ରଣପୁରର ବିକାଶ ଲାଗି ପ୍ରତିଶ୍ରୁତି

ରଣପୁର,୨୬।୮(ସ୍ବ.ପ୍ର.): ରଣପୁରସ୍ଥିତ ମା’ ମଣିନାଗଙ୍କ ପାନ୍ଥନିବାସରେ ରଣପୁର ବିଧାୟକ ତଥା ଜିଲା ଯୋଜନା କମିଟିର ଅଧ୍ୟକ୍ଷ ସତ୍ୟନାରାୟଣ ପ୍ରଧାନଙ୍କ ତତ୍ତ୍ୱାବଧାନରେ ରବିବାର ଏକ ଖବରଦାତା ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା । ଏଥିରେ ଉପସ୍ଥିତ ରଣପୁର ବ୍ଲକ ଅଞ୍ଚଳର ଗଣମାଧ୍ୟମ ପ୍ରତିନିଧିଙ୍କଠାରୁ ବିଧାୟକ ସ୍ଥାନୀୟ ଅଞ୍ଚଳର ବିଭିନ୍ନ ସମସ୍ୟା ସମ୍ପର୍କରେ ଅବଗତ ହୋଇଥିଲେ। ଖବରଦାତାଙ୍କ ବିଭିନ୍ନ ପ୍ରଶ୍ନର ଉତ୍ତର ରଖି ବିଧାୟକ ରଣପୁରର ବିକାଶ ପାଇଁ ପଦକ୍ଷେପ ନେବେ ବୋଲି କହିଥିଲେ। ଏଥିସହ ପ୍ରତିନିଧିମାନେ ଯାହା ପଚାରିଛନ୍ତି ତାହା ତାଙ୍କ ପାଇଁ ପରାମର୍ଶ ଥିଲା ବୋଲି ବିଧାୟକ କହିବା ସହ ଉପରୋକ୍ତ ପରାମର୍ଶଗୁଡିକର ଠିକଣା ସମୟରେ ପଦକ୍ଷେପ ନେବେ ବୋଲି ପ୍ରତିଶ୍ରୁତି ଦେଇଛନ୍ତିି ।
ବ୍ଲକ ଅଞ୍ଚଳରେ ଜଳସେଚନର ସୁବିଧା ନାହିଁ । ଯେଉଁଠି ରହିଛି ତାହା କାମରେ ଲାଗୁନି । ଭେଟବର ଡ୍ୟାମ ପୁନରୁଦ୍ଧାର ନ ହେବାରୁ ଚାଷୀ ଉପକୃତ ହେଉ ନାହାନ୍ତି। ମରୁଡି ସମୟରେ ବନ୍ଧରେ ପାଣି ରହୁ ନ ଥିବାରୁ ଜମିରେ ଜଳ ମାଡୁନି । ଭେଟବର ଡ୍ୟାମକୁ ବାଣପୁରର ଶାଳିଆ ଡ୍ୟାମ ସହ ସଂଯୋଗ କରାଇଲେ ଚାଷୀ ଉପକୃତ ହୋଇପାରନ୍ତେ ବୋଲି ଖବରଦାତାମାନେ ଦାବି ଉପସ୍ଥାପନ କରିଥିଲେ। ସେହିପରି ରଣପୁର ସହରରେ ସ୍ଥାନୀୟ ବାସିନ୍ଦା ସହରର ସର୍ବନିମ୍ନ ସୁବିଧା ପାଉ ନାହାନ୍ତି । ବିଦ୍ୟୁତ୍‌ ସମସ୍ୟା ଲାଗି ରହୁଛି । ଡ୍ରେନରେ ବର୍ଷାଜଳ ନ ଯାଇ ରାସ୍ତାରେ ଭାସୁଛି । ରଣପୁର ବଜାରରେ ପନିପରିବା ମାକେର୍ଟ ନାହିଁ । ରାସ୍ତା ଜାମ ହୋଇ ସବୁବେଳେ ଟ୍ରାଫିକ ସମସ୍ୟା ସୃଷ୍ଟି ହେଉଛି ବୋଲି ଖବରଦାତାମାନେ ବିଧାୟକଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ସେହିପରି ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇପଡିଛି। ୩ଜଣ ଡାକ୍ତର ନିଯୁକ୍ତି ପାଇଥିବାବେଳେ ପ୍ରତ୍ୟହ ଜଣେ ଆସୁଛନ୍ତି। ଶିଶୁ, ସ୍ତ୍ରୀ ରୋଗ ବିଶେଷଜ୍ଞ, ମେଡିକାଲ ଅଫିସର ପଦବୀ ଖାଲି ପଡିଛି। ଡାକ୍ତରଖାନା ସଫେଇ ହେଉନି । ରଣପୁର ସହରରେ ସର୍ବସାଧାରଣଙ୍କ ଉଦ୍ଦେଶ୍ୟରେ ଗୋଷ୍ଠୀ ପାଇଖାନା ଓ ପରିସ୍ରାଗାର ନାହିଁ ବୋଲି ସେମାନେ ଅଭିଯୋଗ କରିଥିଲେ। ଏମଜିଏନଆରଇଜିଏସ୍‌ରେ କୋଟି କୋଟି ଟଙ୍କା ଖର୍ଚ୍ଚ ହେଉଛି। ହେଲେ ରଣପୁର ଅଞ୍ଚଳର ପୋଖରୀ ପୁନରୁଦ୍ଧାର ହୋଇପାରୁନି । ସେହିପରି ବସଷ୍ଟାଣ୍ଡ ନାହିଁ ବୋଲି ଖବରଦାତାମାନେ କହିଥିଲେ। ବିଧାୟକ ସମସ୍ତ ସମସ୍ୟା ସମାଧାନ ପାଇଁ ଖୁବ୍‌ଶୀଘ୍ର ଚେଷ୍ଟା କରିବେ ବୋଲି ପ୍ରତିଶ୍ରୁତି ଦେଇଥିଲେ। ଅନ୍ୟପକ୍ଷେ ଏଥିରେ ବିଧାୟକ ସତ୍ୟନାରାୟଣ ପ୍ରଧାନଙ୍କ ସମେତ ରଣପୁର ଥାନା ଅଧିକାରୀ ରଶ୍ମି ରଞ୍ଜନ ଦାଶ, ଅବସରପ୍ରାପ୍ତ ପ୍ରାଣୀ ଚିକିତ୍ସକ ଡାକ୍ତର ସୁକାନ୍ତ ଲେଙ୍କାଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଏହି ସମ୍ମିଳନୀରେ ଅନ୍ୟମାନଙ୍କ ମଧ୍ୟରେ ରଣପୁର ବ୍ଲକର ପୂର୍ବତନ ବ୍ଲକ ଚେୟାରମ୍ୟାନ ପ୍ରଭାତ ଦଳବେହେରା,ବରିଷ୍ଠ ଖବରଦାତା ଆଚାର୍ଯ୍ୟ ବିଶ୍ୱରଞ୍ଜନ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ପ୍ରଶାସନିକ ଅଣଦେଖା ପ୍ରତିବାଦରେ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚିକିଟିର ଜନପ୍ରତିନିଧି, ୨ ବର୍ଷ ହେଲା ଉଦ୍ଦେଶ୍ୟମୂଳକ ଭାବେ…

ଛତ୍ରପୁର,୯।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଏବଂ ଏନ୍‌ଏସି (NAC) ପ୍ରଶାସନ ପକ୍ଷରୁ ନିର୍ବାଚିତ ଜନପ୍ରତିନିଧିମାନଙ୍କୁ କ୍ରମାଗତ ଭାବେ ଅଣଦେଖା କରାଯାଉଥିବା ନେଇ ସ୍ୱର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍

ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଖବରଦାତାଙ୍କ ପତ୍ନୀଙ୍କ ଅକାଳ ବିୟୋଗ: ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୯।୪(ବିଦ୍ୟାଧର ସାହୁ), ୯/୪: ଗଞ୍ଜାମ ବ୍ଲକ ଅଞ୍ଚଳର ବରିଷ୍ଠ ଖବରଦାତା ରାମଚନ୍ଦ୍ର ବେହେରାଙ୍କ ଧର୍ମପତ୍ନୀ ସୁନିତା ବେହେରାଙ୍କର (୪୫) ଅକାଳ ବିୟୋଗ ଘଟିଛି। ଏହି ଖବର ପ୍ରସାରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri