ରଙ୍ଗୋଲିରେ ସବ୍ୟସାଚୀଙ୍କୁ ଧନ୍ୟବାଦ ଜଣାଇଲେ ଚିତ୍ରକାର ନିଶିକାନ୍ତ

କେନ୍ଦୁଝର,୧୫ା୬(ସ୍ବ.ପ୍ର.): ପ୍ରବାସୀମାନଙ୍କୁ ସହାୟତା କରିଥିବାରୁ ରଙ୍ଗୋଲିରେ ଓଡ଼ିଆ ସିନେଷ୍ଟାର ସବ୍ୟସାଚୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ଚିତ୍ରକାର ନିଶିକାନ୍ତ ବେହେରା। ନିଶିକାନ୍ତଙ୍କ ଘର କେନ୍ଦୁଝର ସଦର ବ୍ଲକ ଟିକରପଡ଼ା ଗ୍ରାମରେ। କମ୍‌ ବୟସରେ ବିଭିନ୍ନ ପ୍ରକାରର ଚିତ୍ର ଆଙ୍କି ସେ ଏକ ସ୍ବତନ୍ତ୍ର ସ୍ଥାନ ଗ୍ରହଣ କରିଛନ୍ତି। ଏକାଧାରରେ ଟେରାକୋଟା, ବାଲୁକା କଳା, ରଙ୍ଗୋଲି ଚିତ୍ର ଏବଂ ବିଭିନ୍ନ ପ୍ରକାରର ରଙ୍ଗ ଓ ତୈଳ ଚିତ୍ର, ପ୍ରତିଛବି ଅଙ୍କନ କରି ସେ ସୁନାମ ଅର୍ଜନ କରିଛନ୍ତି। ସେହିପରି ବିଭିନ୍ନ ପ୍ରକାର ମୂର୍ତ୍ତି ଗଢ଼ି ନିଜେ ରଙ୍ଗ କରି ଜୀବନ୍ତ ରୂପ ଦେଇଥାନ୍ତି। ଏହି ସବୁ ଚିତ୍ରକଳା ନିଜେ ନିଜେ ଶିଖିଛନ୍ତି। ତାଙ୍କ ବାପା ଜଣେ ଟେରାକୋଟା ଶିଳ୍ପୀ। ପିଲାଦିନରୁ ସେ ବାପାଙ୍କ ସହିତ କାମ କରି ଅଭିଜ୍ଞତା ହାସଲ କରିପାରିଛନ୍ତି। ଏବେ ଚିତ୍ରକଳାରେ ଡିଗ୍ରୀ ଶିକ୍ଷା ଅଧ୍ୟୟନ କରୁଛନ୍ତି। ପ୍ରୋତ୍ସାହନ ମିଳିଲେ ସେ ଜଣେ ଦକ୍ଷ ଓ ବଳିଷ୍ଠ ଚିତ୍ରକାର ଭାବେ ଜିଲା ପାଇଁ ଗୌରବ ଆଣି ପାରିବେ ଏବଂ ଅନ୍ୟ ଆଗ୍ରହୀ ଚିତ୍ରକାରଙ୍କ ପାଇଁ ଉଦାହରଣ ହୋଇ ପାରିବେ ବୋଲି ଅଧ୍ୟାପକ ବିପିନ ସାହୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖବର ବାଜିଲା, ପ୍ରଶାସନ ହଲିଲା : ଜିଲାପାଳ, ବିଧାୟକଙ୍କ ହସ୍ତକ୍ଷେପ ପରେ ଜଳ ନିଷ୍କାସନ କାର୍ଯ୍ୟ ଆରମ୍ଭ

ଛତ୍ରପୁର, ୨୭/୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଲଗାଣ ବର୍ଷାରେ ଜଳବନ୍ଦୀ ହୋଇପଡ଼ିଥିବା ଛତ୍ରପୁର ପୌରପରିଷଦ ଅଞ୍ଚଳରେ ଏବେ ପ୍ରଶାସନିକ ତତ୍ପରତା ଦେଖିବାକୁ ମିଳିଛି। ଗଭୀର ଅବପାତ ପ୍ରଭାବରେ…

ପରିବେଶକୁ ସ୍ବଚ୍ଛ ରଖିବା ପାଇଁ ଆଗେଇ ଆସିଲେ ଯୁବବର୍ଗ, ଅଳିଆ ଆବର୍ଜନା ସଂଗ୍ରହ କରି…

କର୍ଲାମୁଣ୍ଡା,୨୭ା୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଯୋରାଡବରାରେ ଥିବା ରାଧାମାଧବ ଯୁବକ ସଂଘ, ଯୋରାଡବରା ତଥା ମେରା ଯୁବା ଭାରତ କଳାହାଣ୍ଡି ପକ୍ଷରୁ ‘ସେବା…

ଶୌଚ ହେବାକୁ ଯାଇ ନଦୀରେ ଖସିଗଲା କ୍ରିଷ୍ଣାରାଣୀଙ୍କ ଗୋଡ଼, ଭାଇ ଥାନାରେ ଅଭିଯୋଗ କରି…

ଧାମନଗର,୨୭ା୯(ସନ୍ତୋଷ କୁମାର ମହାପାତ୍ର): ଧାମନଗର ଥାନା ଅନ୍ତର୍ଗତ ଦଳାଙ୍ଗ ପଞ୍ଚାୟତର ଜାହାଙ୍ଗୀର ଗ୍ରାମ (ଭୋଇ ସାହି)ର ପ୍ରଦୀପ ଜେନାଙ୍କ ଝିଅ କ୍ରିଷ୍ଣା ଜେନା (୨୧) ରବିବାର ସକାଳେ…

ପୁଣି ଖୋଲିଲା ହୀରାକୁଦ ଜଳଭଣ୍ଡାରର ୬ଟି ସ୍ଲୁଇସ୍‌ ଗେଟ୍‌: ମୋଟ ୨୬ଟି ଗେଟ୍‌ରେ ବନ୍ୟାଜଳ ନିଷ୍କାସନ ଜାରି

ସମ୍ବଲପୁର, ୨୭/୯ (ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ପୁଣି ବଢ଼ିବାରୁ ରୁଲ୍‌କର୍ଭର ଉତ୍ତମ ପରିଚାଳନା ସ୍ୱରୂପ ରବିବାର ପର୍ଯ୍ୟାୟକ୍ରମେ ଆଉ ୬ଟି ସ୍ଲୁଇସ୍‌…

ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ିଗଲେ ନାବାଳକ, ଲୁହରେ ଭିଜୁଛି ଗାଁ

ଡେରାବିଶ,୨୭ା୯(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ଥାନା ଅନ୍ତର୍ଗତ ବିଲିଆ ଗ୍ରାମରେ ରବିବାର ସକାଳେ ଏକ ଅତ୍ୟନ୍ତ ଦୁଃଖଦ ଓ ହୃଦୟବିଦାରକ ଘଟଣା ଘଟିଯାଇଛି। ଗ୍ରାମର…

AIକୁ ନେଇ ବିଲ ଗେଟ୍ସଙ୍କ ଚେତାବନୀ, କହିଲେ ‘କୋଟି କୋଟି ଲୋକଙ୍କର ହେବ ମୃତ୍ୟୁ’, ଚିନ୍ତାରେ ସାରା ବିଶ୍ୱ!

ଓ୍ବାଶିଂଟନ,୨୭।୯: କୃତ୍ରିମ ବୁଦ୍ଧିମତ୍ତା (AI)ର ଦ୍ରୁତ ବୃଦ୍ଧି ପାଉଥିବା ଶକ୍ତି ଏବଂ ଏହାର ବିପଦପୂର୍ଣ୍ଣ ପରିଣାମ ସମ୍ପର୍କରେ ସାରା ବିଶ୍ୱରେ ପୁଣି ଥରେ ଏକ ବଡ଼ ବିତର୍କ…

ନାବାଳକଙ୍କୁ ହତ୍ୟା କରି ଦୁଇ କୋଠା ମଝିରେ ଫିଙ୍ଗିଦେଲେ ଦୁର୍ବୃତ୍ତ

ସମ୍ବଲପୁର,୨୭ା୯(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ଢିପାପଡ଼ା ଅଞ୍ଚଳରେ ରବିବାର ସକାଳେ ଏକ ନାବାଳିକଙ୍କ ମୃତଦେହକୁ ଠାବ କରିଛି ପୋଲିସ। ଉଦ୍ଧାର ମୃତଦେହଟି ଓ୍ବାନ୍‌ ଆର୍‌ କଲୋନୀର…

ଯାଜପୁରରୁ ଭାସି ଆସି ପଟ୍ଟାମୁଣ୍ଡାଇରୁ ଉଦ୍ଧାର ହେଲେ ବୃଦ୍ଧା, ପ୍ରବଳ ସ୍ରୋତ ସତ୍ତ୍ୱେ…

ପଟ୍ଟାମୁଣ୍ଡାଇ,୨୭ା୯(କଳ୍ପତରୁ ନାୟକ): କଥାରେ ଅଛି ରଖେ ହରି ତ ମାରେ କିଏ। ମୃତ୍ୟୁ ମୁଖରୁ ବର୍ତ୍ତି ଯାଇଛନ୍ତି ଜଣେ ୮୦ ବର୍ଷୀୟା ବୃଦ୍ଧା। ନଦୀର ପ୍ରଖର ସ୍ରୋତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?