ଯୁବକଙ୍କୁ ମରଣାନ୍ତକ ଆକ୍ରମଣ: ବୋଲେରୋ ସହ ବିଭିନ୍ନ ମାରଣାସ୍ତ୍ର ଜବତ

ସଜନାଗଡ, ୧୨ା୧(ଡି.ଏନ.ଏ.)-ନୀଳଗିରି ଥାନା ଅନ୍ତର୍ଗତ ଈଶ୍ୱରପୁର ପଞ୍ଚାୟତ ହାଇସ୍କୁଲ୍‌ ପଡ଼ିଆ ସମ୍ମୁଖରେ ଯୋଜନାବଦ୍ଧ ଭାବେ ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ତାଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ଈଶ୍ୱରପୁର ମେଡ଼ିକାଲ ପରେ ବାଲେଶ୍ୱର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଥିଲା। ସେଠାରେ ମଧ୍ୟ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍‌ପିଟାଲକୁ ପଠାଯାଇଛି।
ସନ୍ଧ୍ୟା ପ୍ରାୟ ସାଢେ ୬ଟା ବେଳେ ପଡିଆ ସମ୍ମୁଖରେ ଈଶ୍ୱରପୁର ଗ୍ରାମର ସୁଦର୍ଶନ ମହାନ୍ତି (୪୨) ଏକୁଟିଆ ଥିବା ବେଳେ ହଠାତ୍‌ ଏକ ବୋଲେରୋ (ନଂ.ଓଡ଼ି-୦୧-ଟି- ୮୯୭୭)ରେ ୪/୫ଜଣ ଯୁବକ ଆସି ତାଙ୍କୁ ଧକ୍କା ଦେଇଥିଲେ। ସୁଦର୍ଶନ ଏହାର ପ୍ରତିବାଦ କରିବାରୁ ବୋଲେରୋରେ ଥିବା ଅଜଣା ଯୁବକମାନେ ଠେଙ୍ଗା ଓ ଭୁଜାଲି ସହିତ ବିଭିନ୍ନ ମାରଣାସ୍ତ୍ରରେ ଆକ୍ରମଣ କରିଥିଲେ। ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ସୁଦର୍ଶନ ଚିତ୍କାର କରୁଥିଲା ବେଳେ ସ୍ଥାନୀୟ ଲୋକେ ପହଞ୍ଚତ୍ଥିଲେ। ଆକ୍ରମଣକାରୀ ଯୁବକଙ୍କ ମଧ୍ୟରୁ ଘଟଣାସ୍ଥଳରୁ ଜଣେ ଧରାପଡ଼ିଥିଲା ବେଳେ ଅନ୍ୟମାନେ ଫେରାର ହୋଇଯାଇଛନ୍ତି। ନୀଳଗିରି ଆଇଆଇସି ମିନତୀ ବିଶ୍ୱାଳ ଗ୍ରାମବାସୀ ଅଟକ ରଖିଥିବା ଯୁବକଙ୍କୁ ଗିରଫ କରିବା ସହ ବ୍ୟବହୃତ ବୋଲେରୋ ଓ ମାରଣାସ୍ତ୍ରକୁ ଜବତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୪୦ କିମି ବେଗରେ ବହିବ ପବନ, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା: ସତର୍କ ସୂଚନା ଜାରି

ଭୁବନେଶ୍ୱର,୪।୪: ରାଜ୍ୟର କେତେକ ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ଥିବାରୁ ସତର୍କ ସୂଚନା ଜାରି ହୋଇଛି। ତେବେ ୨ଦିନ ପରେ ତାପମାତ୍ରା ୨ରୁ ୩ ଡିଗ୍ରୀ…

ଆଜି ରାଜ୍ୟ କ୍ୟାବିନେଟ୍‌: ନିଆଯିବ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୪।୪ (ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଶନିବାର ସନ୍ଧ୍ୟା ୬ଟାରେ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

୮ ତାରିଖ ଯାଏ ଛେଚିବ: ଆସନ୍ତାକାଲି ପାଇଁ ଏହି ୧୨ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା! ୱାର୍ନିଂ ଜାରି କଲା…

ଭୁବନେଶ୍ୱର,୩।୪: ରାଜ୍ୟରେ ୮ ତାରିଖ ଯାଏ ବର୍ଷା ନେଇ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ଆସନ୍ତାକାଲି ପାଇଁ ୧୨…

ଗାଁ ରେ ମା ’ ବୁଢ଼ୀ ଠାକୁରାଣୀ ଯାତ୍ରା: ଏପଟେ ତାଲାଭାଙ୍ଗି ନେଇଗଲେ ସୁନା,ରୁପା ଅଳଙ୍କାର

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ବୃତ୍ତମାନେ କଳାକନା…

ବାଣ ତିଆରି ବେଳେ ଭୟଙ୍କର ବିସ୍ଫୋରଣ: ୬ ଗୁରୁତର

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ଥାନା ଅଞ୍ଚଳରେ ବାଣ ତିଆରି କରୁଥିବା ବେଳେ ଶୁକ୍ରବାର ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ବିସ୍ଫୋରଣ ଜଣ ୬…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri