ଯୁବତୀଙ୍କୁ କାର୍‌ରେ ଅପହରଣ ଉଦ୍ୟମ: ଫେରାର ପ୍ରେମିକ ଗିରଫ

ଭୁବନେଶ୍ୱର,୨୦ା୨(ବ୍ୟୁରେ): ବିବାହ ପାଇଁ ରାଜି ନ ହେବାରୁ ଯୁବତୀଙ୍କୁ କାର୍‌ରେ ଅପହରଣ ଉଦ୍ୟମ ସହ ଅସଦାଚରଣ କରିଥିବା ଅଭିଯୁକ୍ତ ପ୍ରେମିକଙ୍କୁ ବୁଧବାର ନୟାପଲ୍ଲୀ ଥାନା ପୋଲିସ ଗିରଫ କରିଛି। ସେ ହେଲେ ଜଗତ୍‌ସିଂହପୁର ଜିଲା ତିର୍ତ୍ତୋଲ ଥାନା ନିଜାପୁରା ଗ୍ରାମର ଭବାନୀ ଶଙ୍କର ବାରିକ(୩୬)। ତାଙ୍କୁ ପୋଲିସ କୋର୍ଟ ଚାଲାଣ କରିଥିଲା। ଜାମିନ ନାମଞ୍ଜୁର ହେବାରୁ ଭବାନୀଙ୍କୁ ଝାରପଡା ଜେଲ୍‌କୁ ପଠାଇ ଦିଆଯାଇଛି ା
ମୁତାବକ, ଭବାନୀ ଲିଙ୍ଗରାଜ ଥାନା ପୁରୁଣା ଭୁବନେଶ୍ୱରର ବୈଶିଷ୍ଟନଗରରେ ରୁହନ୍ତି ା ସେ ନୟାପଲ୍ଲୀ ଥାନା ସାଲିଆ ସାହି ଅଞ୍ଚଳର ଜଣେ ଯୁବତୀ କୌଣସି ଏକ ଜରୁରୀ ସମୟରେ ତାଙ୍କ ମୋବାଇଲ୍‌ ଫୋନ୍‌ରୁ କଲ୍‌ କରିଥିଲେ। ଏହାପରେ ଭବାନୀ ସେହି ନମ୍ବରରେ ଯୁବତୀଙ୍କ କଲ୍‌ କରି ବାରମ୍ବାର କଥା ହେବା ସହ ଏକ ତରଫା ଭଲ ପାଉଥିଲେ। ପରବର୍ତ୍ତୀ ସମୟରେ ଭବାନୀ ଉକ୍ତ ଯୁବତୀଙ୍କୁ ବିବାହ କରିବାକୁ ତାଙ୍କ ପରିବାର ଲୋକଙ୍କୁ ଜଣାଇବାରୁ ସେମାନେ ବିରୋଧ କରିଥିଲେ। ଶେଷରେ ନିରାଶ ହୋଇ ଅଭିଯୁକ୍ତ ଭବାନୀ ଗତ ମଙ୍ଗଳବାର ଉକ୍ତ ଯୁବତୀଙ୍କୁ ନୟାପଲ୍ଲୀ ଟ୍ରାପିକ ଛକ ନିକଟରେ ଅଟକାଇ ଅପହରଣ ଉଦ୍ୟମ କରିଥିଲେ। ଯୁବତୀଙ୍କୁ ଏକ କାର ଭିତରକୁ ନେବାକୁ ଟଣାଓଟରା କରିଥିଲା। ଯୁବତୀ ଜଣକ ପାଟି କରିବାରୁ ଲୋକେ ସେଠାରେ ପହଞ୍ଚତ୍ୟିବାରୁ ଭବାନୀ ଫେରାର ହୋଇଯାଇଥିଲେ। ଏ ନେଇ ଯୁବତୀ ଜଣକଥାନରେ ଅଭିଯୋଗ କରିବା ପରେ ପୋଲିସ ୯୪/୨୦ରେ ମାମଲା ରୁଜୁ କରି ତଦନ୍ତ ଚଳାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଏକ ମାଈ ହାତୀର ଜୀବନ ଗଲା

କେନ୍ଦୁଝର,୨ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ବସନ୍ତପୁର ଗ୍ରାମ ନିକଟରେ ଗୁରୁବାର ଏକ ହାତୀର ମୃତଦେହ ବନ ବିଭାଗ ଉଦ୍ଧାର କରିଛି। ପ୍ରସବ ବେଦନା ଯୋଗୁ...

ନାମାଙ୍କନପତ୍ର ଦାଖଲ କଲେ ନବକୁମାର, ସରୋଜ

ବୌଦ୍ଧ,୨ା୫(ଅଜିତ କୁମାର ବାରିକ): ବୌଦ୍ଧ କଂଗ୍ରେସ ପକ୍ଷରୁ ଗୁରୁବାର ନାମାଙ୍କନପତ୍ର ଦାଖଲ କରିଛନ୍ତି କଂଗ୍ରେସ ପ୍ରାର୍ଥୀ ସରୋଜ ପ୍ରଧାନ ଏବଂ ବୌଦ୍ଧ କଂଗ୍ରେସ ପ୍ରାର୍ଥୀ ନବକୁମାର...

ହଠାତ ଢେଙ୍କାନାଳ ସହରରେ ଅବତରଣ କଲା ହେଲିକପ୍ଟର, ତଦନ୍ତ କରୁଛି ପୋଲିସ

ଢେଙ୍କାନାଳ,୨।୫: ଗୁରୁବାର କୌଣସି ପୂର୍ବ ସୂଚନା ନଦେଇ ଏକ ହେଲିକପ୍ଟର ଢେଙ୍କାନାଳ ସହରରେ ଅବତରଣ କରିଛି। ଏହା କେଉଁଠୁ ଆସିଛି ଓ କାହିଁକି ଆସିଛି ସେ...

କଣ୍ଟାବାଞ୍ଜିରୁ ନାମାଙ୍କନ ଦାଖଲ କଲେ ନବୀନ

ଭୁବନେଶ୍ୱର,୨ା୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର କଣ୍ଟାବାଞ୍ଜି ବିଧାନସଭା ଆସନ ପାଇଁ ତାଙ୍କର ନାମାଙ୍କନପତ୍ର ଦାଖଲ କରିଛନ୍ତି। ଟିଟିଲାଗଡ଼ ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ନବୀନ ତାଙ୍କର ନାମାଙ୍କନପତ୍ର...

ସ୍ବାମୀଙ୍କ ଆଗରେ ଚାଲିଗଲା ସ୍ତ୍ରୀଙ୍କ ଜୀବନ

କଟକ,୨।୫(କାର୍ତ୍ତିକ ସାହୁ): ଚାଉଳିଆଗଞ୍ଜ ଦୁର୍ଗାମଣ୍ଡପ ନିକଟରେ ଗୁରୁବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି,...

ଲିଙ୍ଗରାଜରୁ ଖୋର୍ଦ୍ଧା ଯାଏ ଦୌଡିଲେ ମନ୍ମଥ

ଭୁବନେଶ୍ୱର,୨।୫: ଭୁବନେଶ୍ୱର ଲୋକ ସଭା ଆସନରୁ ବିଜୁ ଜନତା ଦଳ(ବିଜେଡି)ର ପ୍ରାର୍ଥୀ ମନ୍ମଥ ରାଉତରାୟ ଗୁରୁବାର ପ୍ରାର୍ଥିପତ୍ର ଦାଖଲ କରିବାର କାର୍ଯ୍ୟକ୍ରମ ରହିଛି। ହେଲେ ଏହା...

ଆଜି ପ୍ରାର୍ଥୀପତ୍ର ଦାଖଲ କରିବେ ଧର୍ମେନ୍ଦ୍ର, ଅପରାଜିତା,ମନ୍ମଥ, ଅରୁପ

ଭୁବନେଶ୍ୱର,୨।୫: ଲୋକ ସଭା ନିର୍ବାଚନ ପାଇଁ ଗୁରୁବାର ୪ ହେଭିଓ୍ବେଟ ନେତା ପ୍ରାର୍ଥିପତ୍ର ଦାଖଲ କରିବେ ବୋଲି ଜଣାପଡିଛି। ଏମାନଙ୍କ ମଧ୍ୟରେ ଅଛନ୍ତି ଭୁବନେଶ୍ୱର ଲୋକ...

ଦ୍ୱିତୀୟ ନିର୍ବାଚନ କ୍ଷେତ୍ର କଣ୍ଟାବାଞ୍ଜିରୁ ପ୍ରାର୍ଥିପତ୍ର ଦାଖଲ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର,୨।୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନୟାକ ଗୁରୁବାର କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀରୁ ପ୍ରାଥିପତ୍ର ଦାଖଲ କରିବେ ବୋଲି ଖବର ରହିଛି। ଏହା ନବୀନଙ୍କ ଦ୍ୱିତୀୟ ନିର୍ବାଚନ କ୍ଷେତ୍ର।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri