Posted inଜାତୀୟ

ଯୋଗୀ ୧ ନମ୍ବର ମୁଖ୍ୟମନ୍ତ୍ରୀ, ଚତୁର୍ଥରେ ନବୀନ

ନୂଆଦିଲ୍ଲୀ,୨୪ା୧:ଇଣ୍ଡିଆ ଟୁଡେ ମୁଡ୍‌ ଅଫ୍‌ ଦି ନେଶନ ପକ୍ଷରୁ ଜାନୁୟାରୀରେ କରାଯାଇଥିବା ସର୍ଭେ ଅନୁଯାୟୀ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ଦେଶର ଶ୍ରେଷ୍ଠ ମୁଖ୍ୟମନ୍ତ୍ରୀ ଭାବେ ଅଭିହିତ କରାଯାଇଛି। ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ଏବଂ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଯୁଗ୍ମ ଭାବେ ଦ୍ୱିତୀୟ ସ୍ଥାନରେ ରହିଥିବାବେଳେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ତୃତୀୟ ଏବଂ ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚତୁର୍ଥ ସ୍ଥାନରେ ରହିଛନ୍ତି। ସର୍ଭେରେ ୧୮ ପ୍ରତିଶତ ଭୋଟ ସହ ଯୋଗୀ ସର୍ବାଗ୍ରେ ରହିଥିବାବେଳେ କେଜ୍‌ରିଓ୍ବାଲ ଓ ମମତାଙ୍କୁ ୧୧ ପ୍ରତିଶତ, ନୀତୀଶଙ୍କୁ ୧୦ ପ୍ରତିଶତ ଓ ନବୀନଙ୍କୁ ୬ ପ୍ରତିଶତ ଭୋଟ ମିଳିଛି। ୧୯ ରାଜ୍ୟର ମୋଟ ୧୨,୧୪୧ ଜଣଙ୍କ ଠାରୁ ମତାମତ ସଂଗ୍ରହ କରାଯାଇଥିଲା। ସେହିପରି ନରେନ୍ଦ୍ର ମୋଦିଙ୍କୁ ଦେଶର ଶ୍ରେଷ୍ଠ ପ୍ରଧାନମନ୍ତ୍ରୀ ଭାବେ ୩୪ ପ୍ରତିଶତ ଲୋକ ବିଶ୍ୱାସ କରନ୍ତି। ଏହା ପଛକୁ ରହିଛନ୍ତି ଇନ୍ଦିରା ଗାନ୍ଧୀ, ଅଟଳ ବିହାରୀ ବାଜପେୟୀ, ଜବାହରଲାଲ ନେହେରୁ। ଇନ୍ଦିରାଙ୍କୁ ୧୬ ପ୍ରତିଶତ ଲୋକ ଶ୍ରେଷ୍ଠ କହିଥିବାବେଳେ ୧୩ ପ୍ରତିଶତ ବାଜପେୟୀଙ୍କୁ ଶ୍ରେଷ୍ଠ ପ୍ରଧାନମନ୍ତ୍ରୀ ଭାବେ ବିଶ୍ୱାସ କରନ୍ତି। ଇଣ୍ଡିଆ ଟୁଡେ-କାର୍ଭି ଇନ୍‌ସାଇଟ୍ସ ମୁଡ୍‌ ଅଫ୍‌ ଦି ନେଶନ ପକ୍ଷରୁ ଏହି ସର୍ଭେ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

ଇରାନର ଚେତାବନୀ ମଧ୍ୟରେ ନେତାନ୍ୟାହୁଙ୍କ ବଡ଼ ଘୋଷଣା, ଆକ୍ସନରେ ଇସ୍ରାଏଲ

ତେହରାନ,୯।୪: ଇରାନ ସହିତ ଚାଲିଥିବା ଉତ୍ତେଜନା ଏବଂ ଯୁଦ୍ଧବିରତି ପାଇଁ ପ୍ରୟାସ ମଧ୍ୟରେ, ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ସ୍ପଷ୍ଟ କରିଛନ୍ତି ଯେ ହିଜବୋଲା ବିରୁଦ୍ଧରେ ସାମରିକ…

ଅଗ୍ନିବୀର ନିଯୁକ୍ତି: ଲିଖିତ ପରୀକ୍ଷା ପାଇଁ ଭାରତୀୟ ସେନା ଜାରି କଲା ସାମ୍ପଲ ପେପର, ମାଗଣାରେ ଏମିତି କରନ୍ତୁ ଡାଉନଲୋଡ୍‌

ନୂଆଦିଲ୍ଲୀ,୯।୪: ଭାରତୀୟ ସେନାରେ ଅଗ୍ନିବୀର ହେବା ପାଇଁ ପ୍ରସ୍ତୁତ ହେଉଥିବା ଯୁବକମାନଙ୍କ ପାଇଁ ଏକ ବଡ଼ ଖବର। ସେନା ପକ୍ଷରୁ ଲିଖିତ ପରୀକ୍ଷା ପାଇଁ ‘ଫ୍ରି ସାମ୍ପଲ ପେପର…

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ହର୍ମୁଜକୁ ନେଇ ବଡ଼ ସର୍ତ୍ତ ରଖିଲାଣି ଇରାନ, ଗୋଟିଏ ଦିନରେ ମାତ୍ର ଏତିକି ଜାହାଜକୁ ମିଳିବ ଅନୁମତି

ତେହରାନ୍‌,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ମଧ୍ୟରେ, ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୁଷିଆର ସରକାରୀ ଖବର…

ଇରାନ-ଆମେରିକା ଯୁଦ୍ଧବିରତି ଭାରତ ପାଇଁ ପାଲଟିଲା ସଞ୍ଜିବନୀ, ସିଧାସଳଖ ମିଳିବ ଲାଭ

ନୂଆଦିଲ୍ଲୀ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ୧୪ ଦିନିଆ ଅସ୍ତ୍ରବିରତିରୁ ଭାରତକୁ ଗୁରୁତ୍ୱପୂର୍ଣ୍ଣ ଲାଭ ମିଳିବ। ପଶ୍ଚିମ ଏସିଆରେ ଉତ୍ତେଜନା ହ୍ରାସ ପାଇବା ସହିତ, ଭାରତର ଶକ୍ତି…

‘ଅସ୍ତ୍ରବିରତି ଭୁଲ’: ପାକିସ୍ତାନରେ ଆମେରିକା ସହିତ ଆଲୋଚନା ପୂର୍ବରୁ ଇରାନ ‘ୟୁରାନିୟମ ଏନରିଚମେଣ୍ଟ’ ଉପରେ ଟାଣିଲା ରେଡଲାଇନ!

ତେହରାନ,୯।୪: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧରେ ଯୁଦ୍ଧବିରତି ପରେ, ଇରାନର ପରମାଣୁ ସଂସ୍ଥା ମୁଖ୍ୟ ମହମ୍ମଦ ଇସଲାମି ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି।…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri