ରଣବୀରଙ୍କ ଫଟୋ ଶେୟାର କରି ଅମିତାଭ କହିଲେ ଏମିତି

ମୁମ୍ବାଇ: ବିଗ୍‌ ବି ଅମିତାଭ ବଚ୍ଚନ ସୋସିଆଲ ମିଡିଆରେ ବହୁ ଆକ୍ଟିଭ୍‌। ବ୍ୟସ୍ତବହୁଳ ଜୀବନରୁ ସମୟ ବାହାର କରି ନିଜ ପରିବାରର ଫଟୋ ହେଉ କିମ୍ବା ବଲିଉଡ୍‌ ଇଣ୍ଡଷ୍ଟ୍ରି କଳାକାରଙ୍କ ଫଟୋ ସୋସିଆଲ ମିଡିଆରେ ପୋଷ୍ଟ କରିବାକୁ ଆଦୌ ଭୁଲନ୍ତି ନାହିଁ। ଫ୍ୟାନ୍‌ମାନେ ମଧ୍ୟ ବିଗ୍‌ ବିଙ୍କ ଫଟୋକୁ ବେଶ୍‌ ଲାଇକ୍‌ କମେଣ୍ଟ କରିଥାନ୍ତି। ଗୁରୁବାର ବିଗ୍‌ ବି ଏକ ଫଟୋ ଶେୟାର କରିଛନ୍ତି। ଏହି ଫଟୋରେ ତାଙ୍କ ସହ ଅଛନ୍ତି ରଣବୀର କପୁର। ଥ୍ରୋ ବ୍ୟାକ୍‌ ଥର୍ସଡେ ପାଇଁ ବିଗ୍‌ ବି ରଣବୀରଙ୍କ ସହ ଏକ ନୂଆ ଏବଂ ପୁରୁଣା ଫଟୋ ପୋଷ୍ଟ କରିଛନ୍ତି। ଅମିତାଭ ଏବଂ ରଣବୀର ମିଶି ଫିଲ୍ମ ‘ବ୍ରହ୍ମାସ୍ତ୍ର’ରେ କାମ କରୁଛନ୍ତି।


ସେହି ସମୟର କିଛି ଫଟୋ ଏବେ ସାମ୍ନାକୁ ଆସିଛି। ପୁରୁଣା ଫଟୋଟି ୧୯୯୦ରେ ଫିଲ୍ମ ‘ଅଜୁବା’ର ହୋଇଥିବା ବେଳେ ନୂତନଟି ‘ବ୍ରହ୍ମାସ୍ତ୍ର’ର। ‘ଅଜୁବା’ଫଟୋ ଶେୟାର କରି ଅମିତାଭ ଲେଖିଛନ୍ତି, ‘T 3453 – THEN and NOW …ରଣବୀରଙ୍କ ବଡ଼ ବଡ଼ ଆଖି ‘ଅଜୁବା’ ଶୁଟିଂ ସେଟ୍‌ରେ। ଶଶୀଜୀ ଏବଂ ମୋ’ ସହ। ଆଉ ଏବେ ରଣବୀର ‘ବ୍ରହ୍ମାସ୍ତ୍ର’ ସେଟ୍‌ରେ। ପାଓ୍ବାରଫୁଲ୍‌। ୧୯୯୦-୨୦୨୦। ସମୟ ଚାଲିଛି। ସିଧା ଚାଲିଛି। ଅମିତାଭଙ୍କ ଏହି ଫଟୋରେ ୟୁଜରମାନେ ଭଲ ଭଲ କମେଣ୍ଟ ଦେଇଛନ୍ତି।
‘ବ୍ରହ୍ମାସ୍ତ୍ର’ରେ ଅମିତାଭ, ରଣବୀରଙ୍କ ବ୍ୟତୀତ ଆଲିଆ ଭଟ୍ଟ ଏବଂ ମୌନୀ ରାୟ ନଜର ଆସିବେ। ମୌନୀ ଏଥିରେ ନେଗେଟିଭ୍‌ ଚରିତ୍ରରେ ଅଭିନୟ କରୁଛନ୍ତି। ଅୟାନ ମୁଖାର୍ଜୀଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମଟି ଚଳିତବର୍ଷ ଡିସେମ୍ବର ୪ରେ ରିଲିଜ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ନ୍ୟୁଜିଲାଣ୍ଡ ସିରିଜ ପୂର୍ବରୁ ବଡ଼ ହଲଚଲ: ବାଦ୍‌ ପଡ଼ିଲେ ଭାରତୀୟ ଅଧିନାୟକ ଶୁଭମନ ଗିଲ!

ନୂଆଦିଲ୍ଲୀ,୧୧।୧୦: ନ୍ୟୁଜିଲାଣ୍ଡ ଗସ୍ତ ପୂର୍ବରୁ ନିଜ ବ୍ୟାଟିଂ ଫର୍ମ ପରଖିବା ସହ ମ୍ୟାଚ ଅଭ୍ୟାସ ହାସଲ କରିବା ପାଇଁ ଭାରତୀୟ ଟେଷ୍ଟ ଓ ଦିନିକିଆ ଦଳର ଅଧିନାୟକ…

ଇସ୍ତଫା ଦାବିରେ ଅଟଳ ସିଜେପି, ସକାଳୁ ସକାଳୁ କଲା ବଡ଼ ଘୋଷଣା; ସରକାର ଛାନିଆ!

ନୂଆଦିଲ୍ଲୀ,୧୧।୧୦: କକ୍ରୋଚ ଜନତା ପାର୍ଟି (ସିଜେପି) ପକ୍ଷରୁ ରବିବାର ସକାଳ ୧୦ଟାରେ ଜନ୍ତରମନ୍ତରଠାରେ ପ୍ରତିବାଦ ପ୍ରଦର୍ଶନ କରିବାକୁ ଆହୱାନ ଦିଆଯାଇଛି। ଏହାକୁ ଦୃଷ୍ଟିରେ ରଖି ଦିଲ୍ଲୀ ପୋଲିସ…

ଆଜିଠୁ ନବରାତ୍ରି ଆରମ୍ଭ: ୪ ରାଶିଙ୍କ ଭାଗ୍ୟରେ ଲାଗିଲା ଚାରିଚାନ୍ଦ, ଦଶହରା ସୁଦ୍ଧା ଚାକିରି-ବ୍ୟବସାୟରେ…

ଭୁବନେଶ୍ୱର: ମା’ ଦୁର୍ଗାଙ୍କ ଆରାଧନାର ପବିତ୍ର ପର୍ବ ଶାରଦୀୟ ନବରାତ୍ରିକୁ ନେଇ ଭକ୍ତଙ୍କ ମଧ୍ୟରେ ବିଶେଷ ଉତ୍ସାହ ରହିଥାଏ। ଚଳିତ ବର୍ଷ ୨୦୨୬ ଅକ୍ଟୋବର ୧୧ ତାରିଖରୁ…

ମାନବ ଅଧିକାର ଶାନ୍ତିଦୂତ

ହନ ଦାସ କରମଚାନ୍ଦ ଗାନ୍ଧୀ ମହାତ୍ମା ଗାନ୍ଧୀରେ ପରିଣତ ହେବା ପାଇଁ ଯେଉଁ କର୍ମଭୂମି ତାଙ୍କୁ ଆଦ୍ୟ ସୁଯୋଗ ଦେଇଥିଲା, ତାହା ଥିଲା ଦକ୍ଷିଣ ଆଫ୍ରିକା। ଜଣେ…

ଆଜି ଯନ୍ତରମନ୍ତର ଘେରାଉ ପାଇଁ ସିଜେପିର ଆହ୍ୱାନ

ନୂଆଦିଲ୍ଲୀ, ୧୧ା୧୦ (ପି.ଟି.): ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌)ରେ ବ୍ୟାପକ ଅନିୟମିତତା ଏବଂ ୧୩ କୋଟି ଭୋଟରଙ୍କ ନଁା କାଟିବା ଅଭିଯୋଗରେ ମୁଖ୍ୟ ନିର୍ୱାଚନ…

ସିସେଲ୍ସରେ ମଣିଷକୁ ଟପିଲେଣି କଇଁଛ

ଭିକ୍ଟୋରିଆ,୧୧ା୧୦: ଦିନେ ବିଲୁପ୍ତ ହେବାକୁ ବସିଥିବା ଆଲଡାବ୍ରା କଇଁଛଙ୍କ ସଂଖ୍ୟା ବର୍ତ୍ତମାନ ମଣିଷଙ୍କୁ ମଧ୍ୟ ଟପିଗଲାଣି। ବ୍ୟାପକ ଶୋଷଣ ଏବଂ ଅତ୍ୟଧିକ ଶିକାର ଯୋଗୁଁ ଆଲଡାବ୍ରାର କଇଁଛ…

Odisha SIR Voter List Row: ୩ ଦିନରେ ୩୩,୫୧୫ ଫର୍ମ-୬ ଆବେଦନପତ୍ର ଗ୍ରହଣ

ଭୁବନେଶ୍ୱର,୧୧ା୧୦(ସୁନିତ୍‌ ମିଶ୍ର): ଭାରତର ନିର୍ୱାଚନ ଆୟୋଗ (ଇସିଆଇ)ଙ୍କ ନିର୍ଦ୍ଦେଶକ୍ରମେ ଓଡ଼ିଶାର ଭୋଟର ତାଲିକାରେ ନାମ ସାମିଲକରିବା ଉଦ୍ଦେଶ୍ୟରେ ଗତ ୭ରୁ ୯ ତାରିଖ ଯାଏ ରାଜ୍ୟବ୍ୟାପୀ ଏକ…

ଆଇପିଏଲ ୨୦୨୭ ପୂର୍ବରୁ ବଡ଼ ହଲଚଲ! ବିଦା ହୋଇପାରନ୍ତି ୧୦ ବଡ଼ ବ୍ୟାଟର୍‌, ତାଲିକାରେ ସୂର୍ଯ୍ୟଙ୍କ ସମେତ…

ନୂଆଦିଲ୍ଲୀ,୧୧।୧୦: ଆଇପିଏଲ ୨୦୨୭କୁ ନେଇ ଏବେଠାରୁ ଆରମ୍ଭ ହୋଇଗଲାଣି ଚର୍ଚ୍ଚା। ଆଗାମୀ ସିଜନ ପାଇଁ ସମସ୍ତ ୧୦ଟି ଫ୍ରାଞ୍ଚାଇଜି ନିଜ ନିଜ ଦଳକୁ ମଜଭୁତ କରିବାର ଯୋଜନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?