Posted inଫୁରସତ

ଯେଉଁ ଗାଁରେ ମୃତକଙ୍କୁ ନିଜଘରେ ଦିଆଯାଏ କବର

ଉତ୍ତର ପ୍ରଦେଶ ଆଗ୍ରାର ଅଛନେରା ବ୍ଲକ ଛହ ପୋଖରା ଗାଁର ମୁସଲମାନ ପରିବାରର ସଦସ୍ୟମାନେ ସେମାନଙ୍କ ପରିଜନଙ୍କ ମୃତ ଶରୀରକୁ ନିଜ ଘରେ ହିଁ କବର ଦେଉଥିବା ପ୍ରକାଶ କରିଛନ୍ତି। ଗାଁରେ ଏମାନଙ୍କ ପାଇଁ କୌଣସି କବରସ୍ଥାନ ନ ଥିବାରୁ ଏମାନେ ମୃତ ଶରୀରକୁ ଘର ମଧ୍ୟରେ କବର ଦେଉଥିବା କୁହନ୍ତି। ଗାଁର ଶେଷ ମୁଣ୍ଡରେ ହିନ୍ଦୁମାନଙ୍କ ପାଇଁ ଶ୍ମଶାନ ଥିବା ବେଳେ ମୁଲମାନଙ୍କ ପାଇଁ କୌଣସି କବରସ୍ଥାନ ନାହିଁ। ଏନେଇ ଜିଲା ପ୍ରଶାସନର ଦୃଷ୍ଟି ଆକର୍ଷଣ କରିଥିଲେ ମଧ୍ୟ ଏଯାଏଁ କୌଣସି ସୁଫଳ ମିଳି ନ ଥିବା କୁହନ୍ତି ସ୍ଥାନୀୟ ଲୋକେ। ତେବେ ସ୍ଥାନାଭାବ ଯୋଗୁ ଘର ଭିତରେ ବି ଏବେ କବର ଦେବା କଷ୍ଟକର ବ୍ୟାପାର ହୋଇ ପଡିଲାଣି। ରିଙ୍କି ବେଗମ ନାମ ଜଣେ ମହିଳା କୁହନ୍ତି ସ୍ଥାନାଭାବ ଯୋଗୁ ତାଙ୍କବ ବାଡିପଟେ ୫ ଜଣଙ୍କୁ କବର ଦିଆ ସରିଲାଣି। ଏମିତିକି ଏମାନେ ନିତିଦିନ କବର ଉପରେ ଚଢି କାରବାର ହେଉଛନ୍ତି। ଯାହାକି ପୂର୍ବ ପୂରୁଷଙ୍କୁ ଅବମାନନା ବୋଲି ସେମାନେ କୁହନ୍ତି। ପ୍ରଶାସନ ଏମାନଙ୍କୁ ଯେଉଁ ଜାଗା ଖଣ୍ଡିକ ଦେଇଛି ତାହା ଏକ ପୋଖରି ମଝିରେ ହୋଇଥିବାରୁ ସେଠାରେ ବି କବର ଦେବା ଅସମ୍ଭବ। ଏନେଇ ଉକ୍ତ ମୁସଲମାନ ପରିବାର ଗୁଡିକ ଚିନ୍ତିତ ହୋଇପଡିଛନ୍ତି। ଏଠାରେ ଥିବା ଅଧିକାଂଶ ମୁସଲମାନ ପରିବାର ଗରିବ ଓ ଭୂମିହିନ ହୋଇଥିବାରୁ ଏମାନଙ୍କଉ ଏପରି ଅସୁବିଧାର ସାମ୍ନା କରିବାକୁ ପଡୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

କୋଭିଡ୍‌ ମହାମାରୀ ସମୟରେ ଅନ୍‌ଲାଇନ ପଢ଼ାରେ ପିଲାମାନେ ଅଭ୍ୟସ୍ତ ହୋଇଯାଇଥିଲେ। ଘରେ ରହିଲେ ମଧ୍ୟ ପିଲାମାନେ ମୋବାଇଲ ଆସକ୍ତି ଛାଡ଼ି ପାରୁନାହାନ୍ତି। ପିଲାଙ୍କ ମାନସିକ ସ୍ଥିତି...

ପରିବେଶତନ୍ତ୍ରୀ

”ଆଜି ଯେଉଁଠି ପହଞ୍ଚଛି ସେଥିପାଇଁ ପ୍ରେରଣା ସ୍ଥାନୀୟ ଗ୍ରାମରୁ ପାଇଛି, ଯେଉଁଠି ଲୋକମାନେ ମୋ ସହ ଠିଆ ହୋଇଥିଲେ। ହେନ୍ତାଳବଣକୁ ନିଜର ଭାବି ପରିଷ୍କାର କରିବାରେ...

ପୂର୍ବତନ ଆଇଏଏସ ଅଧିକାରୀ ରାଜକୁମାର ଗୋଏଲ ହେବେ ମୁଖ୍ୟ ସୂଚନା କମିଶନର, ସୋମବାର ନେବେ ଶପଥ

ନୂଆଦିଲ୍ଲୀ,୧୪।୧୨: ଅବସରପ୍ରାପ୍ତ IAS ଅଧିକାରୀ ରାଜ କୁମାର ଗୋଏଲ ଦେଶର ପରବର୍ତ୍ତୀ ମୁଖ୍ୟ ସୂଚନା କମିଶନର (CIC) ହେବେ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ତାଙ୍କୁ...

ଜାପାନରେ ରିଲିଜ ହେବ ‘ପୁଷ୍ପା ୨’

ହାଇଦ୍ରାବାଦ୍‌: ବ୍ଲକ୍‌ବଷ୍ଟର ଫିଲ୍ମ ‘ପୁଷ୍ପା ୨: ଦି ରୁଲ୍‌’ ଏବେ ଜାପାନରେ ରିଲିଜ ପାଇଁ ପ୍ରସ୍ତୁତ ହେଉଛି। ଆଉ ଏହି ରିଲିଜ ପୂର୍ବରୁ ଅଭିନେତା ଅଲ୍ଲୁ...

ଭାରତ ମାତାର ଦୁଃଖ

ଏଇ କେଇଦିନ ତଳେ ସଂସଦ ଭବନରେ ପ୍ରଧାନମନ୍ତ୍ରୀ ମୋଦି ‘ବନ୍ଦେ ମାତରଂ’କୁ ନେଇ ଏକ ଦୀର୍ଘକାଳୀନ ବିଚାର ବିଶ୍ଳେଷଣ ରଖିଥିଲେ। ‘ବନ୍ଦେ ମାତରଂ’କୁ ନେଇ ପାର୍ଲାମେଣ୍ଟ...

ସୁଶାସନରେ ସମସ୍ୟା

ଅନେକ ସମୟରେ ଶାସନରେ ସୁଫଳ ପାଇବା କଷ୍ଟକର ହେଲେ ବିଫଳତାକୁ ସ୍ବୀକାରକରିବା ପରିବର୍ତ୍ତେ ରାଜନୈତିକ କୌଶଳ ବା ଦୃଷ୍ଟିକୋଣ ଉପରେ ନିର୍ଭର କରାଯାଇପାରେ, ଯାହା ଏକ...

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

ମାଓବାଦୀ ବିରୋଧୀ ଅଭିଯାନ: ୯୨ କୋଟିର ସମ୍ପତ୍ତି ଜବତ

ନୂଆଦଲ୍ଲୀ,୧୩ା୧୨: ଦେଶରେ ମାଓବାଦୀ ବିରୋଧୀ ଅଭିଯାନ ବେଳେ ୯୨ କୋଟି ଟଙ୍କାର ସମ୍ପତ୍ତି ଜବତ ହୋଇଛି। ବିଭିନ୍ନ ସୁରକ୍ଷା ଏଜେନ୍ସି ମିଳିତ ଚଢ଼ାଉ ଫଳରେ ମାଓବାଦୀମାନଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri