ରଜନୀକାନ୍ତଙ୍କୁ ଟିପ୍ସ ଦେଲେ ଅମିତାଭ

ମୁମ୍ବାଇ: ସାଉଥ୍‌ ସୁପରଷ୍ଟାର ତଥା ରାଜନେତା ରଜନୀକାନ୍ତଙ୍କୁ ବଲିଉଡ୍‌ ମହାନାୟକ ୩ଟି ଟିପ୍ସ ଦେଇଛନ୍ତି। ସୋମବାର ମୁମ୍ବାଇରେ ରଜନୀକାନ୍ତଙ୍କ ଫିଲ୍ମ ‘ଦରବାର’ର ହିନ୍ଦୀ ଟ୍ରେଲର ରିଲିଜ୍‌ ହେବା ସମୟରେ ଅମିତାଭ ଟିପ୍ସ ଦେଇଥିବା ଜଣାପଡିଛି। ଏହି ସମୟରେ ରଜନୀକାନ୍ତ ବଲିଉଡ୍‌ ମହାନାୟକ ଅମିତାଭଙ୍କର ଖୁବ୍‌ ପ୍ରଶଂସା କରିବା ସହ ସେ ତାଙ୍କ ପାଇଁ ପ୍ରେରଣାର ଉତ୍ସ ବୋଲି କହିଥିଲେ। ଆଉ ଏହାପରେ ଅମିତାଭ ତାଙ୍କୁ କହିଥିଲେ ୬୦ ବର୍ଷ ପାର କରିବା ପରେ ଆମକୁ ଅଧିକ ସତର୍କ ରହିବା ଜରୁରୀ। ଏବେ ତୁମକୁ ନିୟମିତ ଭାବେ ୩ଟି କାମ କରିବା କଥା ତାହା ହେଲା, ନିୟମିତ ବ୍ୟାୟାମ କରିବା, ସକାଳୁ ଉଠି ବ୍ୟସ୍ତ ରହିବା, ଘରୁ ବାହାରକୁ ଯିବା ଓ ରାଜନୀତିରେ ନ ରହିବା। ଏହାପରେ ରଜନୀକାନ୍ତ କହିଥିଲେ ପ୍ରଥମ ୨ଟି ଟିପ୍ସକୁ ସେ ପାଳନ କରୁଛନ୍ତି ହେଲେ ଶେଷଟିକୁ ସେ ପରିସ୍ଥିତିରେ ପଡି କରିପାରୁ ନାହାନ୍ତି। ସୂଚନାଯୋଗ୍ୟ, ୨୦୧୭ରେ ରଜନୀକାନ୍ତ ରାଜନୀତିରେ ପାଦ ରଖିଛନ୍ତି। ଏହାସହ ଆଗାମୀ ବିଧାନସଭା ନିର୍ବାଚନରେ ତାମିଲନାଡୁର ସମସ୍ତ ଆସନରେ ତାଙ୍କ ଦଳ ଲଢିବ ବୋଲି ମଧ୍ୟ ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

ଇରାନର ଚେତାବନୀ ମଧ୍ୟରେ ନେତାନ୍ୟାହୁଙ୍କ ବଡ଼ ଘୋଷଣା, ଆକ୍ସନରେ ଇସ୍ରାଏଲ

ତେହରାନ,୯।୪: ଇରାନ ସହିତ ଚାଲିଥିବା ଉତ୍ତେଜନା ଏବଂ ଯୁଦ୍ଧବିରତି ପାଇଁ ପ୍ରୟାସ ମଧ୍ୟରେ, ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ସ୍ପଷ୍ଟ କରିଛନ୍ତି ଯେ ହିଜବୋଲା ବିରୁଦ୍ଧରେ ସାମରିକ…

ଅଗ୍ନିବୀର ନିଯୁକ୍ତି: ଲିଖିତ ପରୀକ୍ଷା ପାଇଁ ଭାରତୀୟ ସେନା ଜାରି କଲା ସାମ୍ପଲ ପେପର, ମାଗଣାରେ ଏମିତି କରନ୍ତୁ ଡାଉନଲୋଡ୍‌

ନୂଆଦିଲ୍ଲୀ,୯।୪: ଭାରତୀୟ ସେନାରେ ଅଗ୍ନିବୀର ହେବା ପାଇଁ ପ୍ରସ୍ତୁତ ହେଉଥିବା ଯୁବକମାନଙ୍କ ପାଇଁ ଏକ ବଡ଼ ଖବର। ସେନା ପକ୍ଷରୁ ଲିଖିତ ପରୀକ୍ଷା ପାଇଁ ‘ଫ୍ରି ସାମ୍ପଲ ପେପର…

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ହର୍ମୁଜକୁ ନେଇ ବଡ଼ ସର୍ତ୍ତ ରଖିଲାଣି ଇରାନ, ଗୋଟିଏ ଦିନରେ ମାତ୍ର ଏତିକି ଜାହାଜକୁ ମିଳିବ ଅନୁମତି

ତେହରାନ୍‌,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ମଧ୍ୟରେ, ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୁଷିଆର ସରକାରୀ ଖବର…

ଇରାନ-ଆମେରିକା ଯୁଦ୍ଧବିରତି ଭାରତ ପାଇଁ ପାଲଟିଲା ସଞ୍ଜିବନୀ, ସିଧାସଳଖ ମିଳିବ ଲାଭ

ନୂଆଦିଲ୍ଲୀ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ୧୪ ଦିନିଆ ଅସ୍ତ୍ରବିରତିରୁ ଭାରତକୁ ଗୁରୁତ୍ୱପୂର୍ଣ୍ଣ ଲାଭ ମିଳିବ। ପଶ୍ଚିମ ଏସିଆରେ ଉତ୍ତେଜନା ହ୍ରାସ ପାଇବା ସହିତ, ଭାରତର ଶକ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri