ରଜନୀକାନ୍ତଙ୍କ ସହ ଅଭିନୟ କରିବେ ଓଡ଼ିଆ ଝିଅ

ଭୁବନେଶ୍ୱର, ୨୮।୯(ବ୍ୟୁରୋ): ସାଉଥ୍‌ ସୁପରଷ୍ଟାର୍‌ ତଥା ପ୍ରଖ୍ୟାତ ଅଭିନେତା ରଜନୀକାନ୍ତଙ୍କ ସହ ବଡ଼ ପରଦାରେ ଅଭିନୟ କରିବେ ଓଡ଼ିଶାର ଦେବୋସ୍ମିତା ପଟ୍ଟନାୟକ। ରଜନୀକାନ୍ତଙ୍କ ଆଗାମୀ ଫିଲ୍ମରେ ସେ ନଜରକୁ ଆସିବେ। ତାମିଲ୍‌ ଫିଲ୍ମ ‘ଦରବାର’ରେ ଅଭିନୟ ପାଇଁ ଦେବୋସ୍ମିତାଙ୍କୁ ସୁଯୋଗ ମିଳିଥିବାବେଳେ ଏଥିରେ ରଜନୀକାନ୍ତ ମୁଖ୍ୟ ଭୂମିକାରେ ଅଭିନୟ କରିବେ। ଫିଲ୍ମରେ ଅନ୍ୟମାନଙ୍କ ମଧ୍ୟରେ ଦକ୍ଷିଣ ଭାରତୀୟ ଅଭିନେତ୍ରୀ ନୟନତାରାଙ୍କ ସହ ହିନ୍ଦୀ ଫିଲ୍ମ ଇଣ୍ଡଷ୍ଟ୍ରୀର ସୁନୀଲ ସେଟ୍ଟୀ, ଦଲିପ ତାହିଲ୍‌ ଏବଂ ପ୍ରତୀକ ବାବ୍ବରଙ୍କ ଭଳି ଅଭିନେତାଙ୍କୁ ଦେଖିବାକୁ ମିଳିବ। ଗଜପତି ଜିଲା ପାରଳାଖେମୁଣ୍ଡିରେ ଜନ୍ମିତ ଦେବୋସ୍ମିତା ଏହି ଫିଲ୍ମରେ ଜଣେ ଡ୍ୟାନ୍ସର ଭୂମିକାରେ ନଜର ଆସିବେ। ପ୍ରକୃତ ଜୀବନରେ ଜଣେ କୋରିଓଗ୍ରାଫରଭାବେ ପରିଚିତ ଏହି ଓଡ଼ିଶା ଜନ୍ମିତ ପ୍ରତିଭାବାନ୍‌ କଳାକାରଙ୍କୁ ଦମ୍‌ଦାର୍‌ ଭୂମିକାରେ ବଡ଼ ପରଦାରେ ଦେଖିବାକୁ ମିଳିବ। ଫିଲ୍ମଟି ୨୦୨୦ ଜାନୁୟାରୀ ୧୪ରେ ମୁକ୍ତିଲାଭ କରିବ ବୋଲି ସୂଚନା ରହିଛି। ପୂର୍ବରୁ ସେ ଡ୍ୟାନ୍ସ ଇଣ୍ଡିଆ ଡ୍ୟାନ୍ସ, ଡ୍ୟାନ୍ସ ଦିଓ୍ବାନେ ଓ ବୁଗି ଉଗି ଭଳି ରିୟଲିଟି ଶୋ’ରେ ମଧ୍ୟ ନଜରକୁ ଆସିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

ସ୍ବାୟତ୍ତ ଶାସନ ଦିବସ ପାଳନ ନେଇ ପ୍ରସ୍ତୁତି ଚୂଡ଼ାନ୍ତ

ଦିଗପହଣ୍ଡି,୨୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ପକ୍ଷରୁ ଅଗଷ୍ଟ ୩୧ରେ ପାଳନ ହେବାକୁ ଥିବା ସ୍ବାୟତ୍ତ ଶାସନ ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି…

ନିଶାଦ୍ରବ୍ୟ ସେବନ ବିରୋଧରେ ଶପଥ, ପଥଭ୍ରଷ୍ଟ ଯୁବବର୍ଗଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ ପାଇଁ…

ଦିଗପହଣ୍ଡି/ଚିକିଟି,୨୨ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଆମ ପୋଲିସ ସମିତି ପକ୍ଷରୁ ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୂଲ୍ୟରେ ଚିକିଟିଗଡ଼ ରାଜକବି ହାଇସ୍କୁଲ…

କୁଟ୍ରିଛାପର ପଞ୍ଚାୟତରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କଲେ ବିଧାୟକ, କହିଲେ ଆହୁରି…

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ କୁଟ୍ରିଛାପର ପଞ୍ଚାୟତରେ ୬୪ ଲକ୍ଷ ଟଙ୍କା ବ୍ୟୟରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କରାଯାଇଛି। ବିକଶିତ…

ଚାଉଳ ବୋଝେଇ ଟ୍ରକ ପଛରେ ପିଟି ହେଲା ବାଇକ୍‌, ଆଉ ତା’ପରେ…

ଡୁଙ୍ଗୁରିପାଲି,୨୨।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ସ୍ଥିତ ୨୬ ନମ୍ବର ଜାତୀୟ ରାଜପଥ ଏଫ୍‌ସିଆଇ ଛକ ନିକଟରେ ଛିଡା ହୋଇଥିବା ଏକ ଚାଉଳ ବୋଝେଇ ଟ୍ରକର ପଛରେ…

ଚାଷୀ ପଞ୍ଜୀକରଣ କେନ୍ଦ୍ରରେ ଅଧିକାରୀଙ୍କୁ ତାଲା ପକାଇଲେ ଚାଷୀ

ଝାରବନ୍ଧ,୨୨ା୮(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଡଭା ପ୍ୟାକ୍ସ ଅନ୍ତର୍ଗତ ବିଳାସପୁର ଧାନ ପଞ୍ଜୀକରଣ କେନ୍ଦ୍ରରେ ତାଲା ପକାଇ ଦେଇଛନ୍ତି ଚାଷୀ। ଚାଷୀଙ୍କ ଦାବି ଅନୁସାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri