ଯୁବକଙ୍କ ମୃତଦେହ ଉଦ୍ଧାର, ବନ୍ଧୁ ହତ୍ୟା କରିଥିବା ଅଭିଯୋଗ ଆଣିଲେ ପରିବାର

ମହାକାଳପଡ଼ା,୨୭।୧୧(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ଅଧୀନ ଜଅଁରା ଗ୍ରାମରେ ଜଣେ ଯୁବକଙ୍କ ମୃତଦେହ ବୁଧବାର ସକାଳେ ତାଙ୍କ ଘରୁ ଉଦ୍ଧାର କରାଯାଇଛି। ମୃତକ ହେଲେ ପ୍ରମୋଦ ସାହୁଙ୍କ ପୁଅ ପ୍ରଶାନ୍ତ (୨୨)।
ସୂଚନାନୁଯାୟୀ, ପ୍ରଶାନ୍ତ ଓ ତାଙ୍କ ସାଙ୍ଗ ଉକ୍ତ ଗ୍ରାମର ଫକୀର ପରିଡ଼ାଙ୍କ ପୁଅ ଅଶୋକ (୪୨) ମଙ୍ଗଳବାର ସନ୍ଧ୍ୟାରେ କୁକୁଡା ମାଂସ ବାଣ୍ଟକରି ନିଜ ଘରକୁ ନେଇଥିଲେ। ୪ ଦିନ ଧରି ପ୍ରଶାନ୍ତଙ୍କ ଘରକୁ ଅଶୋକ ଶୋଇବାକୁ ଆସୁଥିଲା ବେଳେ ବୁଧବାର ସକାଳେ ମଧ୍ୟ ତାଙ୍କ ବାଇକ୍‌ ପ୍ରଶାନ୍ତଙ୍କ ଘର ସାମ୍ନାରେ ରହିଥିଲା। ଅନ୍ୟପଟେ ସକାଳୁ ପ୍ରଶାନ୍ତଙ୍କ ମୃତଦେହ ଦେଖି ପରିବାର ଲୋକେ ପୋଲିସକୁ ଖବର ଦେଇଥିଲେ। ପୋଲିସ ପହଞ୍ଚି ମୃତଦେହ ଉଦ୍ଧାର କରି ଘଟଣାସ୍ଥଳରୁ ଏକ ମୋବାଇଲ, ଅଶୋକଙ୍କ ଗାଡ଼ି, ଦାନାଦର ପ୍ୟାକେଟ୍‌, ଏକ କଟୁରି ଓ ମଦ ବୋତଲ ଜବତ କରିଛି। ଏ ନେଇ ପ୍ରଶାନ୍ତଙ୍କ ପରିବାର ପକ୍ଷରୁ ଅଶୋକଙ୍କ ନାମରେ ଥାନାରେ ହତ୍ୟା ଅଭିଯୋଗ ହୋଇଥିବା ବେଳେ ପୋଲିସ କେସ୍‌ (ନଂ.୧୪୩/୧୯)ରେ ଏକ ମାମଲା ରୁଜୁକରି ତଦନ୍ତ ଚଳାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ ସାମ୍‌ନାରେ ଅବକାରୀ ବାବୁଙ୍କୁ ମାଡ଼: ନିୟମକୁ ଫୁ’, ନିଶାରେ ମତୁଆଲା ଯୁବତୀଯୁବକ

ଭୁବନେଶ୍ୱର,୧୬ା୨(ତ୍ରିନାଥ ମହାନ୍ତି):ଭାଲେଣ୍ଟାଇନ୍ସ ଡେ’ରେ ସବୁ ନିୟମ ଓ କଟକଣାକୁ ଫୁ’ କରି ବାର୍‌ରେ ଜମିଥିଲା ରଙ୍ଗିନ ରାତି। ଆଗରେ ଶଟର ପକାଇ ଭିତରେ ମତୁଆଲା ହେଉଥିଲେ ପୁରୁଷ…

ଏଇ ଭାରତରେ

ଦିଲ୍ଲୀର କିଡ୍‌ଓ୍ବାଇ ନଗରରେ ଚାଲୁଛି ଏକ ନିଆରା ସ୍କୁଲ। ଏହି ସ୍କୁଲର ଘର ନାହିଁ କି କୌଣସି ସରକାରୀ ପାଠ୍ୟକ୍ରମ ଅନୁଯାୟୀ ଶିକ୍ଷା ଦିଆଯାଉନାହିଁ। ପିଲାମାନେ ଗଛମୂଳେ…

ନେତା ହେବାକୁ ଅନୁକୂଳ ପରିବେଶ

ସଭା ସମିତି, ଜଳଖିଆ ଦୋକାନ, ଚା’ ଦୋକାନ, ପାନ ଦୋକାନ ଆଗରେ ଓ ଘରେ ବସି ସାଙ୍ଗସାଥୀ ସହିତ କଥାହେଲା ବେଳେ ଅନେକ ଶିକ୍ଷିତ ଲୋକ କହିଥା’ନ୍ତି,…

ଜୟପୁର ସହରରେ ଭୟାବହ ଅଗ୍ନିକାଣ୍ଡ: ହୁତୁହୁତୁ ହୋଇ ବ୍ୟାପୁଛି ନିଆଁ

ଜୟପୁର,୧୬ା୨(ପବନ ପାଣିଗ୍ରାହୀ): ଜୟପୁର ସହରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ହୁତୁହୁତୁ ହୋଇ ଚାରିଆଡ଼େ ନିଆଁ ବ୍ୟାପିଚାଲିଛି। ଏପରି ଅଭାବନୀୟ ଘଟଣା ଘଟିଛି ଜୟପୁର ସହରର ବିକ୍ରମଦେବ ବିଶବିଦ୍ୟାଳୟ…

ଜବରଦସ୍ତ ବିଜୟ ପରେ ଏମିତି କଥା କହିଦେଦେଲ ସୂର୍ଯ୍ୟକୁମାର: ବଢୁଛି ଚର୍ଚ୍ଚା

କଲମ୍ବୋ,୧୬।୨: ICC T20 ବିଶ୍ୱକପର ଏକ ଗ୍ରୁପ ଏ ମ୍ୟାଚ୍‌ରେ ପାକିସ୍ତାନ ବିପକ୍ଷରେ ୬୧ ରନର ଜବରଦସ୍ତ ବିଜୟ ସହିତ ସୁପର -୮ ପର୍ଯ୍ୟାୟ ପାଇଁ ଯୋଗ୍ୟତା…

ନୈତିକ ମୂଲ୍ୟବୋଧ ଓ ଧର୍ମ

ଯେତେବେଳେ ଆମେ ଜଣେ କରୁଥିବା କାର୍ଯ୍ୟକୁ ‘ନୈତିକ’ ବୋଲି ବିଚାର କରୁ, ତାକୁ ଭଲ ଲୋକ କହୁ ଓ ଅନୈତିକ କାର୍ଯ୍ୟ କରୁଥିବା ଲୋକକୁ ମନ୍ଦ ଲୋକ…

ପାକିସ୍ତାନର ଗର୍ବ ଭାଙ୍ଗିଲେ ଏହି ୫ ଖେଳାଳି: ସାଜିଲେ ବିଜୟର ହିରୋ

କଲମ୍ବୋ,୧୬।୨: ୨୦୨୬ ଟି-୨୦ ବିଶ୍ୱକପରେ ପାକିସ୍ତାନ ବିପକ୍ଷରେ ଆଉ ଏକ ସ୍ମରଣୀୟ ବିଜୟ ସହିତ ଭାରତ ସୁପର ୮ରେ ପ୍ରାୟ ନିଜର ସ୍ଥାନ ସୁରକ୍ଷିତ କରିଛି। ଏହି…

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri