ଗଞ୍ଜାମ,୭।୭(ଡି.ଏନ.ଏ.)-ଗଞ୍ଜାମ ଥାନା ଗ୍ରାସୀମ ଇଣ୍ଡଷ୍ଟ୍ରିଜରେ କାର୍ଯ୍ୟରତ କର୍ମଚାରୀ ଅଧିକ ଯୌତୁକ ଦାବିକରି ନିଜ ସ୍ତ୍ରୀଙ୍କୁ ନିର୍ଯାତନା ଦେଉଥିବା ଅଭିଯୋଗରେ ଜେଲ ଯିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଥିବା ଜଣାପଡ଼ିଛି । ଗିରଫ ବ୍ୟକ୍ତି ହେଲେ ଶିବ ଶଙ୍କର ପାଢ଼ୀ (୩୪)। ଅଭିଯୋଗ ପରେ ଗଞ୍ଜାମ ନଂ. ୫୯/୧୯ରେ ମାମଲା ରୁଜୁ କରିବା ସହ ଅଭିଯୁକ୍ତ ସ୍ବାମୀଙ୍କୁ କୋର୍ଟଚାଲାଣ କରାଯାଇଥିବା ତଦନ୍ତକାରୀ ଅଫିସର ନାରାୟଣ କହଁର ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । ପୋଲିସଠାରୁ ମିଳିଥିବା ସୂଚନାନୁଯାୟୀ, ବ୍ରହ୍ମପୁର ଖୋଡ଼ାସିଙ୍ଗ ଅଞ୍ଚଳର ଶିବ ଶଙ୍କର ଗତ ମେ ମାସରେ ବଡ଼ଖେମୁଣ୍ଡି ଗ୍ରାମ ଭାସ୍କର ପାଣିଗ୍ରାହୀଙ୍କ ଝିଅ ଶୁଭସ୍ମିତାଙ୍କୁ ବୈଦିକ ରୀତିରେ ବିବାହ କରିଥିଲେ। ଶୁଭସ୍ମିତା ବାଙ୍ଗାଲୋରର ଏକ ଘରୋଇ କମ୍ପାନୀରେ ଚାକିରି କରୁଥିବା ବେଳେ ଶିବ ଶଙ୍କର ମଧ୍ୟ ଗଞ୍ଜାମସ୍ଥିତ ଗ୍ରାସୀମ କମ୍ପାନୀରେ କାମ କରୁଛନ୍ତି । ବିବାହ ପରଠାରୁ ଶିବ ଶଙ୍କର ଅଧିକ ଯୌତୁକ ଦାବିରେ ସ୍ତ୍ରୀଙ୍କୁ ନିର୍ଯାତନା ଦେଉଥିବା ଶୁଭସ୍ମିତା ଏତଲାରେ ଦର୍ଶାଇଛନ୍ତି । ଏତଲା ପରେ ରାତିରେ ହିଁ ପୋଲିସ ଶିବ ଶଙ୍କର ରହୁଥିବା କ୍ବାର୍ଟର୍ସରୁ ଉଠାଇ ଆଣି ଥାନାରେ ପଚରାଉଚରା କରିବା ପରେ କୋର୍ଟଚାଲାଣ କରାଯାଇଥିବା ଗଞ୍ଜାମ ପୋଲିସ ପକ୍ଷରୁ ସୂଚନା ମିଳିଛି ।
ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍
ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…
ଖବରଦାତାଙ୍କ ପତ୍ନୀଙ୍କ ଅକାଳ ବିୟୋଗ: ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଲେ ଛତ୍ରପୁର ବିଧାୟକ
ଗଞ୍ଜାମ,୯।୪(ବିଦ୍ୟାଧର ସାହୁ), ୯/୪: ଗଞ୍ଜାମ ବ୍ଲକ ଅଞ୍ଚଳର ବରିଷ୍ଠ ଖବରଦାତା ରାମଚନ୍ଦ୍ର ବେହେରାଙ୍କ ଧର୍ମପତ୍ନୀ ସୁନିତା ବେହେରାଙ୍କର (୪୫) ଅକାଳ ବିୟୋଗ ଘଟିଛି। ଏହି ଖବର ପ୍ରସାରିତ…
ଘୋଡ଼ାହାଡ଼ ନଦୀରେ ଗାଧୋଇବା ବେଳେ ବୃଦ୍ଧ ନିଖୋଜ: କୂଳରେ ପଡ଼ିଛି ଆଶାବାଡ଼ି, କୁମ୍ଭୀର ଭୟରେ…
ଦିଗପହଣ୍ଡି,୯|୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ଗ୍ରାମ ସାଉଁଟିଆ ସାହିର ହରି ସାହୁ(୮୧) ନାମକ ଜଣେ ବୃଦ୍ଧ ଗାଁ ନିକଟ ଘୋଡାହାଡ ନଦୀକୁ…
ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ
ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…
ଓଡ଼ିଆ ପକ୍ଷ: ପାଠକଙ୍କ ମନମୋହିଲା ମହାପୁରୁଷଙ୍କ ଜୀବନିକାହାଣୀ
ପୁରୁଷୋତ୍ତମପୁର,୯ା୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ନିର୍ବାହୀଅଧିକାରୀ ସଙ୍ଗିତା ସେଠୀଙ୍କ ତତ୍ତ୍ବାବଧନରେ ଆସ ବହିଟିଏ କିଣିବା କାର୍ଯ୍ଯକ୍ରମ ଅନୁଷ୍ଠିତ…
ଶିକ୍ଷାବିଭାଗର ବିକଳ ଚିତ୍ର; ଗୋଟିଏ ଶ୍ରେଣୀ ଗୃହରେ ଚାଲିଛି ୬କ୍ଲାସ, ଫାଟକରେ ତାଲା ପକାଇ ଖରାରେ ଆନ୍ଦୋଳନ…
ଦିଗପହଣ୍ଡି,୯।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତରେ ଶିକ୍ଷା ବିଭାଗର ବିକଳ ଚିତ୍ର ଦେଖିବାକୁ ମିଳିଛି । ପଞ୍ଚାୟତ ଅଧିନ ଶ୍ୟାମସୁନ୍ଦର ପଲ୍ଲୀ…
ଭାଣିଜୀଙ୍କୁ ମାରିଦେଲେ ମାଇଁ! ପାଇଖାନାରୁ ମିଳିଲା…
ଜଗନ୍ନାଥପ୍ରସାଦ,୯।୪(ବିଭୁପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଛାମୁଣ୍ଡା ଗ୍ରାମ ଲକ୍ଷ୍ମଣ ପଲ୍ଲୀ ଗ୍ରାମର ଗଣେଶ ମହାରଣାଙ୍କ ବାରିପଟେ ଥିବା ଅସ୍ଥାୟୀ ପାଇଖାନା ଭିତରୁ ତାଙ୍କ…
ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…
ଛତ୍ରପୁର,୮।୪(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…
Archives

