ଯୁବତୀଙ୍କୁ ଏସିଡ୍‌ ମାଡ଼ ମାମଲା: ଦୋଷୀଙ୍କୁ ୧୦ ବର୍ଷ ସଶ୍ରମ କାରାଦଣ୍ଡ ସହିତ ୧ଲକ୍ଷ ଟଙ୍କା ଜରିମାନା

ଧର୍ମଗଡ଼,୫।୭(ଡି.ଏନ.ଏ.): କଳାହାଣ୍ଡି ଜିଲା କଲମପୁର ବ୍ଲକ ଅନ୍ତର୍ଗତ ଖଣ୍ଡିଡଙ୍ଗରୀଗୁଡାର ଯୁବତୀଙ୍କୁ ଜଣେ ଯୁବକ ଏକତରଫା ପ୍ରେମ କରୁଥିଲେ । ଯୁବତୀ ଜଣକ ଏହାକୁ ବିରୋଧ କରିବାରୁ ସମ୍ପୃକ୍ତ ଯୁବକ ତାଙ୍କୁ ଏସିଡ୍‌ ମାଡ କରିଥିଲେ । ଉକ୍ତ ମାମଲାର ରାୟ ଶୁକ୍ରବାର ପ୍ରକାଶ ପାଇଛି । ଜିଲା ଅତିରିକ୍ତ ଦୌରାଜଜ୍‌ ରାମକୃଷ୍ଣ ଚୌଧୁରୀ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରି ୧୦ ବର୍ଷ ସଶ୍ରମ କାରାଦଣ୍ଡ ସହିତ ୧ ଲକ୍ଷ ଟଙ୍କା ଜରିମାନା ଆଦେଶ ଶୁଣାଇଛନ୍ତି । ଜରିମାନା ଅନାଦେୟ ପୁଣି ୨ ବର୍ଷ କାରାଦଣ୍ଡ ଭୋଗିବାକୁ ପଡ଼ିବ ବୋଲି କୋର୍ଟ ରାୟରେ ଉଲ୍ଲେଖ କରିଛନ୍ତି ।
ପ୍ରାପ୍ତ ସୂଚନା ଅନୁସାରେ କଲମପୁର ବ୍ଲକ ଅନ୍ତର୍ଗତ ଖଣ୍ଡିଡଙ୍ଗରୀଗୁଡାର ଜଣେ ୨୦ ବର୍ଷିୟା ଯୁବତୀ ୨୦୧୮ ଜାନୁୟାରୀ ୧୫ରେ ସବୁ ଦିନ ଭଳି କଲମପୁର କଲେଜକୁ ଯାଉଥିଲେ। ଏହି ସମୟରେ ବାରମ୍ବାର ତାଙ୍କୁ ପ୍ରେମ ନିବେଦନ କରି ବିଫଳ ହୋଇଥିବା ଖଣ୍ଡିଡଙ୍ଗରୀଗୁଡାର ପର୍ଶୁରାମ ମାଝି ତାଙ୍କ ପିଛା କରିଥିଲେ। ହାତୀ ନଦୀ ପାର ହେବା ପରେ କଲମପୁର ଜୁନାଗଡ ମୁଖ୍ୟରାସ୍ତାର ବଙ୍କାପଲାକୁ ଯିବା ପୂର୍ବରୁ ପର୍ଶୁରାମ ଧରିଥିବା ଏସିଡ୍‌ ଯୁବତୀଙ୍କ ମୁହଁକୁ ଲକ୍ଷ୍ୟ କରି ଫିଙ୍ଗି ସେଠାରୁ ଫେରାର ହୋଇଯାଇଥିଲେ। ଏସିଡ୍‌ ମାଡ଼ରେ ତାଙ୍କ ହାତ ଓ ମୁହଁ ପୋଡିଯିବା ସହିତ ସେ ଗୁରୁତର ହୋଇପଡିଥିଲେ । ତାଙ୍କୁ ପ୍ରଥମେ କଲମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା ା ପରେ ଭବାନୀପାଟଣା ଜିଲା ମୁଖ୍ୟ ଚିକିତ୍ସାଳୟ ଓ କଟକ ବଡ଼ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା । ଏ ନେଇ ସ୍ଥାନୀୟ ଥାନାରେ ଏକ ମାମଲା ରୁଜୁ କରାଯାଇ ତଦନ୍ତ ଆରମ୍ଭ ହୋଇଥିଲା। ପରେ ହାଇଦ୍ରାବାଦ ନିକଟରୁ ପର୍ଶୁରାମଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଥିଲା । ଏହି ଅଭାବନୀୟ ଘଟଣା ସେତେବେଳେ ସମଗ୍ର କଳାହାଣ୍ଡି ଜିଲାରେ ଚର୍ଚ୍ଚାର ବିଷୟ ହୋଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

୨୧୮ ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା

ଦିଗପହଣ୍ଡି/ପାଟପୁର,୨୦ା୨(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସମଗ୍ର ଶିକ୍ଷା ଅଭିଯାନ ଓ ଜିଲା ଦୃଷ୍ଟି ବାଧିତ ନିୟନ୍ତ୍ରଣ କାର୍ଯ୍ୟାଳୟ ଆନୁକୂଲ୍ୟରେ ରାଜ୍ୟ ସରକାରଙ୍କ ସୁରେନ୍ଦ୍ର ସାଏ…

ଏଣିକି ନିଜ ଲଢ଼େଇ ନିଜର

ଦିଗପହଣ୍ଡି,୨୦ା୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ଛାତ୍ରୀ ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଘାଟିତ ହୋଇଛି। ଅଧ୍ୟାପିକା ଅଞ୍ଜଳୀ ମଣ୍ଡଳଙ୍କ ସଂଯୋଜନାରେ ଅନୁଷ୍ଠିତ ଉଦଘାଟନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri