ଯେଉଁଠି ଶ୍ରୀଜୀଉଙ୍କର ହୁଏ ରୁପାବେଶ

୧୭୫୭ଖ୍ରୀଷ୍ଟାବ୍ଦରେ ପ୍ରଥମ କରି ରଣପୁର ଜଗନ୍ନାଥ ମନ୍ଦିରରେ ଠାକୁରମାନଙ୍କ ଘୋଷ ଯାତ୍ରା ଆରମ୍ଭ ହୋଇଥିଲା । ପୁରୀ ମନ୍ଦିର ସହିତ ରଣପୁର ମନ୍ଦିରର ରହିଛି ବହୁ ସାମଞ୍ଜସ୍ୟ । ପୁରୀରେ ଷୋହଳ କଳା ଥିବା ବେଳେ ରଣପୁର ମନ୍ଦିରରେ ଏକ କଳା ରହିଛି । ପୁରୀରେ ଶ୍ରୀଜୀଉମାନେ ସୁନାବେଶରେ ଭକ୍ତଙ୍କୁ ଦର୍ଶନ ଦେଉଥିଲା ବେଳେ ଏଠାରେ ଠାକୁରମାନେ ରୁପା ବେଶରେ ଦର୍ଶନ ଦେଇଥାନ୍ତି । ଆଷାଢ ଶୁକ୍ଳ ଏକାଦଶୀ ତିଥିରେ ରଥ ଉପରେ ତିନି ଠାକୁରଙ୍କୁ ରୁପାବେଶରେ ସୁସଜ୍ଜିତ କରାଯାଇଥାଏ । ରଣପୁର ସବ୍‌ଟ୍ରେଜେରୀରେ ରଖାଯାଇଥିବା ମହଣ ମହଣ ସମସ୍ତ ରୁପା ଅଳଙ୍କାର ପୂଜାପଣ୍ଡା ଓ ପଢିହାରୀମାନଙ୍କୁ ଦିଆଯାଇଥାଏ । ସେମାନେ ବିଗ୍ରହମାନଙ୍କ ଶ୍ରୀ ମସ୍ତକରେ କିରୀଟ, କୁଣ୍ଡଳୀ, ହସ୍ତ, ପାଦ, ଶଙ୍ଖ, ଚକ୍ର, ଗଦା, ହଳ ଆଦି ବିଭିନ୍ନ ଅଳଙ୍କାର ନେଇ ରଥାରୂଢ ତିନି ଠାକୁରଙ୍କୁ ଭୂଷିତ କରିଥାନ୍ତି । ଏହି ବିଷୟରେ ରଣପୁର ଜଗନ୍ନାଥ ମନ୍ଦିରର ପୂଜାପଣ୍ଡା ଗୋପାଳ ଚନ୍ଦ୍ର ରଥ କୁହନ୍ତିି ଆମ ଜେଜେ ବାପାଙ୍କ ଅମଳରୁ ରଥଯାତ୍ରା ବନ୍ଦ ହେବାର କେବେ ଶୁଣି ନାହୁଁ । ନଅଙ୍କ ଦୁର୍ଭିକ୍ଷ ବେଳେ ବି ଏଠାରେ ରଥଯାତ୍ରା ବନ୍ଦ ହୋଇ ନ ଥିଲା । ସେହିଭଳି ବରିଷ୍ଠ ରଥ ନିର୍ମାଣ ମହାରଣା କବିରାଜ ମହାରଣା କୁହନ୍ତି, ତିନି ରଥର କାର୍ଯ୍ୟ ପ୍ରାୟ ୯୮ ପ୍ରତିଶତ ସରିଯାଇଥିଲା। କିନ୍ତୁ ଶେଷ ମୁହୂର୍ତ୍ତରେ ସୁପ୍ରିମ୍‌ କୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ ଏଠାରେ ମନ୍ଦିର ପ୍ରଶାସନ ପକ୍ଷରୁ ରଥ କାର୍ଯ୍ୟ ବନ୍ଦ କରାଗଲା । ଫଳରେ ଦୀର୍ଘ ବର୍ଷର ପରମ୍ପରା ଭାଙ୍ଗିବାକୁ ଯାଉଛି । – ସୁକାନ୍ତ କୁମାର ଡାକୁଆ


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀର ପ୍ରଭାବରେ ଉଡିଲା ଛପର: ୧୪ ଘଣ୍ଟା ହେଲା ବିଦ୍ୟୁତ-ମୋବାଇଲ ସେବା ଅଚଳ

ଦାରିଙ୍ଗବାଡି, ୨୮।୫ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ କାଳ ବୈଶାଖୀର ପ୍ରଭାବରେ ପ୍ରଭାବିତ ହୋଇଛି। ବ୍ଲକ ଅଞ୍ଚଳର ସିମନବାଡି ସମେତ କିରିକୁଟି, ତିଲୋରୀ, ବୁଡ଼ାଗୁଡା,…

ବିଧାୟିକାଙ୍କ ଫଣ୍ଡକୁ ଖର୍ଚ୍ଚ କରିବାରେ ବ୍ଲକ ପ୍ରଶାସନର ବିଳମ୍ବ: ବିଜେଡି କର୍ମୀଙ୍କୁ ଅଣଦେଖା

କେସିଙ୍ଗା,୨୮।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ନର୍ଲା ନିର୍ବାଚନ ମଣ୍ଡଳୀର ବିଧାୟିକା ମନୋରମା ମହାନ୍ତି କେସିଙ୍ଗା ବ୍ଳକ ଗସ୍ତକରି ନିଜ ନିର୍ବାଚନ ମଣ୍ଡଳୀ ଅଧୀନରେ ଥିବା କେସିଙ୍ଗା ବ୍ଳକର…

ବିମାନ ଯାତ୍ରୀଙ୍କୁ ଝଟ୍‌କା! ୨୨% ଘରୋଇ ଉଡ଼ାଣ ବନ୍ଦ କଲା ଏୟାର ଇଣ୍ଡିଆ

ନୂଆଦିଲ୍ଲୀ,୨୮ା୫: ଇନ୍ଧନ ମୂଲ୍ୟ ଅତ୍ୟଧିକ ବୃଦ୍ଧି ଯୋଗୁ କ୍ଷତିରେ ଚାଲୁଥିବା ଏୟାର ଇଣ୍ଡିଆ ଏହାର ଘରୋଇ ବିମାନ ଉଡ଼ାଣ ଅସ୍ଥାୟୀ ଭାବେ ୨୨ ପ୍ରତିଶତ ହ୍ରାସ କରିଛି।…

ରାସ୍ତା ନ ଥିବାରୁ ୩ କିମି ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ ମହିଳା: ପ୍ରଶଂସା ସାଉଁଟିଲେ ଆମ୍ବୁଲାନ୍ସ କର୍ମଚାରୀ

କେସିଙ୍ଗା/ଖପ୍ରାଖୋଲ,୨୮/୫(ତୁମେଶ୍ୱର ସାହୁ/ଅଭୟ ତ୍ରିପାଠୀ): ଖପ୍ରାଖୋଲ ବ୍ଳକ ଅନ୍ତର୍ଗତ ଜାନିପଡା ପାହାଡ଼ ପାଖରେ ରହୁଥିବା ରୋହିତ ଧରୂଆଙ୍କ ସ୍ତ୍ରୀ ସୀମା ମାଝୀଙ୍କ ଗର୍ଭଯନ୍ତ୍ରଣା ହେଉଥିବାରୁ ତାଙ୍କୁ ଡାକ୍ତରଖାନା ଆଣିବା…

ଜୁଲାଇ ୨ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା, ଜୁଲାଇ ୨ରୁ ୧୦ ପର୍ଯ୍ୟନ୍ତ ଚାଲିବ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

କଟକ,୨୭ା୫ (କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଚଳିତ ବର୍ଷର ସପ୍ଲିମେଣ୍ଟାରୀ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ଆଗାମୀ ଜୁଲାଇ ୨ ତାରିଖରୁ ଆରମ୍ଭ…

ଡେଣ୍ଟାଲ ସର୍ଜନ ପରୀକ୍ଷା ବିଜ୍ଞପ୍ତି ପ୍ରତ୍ୟାହାର କଲା ଓପିଏସ୍‌ସି, ଆଶାୟୀଙ୍କ ସମସ୍ତ ଆବେଦନ ବାତିଲ

କଟକ,୨୭ା୫(କାର୍ତ୍ତିକ ସାହୁ) ଓଡ଼ିଶା ପବ୍ଲିକ ସର୍ଭିସ କମିଶନ (ଓପିଏସ୍‌ସି) ଡେଣ୍ଟାଲ ସର୍ଜନ ପଦବୀରେ ନିଯୁକ୍ତି ପରୀକ୍ଷା ନିମନ୍ତେ ୨୦୨୫-୨୬ରେ ପ୍ରକାଶ କରିଥିବା ବିଜ୍ଞପ୍ତି ନଂ-୭କୁ ପ୍ରତ୍ୟାହାର କରିଛି।…

ପାଟଣାଗଡ଼ରେ ଘୋଷିତ ପାୱାର୍ କଟ୍‌: ପ୍ରତିବାଦରେ ବିଦ୍ୟୁତ୍ ଅଫିସ୍ ଘେରାଉ କରିବ ବିଜେଡି

ବଲାଙ୍ଗୀର,୨୭।୫(ସୁନୀଲ କୁମାର ମହାନ୍ତି): ପାଟଣାଗଡ଼ ନିର୍ବାଚନ ମଣ୍ଡଳୀରେ ଉଗ୍ର ରୂପ ନେଉଛି ବିଦ୍ୟୁତ ସମସ୍ୟା। ଅଘୋଷିତ ବିଦ୍ୟୁତ୍‌ କାଟ ପ୍ରତିବାଦରେ ଆଗାମୀ ଦିନରେ ବିଦ୍ୟୁତ ଅଫିସ ଘେରାଉ…

ବରଗଡ଼ରେ ଚଳିବନି ଅପରାଧୀଙ୍କ ଦାଦାଗିରି, ଦାୟିତ୍ୱ ନେଇ କଡ଼ା ଚେତାବନୀ ଦେଲେ ନୂତନ SP

ବରଗଡ଼,୨୭।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଆଉ ଚଳିବନି ଅପରାଧୀଙ୍କ ଦାଦାଗିରି କିମ୍ବା ବେଆଇନ ନିଶା କାରବାର। ବରଗଡ଼ର ନୂତନ ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) ଭାବେ ବୁଧବାର ଦାୟିତ୍ୱ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri