ଯୁବକଙ୍କୁ ହତ୍ୟା ଅଭିଯୋଗ

ଫିରିଙ୍ଗିଆ,୩୧ା୧୦-କନ୍ଧମାଳ ଜିଲା ଫିରିଙ୍ଗିଆ ଥାନା ଅନ୍ତର୍ଗତ କେଳାପଡ଼ା ପଞ୍ଚାୟତ ଗେରୁପଡ଼ାର ଏକ ଦୋକାନ ବାରଣ୍ଡାରୁ ଜଣେ ଯୁବକଙ୍କ କ୍ଷତାକ୍ତ ମୃତଦେହକୁ ପୋଲିସ ବୁଧବାର ସକାଳେ ଜବତ କରିଛି। ସେ ହେଲେ ପାଙ୍ଗାଉପରସାହି ପଞ୍ଚାୟତ ଡେଡ଼ିସରୁ ଗ୍ରାମର କୃଷ୍ଣଚନ୍ଦ୍ର ବଗର୍ତ୍ତୀ (୪୫)। ଉକ୍ତ ଅଞ୍ଚଳରେ ଜଟାଧାରୀ ଭାବେ ପରିଚିତ କୃଷ୍ଣଚନ୍ଦ୍ରଙ୍କ ବେକକୁ କୌଣସି ଏକ ଧାରୁଆ ଅସ୍ତ୍ରରେ ଆକ୍ରମଣ କରାଯାଇଛି। ଏହା ଏକ ଯୋଜନାବଦ୍ଧ ହତ୍ୟାକାଣ୍ଡ ବୋଲି କୃଷ୍ଣଚନ୍ଦ୍ରଙ୍କ ପୁତୁରା କମଳାକାନ୍ତ ଥାନାରେ ଏତଲା ଦେଇଛନ୍ତି। ନଂ. ୧୦/୧୯ରେ ଏକ ମାମଲା ରୁଜୁ କରାଯାଇ ତଦନ୍ତ ଚାଲିଥିବା ଥାନା ଅଧିକାରୀ ପି. ଶ୍ୟାମ ସୁନ୍ଦର ରାଓ ସୂଚନା ଦେଇଛନ୍ତି। ଗେରୁପଡ଼ାର ଏକ ଦୋକାନ ବାରଣ୍ଡାରେ ଏକ ମୃତଦେହ ପଡ଼ିଥିବା ଜାଣିବା ପରେ କେଲାପଡ଼ା ସରପଞ୍ଚ ପ୍ରେମଶିଳା ଝାଙ୍କର ଫିରିଙ୍ଗିଆ ପୋଲିସକୁ ଖବର ଦେଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ବ୍ୟବଚ୍ଛେଦ ନିମନ୍ତେ ପଠାଇଥିଲା। ମୃତ ବ୍ୟକ୍ତି ଜଣକ କୃଷ୍ଣଚନ୍ଦ୍ର ଓ ଅଞ୍ଚଳରେ ସେ ଝଡ଼ାଫୁଙ୍କା କରୁଥିଲେ ବୋଲି ପୋଲିସ ଜାଣିବାକୁ ପାଇଛି। ଅନ୍ୟପକ୍ଷରେ ଗୁଣିଆ ସନ୍ଦେହରେ କୃଷ୍ଣଚନ୍ଦ୍ରଙ୍କୁ ହତ୍ୟା କରାଯାଇଛି ବୋଲି ଅଞ୍ଚଳରେ ଚର୍ଚ୍ଚା ଚାଲିଛି। ଏହି ଘଟଣାକୁ ପୋଲିସ ଗୁରୁତ୍ୱର ସହ ନେଇ ତଦନ୍ତ ଆରମ୍ଭ କରିଛି। ଖୁବଶୀଘ୍ର ଏହାର ସତ୍ୟତା ଜଣାପଡିବ ବୋଲି ଥାନା ଅଧିକାରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ମାଳମାଳ ଅଭିଯୋଗ, ଫଳ ଶୂନ, ଏହି ବ୍ୟବସ୍ଥାକୁ ନେଇ…

ଦାରିଙ୍ଗବାଡ଼ି,୧୬ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସଭାଗୃହ ପରିସରରେ ସୋମବାର କନ୍ଧମାଳ ଜିଲାପାଳ ବେଦଭୂଷଣ ଲୋକଙ୍କ ଅଭିଯୋଗ ଶୁଣିଛନ୍ତି। ଏହି ସମୟରେ ପ୍ରତ୍ୟେକ ଅଭିଯୋଗ ଶୁଣାଣିରେ…

ପ୍ରେମ ବିବାହ କରିଥିବା ଯୁବକଙ୍କୁ ଅପହରଣ, ବାପାଙ୍କ ନାଁରେ ଥାନାରେ ଏତଲା ଦେଲେ ଝିଅ

ତୁମୁଡିବନ୍ଧ,୧୪ା୨(ଦୀପକ କୁମାର ପରାସେଠ)- ଭଲପାଇ ପ୍ରେମ ବିବାହ କରିଥିବା ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। କନ୍ଧମାଳ ଜିଲାର ଏହି ଯୁବକ ପୁରୀ ଜିଲାର ଏକ ଗ୍ରାମରେ ଡାକ…

ପ୍ରତିଶ୍ରୁତି ରକ୍ଷା ପାଇଁ ଅଣ୍ଟା ଭିଡ଼ିଲେ ବିଡିଓ: ଉଠା ଦୋକାନୀଙ୍କୁ ମିଳିବ ନ୍ୟାୟ

ଦାରିଙ୍ଗବାଡି,୧୪।୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡିରେ ଉଠା ଦୋକାନୀଙ୍କ ତହସିଲ କାର୍ଯ୍ୟାଳୟ ଘେରାଉ ଘଟଣା ପରେ ସ୍ଥାନୀୟ ପ୍ରଶାସନ ଥଇଥାନ ପାଇଁ ପଦକ୍ଷେପ ଜୋରଦାର ଆରମ୍ଭ ହୋଇଯାଇଛି।…

ନିଶାମୁକ୍ତ ହେବ ସୋନପୁର ଅଞ୍ଚଳ: ବସିଲା ବୈଠକ, ଏକାଠି ହେଲେ ମହିଳା ସଂଗଠନ, ଦେଲେ ଚେତାବନୀ

ଦାରିଙ୍ଗବାଡି, ୧୩।୨ (ଅରୁଣ ସାହୁ): ଦିନକୁ ଦିନ ଚୋରାମଦ କାରବାର ବୃଦ୍ଧି ପାଉଛି ।  ଅବାଧରେ ବିକ୍ରିବଟା ମଧ୍ୟ ଚାଲିଛି । ଏହି ବ୍ୟବସାୟ କରୁଥିବା ଲୋକଙ୍କ…

ତାତିଲେ ଉଠା ଦୋକାନୀ, ଘେରିଲେ ତହସିଲ କାର୍ଯ୍ୟାଳୟ: ପ୍ରତିଶ୍ରୁତି ଦେଲା ପ୍ରଶାସନ

ଦାରିଙ୍ଗବାଡି, ୧୩।୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଦେଇ ଯାଇଥିବା ୫୯ନଂ ଜାତୀୟ ରାଜପଥ କଡ଼ରେ ଉଠା ଦୋକାନୀଙ୍କୁ ଜବରଦଖଲ ଉଚ୍ଛେଦ କରାଯାଇଛି। କିନ୍ତୁ ସମସ୍ତ ଉଠା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri