ଯୁବକଙ୍କୁ ହତ୍ୟା ଘଟଣାରେ ୨ ଗିରଫ

ରାଇରଙ୍ଗପୁର,୧୫ା୧(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ବିଶୋଇ ଥାନା ଅନ୍ତର୍ଗତ ବଡ଼ମଣଦା ଗ୍ରାମର ଟୀକାଚରଣ ନାଏକ(୨୦)ଙ୍କୁ ନିର୍ମମ ଭାବେ ହତ୍ୟା ଘଟଣାରେ ପୋଲିସ ୨ ଯୁବକଙ୍କୁ ସୋମବାର ସନ୍ଧ୍ୟାରେ ଗିରଫ କରିଛି। ଗିରଫ ୨ ଅଭିଯୁକ୍ତ ହେଲେ ସେହି ଗ୍ରାମର ସମୀର ନାୟକ(୨୪) ଓ ସହଯୋଗୀ ବିକାଶ ସେଠୀ(୨୫)। ଗୁଣିଗାରେଡି ସନ୍ଦେହରେ ଅଭିଯୁକ୍ତ ସମୀର ଏକ ଧାରୁଆ କଟୁରୀ ସାହାଯ୍ୟରେ ହତ୍ୟା କରିଥିବା ଓ ବିକାଶ ତାଙ୍କୁ ସହଯୋଗ କରିଥିବା ପୋଲିସ ନିକଟରେ ସ୍ବୀକାର କରିଛି। ପୋଲିସ ହତ୍ୟାରେ ବ୍ୟବହୃତ କଟୁରୀ ଜବତ କରି ୨ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରିଛି। ଉଲ୍ଲେଖଯୋଗ୍ୟ ଯେ, ଶନିବାର ରାତି ପ୍ରାୟ ୯ଟାରେ ସମୀର ଓ ବିକାଶ ଟୀକାଚରଣଙ୍କ ସହ ଗ୍ରାମପାର୍ଶ୍ୱ ହାଟପଡ଼ିଆ ନିକଟରେ ଏକ ମଦ ଦୋକାନରୁ ମଦ ପିଇଥିଲେ। ପରେ ସେମାନେ ଆସି ଟୀକାଚରଣଙ୍କୁ ଘର ସମ୍ମୁଖକୁ ଆସି ଏକ ଧାରୁଆ କଟୁରୀରେ ତାଙ୍କ ବେକକୁ ହାଣି ହତ୍ୟା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା ଉପରେ ଜମୁଛି ନର୍ଦ୍ଦମା ପାଣି, ସ୍ଥାୟୀ ସମାଧାନ ଦାବିରେ ଜିଲାପାଳଙ୍କୁ ଭେଟି…

ଅମରପାଲି,୨ା୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଖଣ୍ଡହତା ଗ୍ରାମ ଦେଇ ଯାଇଥିବା ପୂର୍ତ୍ତ ବିଭାଗର ମୁଖ୍ୟ ରାସ୍ତା ଏବେ ସ୍ଥାନୀୟ ଲୋକଙ୍କ ପାଇଁ ଦୁର୍ଦ୍ଦଶାର…

କୂଳ ଲଂଘୁଛି ସମୁଦ୍ର ଜୁଆର, ଜିଲାପାଳ ଅଫିସ ଘେରାଉ କରିବାକୁ ଅଞ୍ଚଳବାସୀ ସଜବାଜ

ଗଞ୍ଜାମ,୨ା୭(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୂଲ୍ୟା ମୁହାଣ ପୁରୁଣାବନ୍ଧ ଠାରୁ ପ୍ରୟାଗି ପର୍ଯ୍ୟନ୍ତ ଗତ କିଛି ମାସ ହେଲା ବେଳାଭୂମି ଦ୍ରୁତଗତିରେ ଅବକ୍ଷୟ…

ସ୍କୁଟି ଚାଳକଙ୍କୁ ଚାପିଦେଲା ମୋରମ ବୋଝେଇ ହାଇଓ୍ବା, ଲୋକେ ଚକାତଳୁ ମୃତଦେହ କାଢ଼ି…

ପୁରୁଷୋତ୍ତମପୁର,୨ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ଭାଟକୁମରଡ଼ା କଲେଜ ନିକଟରେ ଏକ ହାଇଓ୍ବା ଦ୍ରୁତଗତିରେ ଆସି ସ୍କୁଟିକୁ ଧକ୍କାଦେଇଥିଲା। ଫଳରେ…

ମା-ମାମୁ ମୋବାଇଲ ଛଡ଼ାଇ ନେବାରୁ ବିଷ ପିଇଦେଲେ ନାବାଳିକା

ଉଦଳା,୨ା୭(ସନ୍ତୋଷ କୁମାର ବାଛିନି): ମୋବାଇଲ ଛଡ଼ାଇ ନେଇ ଭାଙ୍ଗି ଦେଲେ ବୋଲି ବିଷ ପିଇଦେଇଛନ୍ତି ଜଣେ ନାବାଳିକା। ଏଭଳି ଘଟଣା ଘଟିଛି ରାଜ ବରହମପୁର ଥାନା ଗଗପାଳ…

ବେଣ୍ଟକାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ନିର୍ମାଣରେ ଅନିୟମିତତା ଅଭିଯୋଗ, ବିଧାୟକଙ୍କ ଅନୁରୋଧ ପରେ ଭିଜିଲାନ୍ସ ତଦନ୍ତ ଆରମ୍ଭ

କଟକ ସଦର,୨।୭(ସୁଶାନ୍ତ କୁମାର ଜେନା): ୪୨ ମୌଜା ଅନ୍ତର୍ଗତ ବେଣ୍ଟକାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଷ୍ଟାଫ କ୍ୱାର୍ଟର ନିର୍ମାଣରେ ବ୍ୟାପକ ଅନିୟମିତା ନେଇ ଅଭିଯୋଗ ହୋଇ ଆସୁଥିଲା ।…

କଲେଜ ଯାଇଥିଲେ ଡାକ୍ତରୀ ଛାତ୍ରୀ, ଛାତରୁ ଡେଇଁ ଆତ୍ମହତ୍ୟା କଲେ ମା’! କାରଣ ଜାଣିଲେ…

ବଲାଙ୍ଗୀର,୨।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତୁଳସୀ ନଗର ପଡାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଏକ ଭଡା ଘରେ ରହୁଥିବା ଜଣେ ମହିଳା…

ବକେୟା ଅର୍ଥ ନ ମିଳିବାରୁ ପ୍ଲାଣ୍ଟ ଉପରେ ଚଢ଼ି ଠିକାଦାରଙ୍କ ଆତ୍ମହତ୍ୟା ଉଦ୍ୟମ, ହାଇଡ୍ରାମା ପରେ ପୋଲିସ…

ଛତ୍ରପୁର,୨ା୭(ଦିଲ୍ଲୀପ ସାମଲ): ଛତ୍ରପୁର ଉପକଣ୍ଠ ଆର୍ଯ୍ୟପଲ୍ଲୀସ୍ଥିତ ଆଇଆର୍‌ଆଇଏଲ କମ୍ପାନୀର ଡ୍ରେଜିଙ୍ଗ କାର୍ଯ୍ୟ ଚାଲିଥିବା ଅଞ୍ଚଳରେ ଏକ ହାଇଡ୍ରାମା ଦେଖିବାକୁ ମିଳିଛି। କାର୍ଯ୍ୟର ବକେୟା ଟଙ୍କା ନ ମିଳିବାରୁ…

ପାଠପଢ଼ା ବୟସରେ ହାତରେ ବନିଶୀ କଣ୍ଟା, ମାଛ ମାରି ପେଟ ପୋଷୁଛନ୍ତି ଜନଜାତି ପିଲା

ମହାକାଳପଡ଼ା,୨ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳର ଶବରପଡ଼ା, ଜଙ୍ଗଲଘେରି, ବାଘୁଆମେଦି, ଜମ୍ବୁ , ସୁନିତି ଅଠର ବାଙ୍କି ଓ ପାଣିଖିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri