ରଣପୁରର ବିକାଶ ଲାଗି ପ୍ରତିଶ୍ରୁତି

ରଣପୁର,୨୬।୮(ସ୍ବ.ପ୍ର.): ରଣପୁରସ୍ଥିତ ମା’ ମଣିନାଗଙ୍କ ପାନ୍ଥନିବାସରେ ରଣପୁର ବିଧାୟକ ତଥା ଜିଲା ଯୋଜନା କମିଟିର ଅଧ୍ୟକ୍ଷ ସତ୍ୟନାରାୟଣ ପ୍ରଧାନଙ୍କ ତତ୍ତ୍ୱାବଧାନରେ ରବିବାର ଏକ ଖବରଦାତା ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା । ଏଥିରେ ଉପସ୍ଥିତ ରଣପୁର ବ୍ଲକ ଅଞ୍ଚଳର ଗଣମାଧ୍ୟମ ପ୍ରତିନିଧିଙ୍କଠାରୁ ବିଧାୟକ ସ୍ଥାନୀୟ ଅଞ୍ଚଳର ବିଭିନ୍ନ ସମସ୍ୟା ସମ୍ପର୍କରେ ଅବଗତ ହୋଇଥିଲେ। ଖବରଦାତାଙ୍କ ବିଭିନ୍ନ ପ୍ରଶ୍ନର ଉତ୍ତର ରଖି ବିଧାୟକ ରଣପୁରର ବିକାଶ ପାଇଁ ପଦକ୍ଷେପ ନେବେ ବୋଲି କହିଥିଲେ। ଏଥିସହ ପ୍ରତିନିଧିମାନେ ଯାହା ପଚାରିଛନ୍ତି ତାହା ତାଙ୍କ ପାଇଁ ପରାମର୍ଶ ଥିଲା ବୋଲି ବିଧାୟକ କହିବା ସହ ଉପରୋକ୍ତ ପରାମର୍ଶଗୁଡିକର ଠିକଣା ସମୟରେ ପଦକ୍ଷେପ ନେବେ ବୋଲି ପ୍ରତିଶ୍ରୁତି ଦେଇଛନ୍ତିି ।
ବ୍ଲକ ଅଞ୍ଚଳରେ ଜଳସେଚନର ସୁବିଧା ନାହିଁ । ଯେଉଁଠି ରହିଛି ତାହା କାମରେ ଲାଗୁନି । ଭେଟବର ଡ୍ୟାମ ପୁନରୁଦ୍ଧାର ନ ହେବାରୁ ଚାଷୀ ଉପକୃତ ହେଉ ନାହାନ୍ତି। ମରୁଡି ସମୟରେ ବନ୍ଧରେ ପାଣି ରହୁ ନ ଥିବାରୁ ଜମିରେ ଜଳ ମାଡୁନି । ଭେଟବର ଡ୍ୟାମକୁ ବାଣପୁରର ଶାଳିଆ ଡ୍ୟାମ ସହ ସଂଯୋଗ କରାଇଲେ ଚାଷୀ ଉପକୃତ ହୋଇପାରନ୍ତେ ବୋଲି ଖବରଦାତାମାନେ ଦାବି ଉପସ୍ଥାପନ କରିଥିଲେ। ସେହିପରି ରଣପୁର ସହରରେ ସ୍ଥାନୀୟ ବାସିନ୍ଦା ସହରର ସର୍ବନିମ୍ନ ସୁବିଧା ପାଉ ନାହାନ୍ତି । ବିଦ୍ୟୁତ୍‌ ସମସ୍ୟା ଲାଗି ରହୁଛି । ଡ୍ରେନରେ ବର୍ଷାଜଳ ନ ଯାଇ ରାସ୍ତାରେ ଭାସୁଛି । ରଣପୁର ବଜାରରେ ପନିପରିବା ମାକେର୍ଟ ନାହିଁ । ରାସ୍ତା ଜାମ ହୋଇ ସବୁବେଳେ ଟ୍ରାଫିକ ସମସ୍ୟା ସୃଷ୍ଟି ହେଉଛି ବୋଲି ଖବରଦାତାମାନେ ବିଧାୟକଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ସେହିପରି ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇପଡିଛି। ୩ଜଣ ଡାକ୍ତର ନିଯୁକ୍ତି ପାଇଥିବାବେଳେ ପ୍ରତ୍ୟହ ଜଣେ ଆସୁଛନ୍ତି। ଶିଶୁ, ସ୍ତ୍ରୀ ରୋଗ ବିଶେଷଜ୍ଞ, ମେଡିକାଲ ଅଫିସର ପଦବୀ ଖାଲି ପଡିଛି। ଡାକ୍ତରଖାନା ସଫେଇ ହେଉନି । ରଣପୁର ସହରରେ ସର୍ବସାଧାରଣଙ୍କ ଉଦ୍ଦେଶ୍ୟରେ ଗୋଷ୍ଠୀ ପାଇଖାନା ଓ ପରିସ୍ରାଗାର ନାହିଁ ବୋଲି ସେମାନେ ଅଭିଯୋଗ କରିଥିଲେ। ଏମଜିଏନଆରଇଜିଏସ୍‌ରେ କୋଟି କୋଟି ଟଙ୍କା ଖର୍ଚ୍ଚ ହେଉଛି। ହେଲେ ରଣପୁର ଅଞ୍ଚଳର ପୋଖରୀ ପୁନରୁଦ୍ଧାର ହୋଇପାରୁନି । ସେହିପରି ବସଷ୍ଟାଣ୍ଡ ନାହିଁ ବୋଲି ଖବରଦାତାମାନେ କହିଥିଲେ। ବିଧାୟକ ସମସ୍ତ ସମସ୍ୟା ସମାଧାନ ପାଇଁ ଖୁବ୍‌ଶୀଘ୍ର ଚେଷ୍ଟା କରିବେ ବୋଲି ପ୍ରତିଶ୍ରୁତି ଦେଇଥିଲେ। ଅନ୍ୟପକ୍ଷେ ଏଥିରେ ବିଧାୟକ ସତ୍ୟନାରାୟଣ ପ୍ରଧାନଙ୍କ ସମେତ ରଣପୁର ଥାନା ଅଧିକାରୀ ରଶ୍ମି ରଞ୍ଜନ ଦାଶ, ଅବସରପ୍ରାପ୍ତ ପ୍ରାଣୀ ଚିକିତ୍ସକ ଡାକ୍ତର ସୁକାନ୍ତ ଲେଙ୍କାଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଏହି ସମ୍ମିଳନୀରେ ଅନ୍ୟମାନଙ୍କ ମଧ୍ୟରେ ରଣପୁର ବ୍ଲକର ପୂର୍ବତନ ବ୍ଲକ ଚେୟାରମ୍ୟାନ ପ୍ରଭାତ ଦଳବେହେରା,ବରିଷ୍ଠ ଖବରଦାତା ଆଚାର୍ଯ୍ୟ ବିଶ୍ୱରଞ୍ଜନ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?