ଯୁବକଙ୍କୁ ମରଣାନ୍ତକ ଆକ୍ରମଣ, ବସ୍‌ ଚାଳକ ଅଟକ

ଦାରିଙ୍ଗବାଡ଼ି,୫।୧୨(ଡି.ଏନ.ଏ)-ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ଅଞ୍ଚଳରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ଘରୋଇ ବସ୍‌ ଚାଳକଙ୍କ ଆକ୍ରମଣରେ ଗ୍ରାମର ମହାଦେବ ମାଝୀ ଗୁରୁତର ଆହତ ହୋଇଛନ୍ତି। ବୁଧବାର ପୂର୍ବାହ୍ନରେ ମହାଦେବ ତାଙ୍କ ୨ ଭାଇଙ୍କ ସହ ଦାରିଙ୍ଗବାଡ଼ି ଥାନାକୁ ଅଭିଯୋଗ କରିବାକୁ ଯାଇଥିବାବେଳେ କେତେକ ଲୋକେ ଆପୋଷ ସମାଧାନ ପାଇଁ ଡାକିଥିଲେ। ଦୁଇପକ୍ଷଙ୍କ ମଧ୍ୟରେ ସମାଧାନ ହେବା ପରେ ଲିଖିତ ଚୁକ୍ତିନାମା ହୋଇଥିଲା। ପରେ ଚାଳକ ଏବଂ କେତେଜଣ ଯୁବକ ବସ୍‌ ନେବାକୁ ସିମନବାଡ଼ି ଯାଇ ସେଠାରେ ଗ୍ରାମବାସୀଙ୍କୁ ଗାଳିଗୁଲଜ କରିଥିଲେ। ଚାଳକ ବସ୍‌ ଚଢାଇ ମାରିଦେବାକୁ ମଧ୍ୟ ଧମକ ଦେଇଥିଲେ। ସିମନବାଡ଼ି ଗ୍ରାମବାସୀ ଏବଂ ଦାରିଙ୍ଗବାଡ଼ି ଅଞ୍ଚଳର କେତେଜଣ ଯୁବକଙ୍କର ବସ୍‌ ଚାଳକଙ୍କ ହାତାହାତି ହୋଇଥିଲା। ଦାରିଙ୍ଗବାଡ଼ି ଆଇଆଇସି କୌଶିକ ମାଝୀ ସଦଳବଳ ପହଞ୍ଚତ୍ ତଦନ୍ତ କରିବା ସହ ଚାଳକଙ୍କୁ ଥାନାରେ ଅଟକ ରଖିଛନ୍ତି।
ପ୍ରକାଶଯେ ମଙ୍ଗଳବାର ବସ୍‌ଟି ବ୍ରହ୍ମପୁରରୁ ଆସି ରାତି ୧୦ଟାରେ ସିମନବାଡ଼ିରେ ରହିଥିଲା। ମହାଦେବଙ୍କ ଜଣେ ସମ୍ପର୍କୀୟ ରାତି ପ୍ରାୟ ୧୧ଟାରେ ଆସି ତାଙ୍କ ଅଟୋରେ ତେଲ ସରିଯାଇଥିବାରୁ ସହଯୋଗ କରିବାକୁ ଡାକିଥିଲେ। ପାଖ ବଜାରରେ ଥିବା ଏକ ଦୋକାନୀକୁ ମହାଦେବ ଡିଜେଲ ଦେବାକୁ ଡାକିଥିଲେ। ପାଟି ଶୁଣି ବସ ଚାଳକ ବାହାରକୁ ଆସି ମହାଦେବଙ୍କୁ ମାଡ ମାରିଥିଲେ। ପରିବାର ଲୋକେ ପହଞ୍ଚତ୍ୟିବାରୁ ଚାଳକ ଏବଂ ଅନ୍ୟଷ୍ଟାଫ ଫେରାର ହୋଇଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁନର୍ଜୀବିତ ହେବ ଲୋପ ପାଉଥିବା ଲୋକକଳା: ତୁମୁଡିବନ୍ଧ ବ୍ଲକରେ ‘ଓଡ଼ିଆ ପକ୍ଷ-୨୦୨୬’ ପାଳିତ

ତୁମୁଡିବନ୍ଧ,୮।୪ (ଦୀପକ କୁମାର ପରାସେଠ): ଲୋପ ପାଉଥିବା ଲୋକକଳାକୁ ପୁନର୍ଜୀବିତ କରିବା ଉଦ୍ଦେଶ୍ୟରେ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କାର୍ଯ୍ୟାଳୟ ସଭାଗୃହରେ ‘ଓଡ଼ିଆ ପକ୍ଷ-୨୦୨୬’ ଅନୁଯାୟୀ ‘ଲୋକକଳା…

ମା’-ଭାଇଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ ପ୍ରତାପ: ମିଳିଲା ଏମିତି ଦଣ୍ଡ

ଦାରିଙ୍ଗବାଡି,୮।୪(ଅରୁଣ ସାହୁ):ଏକ ଘରୋଇ ହିଂସାକୁ ନେଇ ଦାରିଙ୍ଗବାଡି ପ୍ରଥମ ଶ୍ରେଣୀ ବିଚାର ବିଭାଗରେ ବିଚାର ହୋଇ ଅଭିଯୁକ୍ତଙ୍କୁ ଏକ ବର୍ଷ ସଶ୍ରମ କାରାଦଣ୍ଡ ଆଦେଶ ଶୁଣାଇଥିବା ଜଣାପଡିଛି।…

ତାଣ୍ଡବ ରଚିଲା କାଳବୈଶାଖୀ: ଉଡିଲା ଘର ଛପର, ଭାଙ୍ଗିଲା ବଡ଼ ବଡ଼ ଗଛ

ତୁମୁଡିବନ୍ଧ,୭।୪ (ଦୀପକ କୁମାର ପରାସେଠା): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କୁର୍ତମଗଡ ପଞ୍ଚାୟତ ଅଞ୍ଚଳରେ କାଳବୈଶାଖୀ ତାଣ୍ଡବ ରଚାଇଥିବାର ଗତକାଲି ଦେଖିବାକୁ ମିଳିଛି l ସୂଚନା ଅନୁସାରେ…

ପିଇବା ପାଣି ପାଇଁ ଗର୍ଜିଲେ ଅଞ୍ଚଳବାସୀ: ସମାଧାନ ପାଇଁ ମିଳିଲା ପ୍ରତିଶ୍ରୁତି

ଦାରିଙ୍ଗବାଡି,୬।୪(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଡବେରୀ ଶାଳବଣଠାରେ ସୋମବାର ଡବେରୀ ଅଞ୍ଚଳକୁ ମଦମୁକ୍ତ ଏବଂ ପିଇବା ପାଣି ସମସ୍ୟାର ସମାଧାନ ପାଇଁ ବସିଲା ବୈଠକ। ଅଞ୍ଚଳର…

ଖଡ଼ି ଛୁଇଁଲେ ଛାତ୍ରୀଛାତ୍ର: ତୁମୁଡିବନ୍ଧରେ ବ୍ଲକସ୍ତରୀୟ ‘ପ୍ରବେଶ ଉତ୍ସବ’ ଓ ‘ବିଦ୍ୟା ବନ୍ତ ବିଦ୍ୟାର୍ଥୀ’ ସଚେତନତା ରଥ…

ତୁମୁଡିବନ୍ଧ, ୪ା୪ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ବ୍ଲକ ସ୍ତରୀୟ ‘ପ୍ରବେଶ ଉତ୍ସବ’ ବା ‘ଖଡ଼ି ଛୁଆଁ’…

ନିଜ ପଢ଼ା ସମୟର କଥା କହିଲେ ଉପଜିଲାପାଳ: କେମିତି ପଢ଼ିଲେ…

ତୁମୁଡିବନ୍ଧ,୪।୪(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧସ୍ଥିତ ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂତନ ଭାବେ ନିର୍ମିତ ହୋଇଥିବା କୋଠା ଗୃହକୁ ବାଲିଗୁଡା ଉପଜିଲାପାଳ …

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ଦୁର୍ଗମ ଅଞ୍ଚଳରେ ସ୍ବାସ୍ଥ୍ୟସେବା ଅପହଞ୍ଚ: ଆମ୍ବୁଲାନ୍ସ ବିଳମ୍ବରେ ପହଞ୍ଚିବାରୁ ଗର୍ଭବତୀଙ୍କ ଅକାଳ ମୃତ୍ୟୁ ଅଭିଯୋଗ

ଦାରିଙ୍ଗବାଡି, ୩।୪ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଜଣେ ଗର୍ଭବତୀଙ୍କ ଗୁରୁବାର ଅପରାହ୍ନରେ ଅକାଳରେ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ରାସ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri