ରେମୁଣା, ୨୬।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ଅନ୍ତର୍ଗତ ନୀଳକଣ୍ଠପୁର ଗ୍ରାମରେ ଜଣେ ମହିଳାଙ୍କୁ ଯୌତୁକ ପାଇଁ ହତ୍ୟା କରାଯାଇଥିବା ତାଙ୍କ ବାପା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଅଭିଯୋଗକୁ ଭିତ୍ତି କରି ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। କଟକ ବଡ଼ ଡାକ୍ତରଖାନାରୁ ମହିଳାଙ୍କ ମୃତଦେହ ନେଇ ଆମ୍ବୁଲାନ୍ସ ଯୋଗେ ଫେରୁଥିବାବେଳେ ରାସ୍ତାରୁ ପୋଲିସ ତାଙ୍କ ସ୍ବାମୀଙ୍କୁ ଗିରଫ କରିଛି।
ଅଭିଯୋଗ ଅନୁଯାୟୀ, ରେମୁଣା ବ୍ଲକ ଖନ୍ତାପଡ଼ା ଥାନା ବିରୁଆଁ ପଞ୍ଚାୟତ ଆମ୍ବଗଳି ଗ୍ରାମର ପିତାମ୍ବର ପଣ୍ଡାଙ୍କ ସାନଝିଅ ଦେବସ୍ମିତା ୨୦୧୮ ଫେବୃୟାରୀ ୨୩ତାରିଖରେ ବୈଦିକ ରୀତିରେ ନୀଳକଣ୍ଠପୁର ଗ୍ରାମର ସୁଧାଂଶୁ କରଙ୍କୁ ବିବାହ କରିଥିଲେ। ସେବେଠାରୁ ଶାଶୁଘର ଲୋକେ ଅଧିକ ଯୌତୁକ ଦାବି କରି ଝିଅକୁ ବାରମ୍ବାର ନିର୍ଯାତନା ଦେଇଆସୁଥିଲେ। ଏଥିପାଇଁ ୩ରୁ ଅଧିକ ଥର ବାପଘର ଲୋକେ ଯାଇ ମିଳାମିଶା କରିଥିଲେ ମଧ୍ୟ କୌଣସି ସୁଫଳ ମିଳି ନ ଥିଲା। ଗତ ୨୪ ତାରିଖ ବିଳମ୍ବିତ ରାତିରେ ପାରିବାରିକ ଗଣ୍ଡଗୋଳରୁ ଦେବସ୍ମିତା ବିଷ ପିଇ ଦେଇଥିଲେ। ପ୍ରଥମେ ତାଙ୍କୁ ଗୋପାଳପୁର ଡାକ୍ତରଖାନା ଓ ପରେ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେଠାରେ ଅବସ୍ଥା ସଙ୍କଟାପନ୍ନ ହେବାରୁ କଟକ ବଡ଼ ଡାକ୍ତରଖାନାକୁ ନିଆଯାଇଥିଲା। ସେଠାରେ ୨୫ ତାରିଖ ରାତି ସାଢେ ଗୋଟାଏ ବେଳେ କଟକ ବଡ଼ ଡାକ୍ତରଖାନାରେ ତାଙ୍କର ମୃତ୍ୟୁ ହୋଇଥିଲା। ଏହାକୁ ନେଇ ଥାନାରେ ଲିଖିତ ଅଭିଯୋଗ କରାଯାଇଛି। ପୋଲିସ କଟକରୁ ମୃତଦେହ ନେଇ ଫେରୁଥିବା ବେଳେ ସ୍ବାମୀ ସୁଧାଂଶୁ କରଙ୍କୁ ଗିରଫ କରି ଅଧିକ ତଦନ୍ତ କରିଛି। ତାଙ୍କର ଏକ ଦେଢ଼ବର୍ଷର ଶିଶୁକନ୍ୟା ଅଛି।
Posted inHome, Home Left, ଆମ ଜିଲା ଖବର, ବାଲେଶ୍ୱର View All
‘ଘର ଭାଙ୍ଗୁଥିବା ମହିଳାଙ୍କୁ ପ୍ରଶ୍ରୟ ଦିଅନ୍ତୁ ନାହିଁ’: ପ୍ରେମିକାଙ୍କୁ ଧରି ବୁଲୁଥିବା ମାମୁ ଶ୍ୱଶୁର ଗୋବିନ୍ଦାଙ୍କ ବିରୋଧରେ ଏମିତି କହିଲେ…
ମୁମ୍ବାଇ: ବଲିଉଡର ଚର୍ଚ୍ଚିତ ଅଭିନେତା ଗୋବିନ୍ଦା, ତାଙ୍କ ପତ୍ନୀ ସୁନୀତା ଆହୁଜା ଏବଂ ଅଭିନେତ୍ରୀ କୋମଲ ରାନୀଙ୍କୁ ନେଇ ଚାଲିଥିବା ବିବାଦ ମଧ୍ୟରେ ଏବେ ଗୋବିନ୍ଦାଙ୍କ ଭାଣେଜୀ-ବୋହୂ…
ତରକାରୀ ମାଗିବା ବାହାନାରେ ୫ ମାସର ଗର୍ଭବତୀ ଭାଇବୋହୂଙ୍କୁ ବଳାତ୍କାର! ଦେଢ଼ଶୁର ଗିରଫ
ପାଟଣା, ୨୩।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ପବିତ୍ର ପାରିବାରିକ ସମ୍ପର୍କକୁ ନେଇ ଏକ ସଙ୍ଗିନ ଓ କଳଙ୍କିତ ଅଭିଯୋଗ ସାମ୍ନାକୁ…
ସମ୍ବଲପୁର DRUCC ସଦସ୍ୟ ଭାବେ ମନୋନୀତ ହେଲେ ରମଣୀ ରଞ୍ଜନ ବେହେରା
ବରଗଡ଼, ୨୩।୯ (ପ୍ରେମାନନ୍ଦ ଖମାରୀ): ସମ୍ବଲପୁର ରେଳପଥ ମଣ୍ଡଳ (ଡିଭିଜନ୍)ର ‘ଡିଭିଜନାଲ୍ ରେଲୱେ ୟୁଜର୍ସ କନସଲଟେଟିଭ୍ କମିଟି’ (DRUCC) ର ନୂତନ ସଦସ୍ୟ ଭାବେ ବରଗଡ଼ର ଜଣାଶୁଣା…
କିଛି ଘଣ୍ଟାରେ ସ୍ଥଳଭାଗ ଛୁଇଁବ ଗଭୀର ଅବପାତ; ଏହି ସ୍ଥାନରେ ହେବ ଲ୍ୟାଣ୍ଡଫଲ୍! ୫୦ରୁ ୬୦ କିମି ବେଗରେ ବହିବ ପବନ
ଭୁବନେଶ୍ବର,୨୩ା୯: ସ୍ଥଳଭାଗ ଆଡକୁ ମାଡ଼ିଆସୁଛି ଗଭୀର ଅବପାତ । ଗତ ୬ ଘଣ୍ଟା ଧରି ୭କିମି ବେଗରେ ସ୍ଥଳଭାଗ ମୁହାଁ ହେଉଛି । ଏପଟେ ବର୍ଷାର ପରିମାଣ…
ହୃଦୟବିଦାରକ! ଜନ୍ମ ଦେଇ କେନାଲରେ ଫିଙ୍ଗିଦେଲେ, ଧାନ ବିଲରୁ ଶିଶୁ କନ୍ୟାର ମୃତଦେହ ଉଦ୍ଧାର
ଅତାବିରା, ୨୩/୯ (ଯୁଧିଷ୍ଠିର ମହାପାତ୍ର): ପୁଣି ସାମ୍ନାକୁ ଆସିଛି ମାନବିକତାକୁ ଲଜ୍ଜିତ କଲା ଭଳି ଏକ କରୁଣ ଓ ହୃଦୟବିଦାରକ ଚିତ୍ର। ଧାନ ବିଲର ଅଳିଆ ଆବର୍ଜନା…
“କାହିଁକି ଜମିକୁ ପାଣି ଛାଡ଼ୁନୁ?” ଯୁବକଙ୍କ ବେକ-ହାତକୁ ଦା’ରେ ହାଣି ପ୍ରତିଶୋଧ, ଅଭିଯୁକ୍ତକୁ ଖୋଜୁଛି ପୋଲିସ
ଦିଗପହଣ୍ଡି, ୨୩।୯ (ଅଶେଷ ନାଥ ମିଶ୍ର): ଚାଷଜମିକୁ ପାଣି ଛାଡ଼ିବାକୁ କେନ୍ଦ୍ର କରି ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମରେ ଏକ ସାଂଘାତିକ ଆକ୍ରମଣ ଘଟଣା…
ପାକିସ୍ତାନରେ ହଇଚଇ! ସାଧାରଣ ଚିକିତ୍ସା ପରେ ପିଲାଙ୍କ HIV ରିପୋର୍ଟ ପଜିଟିଭ୍, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ
ଇସଲାମବାଦ,୨୩।୯: ପାକିସ୍ତାନରେ ଅନେକ ପରିବାର ପାଇଁ ପିଲାଙ୍କ ସାଧାରଣ ଚିକିତ୍ସା ପରେ ସାମ୍ନାକୁ ଆସିଥିବା HIV ପଜିଟିଭ୍ ରିପୋର୍ଟ ଚିନ୍ତାର କାରଣ ପାଲଟିଛି । NPRର ଏକ…
ବାଫ୍ଲା ମାଳି ଖଣି ପ୍ରଭାବିତ ଅଞ୍ଚଳରେ ବିକାଶର ନଗ୍ନ ଚିତ୍ର: ଉପରେ ଚାଲିଛି ଖଣି, ତଳେ ରାସ୍ତା ନାହିଁ; ପ୍ରଶାସନର ଅବହେଳା ପରେ…
ଥୁଆମୂଳ ରାମପୁର/କାଶୀପୁର, ୨୩।୯ (ଦୁର୍ଗା କୀର୍ତ୍ତି/ ପ୍ରଫୁଲ୍ଲ ବେହେରା): ଗୋଟିଏ ପଟେ ବାଫ୍ଲା ମାଳି ପାହାଡ଼ ଉପରେ ବାକ୍ସାଇଟ୍ ଖଣି ଖନନ କରି କୋଟି କୋଟି ଟଙ୍କାର…

