଦଖଲକୁ ନେଇ ଗୋଷ୍ଠୀ ସଂଘର୍ଷ: ୨ ମହିଳାଙ୍କ ସମେତ ୯ ଅଭିଯୁକ୍ତ ଗଲେ ଜେଲ, ଫୋର୍ସ ମୁତୟନ

ଦିଗପହଣ୍ଡି, ୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କୁକୁଡ଼ାଖଣ୍ଡି ବ୍ଲକ ଅନ୍ତର୍ଗତ ଦିଗପହଣ୍ଡି ଥାନା ନୂଆ ଅନନ୍ତେଇ ଗ୍ରାମରେ ସରକାରୀ ଜମି ଦଖଲ ଏବଂ ଚାଷକୁ ନେଇ…

କମେ ଗାଁ ଜଙ୍ଗଲରୁ ହାତୀଛୁଆର ମୃତଦେହ ଉଦ୍ଧାର: ନର୍ଲା ରେଞ୍ଜରେ ବାରମ୍ବାର ହାତୀ ମୃତ୍ୟୁକୁ ନେଇ…

ନର୍ଲା, ୭।୮(ସନ୍ତୋଷ ପାତ୍ର): କଳାହାଣ୍ଡି ଜିଲା ଉତ୍ତର ବନଖଣ୍ଡ ଅନ୍ତର୍ଗତ ନର୍ଲା ରେଞ୍ଜ କମେ ଗାଁ ଜଙ୍ଗଲରୁ ଶୁକ୍ରବାର ଏକ ହାତୀ ଛୁଆର ମୃତଦେହ ଉଦ୍ଧାର କରାଯାଇଛି।…

“କାମ କର, ନଚେତ୍ ଅନ୍ୟପାଇଁ ବାଟ ଛାଡ଼”: କଡ଼ା ଚେତାବନୀ ଦେଇ…

ବରଗଡ଼,୭।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା କଂଗ୍ରେସର ଏକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକାରିଣୀ ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ପ୍ରଦେଶ ଏବଂ ଜାତୀୟ ସ୍ତରର ପ୍ରମୁଖ ଦଳୀୟ…

ମୁନିସିପେଣ୍ଠ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପରିଦର୍ଶନ କଲେ ଜିଲାସ୍ତରୀୟ ଟିମ୍‌

ଛତ୍ରପୁର,୭ା୮(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ମୁନିସିପେଣ୍ଠ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ହିଞ୍ଜିଳିକାଟୁ ଉପଖଣ୍ଡ ଚିକିତ୍ସାଳୟର ଅଧୀକ୍ଷକ ଡାକ୍ତର ଶ୍ରୀକାନ୍ତ ସାହୁ ନେତୃତ୍ୱରେ ଏକ ଜିଲାସ୍ତରୀୟ…

ଝିଲିମିଣ୍ଡା ପାଇଁ ଗୌରବ ଆଣିଲେ ରାମ ମେହେର

ଅତାବିରା,୭ା୮ (ଯୁଧିଷ୍ଠିର ମହାପାତ୍ର): ଜାତୀୟ ହସ୍ତତନ୍ତ ଦିବସ ଅବସରରେ ବରଗଡ଼ ଜିଲା ପାଇଁ ଆସିଛି ଗର୍ବର ମୁହୂର୍ତ୍ତ। ଅତାବିରା ବ୍ଲକ ଅନ୍ତର୍ଗତ ଝିଲିମିଣ୍ଡା ଗ୍ରାମର ବିଶିଷ୍ଟ ହସ୍ତତନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri