ଯୁବତୀଙ୍କ ବେକରୁ ଚେନ୍‌ ଝାମ୍ପି ଫେରାର ହେଉଥିବା ବେଳେ ଦୁର୍ଘଟଣା: ୨ ଲୁଟେରା ଗୁରୁତର, ଭଦ୍ରକ ଚିକିତ୍ସାଳୟରେ ଭର୍ତ୍ତି

ଭଣ୍ଡାରିପୋଖରୀ,୧୨।୭(ଡି.ଏନ୍‌.ଏ.): ସ୍କୁଟିରେ ଯାଉଥିବା ଯୁବତୀଙ୍କ ବେକରୁ ଚେନ୍‌ ଝାମ୍ପି ନେଇ ଫେରାର ହେବାକୁ ଚେଷ୍ଟା କରିବା ବେଳେ ଦୁର୍ଘଟଣାର ଶିକାର ହେଲେ ଦୁଇ ଲୁଟେରା। ଏଭଳି ଏକ ଘଟଣା ଘଟିଛି ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ୧୬ନଂ ଜାତୀୟ ରାଜପଥର କୁଶଗଡ଼ିଆ ଛକ ନିକଟରେ। ଶୁକ୍ରବାର ମଧ୍ୟାହ୍ନ ପ୍ରାୟ ୧୨ଟା ସମୟରେ ଦୁଇଜଣ ଲୁଟେରା ଏକ ନମ୍ବର ବିହୀନ ପଲସର୍‌ରେ ଜଣେ ଯୁବତୀଙ୍କ ପିଛା କରିଥିଲେ। ଯୁବତୀଜଣଙ୍କ ସ୍କୁଟିରେ ଯାଉଥିବା ବେଳେ ଲୁଟେରାମାନେ ପଛପଟ ବେକରୁ ଚେନ୍‌ ଛିଡ଼ାଇ ନେଇ ଦ୍ରୁତ ଗତିରେ ଭଣ୍ଡାରିପୋଖରୀ ଆଡ଼କୁ ପଳାଇ ଯାଇଥିଲେ। ଯୁବତୀଙ୍କ ଚିତ୍କାର ଶୁଣି ଏକ ଡଷ୍ଟର କାର୍‌ ଲୁଟେରାଙ୍କ ପିଛା କରିଥିଲା। ଲୁଟେରାମାନେ ଦ୍ରୁତ ଗତିରେ ଆସିବା ବେଳେ ଭଣ୍ଡାରିପୋଖରୀ ତହସିଲ ଅଫିସ ନିକଟରେ ଏକ ପଥରସହ ସେମାନଙ୍କର ଧକ୍କା ହୋଇଥିଲା। ଏଥିରେ ଦୁଇ ଲୁଟେରା ଗୁରୁତର ଆହତ ହୋଇଥିଲେ। ସେମାନଙ୍କୁ ଉଦ୍ଧାର କରାଯାଇ ଭଣ୍ଡାରିପୋଖରୀ ଓ ପରେ ଭଦ୍ରକ ଚିକିତ୍ସା ପାଇଁ ପଠାଯାଇଛି। ଭଣ୍ଡାରିପୋଖରୀ ପୋଲିସ ଭଦ୍ରକ ଡାକ୍ତରଖାନାରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଯୁବତୀଙ୍କ ପରିଚୟ ମିଳି ନ ଥିବା ବେଳେ ଲୁଟେରାଙ୍କ ଘର ସୋର ଏବଂ ବରହମ୍‌ପୁର ଅଞ୍ଚଳରେ ବୋଲି ଜଣାପଡ଼ିଛି। ପୋଲିସ ବାଇକ୍‌କୁ ଜବତ କରି ଥାନାରେ ରଖିଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ପତ୍ନୀଙ୍କୁ ହତ୍ୟା, ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ ଶୁଣାଇଲେ ରାୟଗଡା ଏଡିଜେ

ଗୁଣପୁର,୨୭।୫( ସୁଜାତା ପାଢ଼ୀ ): ଘରୋଇ କନ୍ଦଳ ପରେ ପତ୍ନୀଙ୍କୁ ନିର୍ମମ ଭାବେ ହତ୍ୟା କରିବା ଘଟଣାରେ ବିଚାରଣା କରି ରାୟଗଡା ଏଡିଜେ ଅଳ୍ପନା ସ୍ବାଇଁ ଅଭିଯୁକ୍ତ…

ସାର୍ଟିଫିକେଟ ପାଇଁ ଯାଉଥିବା ବେଳେ ବାଇକକୁ ଧକ୍କା ଦେଲା ଟ୍ରକ, ଚାଲିଗଲା ଚନ୍ଦନଙ୍କ ଜୀବନ

ଗଜପତି,୨୭।୫(ଗିରିଧାରୀ ପରିଛା) : ଚାଉଳ ବୋଝେଇ ଟ୍ରକ ସହ ମୁହାଁମୁହିଁ ଧକ୍କା ହେଲା ବାଇକ । ଦୁର୍ଘଟଣାରେ ବାଇକ ଆରୋହୀଙ୍କର ମୃତ୍ୟୁ ଘଟିଥିବା ବେଳେ ଚାଳକ ଆହତ…

୨ ମାସରୁ ଊର୍ଦ୍ଧ୍ୱ ହେବ ଭତ୍ତା ପାଇନାହାନ୍ତି ହିତାଧିକାରୀ, ବ୍ଲକ କାର୍ଯ୍ୟାଳୟରେ ପହଞ୍ଚି ବିଡିଓଙ୍କୁ କଲେ ଗୁହାରି

ଥୁଆମୂଳ ରାମପୁର,୨୭ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ସାମାଜିକ ସୁରକ୍ଷା ଯୋଜନାରେ ଭତ୍ତା ପାଉଥିବା ହିତାଧିକାରୀମାନେ ଚରମ ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ୨ ମାସରୁ…

ମର୍ମନ୍ତୁଦ ଦୁର୍ଘଟଣା; କାମସାରି ଘରକୁ ଫେରୁଥିବା ବେଳେ ଓଲଟିଲା ପିକଅପ୍ ଭ୍ୟାନ, ୨…

ରାଜନଗର, ୨୭ା୫ (ଭାସ୍କର ରାଉତରାୟ): ରାଜନଗର ବ୍ଲକ ରାଜନଗର ଗୁପ୍ତି ମୁଖ୍ୟ ରାସ୍ତାର ହାତୀନା ଗ୍ରାମ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ଏହି ଦୁର୍ଘଟଣାରେ ଦୁଇ…

ରାଜ୍ ପ୍ରସାଦ ରାୟଗଡ଼ାର ନୂଆ ଏସ୍ପି; ଦାୟିତ୍ବ ଗ୍ରହଣ କରୁକରୁ କହିଦେଲେ ଏହି କଥା, ଛାନିଆ…

ଗୁଣପୁର,୨୭।୫(ସୁଜାତା ପାଢ଼ୀ): ରାୟଗଡ଼ା ଜିଲାର ନୂତନ ଏସପି ଭାବେ ରାଜ୍ ପ୍ରସାଦ ବୁଧବାର କାର୍ଯ୍ୟରେ ଯୋଗଦାନ କରିଛନ୍ତି । ପୂର୍ବତନ ଏସପି ସ୍ୱାତି ଏସ କୁମାରଙ୍କ ଠାରୁ…

କର୍ନାଟକରେ ସତ୍ତା ପରିବର୍ତ୍ତନ ପାଇଁ ପ୍ରସ୍ତୁତି ଶେଷ! କାଲି ଏହି ସମୟରେ ଇସ୍ତଫା ଦେବେ ମୁଖ୍ୟମନ୍ତ୍ରୀ

ବେଙ୍ଗାଲୁରୁ,୨୭।୫: କର୍ନାଟକରେ ଆଗାମୀ ଦୁଇ ଦିନ ମଧ୍ୟରେ କ୍ଷମତା ପରିବର୍ତ୍ତନ ନେଇ କଳ୍ପନାଜଳ୍ପନା ତୀବ୍ର ହେଉଥିବା ବେଳେ, କଂଗ୍ରେସ ବିଧାୟକ ଆର.ଭି. ଦେଶପାଣ୍ଡେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ…

ବେଆଇନ ଗୋହତ୍ୟା ରୋକିବାକୁ ଜିଲାପାଳ, ଥାନାଧିକାରୀଙ୍କୁ ସ୍ମାରକପତ୍ର

ବନ୍ତ,୨୭ା୫(କିଶୋର କୁମାର ସେଠୀ): ମୁସଲମାନ ସମ୍ପ୍ରଦାୟର ପର୍ବ ଇଦ-ଉଲ-ଜୁହା (ବକ୍ରିଦ) ପର୍ବ ପାଳନ ହେବାକୁ ଯାଉଥିବା ବେଳେ, ଏହି ସମୟରେ ବେଆଇନ ଗୋହତ୍ୟା ଏବଂ ଗୋ-ଚାଲାଣକୁ ସମ୍ପୂର୍ଣ୍ଣ…

ଭାଇ-ଭାଇ ବିବାଦ ଯୋଗୁଁ ମା’ର କଲେନି ଅନ୍ତିମସଂସ୍କାର, ପୋଲିସ ଆସି କାନ୍ଧେଇଲା ଶବ

ବାଲେଶ୍ୱର,୨୭ା୫( ବାଞ୍ଛାନିଧି ଦେ): ଦୁଇ ପୁଅ ମଧ୍ଯରେ ବିବାଦ ପାଇଁ ବଳି ପଡିଲେ ମା’ । ଏମିତି କି ମା’ର ଶବସତ୍କାର କଲେନି ଦୁଇ ପୁଅ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri