ରକ୍ତଦାନ କଲେ ୧୧ ସ୍ବେଚ୍ଛାସେବୀ

ଦେଓଗାଁ,୧୦ା୪(ଡି.ଏନ.ଏ.): ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଗୈାରଗୋଠ ଆଜାଦ ହିନ୍ଦ ୟୁଥ କ୍ଲବର ୧୧ ଜଣ ସ୍ବେଚ୍ଛାସେବୀ ଶୁକ୍ରବାର ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲକୁ ଯାଇ ସ୍ବେଚ୍ଛାକୃତଭାବେ ରକ୍ତଦାନ କରିଛନ୍ତି । ବର୍ତ୍ତମାନ ସାରାଦେଶରେ କରୋନା ମହାମାରୀ ପାଇଁ ଲକଡାଉନ ରହିଥିବାରୁ ରକ୍ତର ଅଭାବ ପରିଲକ୍ଷିତହୋଇଛି। ଭୀମଭୋଇ ମେଡିକାଲରେ ମଧ୍ୟ ରକ୍ତର ଘୋର ଅଭାବ ରହିଥିବା ଜାଣି ଗୈାରଗୋଠ ଆଜାଦହିନ୍ଦ ୟୁଥ କ୍ଲବର ସଦସ୍ୟମାନେ ରକ୍ତ ଦାନ କରିବାପାଇଁ ସଂକଳ୍ପ ନେଇଥିଲେ । ପରେ ତୁଷୁରା ଥାନାଧିକାରୀ ଯଶୋବନ୍ତ ପ୍ରଧାନୀଙ୍କୁ ଅବଗତ କରି ଶୁକ୍ରବାର ସାମାଜିକ କର୍ମୀ ପୁରନ୍ଦର ଭୋଇ ଓ କ୍ଲବ ସମ୍ପାଦକ ଜୟସିଂ କୁମ୍ଭାରଙ୍କ ନେତୃତ୍ୱରେ ପ୍ରତାପ କିଶୋର ମଲ୍ଲିକ, ପିଙ୍କୁ ଭୋଇ, ପିତାମ୍ବର ପଧାନ, କୋଣାର୍କ ସେଠ, କାଞ୍ଚନ ନାଗ, ବିବେକ ରଣା ପ୍ରମୁଖ ଭୀମଭୋଇ ମେଡିକାଲସ୍ଥିତ ରକ୍ତ ଭଣ୍ଡାରକୁଯାଇ ରକ୍ତଦାନ କରିଥିଲେ । କାର୍ଯ୍ୟକ୍ରମ ଅବସରରେ ଗୌରଗୋଠ ସରପଞ୍ଚ ପ୍ରତିମା ନନ୍ଦ, ସାମାଜିକ କର୍ମୀ ମୟ ନନ୍ଦ, ଉପେନ୍ଦ୍ର ଧରୁଆ, ନବୀନ ନାୟକ ପ୍ରମୁଖ ଉପସ୍ଥିତ ରହି ରକ୍ତଦାତାଙ୍କୁ ଉସତ୍ାହିତ କରିଥିଲେ। ରକ୍ତଭଣ୍ଡାର ତରଫରୁ ସମସ୍ତ ରକ୍ତଦାତାଙ୍କୁ ମାନପତ୍ରଦେଇ ସମ୍ମାନୀତ କରାଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ପାହାଡିଆ ରାସ୍ତାରେ ଜୀବନ: ପଡିଯାଇ ବାହାରିପଡିଲା ଛାତ୍ରଙ୍କ ଅନ୍ତନଳୀ

ମୋହନା,୨୧ା୮(ମନ୍ମଥ ମିଶ୍ର): ଗଞ୍ଜାମ ଓ ଗଜପତି ଜିଲା ସୀମାନ୍ତରେ ରହିଛି ଧରାକୋଟ ବ୍ଲକର ତାନାର୍ଜିପଲ୍ଲୀ ଗାଁ। ବିଦ୍ୟାଳୟକୁ ବାଲିପଦର ଗ୍ରାମକୁ ୫ କି.ମି. ଛାତ୍ରୀଛାତ୍ରଙ୍କୁ ପାହାଡିଆ, ପଥୁରିଆ…

ତୁମ୍ଭେଶ୍ୱର ଗଣେଶ ପୂଜା କମିଟି ପକ୍ଷରୁ ଶୁଭସ୍ଥମ୍ଭ ସ୍ଥାପନ

ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ଗ୍ରାମର ପୁରାତନ ତଥା ୨୫ ବର୍ଷର ତୁମ୍ଭେଶ୍ୱର ଗଣେଶ ପୂଜା କମିଟି ପକ୍ଷରୁ ଆସନ୍ତା…

ଆନ୍ଧ୍ରପ୍ରଦେଶରୁ ୫ ବନ୍ଧକ ଶ୍ରମିକଙ୍କୁ ଉଦ୍ଧାର କଲା ପୋଲିସ

ପାରଳାଖେମୁଣ୍ଡି/ମୋହନା,୨୧ା୮(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଆନ୍ଧ୍ରପ୍ରଦେଶକୁ କାମ କରିବାକୁ ଯାଇ ଜଣେ ମାଲିକଙ୍କ ନିକଟରେ ବନ୍ଧକ ଥିବା ୫ ଜଣ ଶ୍ରମିକଙ୍କୁ ଗଜପତି ଜିଲା ପୋଲିସ ଉଦ୍ଧାର କରି…

କ୍ଷେତମୁଣ୍ଡଳି ରାସ୍ତାରେ ୨ କଲରାପତରିଆ ବାଘ ଛୁଆ: ଘୁମୁସର ଉତ୍ତର ବନଖଣ୍ଡରେ ବଢ଼ୁଛି ବନ୍ୟପ୍ରାଣୀଙ୍କ ଚଳପ୍ରଚଳ

ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ କ୍ଷେତମୁଣ୍ଡଳି-ତିରିକୁପା ରାସ୍ତାରେ ଶୁକ୍ରବାର ସନ୍ଧ୍ୟାରେ ଦୁଇଟି କଲରାପତରିଆ ବାଘ ଛୁଆ ରାସ୍ତା…

ଧରିତ୍ରୀ ପ୍ରଭାବ: ବାପାଙ୍କ ଦଶାହ କାର୍ଯ୍ୟପାଇଁ  ଝିଅପୁଅ ଗାଁ ଲୋକଙ୍କୁ ଭିକ୍ଷା ମାଗିବା ଘଟଣା, ଅସହାୟ ପରିବାରଙ୍କୁ ମିଳିଲା …

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ଗାଁ ନୂଆସାହିର ଗୋବିନ୍ଦ ମହାରଣା(୪୯)ଙ୍କ ୧୫ ତାରିଖ ବିଳମ୍ବିତ ରାତିରେ ଆକସ୍ମିକ ମୃତ୍ୟୁ ଘଟିଥିଲା। ଗୋବିନ୍ଦଙ୍କ ମୃତ୍ୟୁପରେ…

ଟୁରିଷ୍ଟ ବସ୍‌ରେ ଯାତ୍ରୀ ନେବା ପଡ଼ିଲା ମହଙ୍ଗା

କୋକସରା,୨୧।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଳକ ବିଜୁ ଏକ୍ସପ୍ରେସ ୱେ ଏବଂ ୨୬ ନମ୍ବର ଜାତୀୟ ରାଜପଥରେ ୧୫ରୁ ଊଦ୍ଦର୍‌ବ ଟୁରିଷ୍ଟ ବସ୍‌ ବେଆଇନ…

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri