ରଣପୁର ରଥ ଯାତ୍ରା ପାଇଁ ପ୍ରସ୍ତୁତି: ରଣପୁର ଜଙ୍ଗଲରେ ମିଳୁନି ରଥ କାଠ

ରଣପୁର,୪ା୬(ସ୍ବ.ପ୍ର.)-ଓଡିଶାର ଦ୍ୱିତୀୟ ଶ୍ରୀ କ୍ଷେତ୍ର ଭାବେ ପରିଚିତ ରଣପୁର ରଥଯାତ୍ରା ପାଇଁ ଦେବୋତ୍ତର ବିଭାଗ ତରଫରୁ ସୋମବାର ରଣପୁର ବ୍ଲକ ସଭାଗୃହରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଚଳିତ ବର୍ଷ ରଥଯାତ୍ରା ପାଇଁ ନିର୍ମାଣ ହେବାକୁ ଥିବା ୩ ରଥ ପାଇଁ ରଥ କାଠ ମିଳୁ ନ ଥିବା ସ୍ଥାନୀୟ ବନ ବିଭାଗ ଅଧିକାରୀ ଶରତ ଚନ୍ଦ୍ର ଶତପଥି ପ୍ରକାଶ କରିଛନ୍ତି। ରଥ ନିର୍ମାଣ କରୁଥିବା ମହାରଣାମାନଙ୍କ ସହିତ ବନ କର୍ମଚାରୀମାନେ ମିଳିତ ଭାବେ ସଂରକ୍ଷିତ ଜଙ୍ଗଲରେ ଧଅରା କାଠ ଖୋଜିବା ପାଇଁ ମଙ୍ଗଳବାରଠାରୁ ବାହାରିବେ ବୋଲି ବୈଠକରେ ନିଷ୍ପତ୍ତି ହୋଇଛି। ରଥ ଯାତ୍ରା କିପରି ଶାନ୍ତିଶୃଙ୍ଖଳିତ ଓ ଆକର୍ଷଣୀୟ ହୋଇପାରିବ ସେ ସମ୍ବନ୍ଧରେ ବୈଠକରେ ଆଲୋଚନା କରାଯାଇଥିଲା । ରଥଖଳାରେ ଥିବା ଦୋକାନ ବଜାରକୁ ଉଠାଇବା ପାଇଁ ନିଷ୍ପତ୍ତି ନିଆଯାଇଛି । ରଥଯାତ୍ରା ଶାନ୍ତିଶୃଙ୍ଖଳାର ସହିତ ପରିଚାଳନା ପାଇଁ ଏକ ସୁରକ୍ଷା କମିଟି, ପ୍ରଚାର ପ୍ରସାର କମିଟି ମଧ୍ୟ ଗଠନ କରାଯାଇଛି । ଏହି ବୈଠକରେ ରଣପୁର ବିଧାୟକ ସତ୍ୟ ନାରାୟଣ ପ୍ରଧାନ, ତହସିଲଦାର ସୁଶାନ୍ତ କୁମାର ପତି, ରଣପୁର ଥାନା ଅଧିକାରୀ ବୈଦ୍ୟନାଥ ଭୋଇ, ବନ ବିଭାଗ ଅଧିକାରୀ ଶରତ ଚନ୍ଦ୍ର ଶତପଥି, ଏବିଡିଓ ରତନ ଲାଲ ଲୋହରା, ଏନ୍‌ଏସି ଅଧ୍ୟକ୍ଷା ସବିତା ଦାସ, ସମନ୍ବୟ ଶିଶୁ ବିକାଶର ଅଧିକାରିଣୀ ବ୍ରହ୍ମୋତ୍ରୀ ମିଶ୍ର, ଅଗ୍ନିଶମ ବିଭାଗ ଅଧିକାରୀ ସରୋଜ କୁମାର ଦାଶ ପ୍ରମୁଖ ଉପସ୍ଥିତ ଥିଲେ। ଥାନା ଅଧିକାରୀ ଭୋଇ ରଥଯାତ୍ରା ନିମନ୍ତେ ୨ ପ୍ଲାଟୁନ୍‌ ପୋଲିସ ଫୋର୍ସର ବ୍ୟବସ୍ଥା କରିବା ସହ ଆଇନ ଶୃଙ୍ଖଳା ବ୍ୟବସ୍ଥାକୁ କଡାକଡି ଭାବେ ଲାଗୁ କରାଯିବ ବୋଲି କହିିଥିଲେ । ଏନଏସି ଅଧ୍ୟକ୍ଷା ବଡଦାଣ୍ଡର ପରିଷ୍କାର ଓ ପରିଚ୍ଛନ୍ନ ଉପର ଦୃଷ୍ଟି ଦେଇଥିଲେ। ବିଧାୟକ ସତ୍ୟ ନାରାୟଣ ପ୍ରଧାନ ସଭାପତିତ୍ୱ କରିଥିଲେ । ତହସିଲଦାର ଓ ମନ୍ଦିର ପରିଚାଳନା କମିଟିର ମ୍ୟାନେଜର ରମେଶ ଚନ୍ଦ୍ର ପ୍ରଧାନ ବୈଠକ ପରିଚାଳନା କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

ଏସୀୟ କ୍ରୀଡ଼ା ଫାଇନାଲରେ କ’ଣ ପାକିସ୍ତାନୀ ଖେଳାଳିଙ୍କ ସହ ହାତ ମିଳାଇବେ ନାହିଁ ଭାରତୀୟ ଖେଳାଳି? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୧।୧୦: ଯେତେବେଳେ ଭାରତୀୟ ଏବଂ ପାକିସ୍ତାନୀ କ୍ରିକେଟ ଦଳ ପଡ଼ିଆରେ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଦୃଷ୍ଟି କେବଳ ମ୍ୟାଚ ମଧ୍ୟରେ ସୀମିତ ରହେ ନାହିଁ। ଉଭୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?