ରଣପୁର ପଞ୍ଚାୟତ ସମିତି ବୈଠକରେ ଉତ୍ତେଜନା

ରଣପୁର,୨୧।୧୨(ସ୍ବ.ପ୍ର.)-ରଣପୁର ପଞ୍ଚାୟତ ସମିତି ବୈଠକ ସ୍ଥାନୀୟ ସମ୍ମିଳନୀ କକ୍ଷରେ ଶୁକ୍ରବାର ଚେୟାରମ୍ୟାନ ନିରୁପମା ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇ ଯାଇଛି । ସମିତି ବୈଠକ ଶାନ୍ତିଶୃଙ୍ଖଳାର ସହ ଚାଲୁ ରହିଥିବାବେଳେ ଜିଓ ଟ୍ୟାଗ୍‌ରୁ ବାଦ୍‌ ପଡିଥିବା ରଣପୁର ବ୍ଲକ ଅଞ୍ଚଳର ପ୍ରାୟ ୫୦୦ରୁ ଊର୍ଦ୍ଧ୍ୱ ମହିଳାପୁରୁଷ ସଭାଗୃହକୁ ଧସେଇ ପଶି ଆସିଥିଲେ । ସେମାନଙ୍କର ନଁା ପୂର୍ବେ ଜିଓ ଟ୍ୟାଗ୍‌ରେ ଥିବାବେଳେ ପରବର୍ତ୍ତୀ ସମୟରେ କେଉଁଥିପାଇଁ କଟାଗଲା ତା’ର ପ୍ରତିବାଦ କରି ପାଟିତୁଣ୍ଡ କରିଥିଲେ । ହଠାତ୍‌ ଏତେ ସଂଖ୍ୟକ ଲୋକ କାହିଁକି ସଭାଗୃହକୁ ପଶି ଆସିଲେ କେହି କିଛି ବୁଝି ପାରି ନ ଥିଲେ । ବାହାରେ ପୋଲିସ ମୁତୟନ ନ ଥିବାରୁ ପରିସ୍ଥିତି ବିଗିଡିବା ଆରମ୍ଭ ହୋଇଥିଲା । ଲୋକ ପ୍ରତିନିଧି, ସରକାରୀ କର୍ମଚାରୀଙ୍କ ସହ ଲୋକଙ୍କ ମଧ୍ୟରେ ଠେଲାପେଲା, କଥାକଟାକଟି, ଯୁକ୍ତିତର୍କ ଆରମ୍ଭ ହୋଇ ଯାଇଥିଲା। ଏପରି କି ପ୍ରାୟ ଅଧ ଘଣ୍ଟାଏ ଧରି ସେଠାରେ ଉତ୍ତେଜନା ଲାଗିରହିଥିଲା । ବିଡିଓ ରଶ୍ମିରେଖା ଦାସ, ରଣପୁର ବିଧାୟକଙ୍କ ପ୍ରତିନିଧି ପ୍ରଭାତ ଦଳବେହେରା ହିତାଧିକାରୀଙ୍କୁ ବୁଝାଶୁଝା କରି ସମସ୍ୟାର ସମାଧାନ କରିବାକୁ ପ୍ରତିଶ୍ରୁତି ଦେଇଥିଲେ । ଏହା ପରେ ଗୃହରେ ପୁଣି ବୈଠକ ଆରମ୍ଭ ହୋଇଥିଲା। ଲୋକେ ଧସେଇ ପଶି ଆସିବା ଘଟଣାରେ ନିନ୍ଦା ପ୍ରସ୍ତାବ ଆଗତ କରାଯାଇଥିଲା । ଆଗକୁ ଯେପରି ଏପରି ପରିସ୍ଥିତି ସୃଷ୍ଟି ନ ହେବ ସେଥିପ୍ରତି ଦୃଷ୍ଟି ଦେବାକୁ ପ୍ରଶାସନକୁ ସଭ୍ୟମାନେ ଅବଗତ କରାଇଛନ୍ତି ।
ସୂଚନା ଅନୁସାରେ, ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ କାର୍ଯ୍ୟାଦେଶ ଦେବାକୁ ଜିଓ ଟ୍ୟାଗ୍‌ କରାଯାଇଥିଲା । ତେବେ ୧୨ ହଜାର ଲୋକଙ୍କ ନାମ ଟ୍ୟାଗ ହୋଇଥିବାବେଳେ ସେଥିରୁ ୩ହଜାର ଲୋକଙ୍କୁ ବାଦ୍‌ ଦିଆ ଯାଇଥିଲା । ଜିଓ ଟ୍ୟାଗରୁ ବାଦ୍‌ ପଡିଥିବା ହିତାଧିକାରୀ ଶୁକ୍ରବାର ବିଡିଓଙ୍କୁ ଭେଟି ଅଭିଯୋଗ କରିବାକୁ ଆସିଥିଲେ । ହେଲେ ରଣପୁର ବିଡିଓ ସେମାନଙ୍କୁ ଦେଖା ଦେଇ ନ ଥିଲେ । ୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ଧରି ଅପେକ୍ଷାରତ ଲୋକ କ୍ଷୋଭ ପ୍ରକାଶ କରି ସମିତି ସଭାଗୃହକୁ ଧସେଇ ପଶିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

୫୩ନଂ ରାଜ୍ୟ ରାଜପଥରେ ଗୋଟିଏ ପରେ ଗୋଟିଏ ହାଇଓ୍ବାକୁ ମାଡ଼ି ବସିଲା ପୋଲିସ 

ବନ୍ତ,୧୨।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ପୋଲିସ ପକ୍ଷରୁ ବେଆଇନ ବାଲି ଚାଲାଣ କରୁଥିବା ୯ଟି ହାଇଓ୍ବା ଜବତ ହୋଇଛି। ଭଦ୍ରକ-ଆନନ୍ଦପୁର ୫୩ନଂ ରାଜ୍ୟ ରାଜପଥରେ…

ଯୁବକଙ୍କୁ ଧକ୍କାଦେଇ ଫେରାର ମାରିଲେ ହାଇଓ୍ବା ଚାଳକ, ଘଟଣାସ୍ଥଳରେ ପଡ଼ିରହିଛି ମୃତଦେହ

ବାଲେଶ୍ୱର,୧୨ା୪(ବାଞ୍ଛାନିଧି ଦେ): ଏଆର୍‌ଏସ୍‌ଏସ୍‌ କମ୍ପାନୀର ହାଇଓ୍ବା ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ବାଲେଶ୍ୱର ଜିଲା ବସ୍ତା ଥାନା ଅମର୍ଦ୍ଦାରୋଡ୍‌ ରେଳ ଷ୍ଟେଶନ ପରିସରରେ ମୋରମ ବୋଝେଇ ହାଇଓ୍ବା…

କେନ୍ଦ୍ରାପଡ଼ା ଜିଲାର ଏହି ବ୍ଲକରେ ବିଜେଡିରୁ ସମସ୍ତେ ଦେଇଦେଲେ ଇସ୍ତଫା

ପାଟକୁରା,୧୨ା୪(ରବୀନ୍ଦ୍ର ନାଥ ବାରିକ): କେନ୍ଦ୍ରାପଡା ଜିଲା ପାଟକୁରା ନିର୍ବାଚନ ମଣ୍ଡଳୀ ଗରଦପୁର ବ୍ଲକ ବିଜେଡି ସମର୍ଥିତ ତଥା ବିଧାୟକ ଅରବିନ୍ଦ ମହାପାତ୍ରଙ୍କ ଅନୁଗତମାନେ ବିଜେଡିରୁ ସମୂହ ଇସ୍ତଫା…

ଜିଲାପାଳଙ୍କ ତଦାରଖ ପରେ ଫେରିଘାଟ ବନ୍ଦ ନିର୍ଦ୍ଦେଶ, ଡଙ୍ଗା ଇଞ୍ଜିନ ଚାବି ଜବତ କରି…

ମହାକାଳପଡ଼ା,୧୨ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ପଞ୍ଚାୟତ ବାହାକୁଦ-ମୂଷଡିଆ ମହାନଦୀ ଫେରିଘାଟରେ ଲାଇଫ ଜ୍ୟାକେଟ, ସିସିଟିଭି ଆଦି ବ୍ୟବାହର ହେଉ ନ ଥିବା…

ମହିଳା ସଂରକ୍ଷଣ ବିଲ୍‌କୁ ନେଇ ପ୍ରଭାତୀ ପରିଡ଼ାଙ୍କ ବଡ଼ ଅପଡେଟ୍‌, କହିଲେ ଦେଶକୁ ଏକ ନୂଆ…

ଭୁବନେଶ୍ୱର,୧୨ା୪: ମହିଳା ସଂରକ୍ଷଣ ବିଲ୍‌ ପ୍ରସଙ୍ଗରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ରବିବାର ଏକ ବଡ଼ ସୂଚନା ଦେଇଛନ୍ତି। ସେ ଏକ ପ୍ରେସ୍‌ମିଟ୍‌ରେ କହିଛନ୍ତି, ୩୩% ମହିଳା ସଂରକ୍ଷଣ…

ବୋଲେରୋ ଧକ୍କାରେ ବାଇକ୍‌ ଚାଳକଙ୍କ ମୃତ୍ୟୁ,୨୦ ଘଣ୍ଟା ହେଲା ହୋଇପାରିନି ମୃତଦେହ ବ୍ୟବଚ୍ଛେଦ

ଦାରିଙ୍ଗବାଡ଼ି,୧୨ା୪(ଅରୁଣ ସାହୁ): ବୋଲେରୋ ଧକ୍କାରେ ବାଇକ୍‌ଚାଳକଙ୍କ ମୃତ୍ୟୁ ଘଟଣାର ଇତିମଧ୍ୟରେ ପ୍ରାୟ ୨୦ ଘଣ୍ଟା ବିତିଯାଇଥିଲେ ମଧ୍ୟ କୌଣସି ମାମଲା ରୁଜୁ ହୋଇ ନ ଥିବା ଓ…

Dharitri Business Eminence Award 2026: ଶିକ୍ଷା ବ୍ୟବସାୟ ନୁହେଁ, ଭବିଷ୍ୟତ ଗଢ଼ିବାର ମାଧ୍ୟମ

ଶିକ୍ଷା ଶିଳ୍ପରେ ଜଣେ ଆଗଧାଡ଼ିର ଉଦ୍ୟୋଗୀ ଭାବେ ସୋମଦତ୍ତ ବେହୁରା ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ଭୁବନେଶ୍ୱରସ୍ଥିତ କେ.ଟି. ଗ୍ଲୋବାଲ୍‌ ସ୍କୁଲର ପ୍ରତିଷ୍ଠାତା ସୋମଦତ୍ତ ବେହୁରା…

ସଇତାନ ସାଜିଲେ ମା’: ୨ ଶିଶୁଙ୍କୁ ପନିକିରେ ହାଣିବା ପରେ ନିଜେ…

ଝାରସୁଗୁଡା, ୧୨।୪(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ବିମାନ ବନ୍ଦର ଥାନା ଓରାମପଡାଠାରେ ଶନିବାର ବିଳମ୍ବିତ ରାତ୍ରିରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏଠାରେ ଜଣେ ମା’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri