Posted inଜାତୀୟ

ଯୌନକର୍ମୀଙ୍କୁ ଗିରଫ କରିବା ଅନୁଚିତ

କଲିକତା,୧୨ା୮: ଯୌନକର୍ମୀମାନଙ୍କୁ ଗିରଫ କରିବା ଅନୁଚିତ। ସେମାନଙ୍କୁ ଅପରାଧର ଶିକାର ଭାବେ ବିବେଚନା କରାଯିବା ଜରୁରୀ ବୋଲି କଲିକତା ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟରେ କହିଛନ୍ତି।
କଲିକତାର ଏକ ସ୍ପା’ରେ ଜଣେ ନାବାଳିକାଙ୍କ ସମେତ କେତେଜଣ ମହିଳାଙ୍କୁ ଗଣିକାବୃତ୍ତିରେ ନିୟୋଜିତ କରାଯାଇଥିବା ଅଭିଯୋଗ ହୋଇଥିଲା। ସମ୍ପୃକ୍ତ ସ୍ପା’ର ମାଲିକ ଆଗୁଆ ଜାମିନ ପାଇଁ କଲିକତା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ଜଷ୍ଟିସ୍‌ ମନୋଜିତ୍‌ ମଣ୍ଡଳ ଓ ଜୟମାଲା ବାଗ୍‌ଚିଙ୍କୁ ନେଇ ଗଠିତ ଖଣ୍ଡପୀଠ ସ୍ପା ମାଲିକଙ୍କ ପକ୍ଷରୁ ଦାଏର ଅଗ୍ରିମ ଜାମିନ ଆବେଦନକୁ ଶନିବାର ଖାରଜ କରି କହିଛନ୍ତି, ଯୌନକର୍ମୀମାନଙ୍କୁ ବ୍ୟବସାୟିକ ଯୌନ କାର୍ଯ୍ୟରେ ଶୋଷଣ କରାଯାଉଛି। ବେଆଇନ ଚାଲାଣ (ନିବାରଣ) ଆଇନ, ୧୯୫୬ ଅନୁସାରେ ଯୌନକର୍ମୀମାନେ ଅପରାଧର ସହ-ଷଡ଼ଯନ୍ତ୍ରକାରୀ ଭାବେ ସମ୍ପୃକ୍ତ ବୋଲି ରେକର୍ଡରେ ଦର୍ଶାଯାଇ ନ ଥିଲେ ସେମାନଙ୍କୁ ଗିରଫ କରାଯିବା ଅନୁଚିତ। ଏହା ପରିବର୍ତ୍ତେ ସେମାନଙ୍କୁ ଅପରାଧର ପୀଡ଼ିତା ଭାବେ ବିଚାର କରାଯିବା ଜରୁରୀ। ଏହାସହ ସାକ୍ଷ୍ୟ ସୁରକ୍ଷା କାର୍ଯ୍ୟକ୍ରମ, ଅନ୍ତରୀଣ କ୍ଷତିପୂରଣ ପ୍ରଦାନ ଓ ଅନ୍ୟ ପୁନଃ ଥଇଥାନ ବ୍ୟବସ୍ଥା ଭଳି ଆଇନାନୁସାରେ ଉପଲବ୍ଧ ସମସ୍ତ ଉନ୍ନତିକାରକ ସାଧନ ସେମାନଙ୍କୁ ଯୋଗାଇ ଦିଆଯିବା ଉଚିତ ବୋଲି ଖଣ୍ଡପୀଠ ରାୟ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପିଏମ୍‌ ସୂର୍ଯ୍ୟଘର ଯୋଜନା: ସବ୍‌ସିଡି ଅର୍ଥ ବ୍ୟାଙ୍କ ଖାତାକୁ ଆସିବା ପାଇଁ ମନ୍ତ୍ରୀଙ୍କୁ ଗୁହାରି

କଟକ ସଦର,୨୫ା୮(ସୁଶାନ୍ତ କୁମାର ଜେନା): କଟକ ସଦର ନିର୍ବାଚନ ମଣ୍ଡଳୀରେ ପିଏମ୍‌ ସୂର୍ଯ୍ୟଘର ଯୋଜନା ଆଖି ଦୃଶିଆ ଅଗ୍ରଗତି ହୋଇପାରୁ ନ ଥିବାରୁ ଉପମୁଖ୍ୟମନ୍ତ୍ରୀ ତଥା ବିଦ୍ୟୁତ୍‌…

ସରକାରକୁ ପୁଣି ଅଲ୍ଟିମେଟମ୍‌ ଦେଲା CJP: ୩ ଦାବି ପୂରଣ ନ ହେଲେ…ସରକାରଙ୍କଠାରେ ପଶିଲା ଛନ୍‌କା

ନୂଆଦିଲ୍ଲୀ,୨୬।୮: କକ୍ରୋଚ ଜନତା ପାର୍ଟି (CJP) ପୁଣି ଥରେ ଦିଲ୍ଲୀରେ ପ୍ରଦର୍ଶନ ପାଇଁ ପ୍ରସ୍ତୁତି ଆରମ୍ଭ କରିଛି। ଦଳ ପକ୍ଷରୁ ସେପ୍ଟେମ୍ବର ୫ ତାରିଖରେ ଶାନ୍ତିପୂର୍ଣ୍ଣ ପ୍ରଦର୍ଶନ…

ଜମିପଟ୍ଟା ପାଇଁ ତହସିଲ ଅଫିସ ଦୌଡୁଥିଲେ ମାଲିକ, ବିଧାୟକ ପହଞ୍ଚି ସମସ୍ତଙ୍କୁ…

ମହାକାଳପଡ଼ା,୨୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରାଠାରେ ଏକ ସ୍ବତନ୍ତ୍ର ଉତ୍ସବରେ ମଙ୍ଗଳବାର ବିଧାୟକ ଡ. ଦୁର୍ଗାପ୍ରସନ୍ନ ନାୟକ ଯୋଗଦେଇ କୂଳନାଞ୍ଜୁରା, ବିଲ ନାଞ୍ଜୁରା…

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା, ୫୦,୦୦୦ ଝିଅଙ୍କୁ ମିଳିବ ସ୍କୁଟି

ଲକ୍ଷ୍ନୌ,୨୬।୮: ଲକ୍ଷ୍ନୌରେ ‘ଲୋକମାତା ଅହଲ୍ୟାବାଇ ମାତୃଶକ୍ତି ଯାତ୍ରା ଯୋଜନା’ର ଶୁଭାରମ୍ଭ ଏବଂ ସ୍ବତନ୍ତ୍ର ବସ ପାଇଁ ପତାକା ପ୍ରଦର୍ଶନ ଅବସରରେ, ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରାଜ୍ୟର ଝିଅମାନଙ୍କ…

ବଢୁଛି ଶିଶୁ ଶ୍ରମିକ, ନାବାଳିକା ଯୌନ ନିର୍ଯାତନା: ସଚେତନତା ନେଇ…

ମହାକାଳପଡ଼ା, ୨୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ବଙ୍ଗ ଭାଷାଭାଷୀ ବହୁଳ ପଞ୍ଚାୟତମାନଙ୍କରେ ଶିଶୁ ଶ୍ରମିକ, ନାବାଳିକା ଶିଶୁଙ୍କୁ ଯୌନ ନିର୍ଯାତନା, ଶିଶୁ ଚାଲାଣ…

ବଢିଲା କ୍ୟାନସର ରୋଗୀଙ୍କ ଚିନ୍ତା! ୧ ଲକ୍ଷ ଟଙ୍କାର ଇଞ୍ଜେକ୍ସନରେ କେବଳ ପାଣି ଆଉ ଜୀବାଣୁ

ନୂଆଦିଲ୍ଲୀ,୨୬।୮: ଯେତେବେଳେ ପ୍ରାୟ ଏକ ଲକ୍ଷ ଟଙ୍କା ମୂଲ୍ୟର ଏକ ଇଞ୍ଜେକ୍ସନ ଜଣେ ଗରିବ କର୍କଟ ରୋଗୀଙ୍କ ମାଗଣା ଚିକିତ୍ସା ପାଇଁ ଉଦ୍ଦିଷ୍ଟ ସରକାରୀ ହସ୍ପିଟାଲରୁ ଗାଏବ…

ପୁରୀରେ ପୁଣି ହତ୍ୟାକାଣ୍ଡ

ପୁରୀ, ୨୬।୮ (ଅଜିତ୍ କୁମାର ମହାନ୍ତି): ପୁରୀରେ ପୁଣି ଏକ ହତ୍ୟାକାଣ୍ଡ ଘଟିଥିବା ଜଣାପଡ଼ିଛି। ଗତ ଦୁଇ ଦିନ ମଧ୍ୟରେ ପୁରୀରେ ଦୁଇଟି ହତ୍ୟାକାଣ୍ଡ ଘଟିଥିବାରୁ ଏହାକୁ…

ଜଳୁନି ଷ୍ଟ୍ରିଟ ଲାଇଟ: ଚେତାବନୀ ଦେଲେ ଲକ୍ଷ୍ମୀପୁର ଗ୍ରାମବାସୀ, ପଞ୍ଚାୟତ ନିର୍ବାଚନରେ…

ଗଞ୍ଜାମ,୨୬।୮(ବିଦ୍ୟାଧର ସାହୁ): ସରକାର ପଞ୍ଚାୟତର ବିକାଶ ହେଉଛି ବୋଲି ଡିଣ୍ଡିପ ପିଟୁଥିବାବେଳେ ଏବେ ବି କିଛି ପଞ୍ଚାୟତ ଅବହେଳିତ ଅବସ୍ଥାରେ ରହିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri