Posted inଖେଳ

ରଣ୍‌ଜୀ ଟ୍ରଫି: ଓଡ଼ିଶାର କ୍ରମାଗତ ଇନିଂସ ବିଜୟ

କଟକ ଅଫିସ,୨୧ା୧୨-
ଚଳିତ ରଣ୍‌ଜୀ ସିଜନରେ ଓଡ଼ିଶାର ଅଭିଯାନ ଉତ୍ସାହଜନକ ରହିଛି। ପ୍ରଥମ ଦୁଇଟି ମ୍ୟାଚରେ ଦଳକୁ ଇନିଂସ ବିଜୟ ମିଳି ସାରିଲାଣି। ଡ୍ରିମ୍ସ ଗ୍ରାଉଣ୍ଡରେ ଚାଲିଥିବା ଓଡ଼ିଶା-ସର୍ଭିସେସ୍‌ ବିପକ୍ଷ ରଣଜୀ ମ୍ୟାଚ୍‌ ଶୁକ୍ରବାର ଶେଷ ହୋଇଥିବା ବେଳେ ଏଥିରେ ଓଡ଼ିଶା ଇନିଂସ ଓ ୩୧ରନରେ ଜିତିଥିଲା। ୧୯୫ରନର ଇନିଂସ ଖେଳିଥିବା ଦେବାଶିଷ ସାମନ୍ତରାୟଙ୍କୁ ମ୍ୟାନ ଅଫ ଦି ମ୍ୟାଚ୍‌ ଭାବେ ପୁରସ୍କୃତ କରାଯାଇଥିଲା। ପୂର୍ବରୁ ଟୁର୍ନାମେଣ୍ଟରେ ପ୍ରଥମ ମ୍ୟାଚ୍‌ରେ ମଧ୍ୟ ଓଡ଼ିଶା ଛତିଶଗଡ଼ ବିପକ୍ଷରେ ଇନିଂସ ବିଜୟ ହାସଲ କରିଥିଲା।
ସର୍ଭିସେସ୍‌ର ପ୍ରଥମ ଇନିଂସ ୨୭୧ରନରେ ସୀମିତ ରହିବା ପରେ ଓଡ଼ିଶା ସମସ୍ତ ଉଇକେଟ ହରାଇ ୫୪୦ରନ କରିଥିଲା। ଗୁରୁବାର ଷ୍ଟମ୍ପ ଅପସାରଣ ସୁଦ୍ଧା ଦ୍ୱିତୀୟ ଇନିଂସ ବ୍ୟାଟିଂ ଆରମ୍ଭ କରିଥିବା ସର୍ଭିସେସ୍‌ ୩ଉଇକେଟ ହରାଇ ୮୬ରନ କରିଥିଲା। ସର୍ଭିସେସ୍‌ ୧୮୩ରନ ପଛରେ ଥିବା ବେଳେ ବିଜୟ ନିମନ୍ତେ ଓଡ଼ିଶାକୁ ୭ଉଇକେଟ ଆବଶ୍ୟକ ଥିଲା। ଅଧିନାୟକ ରଜତ ପଲିୱାଲ ୬ରନରେ ଓ ରାହୁଲ ସିଂ ୧୪ରନରେ ଅପରାଜିତ ଥିଲେ। ଦଳୀୟ ସ୍କୋର ୯୪ହୋଇଥିବା ବେଳେ ରାହୁଲଙ୍କୁ ୧୬ରନରେ ଦେବାଶିଷଙ୍କ ହାତରେ କ୍ୟାଚ୍‌ ଆଉଟ କରାଇଥିଲେ ରାଜେଶ। ପରେ ରକ୍ଷଣାତ୍ମକ ଶୈଳୀରେ ବ୍ୟାଟିଂ କରୁଥିବା ଅଧିନାୟକ ରଜତ ୨୨ରନରେ ଦେବବ୍ରତ ପ୍ରଧାନଙ୍କ ଶିକାର ପାଲଟିଥିଲେ। ବିକାଶ ହଥୱାଲା(୭୧ରନ) ଓ ଅରୁଣ ବମଲ(୪୦ରନ) ଦ୍ରୁତଗତିରେ ରନ୍‌ ସଂଗ୍ରହ କରିଥିଲେ। ବିକାଶଙ୍କୁ ଅଭିଶେକ ରାଉତ ଓ ଅରୁଣଙ୍କୁ ଶାନ୍ତନୁ ମିଶ୍ର ଆଉଟ କରି ଓଡ଼ିଶା ଶିବିରରେ ବିଜୟ ଆଶା ସଞ୍ଚାର କରିଥିଲେ। ଦେବେନ୍ଦ୍ର ଲୋଚବ ୬ରନରେ, ଦିୱେଶ ପଠାନିଆ ୫ରନରେ, ସାଦବ ନଜାର ୫ରନରେ ଆଉଟ ହୋଇଛନ୍ତି। ସର୍ଭିସେସ ଦ୍ୱିତୀୟ ଇନିଂସରେ ୨୩୮ରନରେ ଅଲଆଉଟ ହୋଇଥିଲା। ଓଡ଼ିଶା ପକ୍ଷରୁ ରାଜେଶ ମହାନ୍ତି ଓ ଅଭିଶେକ ରାଉତ ୩ଟି ଲେଖାଏ ଉଇକେଟ ଅକ୍ତିଆର କରିଥିବା ବେଳେ ଦେବବ୍ରତ ପ୍ରଧାନ ୨ଟି ଓ ଶାନ୍ତନୁ ମିଶ୍ର ଗୋଟିଏ ଉଇକେଟ ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟସ୍‌ ଜିତିଲା ଇଂଲଣ୍ଡ: ଭାରତୀୟ ଦଳରେ ବଡ଼ ପରିବର୍ତ୍ତନ

ବର୍ମିଂହାମ,୧୪।୭: ବର୍ମିଂହାମର ଏଜବାଷ୍ଟନରେ ଖେଳାଯାଉଥିବା ପ୍ରଥମ ଦିନିକିଆରେ ଇଂଲଣ୍ଡ ଅଧିନାୟକ ହ୍ୟାରି ବ୍ରୁକ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଟିମ ଇଣ୍ଡିଆ…

ଟିମ ଇଣ୍ଡିଆରେ ଫାଟ! ପରସ୍ପର ସହିତ କଥା ହେଉନାହାଁନ୍ତି ଗୌତମ ଗମ୍ଭୀର-ବିରାଟ କୋହଲି? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୧୪।୭: ଭାରତୀୟ କ୍ରିକେଟ ଦଳ ଆଜି ଇଂଲଣ୍ଡ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଏକଦିବସୀୟ ସିରିଜ ଆରମ୍ଭ କରିବାକୁ ଯାଉଛି। ତଥାପି, ଏହି ମ୍ୟାଚ ପୂର୍ବରୁ ଟିମ…

ରୋହିତ ଶର୍ମାଙ୍କ ଆଖିରେ ଲୁହ: ଜାଣନ୍ତୁ ପୂରା ଘଟଣା…

ନୂଆଦିଲ୍ଲୀ,୧୪।୭: ଆଜିଠାରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଦିନିକିଆ ସିରିଜ ଆରମ୍ଭ ହେବ। ଟି-୨୦ ସିରିଜ୍‌ ହାରିବା ପରେ ଦିନିକିଆ ସିରିଜ୍‌ ହାତେଇବାକୁ ପଡ଼ିଆକୁ ଓହ୍ଲାଇବ ଭାରତ।…

୩୮ ବର୍ଷୀୟ ରେଫରିଙ୍କ ମୃତ୍ୟୁକୁ ନେଇ ଉଠିଛି ପ୍ରଶ୍ନ, ୨୦୨୬ ଫିଫା ବିଶ୍ୱକପରୁ ବାଦ ପଡିଥିଲେ

ମାୟାମି,୧୪।୭: ଫୁଟବଲ ଜଗତରୁ ଏକ ଦୁଃଖଦ ଖବର ଆସିଛି: ଡଚ ରେଫରି ରବ ଡାଏପେରିଙ୍କ ମୃତ ଅବସ୍ଥାରେ ଉଦ୍ଧାର ହୋଇଛନ୍ତି। ତାଙ୍କୁ ପୂର୍ବରୁ 2026 FIFA ବିଶ୍ୱକପ…

ବୈଭବ ସୂର୍ଯ୍ୟବଂଶୀଙ୍କ ଟ୍ରେନର ସାଜିବେ ଯୁବରାଜ ସିଂହ? ନିଜେ ଦେଲେ ବଡ଼ ବୟାନ

ନୂଆଦିଲ୍ଲୀ,୧୪।୭: ବୈଭବ ସୂର୍ଯ୍ୟବଂଶୀଙ୍କ ଅନ୍ତର୍ଜାତୀୟ କ୍ୟାରିୟରର ଆରମ୍ଭ ଭଲ ନଥିଲା; ସେ ସଦ୍ୟ ସମାପ୍ତ ଇଂଲଣ୍ଡ ବିପକ୍ଷରେ T20 ସିରିଜରେ ଡେବ୍ୟୁ କରିଥିଲେ କିନ୍ତୁ ପରେ ତାଙ୍କୁ…

ଫ୍ରାନ୍ସ ଦଳ ବିରୋଧରେ ଆପତ୍ତିଜନକ ମନ୍ତବ୍ୟ: ସ୍ପେନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କୁ କଡ଼ା ସମାଲୋଚନା

ମାଡ୍ରିଡ୍‌,୧୩ା୭: ନିକଟରେ ଫ୍ରାନ୍ସ ବିଶ୍ୱକପ୍‌ ଦଳରେ କୌଣସି ଫ୍ରେଞ୍ଚ ଖେଳାଳି ନାହାନ୍ତି ବୋଲି ମନ୍ତବ୍ୟ ଦେଇଥିବା ସ୍ପେନର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା କନ୍‌ଜରଭେଟିଭ ପପୁଲାର ପାର୍ଟିର ମାରିଆନୋ…

ଲର୍ଡସରେ ଇତିହାସ ରଚିଲା ଟିମ୍‌ଇଣ୍ଡିଆ: ୧୪୨ ବର୍ଷ ପରେ…

ଲର୍ଡସ,୧୩।୭: ଲର୍ଡସରେ ଭାରତ ଇଂଲଣ୍ଡକୁ ୨୭୦ ରନରେ ପରାସ୍ତ କରି ଐତିହାସିକ ବିଜୟ ହାସଲ କରିଛି। ୧୪୨ ବର୍ଷର ଇତିହାସରେ ଲର୍ଡସରେ ଖେଳାଯାଇଥିବା ଏହା ପ୍ରଥମ ମହିଳା…

ଟିମ ଇଣ୍ଡିଆକୁ ଫେରିବେ ସୂର୍ଯ୍ୟକୁମାର! ସାମ୍ନାରେ ବଡ଼ ସର୍ତ୍ତ ରଖିଲା BCCI

ନୂଆଦିଲ୍ଲୀ, ୧୩।୭: ୨୦୨୬ ଟି-୨୦ ୱାଲର୍‌ଡ କପ ଟ୍ରଫି ଜିତିବା ସତ୍ତ୍ୱେ ଭାରତୀୟ ଟି-୨୦ ଦଳରୁ ବାଦ୍‌ ପଡ଼ିଥିବା ଷ୍ଟାର୍‌ ବ୍ୟାଟ୍ସମ୍ୟାନ ସୂର୍ଯ୍ୟକୁମାର ଯାଦବଙ୍କୁ ନେଇ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri