Posted inରାଜ୍ୟ

ମର୍ଦ୍ଦରାଜପୁର ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର:୧୫ବର୍ଷ ପରେ ବି କାର୍ଯ୍ୟକ୍ଷମ ହୋଇପାରୁନି

ଖଣ୍ଡପଡ଼ା,୨୨ା୫(ସ୍ବ.ପ୍ର.)- ଅଞ୍ଚଳବାସୀଙ୍କ ଦୀର୍ଘବର୍ଷର ଦାବି ପରେ ଖଣ୍ଡପଡ଼ା ବ୍ଲକ ମର୍ଦ୍ଦରାଜପୁରଠାରେ ଏକ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ସ୍ଥାପନ କରାଯାଇଥିଲା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଉଦ୍‌ଘାଟନ କରିବାର ଦୀର୍ଘ ୧୫ବର୍ଷ ବିତିଯାଇଥିଲେ ମଧ୍ୟ ଏହା କାର୍ଯ୍ୟକ୍ଷମ ହୋଇପାରି ନାହିଁ। ଫଳରେ ଏହାକୁ ନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି ା
ଖଣ୍ଡପଡା ବ୍ଲକ ଅନ୍ତର୍ଗତ ମର୍ଦ୍ଦରାଜପୁର, ବୋଦସା, ବେଣାଗାଡିଆ ଓ ଖଳିସାହି ପଞ୍ଚାୟତର ପ୍ରାୟ ୨୦ ହଜାରରୁ ଊର୍ଦ୍ଧ୍ୱ ଜନସାଧାରଣଙ୍କ ସମୂହ ସ୍ବାର୍ଥକୁ ଦୃଷ୍ଟିରେ ରଖି ୨୦୦୨ରେ ମର୍ଦ୍ଦରାଜପୁରଠାରେ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ନିର୍ମାଣ ଆରମ୍ଭ ହୋଇଥିଲା। ସାମାଜିକ କର୍ମୀ ତଥା ମର୍ଦ୍ଦରାଜପୁର ସରପଞ୍ଚ ବୈକୁଣ୍ଠନାଥ ଗୋଚ୍ଛିଙ୍କ ନିଜସ୍ବ ଉଦ୍ୟମ ତଥା ଆର୍ଥତ୍କ ସହାୟତାରେ ଏହି କାର୍ଯ୍ୟ କରାଯାଇଥିଲା ା ପରେ ତତ୍କାଳୀନ ବିଧାୟକ ଓ ଏମ୍‌ପିଙ୍କ ନିଜସ୍ବ ପାଣ୍ଠି ସହାୟତାରେ ମେଡିକାଲ କାର୍ଯ୍ୟ ଶେଷ କରାଯାଇଥିଲା। ୨୦୦୪ ଫେବୃୟାରୀ ୧୩ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନବନିର୍ମିତ ବିଜୁ ପଟ୍ଟନାୟକ ହାସ୍‌ପାତାଳ (ପିଏଚ୍‌ସି ନ୍ୟୁ)କୁ ଉଦ୍‌ଘାଟନ କରି ଲୋକାର୍ପିତ କରିଥିଲେ। ପରେ ଏଠାରେ ଜଣେ ଡାକ୍ତରଙ୍କୁ ସପ୍ତାହରେ ୩ଦିନ ସେବା ଯୋଗାଇବା ପାଇଁ ନିଯୁକ୍ତି ଦିଆଯାଇଥିଲା। ଜଣେ ନର୍ସ ଓ ଜଣେ ପିଅନଙ୍କୁ ନିଯୁକ୍ତି ସହ ଆବଶ୍ୟକ ଔଷଧ ଓ ରୋଗୀମାନଙ୍କ ପାଇଁ ୫ଟି ଖଟିଆ ଯୋଗାଇ ଦିଆଯାଇଥିଲା। ମଝିରେ ମଝିରେ ଜଣେ ଫାର୍ମାସିଷ୍ଟ ମଧ୍ୟ ଏଠାକୁ ଆସି ରୋଗୀସେବାରେ ସାହାଯ୍ୟ କରୁଥିଲେ। ଅଞ୍ଚଳବାସୀ ସ୍ବାସ୍ଥ୍ୟସେବା ପାଉଥିବାବେଳେ ମାତ୍ର ୩ମାସ ଏହା କୌଣସି କାରଣରୁ ବନ୍ଦ ହୋଇଗଲା। ପରେ ନିଯୁକ୍ତି ପାଇଥିବା ଷ୍ଟାଫ୍‌ମାନେ ସ୍ବାସ୍ଥ୍ୟକେନ୍ଦ୍ରକୁ ଆସିବା ବନ୍ଦ କରିଦେଇଥିଲେ ା ଫଳରେ ଜନ ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଲା। ସ୍ବାସ୍ଥ୍ୟକେନ୍ଦ୍ର ଖୋଲିବା ନେଇ ପଞ୍ଚାୟତ ପକ୍ଷରୁ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷଙ୍କୁ ବାରମ୍ବାର ଅବଗତ କରିଆସୁଥିଲେ ମଧ୍ୟ କୌଣସି ପଦକ୍ଷେପ ଗ୍ରହଣ କରାଯାଇନାହିଁ। ପରବର୍ତ୍ତୀ ସମୟରେ ତତ୍କାଳୀନ ସ୍ଥାନୀୟ ବିଧାୟିକା ବିଜୟଲକ୍ଷ୍ମୀ ପଟ୍ଟନାୟକ, ଏମ୍‌ପି ପ୍ରସନ୍ନ କୁମାର ପାଟଶାଣୀ ଓ ବର୍ତ୍ତମାନର ବିଧାୟକ ଅନୁଭବ ପଟ୍ଟନାୟକ ସ୍ବାସ୍ଥ୍ୟକେନ୍ଦ୍ର କାର୍ଯ୍ୟକ୍ଷମ କରିବା ନେଇ ବିଭାଗୀୟ କର୍ତ୍ତୃପକ୍ଷ ଓ ରାଜ୍ୟ ସରକାରଙ୍କୁ ଅବଗତ କରିଆସୁଥିଲେ ସୁଦ୍ଧା ସୁଫଳ ମିଳୁନାହିଁ। ଏପରିସ୍ଥଳେ ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଏହି ମେଡିକାଲର ନିଜସ୍ବ ଗୃହ, ଷ୍ଟାଫ୍‌ କ୍ୱାର୍ଟର୍ସ, ଆବଶ୍ୟକ ଭିତ୍ତିଭୂମି ଥିବା ସମ୍ପର୍କରେ ରାଜ୍ୟ ସରକାରଙ୍କୁ ଜଣାଇଥିବାବେଳେ ଏହା ପେଣ୍ଡିଂ ଲିଷ୍ଟର ୫୦ରେ ବିଚାରାଧୀନ ଥିବା ସରପଞ୍ଚ ଗୋଚ୍ଛି ସୂଚନା ଦେଇଛନ୍ତି। ଆଗାମୀ ଦିନରେ ନବନିର୍ବାଚିତ ବିଧାୟକଙ୍କ ଜରିଆରେ ମେଡିକାଲ କାର୍ଯ୍ୟକ୍ଷମ ନେଇ ପ୍ରୟାସ ଜାରି ରହିବ ବୋଲି ସରପଞ୍ଚ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସକାଳୁଆ ସ୍କୁଲକୁ ନେଇ ଆସିଲା ବଡ଼ ଖବର, ଏହିଦିନ ଠୁ…

ଭୁବନେଶ୍ୱର,୨୨ା୩(ସୁଚିସ୍ମିତା ସାହୁ): ଖୁବ୍‌ଶୀଘ୍ର ସକାଳୁଆ ହେବ ସ୍କୁଲ। ରାଜ୍ୟରେ ତାପମାତ୍ରା ସହ ଖରା ପ୍ରକୋପ ଅଧିକ ରହୁଛି। ମାର୍ଚ୍ଚରେ ବିଭିନ୍ନ ସ୍ଥାନରେ ଅସହ୍ୟ ଗରମ ଅନୁଭବ ହେଉଛି।…

ଆଗକୁ ଶିକ୍ଷକଙ୍କୁ ନିୟମିତ ନିଯୁକ୍ତି ଦିଆଯିବ,ସରକାରଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୨୨ା୩(ସୁଚିସ୍ମିତା ସାହୁ): ରାଜ୍ୟରେ ଶିକ୍ଷାକ୍ଷେତ୍ରରେ ପରିବର୍ତ୍ତନ ଆଣିବା ପାଇଁ ରାଜ୍ୟ ସରକାର ପ୍ରୟାସ କରୁଛନ୍ତି। ଶିକ୍ଷକମାନେ ଯେପରି ରାଜରାସ୍ତାରେ ନ ବସିବେ, ପିଲାଙ୍କ ପାଠପଢ଼ାକୁ ଯେପରି ଗୁରୁତ୍ୱ…

ବିି.ଏଡ୍‌. ପ୍ରବେଶିକା ପରୀକ୍ଷା ପାଇଁ ୨୩ରୁ ଆବେଦନ

ଭୁବନେଶ୍ୱର,୨୨ା୩(ସୁଚିସ୍ମିତା ସାହୁ): ୨ବର୍ଷିଆ ବି.ଏଡ୍‌, ବିଏଚ୍‌.ଏଡ୍‌. ଓ ଏମ୍‌.ଏଡ୍‌. ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ପ୍ରବେଶିକା ପରୀକ୍ଷା ଲାଗି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।…

ସୁନାଖଳା ପାହାଡ଼ରେ ବାଘ ଆତଙ୍କ, ଲୋକେ ଭୟଭୀତ

ପାତ୍ରପୁର୨୧।୩(ଉମାଚରଣ ନେପାକ): ଗଞ୍ଜାମ ଜିଲା ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଲଙ୍କା-ସୁନାଖଳା ପାହାଡ଼ ନିକଟରେ ଶନିବାର ସନ୍ଧ୍ୟାରେ ଏକ କଲରାପତିରିଆ ବାଘ ବସିଥିବା ସ୍ଥାନୀୟ ଲୋକେ ଦେଖିଥିବା ଚର୍ଚ୍ଚା…

ବିଜେଡି ଛାଡ଼ିଲେ ବସ୍ତା ବ୍ଲକ ସଭାପତି ଅନିଲ ମହାନ୍ତି, କହିଲେ ଏହି ବଡ଼ କାରଣ…

ବାଲେଶ୍ୱର, ୨୧।୩(ବାଞ୍ଛାନିଧି ଦେ): ବିଜେଡି ଛାଡ଼ିଲେ ବାଲେଶ୍ୱର ଜିଲା ବସ୍ତା ବ୍ଲକ ସଭାପତି ଅନିଲ କୁମାର ମହାନ୍ତି l ସେ ଶନିବାର ଦଳର ପ୍ରାଥମିକ ସଦସ୍ୟ ପଦରୁ…

ସ୍ତ୍ରୀଙ୍କୁ ତଣ୍ଟିଚିପି ହତ୍ୟା କରିବା ପରେ ଆତ୍ମହତ୍ୟାର ରୂପ ଦେଇଥିଲେ ସ୍ବାମୀ, ଅଦାଲତ ଶୁଣାଇଲେ ଏମିତି ରାୟ

ଥୁଆମୂଳ ରାମପୁର,୨୧ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଓ ଦୌରା ଜଜ୍‌ ଅଦାଲତ ଏକ ସମ୍ବେଦନଶୀଳ ହତ୍ୟା ମାମଲାର ବିଚାର କରି ଅଭିଯୁକ୍ତ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି।…

ସ୍ବାମୀଙ୍କ ମୃତ୍ୟୁ ଖବର ଶୁଣି ଛାତରୁ ଡେଇଁ ପଡ଼ିଲେ ସ୍ତ୍ରୀ, ଆଉ ତା’ପରେ…

କଣ୍ଟାବାଞ୍ଜି,୨୧।୩: ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ଥାନା କପିଳାଭଟା ଗାଁରେ ଶନିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ବାମୀଙ୍କ ମୃତ୍ୟୁ ଖବର ଶୁଣି ସ୍ତ୍ରୀ ଛାତରୁ ଡେଇଁ…

ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ୍‌ କରି ଜଙ୍ଗଲରେ ବିସ୍ଫୋରକ ଖଞ୍ଜିଥିଲେ ମାଓବାଦୀ, ବଡ଼ ଅଘଟଣ ଘଟିବା ପୂର୍ବରୁ…

ବାଲିଗୁଡ଼ା,୨୧ା୩(ସଞ୍ଜୟ କୁମାର ପାଣିଗ୍ରାହୀ): ସମଗ୍ର କନ୍ଧମାଳ ଜିଲାରେ କୋମ୍ବିଂ ଅପରେଶନକୁ ଜୋରଦାର କରାଯାଉଥିବା ବେଳେ ଏକ ବଡ଼ଧରଣର ଅଘଟଣରୁ ବର୍ତ୍ତିଯାଇଛନ୍ତି ସୁରକ୍ଷାକର୍ମୀ। ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରି ଜଙ୍ଗଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri