Posted inଖେଳ

ରଣଜୀ ଫାଇନାଲରେ ଖେଳିବେ ନାହିଁ ଜାଡେଜା

କୋଲକାତା,୬।୩- ଆସନ୍ତା ୯ ତାରିଖରେ ସୌରାଷ୍ଟ୍ର ଓ ବେଙ୍ଗଲ ମଧ୍ୟରେ ଚଳିତ ରଣଜୀ ସିଜନର ଫାଇନାଲ ମ୍ୟାଚ୍‌ ଖେଳାଯିବ। ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ସୌରାଷ୍ଟ୍ର କ୍ରିକେଟ ଆସୋସିଏଶନ (ଏସ୍‌ସିଏ) ତା’ର ଷ୍ଟାର ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜାଙ୍କୁ ଫାଇନାଲରେ ଖେଳାଇବା ପାଇଁ ବିସିସିଆଇର ଅନୁମତି ମାଗିଥିଲା। କିନ୍ତୁ ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି ଏହାକୁ ପ୍ରତ୍ୟାଖ୍ୟାନ କରିଦେଇଛନ୍ତି। ବୋର୍ଡ ଜାଡେଜାଙ୍କୁ ରଣଜୀ ଫାଇନାଲରେ ଖେଳିବାକୁ ଅନୁମତି ଦେଇ ପାରିବ ନାହିଁ। କାରଣ ଦେଶ ପ୍ରଥମେ ବୋଲି ଗାଙ୍ଗୁଲି କହିଛନ୍ତି। ଦେଶରେ ଗୁରୁତ୍ୱପୂର୍ଣ୍ଣ ଫାଇନାଲ ମ୍ୟାଚ୍‌ବେଳେ ଅନ୍ତର୍ଜାତୀୟ ମ୍ୟାଚ୍‌ ଆୟୋଜନ ନ କରିବାକୁ ଏସ୍‌ସିଏ ସଭାପତି ଜୟଦେବ ଶାହା ପ୍ରସ୍ତାବ ଦେଇଛନ୍ତି। ଯଦି ବିସିସିଆଇ ଚାହୁଁଛି ରଣଜୀ ଫାଇନାଲ ଭଳି ଦେଶର ଗୁରୁତ୍ୱପୂର୍ଣ୍ଣ ଘରୋଇ କ୍ରିକେଟ ମ୍ୟାଚ୍‌ର ସିଧାପ୍ରସାରଣ ଅଧିକ ପ୍ରଶଂସକ ଦେଖନ୍ତୁ, ତେବେ ସେହି ସମୟରେ ଅନ୍ତର୍ଜାତୀୟ ମ୍ୟାଚ୍‌ ଆୟୋଜନ କରାଯିବା ଉଚିତ ନୁହେଁ। ଯଦି ରଣଜୀ ଫାଇନାଲବେଳେ ଅନ୍ତର୍ଜାତୀୟ ମ୍ୟାଚ୍‌ ଆୟୋଜନ କରାଯାଇପାରିବ, ତେବେ ଆଇପିଏଲ ସମୟରେ କାହିଁକି ହେବ ନାହିଁ ବୋଲି ସେ ପ୍ରଶ୍ନ କରିଛନ୍ତି। ଆଇପିଏଲରୁ ବିପୁଳ ଟଙ୍କା ମିଳିଥିବାରୁ ବିସିସିଆଇ ଏଭଳି କରୁନାହିଁ। ରଣଜୀ ଫାଇନାଲକୁ ଲୋକପ୍ରିୟ କରାଇବାକୁ ହେଲେ ଷ୍ଟାର ଖେଳାଳିମାନେ ଖେଳିବା ଦରକାର ବୋଲି ଶାହା କହିଛନ୍ତି। ସୌରାଷ୍ଟ୍ର ଗତ ୮ ବର୍ଷ ମଧ୍ୟରେ ୪ର୍ଥ ଥର ପାଇଁ ରଣଜୀ ଫାଇନାଲ ଖେଳିବ। ଏହି ମ୍ୟାଚ୍‌ରେ ଟେଷ୍ଟ ସ୍ପେଶାଲିଷ୍ଟ ଚେତେଶ୍ୱର ପୂଜାରା ଖେଳିବେ। ତାଙ୍କ ସାଥୀ ରିଦ୍ଦିମାନ ଶାହା ବେଙ୍ଗଲ ପକ୍ଷରୁ ପ୍ରତିନିଧିତ୍ୱ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦେଶର ପୂର୍ବତନ ରାଷ୍ଟ୍ରପତିଙ୍କୁ ଆଜୀବନ କାରାଦଣ୍ଡ, ଜାଣନ୍ତୁ କ’ଣ କରିଛନ୍ତି ଅପରାଧ

ସିଓଲ,୧୯।୨: ଦକ୍ଷିଣ କୋରିଆର ପୂର୍ବତନ ରାଷ୍ଟ୍ରପତି ୟୁନ ସୁକ-ୟେଓଲ ଏକ ବଡ଼ ଝଟକା ପାଇଛନ୍ତି। ଗୁରୁବାର (ଫେବୃଆରୀ ୧୯) ଦିନ, କୋର୍ଟ ତାଙ୍କୁ ଦୋଷୀ ସାବ୍ୟସ୍ତ କରି…

ଭାରତର ପଡୋଶୀ ଦେଶରେ ବଡ଼ ଧରଣର ବିସ୍ଫୋରଣ, ଅତିକମରେ ୧୬ ମୃତ

ଇସଲାମାବାଦ,୧୯।୨: ପାକିସ୍ତାନର ସବୁଠାରୁ ବଡ଼ ସହର କରାଚୀରୁ ଏକ ଦୁଃଖଦ ଖବର ଆସିଛି। ଏକ ଆବାସିକ ଅଞ୍ଚଳରେ ଏକ ଶକ୍ତିଶାଳୀ ବିସ୍ଫୋରଣ ସମଗ୍ର ଅଞ୍ଚଳକୁ ଥରାଇ ଦେଇଛି।…

ଆଜିର ମାଟ୍ରିକ ପରୀକ୍ଷାରେ ଅନୁପସ୍ଥିତ ରହିଲେ ୩୯ ପରୀକ୍ଷାର୍ଥୀ

ଲାଞ୍ଜିଗଡ଼,୧୯ା୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ୮ଟି ପରୀକ୍ଷା କେନ୍ଦ୍ରରେ ଗୁରୁବାର ମାଟ୍ରିକ ପରୀକ୍ଷା ଦେଇଛନ୍ତି ୧୩୬୪ ଜଣ ଛାତ୍ରୀଛାତ୍ର। ଏହି ପରୀକ୍ଷା ଫେବୃଆରୀ…

‘ଗଞ୍ଜାମ ବ୍ଲକରେ ବର୍ତ୍ତମାନ ସୁଦ୍ଧା ୮୯ ପ୍ରତିଶତ ଧାନ କିଣା ସରିଛି’

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ୧୫ଟି ପଞ୍ଚାୟତରେ ସରକାରଙ୍କ ପକ୍ଷରୁ ହୋଇଥିବା ଚାଷୀ ଧାନ ବିକ୍ରି ପାଇଁ ମଣ୍ଡିର କେତେକ ସ୍ଥାନରେ ଅବ୍ୟବସ୍ଥା ଦେଖାଦେଇଛି। ଏଥିପାଇଁ ଚାଷୀଙ୍କୁ…

ପଡ଼ିଆରେ ଅଘଟଣ: କ୍ରିକେଟ୍‌ ମ୍ୟାଚ୍‌ ଚାଲିଥିବାବେଳେ ମହୁମାଛି ଆକ୍ରମଣ, ଅମ୍ପାୟାର ମୃତ

ଲକ୍ଷ୍ନୌ,୧୯।୨: ଭାରତରେ ଏକ କ୍ରିକେଟ ମ୍ୟାଚ ଚାଲିଥିବା ସମୟରେ ଏକ ଅଘଟଣ ଘଟିଛି। ଏଠାରେ ଏକ ମ୍ୟାଚ୍‌ ଚାଲିଥିବାବେଳେ ମହୁମାଛି ଆକ୍ରମଣରେ ଜଣେ ଅମ୍ପାୟାରଙ୍କ ମୃତ୍ୟୁ ଘଟିଛି।…

ଭାରତୀୟ ବିମାନ କମ୍ପାନୀ ବିରୋଧରେ ବାଂଲାଦେଶ ନେଲା ବଡ଼ ନିଷ୍ପତ୍ତି: ଏୟାରସ୍ପେସ ବନ୍ଦ

ଢାକା,୧୯।୨: ବାଂଲାଦେଶର ତାରିକ ରହମାନ ସରକାର ବକେୟା ଦେୟ ପରିଶୋଧ ନ କରିବା କାରଣରୁ ଭାରତୀୟ ବଜେଟ ବିମାନ କମ୍ପାନୀ ସ୍ପାଇସଜେଟକୁ ଏହାର ଏୟାରସ୍ପେସ ବ୍ୟବହାର କରିବାରୁ…

ରାଜ୍ୟରେ ବଢ଼ିବ ସବ୍‌ଡିଭିଜନ, ଏହି ଜିଲାରୁ ଆସିଛି ସର୍ବାଧିକ ପ୍ରସ୍ତାବ

ଭୁବନେଶ୍ୱର,୧୯ା୨: ରାଜ୍ୟରେ ବଢ଼ିପାରେ ସବ୍‌ଡିଭିଜନ ସଂଖ୍ୟା, ଏନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଗୁରୁବାର ଗୃହରେ ସୂଚନା ଦେଇଛନ୍ତି। ୬୬ ନୂଆ ସବ୍‌ଡିଭିଜନ ଗଠନ ପାଇଁ ସରକାରଙ୍କୁ…

ସେବାଶ୍ରମ ବିଦ୍ୟାଳୟ ଅଫିସ ରୁମ୍‌ରେ ପିଅନଙ୍କ ଝୁଲନ୍ତା ମୃତଦେହ

ନନ୍ଦପୁର,୧୯ା୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବିଲାପୁଟ ପଞ୍ଚାୟତର ଜବାଗଡ଼ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଅଫିସ ରୁମ୍‌ରୁ ଗୁରୁବାର ସକାଳେ କାର୍ଯ୍ୟରତ ପିଅନ (ସିସିଏ)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri