Posted inଖେଳ

ରଣଜୀ ଟ୍ରଫି: ଅନୁରାଗ, ଦେବାଶିଷଙ୍କ ଅର୍ଦ୍ଧଶତକ

କଟକ ଅଫିସ,୧୩ା୨-  ଚଳିତ ସିଜନର ଅନ୍ତିମ ଲିଗ ପର୍ଯ୍ୟାୟ ମ୍ୟାଚ୍‌ ବୁଧବାରଠାରୁ ଆରମ୍ଭ ହୋଇଛି। ବାରବାଟୀ ଷ୍ଟାଡିୟମରେ ଘରୋଇ ଓଡ଼ିଶା ଦଳ ଏହି ନିର୍ଣ୍ଣାୟକ ମ୍ୟାଚ୍‌ରେ ଝାଡ଼ଖଣ୍ଡକୁ ଭେଟିଛି। ପ୍ରଥମ ଦିବସ ଷ୍ଟମ୍ପ ଅପସାରଣ ସୁଦ୍ଧା ୪ ଉଇକେଟ ହରାଇ ଓଡ଼ିଶା ୨୦୫ରନ କରିଥିବା ବେଳେ ଯୁବ ପ୍ରତିଭା ଦେବାଶିଷ ସାମନ୍ତରାୟ ୬୭ରନରେ ଅପରାଜିତ ଅଛନ୍ତି। ୨୨୮ବଲରୁ କ୍ୟାରିୟରର ୩ୟ ଅର୍ଦ୍ଧଶତକ ହାସଲ କରିଥିବା ବାମହାତୀ ବ୍ୟାଟ୍ସମ୍ୟାନ ଦେବାଶିଷ ୩ୟ ଶତକ ସଂଗ୍ରହ କରିବା ଲକ୍ଷ୍ୟରେ ଅଛନ୍ତି। ଅନ୍ୟତମ ଓଡ଼ିଶା ବ୍ୟାଟ୍ସମ୍ୟାନ ଅନୁରାଗ ଷଡ଼ଙ୍ଗୀ ମଧ୍ୟ ଅର୍ଦ୍ଧଶତକ ହାସଲ କରିଛନ୍ତି।
ଅଙ୍କିତଙ୍କ ପ୍ରଥମ ପଦାର୍ପଣ
ଏହି ସିଜନରେ ଓଡ଼ିଶା ପକ୍ଷରୁ ସର୍ବାଧିକ ଉଇକେଟ ହାସଲ କରିଥିବା ରାଜେଶ ମହାନ୍ତି ଆଘାତ ଜନିତ ସମସ୍ୟା ଯୋଗୁଁ ଚୂଡ଼ାନ୍ତ ଏକାଦଶରୁ ବାଦ ପଡ଼ିଥିଲେ। ତାଙ୍କ ସ୍ଥାନରେ ଡାହାଣହାତୀ ମିଡ଼ିୟମ ପେସ୍‌ ବୋଲର ତଥା ଅଲରାଉଣ୍ଡର ଅଙ୍କିତ ଯାଦବଙ୍କୁ ଦଳରେ ନିଆଯାଇଥିଲା। ୧୯୯୩ ନଭେମ୍ବର ୧୯ରେ ଜନ୍ମଗ୍ରହଣ କରିଥିବା ଝାରସୁଗୁଡ଼ାର ଅଙ୍କିତ୍‌ ପୂର୍ବରୁ ୧୪ ଟି ଲିଷ୍ଟ-ଏ ଓ ୧୦ଟି ଘରୋଇ ଟି୨୦ ମ୍ୟାଚ ଖେଳିଛନ୍ତି। ଦଳରେ ଅନ୍ୟ ୨ଟି ପରିବର୍ତ୍ତନ ମଧ୍ୟ କରାଯାଇଛି। ସ୍ପିନର ପପୁ ରାୟ ଓ ଅଲରାଉଣ୍ଡର ଅଭିଷେକ ରାଉତଙ୍କୁ ବିଶ୍ରାମ ଦିଆଯାଇଥିବା ବେଳେ ଅଭିଜ୍ଞ ବସନ୍ତ ମହାନ୍ତି ଓ ଦେବାଶିଷ ସାମନ୍ତରାୟ ଚୂଡ଼ାନ୍ତ ଏକାଦଶକୁ ଫେରିଛନ୍ତି। ଝାଡ଼ଖଣ୍ଡ ଅଧିନାୟକ ସୌରଭ ତିୱାରୀ ଟସ୍‌ ଜିତି ଓଡ଼ିଶାକୁ ବ୍ୟାଟିଂ ଆମନ୍ତ୍ରଣ କରିଥିଲେ। ଓପନର ଶାନ୍ତନୁ ମିଶ୍ର ୩୨ବଲରୁ ମାତ୍ର ୪ରନ କରି ଆଉଟ ହୋଇଥିଲେ। ଦଳୀୟ ସ୍କୋର ୨୯ ହୋଇଥିବା ବେଳେ ପେସ୍‌ ବୋଲର ଆଶିଷ କୁମାରଙ୍କ ବଲରେ ଶାନ୍ତନୁ ଏଲବିଡବ୍ଲ୍ୟୁ ହୋଇଥିଲେ। ଦ୍ୱିତୀୟ ଉଇକେଟରେ ଅନ୍ୟତମ ଓପନର ଅନୁରାଗ ଷଡ଼ଙ୍ଗୀ ଓ ଦେବାଶିଷ ସାମନ୍ତରାୟଙ୍କ ମଧ୍ୟରେ ୬୭ରନର ଭାଗିଦାରୀ ସୃଷ୍ଟି ହୋଇଥିଲା। ଏହି ଦୁଇ ଖେଳାଳି ରକ୍ଷଣାତ୍ମକ ଶୈଳୀରେ ବ୍ୟାଟିଂ କରିଥିଲେ। ୨୪ତମ ଓଭରରେ ଦଳୀୟ ସ୍କୋର ୫୦ ଟପିଥିଲା। ୮୬ବଲରୁ ଅନୁରାଗ ବ୍ୟକ୍ତିଗତ ୫୦ରନ ପୂରଣ କରିବା ସହ ୬୫ରନ କରି ଆଶିଷଙ୍କ ଦ୍ୱିତୀୟ ଶିକାର ହୋଇଥିଲେ। ପ୍ରଥମ ଶ୍ରେଣୀ କ୍ରିକେଟରେ ଅନୁରାଗଙ୍କର ଏହା ୧୦ତମ ଅର୍ଦ୍ଧଶତକ। ମଧ୍ୟକ୍ରମରେ କ୍ରିଜକୁ ଆସିଥିବା ଗୋବିନ୍ଦ ପୋଦ୍ଦାର ଓ ଅଧିନାୟକ ଶୁଭ୍ରାଂଶୁ ଶେଖର ସେନାପତି ଧିମା ଗତିରେ ବ୍ୟାଟିଂ କରିଥିଲେ ମଧ୍ୟ ଅଧିକ ସମୟ ତିଷ୍ଠି ପାରି ନଥିଲେ। ଗୋବିନ୍ଦ ୩୧ରନରେ ଓ ଶୁଭ୍ରାଂଶୁ ୧୯ରନରେ ଆଉଟ ହୋଇଥିଲେ। ଦେବାଶିଷ ଅତ୍ୟନ୍ତ ସତର୍କତାର ସହ ବ୍ୟାଟିଂ କରୁଥିବା ଦେଖିବାକୁ ମିଳିଥିଲା। ୧୭୬ବଲ ଖେଳି ସେ କ୍ୟାରିୟରର ୩ୟ ଅର୍ଦ୍ଧଶତକ ପୂରଣ କରିଥିଲେ। ପୂର୍ବତନ ଅଧିନାୟକ ବିପ୍ଳବ ସାମନ୍ତରାୟ ୧୬ରନରେ ଅପରାଜିତ ଅଛନ୍ତି। ହାତରେ ୬ ଉଇକେଟ ବାକି ଥିବା ଓଡ଼ିଶା ପ୍ରଥମ ଇନିଂସରେ ବଡ଼ସ୍କୋର ସଂଗ୍ରହ କରିବ ବୋଲି ଆଶା କରାଯାଉଛି। ଝାଡ଼ଖଣ୍ଡ ପକ୍ଷରୁ ଆଶିଷ କୁମାର ସର୍ବାଧିକ ୩ଟି ଉଇକେଟ ଅକ୍ତିଆର କରିଥିବା ବେଳେ ଉତ୍କର୍ଷ ସିଂ ଗୋଟିଏ ଉଇକେଟ ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଭାରତ-ଆଫଗାନିସ୍ତାନ ଟି୨୦ ସିରିଜ୍‌ ଏହି ଚ୍ୟାନେଲର ହେବ ପ୍ରସାରଣ, ଜାଣନ୍ତୁ…

ନୂଆଦିଲ୍ଲୀ,୮ା୯: ଆସନ୍ତା ୧୩ ତାରିଖରୁ ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ହେବାକୁ ଥିବା ଅନ୍ତର୍ଜାତୀୟ ଟି୨୦ ସିରିଜ୍‌ ଲାଗି ସୋନୀ ସ୍ପୋଟର୍‌ସ ନେଟ୍‌ଓ୍ବର୍କ ପ୍ରସାରଣ ଅଧିକାର…

ପାକିସ୍ତାନର ଇଣ୍ଡିଆ ପ୍ରେମ! ବିରାଟ କୋହଲିଙ୍କ ବ୍ରାଣ୍ଡର ଜୋତା ପିନ୍ଧି ଖେଳୁଛନ୍ତି ପାକିସ୍ତାନୀ କ୍ରିକେଟର; ଫଟୋ ଭାଇରାଲ

ନୂଆଦିଲ୍ଲୀ,୮।୯: ପାକିସ୍ତାନ ଦଳର କେତେଜଣ ଖେଳାଳି ବିରାଟ କୋହଲିଙ୍କ ବ୍ରାଣ୍ଡ, One8 ର ଜୋତା ପିନ୍ଧି ମହିଳା ଏସିଆ କପରେ ଖେଳୁଛନ୍ତି; ଏହାର ଫଟୋ ଏବେ ଭାଇରାଲ…

ପୁଣି ବଢ଼ିଗଲା BCCIର ରାଜକୋଷ; ୩୫ ମ୍ୟାଚ ଚୁକ୍ତିରୁ ମିଳିଲା ଏତିକି କୋଟି

ନୂଆଦିଲ୍ଲୀ,୮।୯: ବିଶ୍ୱର ସବୁଠାରୁ ଧନୀ କ୍ରିକେଟ ବୋର୍ଡ BCCI ଏକ ନୂତନ ଚୁକ୍ତି କରିଛି। ଟିମ ଇଣ୍ଡିଆ ଘରୋଇ ମାଟିରେ ଖେଳିବା ପାଇଁ ବୋର୍ଡ ଏବେ 3.71…

Shubman Gill Net Worth: ବିଳାସପୂର୍ଣ୍ଣ ଜୀବନଶୈଳୀ ବିତାଉଛନ୍ତି ଶୁବମନ ଗିଲ; ଜାଣନ୍ତୁ ୨୭ ବର୍ଷ ବୟସରେ କେତେ ଧନୀ ‘ଦି ପ୍ରିନ୍ସ’

ନୂଆଦିଲ୍ଲୀ,୮।୯: ୨୦୧୮ରେ ପୃଥ୍ବୀ ଶ’ଙ୍କ ଅଧିନାୟକତ୍ୱରେ ଭାରତ ୧୯ ବର୍ଷରୁ କମ ବିଶ୍ୱକପ ଜିତିଥିଲା। ସେତେବେଳେ ସମସ୍ତେ ବିଶ୍ୱାସ କରୁଥିଲେ ଯେ ଇଣ୍ଡିଆ ଶ’ଙ୍କ ପରି ପରବର୍ତ୍ତୀ…

‘ବୈଭବ ସୂର୍ଯ୍ୟବଂଶୀଙ୍କଠାରୁ ମୋର କୌଣସି ଆଶା ନାହିଁ’: ଟିମ ଇଣ୍ଡିଆକୁ ନେଇ ଏମିତି କହିଲେ ସୁନୀଲ ଗାଭାସ୍କର, ଉଠିଲାଣି ପ୍ରଶ୍ନ

ନୂଆଦିଲ୍ଲୀ,୮।୯: ଆଫଗାନିସ୍ତାନ ବିପକ୍ଷରେ ଟି-୨୦ ସିରିଜ ପରେ, ଭାରତୀୟ ପୁରୁଷ କ୍ରିକେଟ ଦଳ ୨୦୨୬ ଏସୀୟ କ୍ରୀଡାରେ ଅଂଶଗ୍ରହଣ କରିବ। ସେପ୍ଟେମ୍ବର ୧୯ରେ ଜାପାନର ଆଇଚି-ନାଗୋୟାରେ ଆରମ୍ଭ…

Watch: ଜନ୍ମଦିନର ପୂର୍ବ ରାତିରେ ସଭିଙ୍କୁ ଚକିତ କଲେ ଶୁବମନ ଗିଲ, ଜାଣନ୍ତୁ…

ନୂଆଦିଲ୍ଲୀ,୮।୯: ଭାରତୀୟ କ୍ରିକେଟ ଦଳର ଅଧିନାୟକ ଶୁବମନ ଗିଲ ମଙ୍ଗଳବାର ତାଙ୍କର ୨୭ତମ ଜନ୍ମଦିନ ପାଳନ କରୁଛନ୍ତି। ସେ ୨୭ ବର୍ଷ ପୂର୍ବେ ଆଜିର ଦିନରେ –…

‘ଇଶାନ କିଶନଙ୍କଠାରୁ କିଛି ଶିଖ…’ବୈଭବଙ୍କୁ ପୂର୍ବତନ କ୍ରିକେଟରଙ୍କ ବଡ଼ ଚେତାବନୀ, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୮।୯: ଦୁଲୀପ ଟ୍ରଫି ଫାଇନାଲରେ ଇଶାନ କିଶନଙ୍କ ବ୍ୟାଟରୁ ଦେଖିବାକୁ ମିଳିଛି ଜବରଦସ୍ତ ଇନିଂସ। ଇଶାନ ୩୩୪ ବଲରୁ ୨୭୦ ରନ୍‌ର ମାରାଥନ ପାରି ଖେଳିଛନ୍ତି। ତାଙ୍କ…

ଭାରତ ବିପକ୍ଷ ଐତିହାସିକ ଟି-୨୦ ମ୍ୟାଚ ଖେଲିବାକୁ ଦଳ ଘୋଷଣା କଲା ଜାପାନ: ଜାଣନ୍ତୁ କିଏ ହେଲେ ଅଧିନାୟକ

ଟୋକିଓ,୮।୯: ଜାପାନ କ୍ରିକେଟ ଆସୋସିଏସନ ସୋମବାର ଭାରତ ବିପକ୍ଷରେ ଐତିହାସିକ ଏକମାତ୍ର ଟି-୨୦ ମ୍ୟାଚ ପାଇଁ ୧୫ ଜଣିଆ ଦଳ ଘୋଷଣା କରିଛି। ଏହା ଭାରତ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri