ଯୌତୁକ ପାଇଁ ବଧୂହତ୍ୟା ଅଭିଯୋଗ ମାମଲା: ୫ ଅଭିଯୁକ୍ତ ଗିରଫ

ପାଟପୁର,୩୦।୫-ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ବତାଗଡ ଗ୍ରାମର ଜଣେ ମହିଳାଙ୍କ ଶୁକ୍ରବାର ସନ୍ଦେହଜନକ ମୃତ୍ୟୁ ହୋଇଥିଲା। ସେ ହେଲେ ଉକ୍ତ ଗ୍ରାମର ରାଧା ଗୌଡ଼ (୨୪)। ଶାଶୁଘର ଲୋକେ ବିଷ ପିଆଇ ମାରିଦେଇଥିବା ରାଧାଙ୍କ ବାପା ହରି ପାତ୍ର ଶୁକ୍ରବାର ଥାନାରେ ଲିଖିତ ଅଭିଯୋଗ କରିବା ପରେ ପୋଲିସ ମାମଲା ନଂ.୧୨୧/୨୦ରେ ମାମଲା ରୁଜୁ କରି ରାଧାଙ୍କ ସ୍ବାମୀ, ଶାଶୁ, ଶ୍ୱଶୁର ଓ ଦୁଇ ନଣନ୍ଦଙ୍କୁ ଶନିବାର ଗିରଫ ପରେ କୋର୍ଟ ଚାଲାଣ କରିଛି। ସେମାନେ ହେଲେ ବତାଗଡ ଗ୍ରାମର ରିଣ୍ଟୁ ଗୌଡ଼, ବଂଶୀଧର ଗୌଡ଼, ମହାଲି ଗୌଡ଼, ସୁନିତା ଗୌଡ଼, ବନିତା ଗୌଡ଼। ପ୍ରକାଶ ଯେ, ଗଜପତି ଜିଲା ଚାନ୍ଦିପୁଟ ଗ୍ରାମର ରାଧା ଗୌଡ଼ ୪ ବର୍ଷ ପୂର୍ବେ ପାଟପୁର ଥାନା ବତାଗଡ ଗ୍ରାମର ରିଣ୍ଟୁ ଗୌଡ଼ଙ୍କୁ ବିବାହ କରିଥିଲେ। ବିବାହର୬ ମାସ ପରେ ଶାଶୁଘର ଲୋକେ ରାଧାଙ୍କୁ ନିର୍ଯାତନା ଦେଇ ମାରିଦେଇଥିବା ରାଧାଙ୍କ ବାପା ହରି ପାତ୍ର ଥାନାରେ ଅଭିଯୋଗ କରିଥିଲେ। ଅଭିଯୋଗକୁ ଭିତ୍ତି କରି ପୋଲିସ ପାଞ୍ଚ ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଜାମିନ ନାମଞ୍ଜୁର ହେବାରୁ ଅଭିଯୁକ୍ତମାନଙ୍କୁ ଦିଗପହଣ୍ଡି ସବଜେଲ ହାଜତକୁ ପଠାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗରିମା ଦିବସ: ସଫେଇ କର୍ମୀ ପ୍ରତାପ ଦଳେଇଙ୍କ ପତ୍ନୀଙ୍କୁ ୧୦ ଲକ୍ଷ ଟଙ୍କାର ବୀମା ରାଶି

ଭୁବନେଶ୍ୱର, ୨୨।୮: ସଫେଇ କର୍ମୀଙ୍କ ସୁରକ୍ଷା, ସାମାଜିକ ସୁରକ୍ଷା ଓ ମର୍ଯ୍ୟାଦା ବୃଦ୍ଧି ଲକ୍ଷ୍ୟରେ ଆଜି ଗରିମା ଦିବସ ୨୦୨୬ ପାଳିତ ହୋଇଛି। ଏହି ଅବସରରେ ଲୋକସେବା…

କାମ କରୁଥିବାବେଳେ ଶ୍ରମିକଙ୍କୁ ଶୁଭିଲା ସାପର ଗର୍ଜନ, ପାଖକୁ ଯାଇ ଦେଖିବା ପରେ…

ଦିଗପହଣ୍ଡି,୨୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୧ ନଂ ଓ୍ବାର୍ଡ ଘୋଡ଼ାହାଡ଼ ଡ଼୍ୟାମ ରାସ୍ତାକଡ଼ରେ ନିର୍ମାଣାଧୀନ ମେଡିକାଲ କୋଠା ପରିସରରୁ ପ୍ରାୟ ୭…

ଗଞ୍ଜାମରେ ୯୦ ଦିନ ପାଇଁ ଧାରା ୩୦ ଲାଗୁ, ଜାଣନ୍ତୁ ଏହା କ’ଣ, କାହିଁକି ହୁଏ…

ଗଞ୍ଜାମ,୨୨ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ପୋଲିସ ଆଇନ ୧୯୬୧ର ଧାରା-୩୦ ଲାଗୁ କରାଯାଇଛି। ୯୦ ଦିନ ପାଇଁ କଟକଣା ଲଗାଇଛି ଗଞ୍ଜାମ ପୋଲିସ। ସଭା, ସମିତି ଓ…

ଜୁଆ ଆଡ୍ଡାରେ ଚଢାଉ: ପୋଲିସ କର୍ମଚାରୀଙ୍କୁ ହତ୍ୟା ଉଦ୍ୟମ କରି ଗଲେ ଜେଲ୍

ଦିଗପହଣ୍ଡି,୨୨|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଡ଼ଭାର ଗ୍ରାମ ମା ‘ କାଳୀ ମନ୍ଦିର ନିକଟ ଆମ୍ବ ତୋଟାରେ ଚାଲିଥିବା ଜୁଆଆଡ୍ଡାରେ ପୋଲିସ ଟିମ୍…

କୁଲାଙ୍ଗି ଗାଁରେ ବୃଦ୍ଧଙ୍କୁ ହତ୍ୟା: ପିଟିପିଟି ମାରିଦେଲେ…

ବେଲଗୁଣ୍ଠା, ୨୨।୮: ଗଞ୍ଜାମ ଜିଲା ଗାଙ୍ଗପୁର ଥାନା ଅନ୍ତର୍ଗତ କୁଲାଙ୍ଗି ଗାଁରେ ଜଣେ ବୃଦ୍ଧଙ୍କୁ ପିଟିପିଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି। ଗ୍ରାମର ଅଙ୍ଗନଓ୍ୱାଡି କେନ୍ଦ୍ର…

ତୁମ୍ଭେଶ୍ୱର ଗଣେଶ ପୂଜା କମିଟି ପକ୍ଷରୁ ଶୁଭସ୍ଥମ୍ଭ ସ୍ଥାପନ

ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ଗ୍ରାମର ପୁରାତନ ତଥା ୨୫ ବର୍ଷର ତୁମ୍ଭେଶ୍ୱର ଗଣେଶ ପୂଜା କମିଟି ପକ୍ଷରୁ ଆସନ୍ତା…

କ୍ଷେତମୁଣ୍ଡଳି ରାସ୍ତାରେ ୨ କଲରାପତରିଆ ବାଘ ଛୁଆ: ଘୁମୁସର ଉତ୍ତର ବନଖଣ୍ଡରେ ବଢ଼ୁଛି ବନ୍ୟପ୍ରାଣୀଙ୍କ ଚଳପ୍ରଚଳ

ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ କ୍ଷେତମୁଣ୍ଡଳି-ତିରିକୁପା ରାସ୍ତାରେ ଶୁକ୍ରବାର ସନ୍ଧ୍ୟାରେ ଦୁଇଟି କଲରାପତରିଆ ବାଘ ଛୁଆ ରାସ୍ତା…

ଧରିତ୍ରୀ ପ୍ରଭାବ: ବାପାଙ୍କ ଦଶାହ କାର୍ଯ୍ୟପାଇଁ  ଝିଅପୁଅ ଗାଁ ଲୋକଙ୍କୁ ଭିକ୍ଷା ମାଗିବା ଘଟଣା, ଅସହାୟ ପରିବାରଙ୍କୁ ମିଳିଲା …

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ଗାଁ ନୂଆସାହିର ଗୋବିନ୍ଦ ମହାରଣା(୪୯)ଙ୍କ ୧୫ ତାରିଖ ବିଳମ୍ବିତ ରାତିରେ ଆକସ୍ମିକ ମୃତ୍ୟୁ ଘଟିଥିଲା। ଗୋବିନ୍ଦଙ୍କ ମୃତ୍ୟୁପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri