ଯୁବତୀଙ୍କୁ ବଳାତ୍କାର ପରେ ହତ୍ୟା ଘଟଣା: ଫେରାର ଅଭିଯୁକ୍ତ ଗିରଫ

ତିହିଡ଼ି, ୮।୯ (ଡି.ଏନ.ଏ.) – ଭଦ୍ରକ ଜିଲା ତିହିଡ଼ି ଥାନା ରାଜନଗର ପଞ୍ଚାୟତ ଅଧୀନ ଚାରିତରଫ ଗ୍ରାମର ସାବିତ୍ରୀ ମହାକୁଡ଼ ନାମ୍ନୀ ଜଣେ ଯୁବତୀଙ୍କୁ ଗତ ମାସ ୨୯ ତାରିଖ ରାତିରେ ବଳାତ୍କାର ପରେ ହତ୍ୟା କରାଯାଇଥିବା ଥାନାରେ ଅଭିଯୋଗ ହୋଇଥିଲା। ପୋଲିସ ଏକ ମାମଲା(ନଂ.୩୯୦/୧୯) ରୁଜୁ କରି ଘଟଣାର ତଦନ୍ତ ଚଳାଇଥିଲା। ଏହି ଘଟଣାରେ ଫେରାର ଥିବା ଅଭିଯୁକ୍ତ ବାହାରପାଳ ଗ୍ରାମର ଜଗବନ୍ଧୁ ପଲେଇଙ୍କୁ ରବିବାର ପୋଲିସ ଗିରଫ କରିଛି। ଜଗବନ୍ଧୁ କଲିକତାରୁ ଘରକୁ ଫେରୁଥିବା ବେଳେ କମାରିଆ ବଜାର ନିକଟରେ ପୋଲିସ ତାଙ୍କୁ ଗିରଫ କରିବାରେ ସକ୍ଷମ ହୋଇଛି।
ଉଲ୍ଲେଖନୀୟ ଯେ, ଗତ ୨୯ ତାରିଖ ସନ୍ଧ୍ୟାରେ ସାବିତ୍ରୀ କେଉଁଆଡ଼େ ଚାଲି ଯାଇଥିଲେ। ବିଳମ୍ବିତ ରାତି ପର୍ଯ୍ୟନ୍ତ ସେ ଘରକୁ ନ ଫେରିବାରୁ ପରିବାର ଲୋକେ ଚାରିଆଡ଼େ ଖୋଜାଖୋଜି କରିଥିଲେ। ପରେ ବାହାରପାଳ ଗ୍ରାମର ଜଣେ ଯୁବକଙ୍କ ବାଇକ୍‌ରେ ବସି ସାବିତ୍ରୀ ଗଦି ଆଡ଼କୁ ଯାଇଥିବା ତାଙ୍କ ବାପା ଭାଗୀରଥି କେତେକ ଗ୍ରାମବାସୀଙ୍କଠାରୁ ଖବର ପାଇଥିଲେ। ପରେ ସେ ବିଭିନ୍ନ ଆଡ଼େ ସନ୍ଧାନ ନେଇଥିଲେ ମଧ୍ୟ ସାବିତ୍ରୀଙ୍କର କୌଣସି ଖୋଜଖବର ପାଇ ନ ଥିଲେ। ପରଦିନ ସକାଳେ ନାୟକାଣିଡିହୀ ଥାନା ବାଲିମେଦ ପଞ୍ଚାୟତ ଅଧୀନ ପାଇକ୍‌ସାହି ନିକଟରୁ ଜଣେ ଯୁବତୀଙ୍କ ମୃତଦେହ ମିଳିଥିବା ଏବଂ ବ୍ୟବଚ୍ଛେଦ ପାଇଁ ନିଆଯାଇଥିବା ଜାଣିବା ପରେ ସେ ଭଦ୍ରକ ଡାକ୍ତରଖାନାକୁ ଯାଇଥିଲେ। ତାଙ୍କ ଝିଅର ମୃତଦେହ ହୋଇଥିବା ଭାଗୀରଥି ଚିହ୍ନଟ କରିଥିଲେ। ପରେ ସେ ଜଗବନ୍ଧୁ ସାବିତ୍ରୀଙ୍କୁ ବଳାତ୍କାର ପରେ ହତ୍ୟା କରିଥିବା ତିହିଡ଼ି ଥାନାରେ ଅଭିଯୋଗ କରିଥିଲେ। ମାତ୍ର ଜଗବନ୍ଧୁ ଫେରାର ଥିବାରୁ ପୋଲିସ ତାଙ୍କୁ ଗିରଫ କରିପାରି ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଲକୁ ଯିବା ବାଟରେ ଗୋଡାଇ ଗୋଡାଇ କାମୁଡିଲା ମାଙ୍କଡ଼, ତଳେ ପଡିଯିବାରୁ…..

ଆନନ୍ଦପୁର,୧୮।୮(ସୁଶାନ୍ତ କୁମାର ସାହୁ): ମାଙ୍କଡ଼ କାମୁଡ଼ାରେ ଜଣେ ବ୍ୟକ୍ତି ଗୁରୁତର ହୋଇଥିବା ବେଳେ ତାଙ୍କୁ ଆନନ୍ଦପୁର ମେଡିକାଲରେ ଭର୍ତ୍ତି କରାଯାଇଛି । ଗୁରୁତର ବ୍ୟକ୍ତି ହେଉଛନ୍ତି ଆନନ୍ଦପୁର…

ଲିଭ୍‌ ଇନ୍‌ରେ ରହୁଥିବା ପାର୍ଟନରଙ୍କ ଗଳା ଚିପିଦେଲେ ଯୁବତୀ: ୧୮ ଘଣ୍ଟା ପର୍ଯ୍ୟନ୍ତ ଘରେ ରଖିବା ପରେ ଘଟିଲା..

ନାସିକ,୧୮।୮: ନାସିକରେ ଜଣେ ମହିଳା ତାଙ୍କ ଲିଭ-ଇନ ପାର୍ଟନରଙ୍କ ଗଳା କାଟି ହତ୍ୟା କରି କସରା ଘାଟରେ ମୃତଦେହ ପକାଇ ଦେଇଛନ୍ତି। ଏହି ହତ୍ୟାକାଣ୍ଡରେ ପୋଲିସ ମହିଳା…

ଜମିରେ ଚାଷ କରୁଥିବା ବେଳେ କାମୁଡ଼ିଲା ସାପ, ପରେ….

ପାରଳାଖେମୁଣ୍ଡି, ୧୮।୮ (ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ ଅନ୍ତର୍ଗତ ଗୁରାଣ୍ଡି ଥାନା ଅଧୀନ ଅଗରଖଣ୍ଡି ପଞ୍ଚାୟତର ଭିନ୍ନଳା ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ…

ଲାଇଭ୍‌ ମ୍ୟାଚ୍‌ରେ ପଡିକ୍କଲଙ୍କୁ କୋଳାଗ୍ରତ କରି ଚୁମ୍ବନ ଦେଲେ ରାହୁଲ: ପଡ଼ିଆରେ ଏମିତି କ’ଣ ଘଟିଲା, ଦେଖନ୍ତୁ VIDEO

ଗାଲେ,୧୮।୮: ଗାଲେରେ ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ୍‌ର ଚତୁର୍ଥ ଦିନରେ ଦେବଦତ୍ତ ପଡିକ୍କଲ ତାଙ୍କ ସାଥୀ କେଏଲ ରାହୁଲଙ୍କୁ ଆଉଟ ହେବାରୁ ରକ୍ଷା…

ପ୍ରାଇଭେଟ ପାର୍ଟ ବିକ୍ରି କଲେ ମିଳିବ ୧.୨୦ କୋଟି! Reel ଦେଖି ନାବାଳକଙ୍କ ସହ ଭୟଙ୍କର କାଣ୍ଡ, କାଟିଦେଲେ…

ଭୋପାଳ,୧୮।୮: ଭୋପାଳରେ ଛୋଟା ତାଳାବ କୂଳରୁ ପୋଲିସ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଥିଲା। ଏହାପରେ ପୋଲିସ ମୃତ ଯୁବକଙ୍କ ସମ୍ପର୍କରେ ତଦନ୍ତ ଆରମ୍ଭ କରିଥିଲା। ଧୋବି…

ଦିଗପହଣ୍ଡି ଘୋଡାହାଡ଼ ଡ଼୍ୟାମ ଇକୋ ଟୁରିଜିମ ପ୍ରକଳ୍ପ ନେଇ ଗଞ୍ଜାମ ଜିଲାପାଳଙ୍କ ବଡ଼ ଘୋଷଣା, ବିକାଶ….

ଦିଗପହଣ୍ଡି,୧୮।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟ ଘୋଡାହାଡ଼ ଡ଼୍ୟାମ ପାର୍ଶ୍ଵରେ ଜଳସମ୍ପଦ ବିଭାଗ ପକ୍ଷରୁ କରାଯାଇଥିବା ପାର୍କ ଏବଂ ବନ ବିଭାଗ ପକ୍ଷରୁ ନିର୍ମାଣ…

ବୟଫ୍ରେଣ୍ଡଙ୍କ ସହ ମୋମୋ ଖାଉଥିଲେ ସ୍ତ୍ରୀ, ହଠାତ୍‌ ପହଞ୍ଚିଗଲେ ସ୍ବାମୀ: ଆଉ ତା’ପରେ ଯାହା ଘଟିଲା…

ଭୋପାଳ,୧୮।୮: ମଧ୍ୟପ୍ରଦେଶର ଭୋପାଳରୁ ଏକ ଅଜବ ପାରିବାରିକ ନାଟକ ସାମ୍ନାକୁ ଆସିଛି, ଯାହା ସମସ୍ତଙ୍କୁ ସ୍ତବ୍ଧ କରିଦେଇଛି। ଏଠାରେ ଏକ ଅନୈତିକ ସମ୍ପର୍କର ହାଇଭୋଲଟେଜ ଡ୍ରାମା ରାସ୍ତା…

ପୁଣି ଆସୁଛି ବଡ଼ ଲଘୁଚାପ! ପ୍ରବଳରୁ ଅତି ପ୍ରବଳ ବର୍ଷା, ୨୪ ଘଣ୍ଟାରେ…

ଭୁବନେଶ୍ୱର , ୧୮।୮: ଆସୁଛି ଆଉ ଏକ ଲଘୁଚାପ। ଅଗଷ୍ଟ ୨୨ କିମ୍ବା ୨୩ ତାରିଖ ବେଳକୁ ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri