Posted inଖେଳ

ରଣ୍‌ଜୀ କ୍ୱାର୍ଟର ଫାଇନାଲରେ ଓଡ଼ିଶା

ଭୁବନେଶ୍ୱର,୧୫।୨- ଗୋଟେ ବର୍ଷର ବ୍ୟବଧାନ ପରେ ଓଡ଼ିଶା କ୍ରିକେଟ ଦଳ ରଣଜୀ ଟ୍ରଫି କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛି। ଐତିହାସିକ ବାରବାଟୀ ଷ୍ଟାଡିୟମରେ ଅନୁଷ୍ଠିତ ଝାଡ଼ଖଣ୍ଡ ବିପକ୍ଷ ଅନ୍ତିମ ଲିଗ୍‌ ପର୍ଯ୍ୟାୟ ମ୍ୟାଚ୍‌ରେ ଓଡ଼ିଶା ପ୍ରଥମ ଇନିଂସ ଅଗ୍ରଣୀ ହାସଲ କରି ଏହି ସଫଳତା ପାଇଛି। ପ୍ରଥମ ଇନିଂସରେ ୧୫୬ ରନ୍‌ର ମାରାଥନ ଇନିଂସ ଖେଳିଥିବା ଦେବାଶିଷ ସାମନ୍ତରାୟଙ୍କୁ ମ୍ୟାନ୍‌ ଅଫ୍‌ ଦି ମ୍ୟାଚ୍‌ ବିବେଚିତ କରାଯାଇଛି।
ପ୍ରଥମ ଇନିଂସରେ ଓଡ଼ିଶା ୪୩୬ ରନ୍‌ କରିଥିଲା। ଜବାବରେ ଶୁକ୍ରବାର ସୁଦ୍ଧା ଭ୍ରମଣକାରୀ ଝାଡ଼ଖଣ୍ଡ ୯ ଉଇକେଟ ହରାଇ ୩୫୫ ରନ୍‌ କରିଥିଲା। ରବିବାର ଦଳୀୟ ସ୍କୋରରେ ଆଉ ମାତ୍ର ଏକ ରନ୍‌ ଯୋଡ଼ି ଅଲଆଉଟ୍‌ ହୋଇଯାଇଥିଲା ଝାଡ଼ଖଣ୍ଡ। ଫଳରେ ଦଳ ୩୫୬ ରନ୍‌ରେ ସୀମିତ ରହିଥିଲା ଓ ଓଡ଼ିଶା ୮୦ ରନ୍‌ର ଅଗ୍ରଣୀ ହାସଲ କରିଥିଲା। ଓଡ଼ିଶା ବୋଲରଙ୍କ ମଧ୍ୟରେ ବସନ୍ତ ମହାନ୍ତି ଓ ସୂର୍ଯ୍ୟକାନ୍ତ ପ୍ରଧାନ ୩ଟି ଲେଖାଏ ଉଇକେଟ ଅକ୍ତିଆର କରିଥିବାବେଳେ ଦେବବ୍ରତ ପ୍ରଧାନ ୨ ଉଇକେଟ ହାତେଇଥିଲେ। ଦ୍ୱିତୀୟ ଇନିଂସ ଆରମ୍ଭରୁ ଓଡ଼ିଶା ଶାନ୍ତନୁ ମିଶ୍ର(୧୪)ଙ୍କ ଉଇକେଟ ହରାଇଥିଲା। ଏହାପରେ ଅଧିନାୟକ ସୁଭ୍ରାଂଶୁ ସେନାପତି (୧୦୦) ଓ ବିଳ୍ପବ ସାମନ୍ତରାୟ (୬୪)ଙ୍କ ଯୋଡ଼ି ପ୍ରତିପକ୍ଷ ବୋଲରଙ୍କୁ ଆଉ ଉଇକେଟ ନେବାର ସୁଯୋଗ ଦେଇ ନ ଥିଲେ। ଷ୍ଟମ୍ପ ଅପସାରଣ ବେଳକୁ ଓଡ଼ିଶା ୧ ଉଇକେଟ ହରାଇ ୧୮୭ ରନ୍‌ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଶେଷ ଓଭରରେ ଭାରତର ରୋମାଞ୍ଚକର ବିଜୟ, ଶେଷ ଯାଏ ଲଢ଼ିଲା ନେଦରଲ୍ୟାଣ୍ଡ

ଅହମ୍ମଦାବାଦ,୧୮।୨: ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ୍‌ର ଏକ ରୋମାଞ୍ଚକର ମୁକାବିଲାରେ ଭାରତ ୧୭ ରନରେ ନେଦରଲ୍ୟାଣ୍ଡକୁ ପରାସ୍ତ କରିଛି। ଏହି ବିଜୟ ସହ ଭାରତ…

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

T20 ବିଶ୍ୱକପ୍‌ ୨୦୨୬: ଶିବମ ଦୁବେଙ୍କ ବିସ୍ଫୋରକ ଅର୍ଦ୍ଧଶତକ, ନେଦରଲାଣ୍ଡ ଆଗରେ ୧୯୪ ରନ୍‌ର ଲକ୍ଷ୍ୟ

ଅହମ୍ମଦାବାଦ,୧୮।୨: T20 ବିଶ୍ୱକପ୍‌ ୨୦୨୬ର ଶେଷ ଗ୍ରୁପ୍‌ ମ୍ୟାଚ୍‌ରେ ଭାରତୀୟ ଦଳ ନେଦରଲାଣ୍ଡ ବିପକ୍ଷରେ ୬ ୱିକେଟ୍ ହରାଇ ୧୯୩ ରନ୍‌ର ଏକ ବଡ ସ୍କୋର ଛିଡ଼ା…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri