ରକ୍ତାଭାବ ଦୂର କରିବ ଭ୍ରାମ୍ୟମାଣ ରକ୍ତସଂଗ୍ରହ ଯାନ

ଭୁବନେଶ୍ୱର,୨୩-୧୦(ବ୍ୟୁରୋ):ରାଜ୍ୟରେ ରକ୍ତାଭାବ ସମସ୍ୟାକୁ ଦୂର କରିବା ସହ ଅପହଞ୍ଚ ଅଞ୍ଚଳରେ ରକ୍ତଦାନକୁ ପ୍ରୋତ୍ସାହିତ କରିବା ନିମନ୍ତେ ରାଜ୍ୟ ସରକାରଙ୍କ ପକ୍ଷରୁ ଭ୍ରାମ୍ୟମାଣ ରକ୍ତସଂଗ୍ରହ ଯାନର ଶୁଭାରମ୍ଭ କରାଯାଇଛି। ଉପଯୁକ୍ତ ଭିତ୍ତିଭୂମି ଅଭାବ ପାଇଁ ଯେଉଁ ଅଞ୍ଚଳରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିରର ଆୟୋଜନ କରାଯାଇପାରୁ ନ ଥିବ ସେହି ସ୍ଥାନଗୁଡ଼ିକରେ ରକ୍ତଦାତାଙ୍କ ସୁବିଧା, ନିରାପଦ ରକ୍ତ ସଂଗ୍ରହ, ସଂଗୃହୀତ ରକ୍ତର ସ୍ଥାନାନ୍ତରୀକରଣ ଏବଂ ଦୁର୍ଗମ ଅଞ୍ଚଳରେ ସୁବିଧାରେ ରକ୍ତ ଉପଲବ୍ଧ କରାଇବା ଲକ୍ଷ୍ୟ ନେଇ ଏହି ସେବା ଆରମ୍ଭ ହୋଇଛି। ମଙ୍ଗଳବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର ଦାସ ଏହାର ଶୁଭାରମ୍ଭ କରିଥିଲେ। ପ୍ରାରମ୍ଭିକ ପର୍ଯ୍ୟାୟରେ ୯ ଭ୍ରାମ୍ୟମାଣ ରକ୍ତସଂଗ୍ରହ ଯାନ କିଣାଯାଇଥିବାବେଳେ ସେଗୁଡ଼ିକୁ କଟକ ଏସ୍‌ସିବି ମେଡିକାଲ କଲେଜ ଓ ହସ୍ପିଟାଲ୍‌, ବୁର୍ଲାସ୍ଥିତ ଭିମ୍‌ସାର, ବ୍ରହ୍ମପୁର ଏମ୍‌କେସିଜି ମେଡିକାଲ୍‌ କଲେଜ ଓ ହସ୍ପିଟାଲ, କୋରାପୁଟ ଏସ୍‌ଏଲ୍‌ଏନ୍‌ ମେଡିକାଲ କଲେଜ ଓ ହସ୍ପିଟାଲ୍‌, ବାରିପଦା ପିଆର୍‌ଏମ୍‌ ମେଡିକାଲ କଲେଜ ଓ ହସ୍ପିଟାଲ, ବଲାଙ୍ଗୀର ବି.ବି. ମେଡିକାଲ କଲେଜ ଓ ହସ୍ପିଟାଲ, ବାଲେଶ୍ୱର ଏଫ୍‌ଏମ୍‌ ମେଡିକାଲ୍‌ କଲେଜ ଓ ହସ୍ପିଟାଲ, ବରଗଡ଼ ଡିଏଚ୍‌ଏଚ୍‌ ଏବଂ ରାଉରକେଲା ଆର୍‌ଜିଏଚ୍‌କୁ ପଠାଯିବ। ପରବର୍ତ୍ତୀ ପର୍ଯ୍ୟାୟରେ ଅଧିକ ଭ୍ରାମ୍ୟମାଣ ଗାଡ଼ି କିଣାଯାଇ ଅନ୍ୟ ଅଞ୍ଚଳରେ ମଧ୍ୟ ଏହି ସେବା ଉପଲବ୍ଧ କରାଯିବ। ଅନ୍ୟପକ୍ଷରେ କିଣାଯାଇଥିବା ସମସ୍ତ ଯାନରେ ରକ୍ତସଂଗ୍ରହ ଏବଂ ସଂଗୃହୀତ ରକ୍ତର ସ୍ଥାନାନ୍ତରୀକରଣ ନିମନ୍ତେ ଆବଶ୍ୟକୀୟ ସମସ୍ତ ଉପକରଣ ଏବଂ ଯନ୍ତ୍ରପାତି ଉପଲବ୍ଧ କରାଯାଇଛି।
ଆବଶ୍ୟକ ସମୟରେ ବିଶୁଦ୍ଧ ରକ୍ତର ଆବଶ୍ୟକତା ପୂରଣ କରିବା ଏବଂ ରୋଗୀଙ୍କ ପାଇଁ ବିଶୁଦ୍ଧ ରକ୍ତ ଉପଲବ୍ଧ କରିବା ଉଦ୍ଦେଶ୍ୟରେ ବର୍ତ୍ତମାନ ୫୬ ସରକାରୀ ରକ୍ତଭଣ୍ଡାର ସହ ଗୋଟିଏ କେନ୍ଦ୍ରୀୟ ରେଡ୍‌କ୍ରସ ରକ୍ତଭଣ୍ଡାର ଓଡ଼ିଶାରେ କାର୍ଯ୍ୟକ୍ଷମ ଅଛି। ୨୦୧୮ରେ ସଂଗୃହୀତ ମୋଟ ୪,୫୫,୦୬୦ ୟୁନିଟ୍‌ ମଧ୍ୟରୁ ୨,୯୨,୧୭୧ ୟୁନିଟ୍‌ ସ୍ବେଚ୍ଛାକୃତ ଭାବେ ସଂଗୃହୀତ ହୋଇଥିବା ସୂଚନା ମିଳିଛି। ଭ୍ରାମ୍ୟମାଣ ରକ୍ତସଂଗ୍ରହ ଯାନର ଶୁଭାରମ୍ଭ ଅବସରରେ ବିଭାଗୀୟ ପ୍ରମୁଖ ଶାସନ ସଚିବ ଡା. ପ୍ରମୋଦ କୁମାର ମେହେର୍ଦ୍ଦା, ଜାତୀୟ ସ୍ବାସ୍ଥ୍ୟ ମିଶନ ନିର୍ଦ୍ଦେଶକ ଶାଳିନୀ ପଣ୍ଡିତ, ରାଜ୍ୟ ଔଷଧ ନିଗମ ପରିଚାଳନା ନିର୍ଦ୍ଦେଶକ ଜାମିନୀ ଷଡଙ୍ଗୀ, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଯୁଗ୍ମ ସଚିବ ଗୁହା ପୁନମ୍‌ ତାପସ କୁମାର ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

ଭାଜପାର ମହାଅଭିଯାନ: ନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri