‘ଯୋଗ ଦ୍ୱାରା ଶାରୀରିକ ଓ ଆଧ୍ୟାତ୍ମିକ ବିକାଶ ହୋଇଥାଏ’

ବଡ଼ସାହି,୨୧ା୬(ସ୍ବ.ପ୍ର.) : ଯୋଗ ଦ୍ୱାରା ମଣିଷର ଶାରୀରିକ ଓ ଆଧ୍ୟାତ୍ମିକ ବିକାଶ ଘଟିବା ସହ ଦୀର୍ଘାୟୁ ହୋଇଥାଏ।  ରୋଗ ଓ ଦୁଶ୍ଚିନ୍ତାରୁ ମୁକ୍ତ ହେବା ପାଇଁ ଯୋଗର ଆବଶ୍ୟକତା ରହିଛି ବୋଲି କେନ୍ଦୁଝର ଜିଲା ବଡ଼ସାହି ବ୍ଲକ ବେଲପାଳ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପରିସରରେ ଅନୁଷ୍ଠିତ ଯୋଗ ଦିବସରେ ଉପସ୍ଥିତ ଅତିଥିମାନେ ମତବ୍ୟକ୍ତ କରିଛନ୍ତି। ପ୍ରଧାନ ଆଚାର୍ଯ୍ୟା ଶାଶ୍ୱତୀ ଦାସମହାପାତ୍ରଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ଶିବିରରେ ଅତିଥି ଭାବେ ଗାୟତ୍ରୀ ପରିବାରର ଜିଲା ସଦସ୍ୟ ରସାନନ୍ଦ ବଳ, ଅଭିଭାବକ ରମାକାନ୍ତ ଭୂୟାଁ, ପୂର୍ବତନ ସମ୍ପାଦକ ପ୍ରବୋଧ ଚନ୍ଦ୍ର ଭୂୟାଁ ଓ ସମ୍ପାଦକ ନୀଳାଦ୍ରି ବିହାରୀ ଦଣ୍ଡପାଟ ପ୍ରମୁଖ ଯୋଗ ଦେଇଥିଲେ। ପ୍ରାରମ୍ଭରେ ମା’ ବାଗ୍‌ଦେବୀଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ ପୂର୍ବକ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା। ପ୍ରତିକୂଳ ପାଗ ସତ୍ତ୍ୱେ ବିଦ୍ୟାମନ୍ଦିରର ଭଉଣୀଭାଇ, ଆଖପାଖ ଅଞ୍ଚଳର ଛାତ୍ରୀଛାତ୍ର, ଅଭିଭାବକ ଓ ସମସ୍ତ ଗୁରୁମା ଗୁରୁଜୀ ଯୋଗାଭ୍ୟାସ କରିଛନ୍ତି। ଯୋଗ ଶିକ୍ଷକ ଭାବେ ବିଶିକେଶନ ପାତ୍ର ଓ ସୁମନ୍ତ କୁମାର ବେହେରା ପ୍ରଶିକ୍ଷଣ ପ୍ରଦାନ କରିଥିଲେ। ସେହିପରି ବ୍ଲକସ୍ତରୀୟ ଯୋଗ ଦିବସ ସ୍ଥାନୀୟ ଆଦର୍ଶ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଯୋଗସମିତିର ସଭାପତି ରାଜେନ୍ଦ୍ର କୁମାର ଜେନାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଶିବିରରେ ମୁଖ୍ୟ ଅତିଥି ଭାବେ ବଡ଼ସାହି ବିଧାୟକ ସନାତନ ବିଜୁଳି, ଡାକ୍ତର ସନତ କୁମାର ଦାଶ ଉପସ୍ଥିତ ଥିଲେ।  ଯୋଗ ହିଁ ଜୀବନ ବୋଲି କହିବା ସହ ସୁନ୍ଦର ସ୍ବାସ୍ଥ୍ୟ ଓ ମାନସିକ ଶାନ୍ତି ପାଇଁ ଯୋଗର ଗୁରୁତ୍ୱ ବହୁ ଊର୍ଦ୍ଧ୍ୱରେ ବୋଲି ଉପସ୍ଥିତ ବକ୍ତାମାନେ ମତବ୍ୟକ୍ତ କରିଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ସୁନୀଲ କୁମାର ଦାଶ, ଅଭୟ ମହାପାତ୍ର, ବଙ୍କିମ ବିହାରୀ ପାତ୍ର, ସନ୍ତୋଷ ବେହେରା ଓ ବିଭୂତି ଭୂଷଣ ମହାନ୍ତ ପ୍ରମୁଖ ଉପସ୍ଥିତ ରହି ପରିଚାଳନାରେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧରିତ୍ରୀ ପ୍ରଭାବ: ବାପାଙ୍କ ଦଶାହ କାର୍ଯ୍ୟପାଇଁ  ଝିଅପୁଅ ଗାଁ ଲୋକଙ୍କୁ ଭିକ୍ଷା ମାଗିବା ଘଟଣା, ଅସହାୟ ପରିବାରଙ୍କୁ ମିଳିଲା …

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ଗାଁ ନୂଆସାହିର ଗୋବିନ୍ଦ ମହାରଣା(୪୯)ଙ୍କ ୧୫ ତାରିଖ ବିଳମ୍ବିତ ରାତିରେ ଆକସ୍ମିକ ମୃତ୍ୟୁ ଘଟିଥିଲା। ଗୋବିନ୍ଦଙ୍କ ମୃତ୍ୟୁପରେ…

ଟୁରିଷ୍ଟ ବସ୍‌ରେ ଯାତ୍ରୀ ନେବା ପଡ଼ିଲା ମହଙ୍ଗା

କୋକସରା,୨୧।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଳକ ବିଜୁ ଏକ୍ସପ୍ରେସ ୱେ ଏବଂ ୨୬ ନମ୍ବର ଜାତୀୟ ରାଜପଥରେ ୧୫ରୁ ଊଦ୍ଦର୍‌ବ ଟୁରିଷ୍ଟ ବସ୍‌ ବେଆଇନ…

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ଅସ୍ତିତ୍ୱ ହରାଉଛି ପ୍ରାକୃତିକ ଜଳ ଉତ୍ସ ସୁନ୍ଦରନାଳ

କୁଆଁରମୁଣ୍ଡା,୨୧ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରନାଳ ହେଉଛି କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ପ୍ରବାହିତ ଏକ ପ୍ରାକୃତିକ ଜଳ ଉତ୍ସ। ଏହି ଜଳ ଉତ୍ସ କୁମଝରିଆ ପଞ୍ଚାୟତର ପଟୁଆ ବାହାଲ-ତାଲସେରା…

ଭଡା ଘରୁ ମିଳିଲା ପୋଲିସ କର୍ମଚାରୀଙ୍କ ମୃତଦେହ: ୩ ବର୍ଷ ହେଲା…

ଭବାନୀପାଟଣା,୨୧।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ପୁରୁଣାପଡାର ଏକ ଭଡା ଘରୁ ଶୁକ୍ରବାର ଜଣେ ଡିଭିଏଫ(ଜିଲା ସ୍ୱେଚ୍ଛାସେବୀ ବାହିନୀ)ପୋଲିସ କର୍ମଚାରୀଙ୍କ ଝୁଲନ୍ତା ମୃତ ଦେହ…

ହୀରାକୁଦରେ ବନ୍ଦ ହେଲା ୮ ଗେଟ୍‌, ୭ ଗେଟ୍‌ରେ ହେଉଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri