Posted inଫୁରସତ

ଯେଉଁଠି ହୁଏ ମାଛ ବର୍ଷା

ଆମେରିକାର ଉଟାହରେ ଦେଖିବାକୁ ମିଳେ ଏକ ଅଦ୍ଭୁତ ଦୃଶ୍ୟ। ଏଠାରେ ଆକାଶରୁ ମାଛ ବର୍ଷା ହୋଇଥାଏ। ଏହି ଦୃଶ୍ୟ ଦେଖିବାକୁ ବେଶ୍‌ ମନଲୋଭା। ମାଉଣ୍ଟେନ୍‌ ଲେକ୍‌ ଉପରେ ହୋଇଥାଏ ଏହି ମାଛ ବର୍ଷା। ହେଲେ ଏହା ପ୍ରାକୃତିକ ଭାବେ ନୁହେଁ ଏହା ମନୁଷ୍ୟକୃତ। ସୂଚନା ଅନୁଯାୟୀ, ହେଲିକପ୍ଟର ଯୋଗେ ପାହାଡ ଉପରେ ତିଆରି କରାଯାଇଥିବା ମାଉଣ୍ଟେନ୍‌ ଲେକ୍‌ରେ ମାଛ ବର୍ଷା କରାଯାଇଥାଏ। ଏହି ମାଛ ଗୁଡିକର ଲମ୍ବ ୧-୩ ସେଣ୍ଟିମିଟର ମଧ୍ୟରେ ହୋଇଥାଏ। ଏଥିମଧ୍ୟରୁ ୯୦ ପ୍ରତିଶତରୁ ଅଧିକ ମାଛ ବଞ୍ଚିବାର ସମ୍ଭାବନା ଥାଏ। ଏଭଳି କରିବାର ଉଦ୍ଦେଶ୍ୟ ହେଉଛି ପର୍ଯ୍ୟଟକଙ୍କୁ ଆକୃଷ୍ଟ କରାଇବା। ତେବେ ଏହା ଖୁବ୍‌ ଉଚ୍ଚ ହୋଇଥିବାରୁ ମାଛମାନଙ୍କୁ ଅନ୍ୟ ଉପାୟରେ ନେବା ଏତେ ସହଜ ହୋଇ ନ ଥାଏ। ସଡ଼କ ପଥରେ ନେଲେ ଅଧିକାଂଶ ମାଛ ମରିଯାଇଥାଆନ୍ତି। ତେଣୁ ସେଠାକାର ହ୍ରଦରେ ମାଛଗୁଡିକୁ ହେଲିକପ୍ଟର ମାଧ୍ୟମରେ ଛଡା ଯାଇଥାଏ। ଯଦି ଏଭଳି ନ କରାଯାଏ ତେବେ ହ୍ରଦ ଖାଲି ଖାଲି ଲାଗିବ ଓ ପର୍ଯ୍ୟଟକଙ୍କ ସଂଖ୍ୟା ମଧ୍ୟ କମିଯିବ। ତେଣୁ ପ୍ରତିବର୍ଷ ଅଗଷ୍ଟ ମାସରେ ଏଠାରେ ହେଲିକପ୍ଟର ମାଧ୍ୟମରେ ମାଛ ଯାଆଁଳ ଛଡା ଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

୫ ରାଶି ଉପରେ କୃପା କରିବେ ଶନି; ଟଙ୍କାରେ ପୁରିଯିବ ଘର, କ୍ୟାରିୟରରେ ମିଳିବ ବଡ଼ ସଫଳତା

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମଫଳଦାତା ଏବଂ ନ୍ୟାୟର କାରକ ଗ୍ରହ ବୋଲି ବିବେଚନା କରାଯାଏ। ଶନି ପ୍ରତ୍ୟେକ ବ୍ୟକ୍ତିଙ୍କୁ ତାଙ୍କ କର୍ମ ଅନୁସାରେ ଶୁଭ ତଥା ଅଶୁଭ…

ଛାଡ଼ିଲା ବନ୍ୟା, ବଢ଼ିଲା ଚାଷୀଙ୍କ ଦୁର୍ଦ୍ଦଶା

ଭବାନୀପାଟଣା,୨୯ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗତ ସପ୍ତାହରେ ହାତୀ ଓ ତେଲ ନଦୀରେ ବନ୍ୟା ଆସିବାରୁ ନଦୀ କୂଳରେ ଥିବା ଶତାଧିକ ଏକର ଧାନଚାଷ ନଷ୍ଟ…

ମୋହିତ ଶର୍ମାଙ୍କୁ ମିଳିଲା ସିଏସ୍‌କେର ଗୁରୁଦାୟିତ୍ୱ

ଚେନ୍ନାଇ,୨୯ା୯: ପୂର୍ବତନ ଭାରତୀୟ ପେସର ମୋହିତ ଶର୍ମା ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)ରେ ନୂଆ ବୋଲିଂ କୋଚ୍‌ ଭାବେ ଯୋଗଦେବେ। ୩୮ ବର୍ଷୀୟ ମୋହିତ ସିଏସ୍‌କେ ପାଇଁ…

ବଦଳିବ ଗ୍ରହଙ୍କ ଚାଲ୍: ବୁଧ-ମଙ୍ଗଳଙ୍କ ଯୋଗରୁ ଖୋଲିଯିବ ୪ଟି ରାଶିର ଭାଗ୍ୟ, ହେବେ ମାଲାମାଲ୍!

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ସ୍ଥିତି ଏବଂ ସେମାନଙ୍କ ମଧ୍ୟରେ ସୃଷ୍ଟି ହେଉଥିବା ସମ୍ପର୍କକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ମନେକରାଯାଏ। ଦୁଇଟି ଗ୍ରହ ପରସ୍ପରଠାରୁ ଏକ ବିଶେଷ କୋଣରେ ଅବସ୍ଥାନ…

ନବରାତ୍ରୀରେ ଚମକିବ ୩ ରାଶିଙ୍କ ଭାଗ୍ୟ, ମା’ଦୁର୍ଗାଙ୍କ କୃପାରୁ ଧନଲାଭ ଯୋଗ; ଚାକିରିରେ ବଡ଼ ପଦୋନ୍ନତି

ଚଳିତ ବର୍ଷ ଶାରଦୀୟ ନବରାତ୍ରୀ ଅକ୍ଟୋବର ୧୧, ୨୦୨୬ରୁ ଆରମ୍ଭ ହେବ। ଏଥର ମା’ ଦୁର୍ଗା ହାତୀ ଉପରେ ସବାର ହୋଇ ଆସୁଛନ୍ତି। ଜ୍ୟୋତିଷୀୟ ବିଶ୍ୱାସ ଅନୁଯାୟୀ,…

ମୁଖ୍ୟମନ୍ତ୍ରୀ ବିଜୟ ‘ମାମା’ଙ୍କ ସୁନା ମୁଦି କିପରି ନବଜାତ ଶିଶୁଙ୍କ ପାଇଁ ହୋଇପାରେ କ୍ଷତିକାରକ: ଅଭିଭାବକମାନେ ମାନନ୍ତୁ…

ଚେନ୍ନାଇ,୨୯।୯: ତାମିଲନାଡୁର ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ସୋମବାର ନିଜର ଏକ ନିର୍ବାଚନୀ ପ୍ରତିଶ୍ରୁତି ପୂରଣ କରିବା ଆରମ୍ଭ କରିଛନ୍ତି। ସେପ୍ଟେମ୍ବର ୨୮ରେ, ସେ ରାଜ୍ୟର ନବଜାତ…

ଏସବୁ ରାଜ୍ୟରେ ବଢିଲା DA! ଅକ୍ଟୋବରରେ ବଢିକି ଆସିବ ଦରମା! ପେନସନଭୋଗୀଙ୍କୁ ବି ଦଶହରା ଭେଟି ଦେଲେ ସରକାର

ନୂଆଦିଲ୍ଲୀ,୨୯।୯: ଯଦି ଆପଣ ଜଣେ ସରକାରୀ କର୍ମଚାରୀ କିମ୍ୱା ଘରେ କୌଣସି ବୟସ୍କ ପେନସନଭୋଗୀ ଅଛନ୍ତି, ତେବେ ଏହି ଖବର ଆପଣଙ୍କ ମୁହଁରେ ଏକ ବଡ଼ ହସ…

୩ ଦିନ ଧରି ଚାଲିଥିବା ଅଙ୍ଗନ କି ଉତ୍ସବ ଉଦଯାପିତ, ଶିଶୁ ତଥା ଅଭିଭାବକଙ୍କୁ ନେଇ ସରିଲା କାର୍ଯ୍ୟକ୍ରମ

ଦାରିଙ୍ଗବାଡି, ୨୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସମନ୍ବିତ ଶିଶୁ ଓ ମହିଳା ବିକାଶ କାର୍ଯ୍ୟାଳୟର ସିଡିପିଓ ସାଂରାଣୀ ପଣ୍ଡାଙ୍କ ତତ୍ୱାବଧାନରେ, ଉଭୟ କେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?