Posted inଖେଳ

ରଣ୍‌ଜୀ ଟ୍ରଫି ନକ୍‌ଆଉଟରେ ବ୍ୟବହାର ହେବ ଡିଆରଏସ୍‌

ନୂଆଦିଲ୍ଲୀ,୧୯ା୭(ପିଟି)- ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଆଗାମୀ ରଣ୍‌ଜୀ ଟ୍ରଫିରେ ସୀମିତ ସଂଖ୍ୟକ ଡିଆରଏସ୍‌ (ଅମ୍ପାୟରଙ୍କ ନିଷ୍ପତ୍ତିର ପୁନଃ ବିଚାର) ବ୍ୟବହାର କରିବାକୁ ନିଷ୍ପତ୍ତି ନେଇଛି। ତେବେ ଏହା କେବଳ ରଣଜୀ ଟ୍ରଫିର ନକ୍‌ଆଉଟ୍‌ ପର୍ଯ୍ୟାୟରେ ବ୍ୟବହାର ହେବ। ଗତ ସିଜନରେ ବହୁ ଗୁରୁତ୍ୱପୂର୍ଣ୍ଣ ରଣଜୀ ମ୍ୟାଚ୍‌ରେ ଅମ୍ପାୟରଙ୍କ ବହୁ ତ୍ରୁଟିପୂର୍ଣ୍ଣ ଓ ବିବାଦୀୟ ନିଷ୍ପତ୍ତି ନଜିର ଆସିଥିଲା। କର୍ଣ୍ଣାଟକ ଓ ସୌରାଷ୍ଟ୍ର ମଧ୍ୟରେ ଖେଳାଯାଇଥିବା ସେମିଫାଇନାଲରେ ଭାରତୀୟ ଦଳର ଟେଷ୍ଟ ସ୍ପେଶାଲିଷ୍ଟ ଚେତେଶ୍ୱର ପୂଜାରା ଦୁଇଟି ଇନିଂସରେ ଦୁଇ ଥର ଆଉଟ୍‌ ହେବାରୁ ବର୍ତ୍ତି ଯାଇଥିଲେ। ଗୋଟିଏ ଇନିଂସରେ ସେ ଶତକ ମଧ୍ୟ ଲଗାଇଥିଲେ। ଏଥିଯୋଗୁ କର୍ଣ୍ଣାଟକ ଫାଇନାଲରେ ପ୍ରବେଶ କରିପାରି ନ ଥିଲା। ଭବିଷ୍ୟତରେ ଏଭଳି ପରିସ୍ଥିତିରୁ ବର୍ତ୍ତିବା ଲାଗି ଡିଆରଏସ୍‌ ବ୍ୟବହାର କରାଯିବା ନିଷ୍ପତ୍ତି ନିଆଯାଇଛି। ଉପଲବ୍ଧ ଥିବା ସମସ୍ତ ଟେକନୋଲୋଜି ଆମେ ବ୍ୟବହାର କରିବୁ। ଏହା ଦ୍ୱାରା ଅନ୍‌ ଫିଲ୍ଡ ଅମ୍ପାୟରଙ୍କୁ ନିଷ୍ପତ୍ତି ପରିବର୍ତ୍ତନ କରିବାକୁ ସୁଯୋଗ ମିଳିବ। ଏହାକୁ ପରୀକ୍ଷାମୂଳକ ଭାବେ ବ୍ୟବହାର କରାଯିବ ବୋଲି ବିସିସିଆଇର ଜେନେରାଲ ମ୍ୟାନେଜର (କ୍ରିକେଟ ଅପରେଶନ) ସବା କରିମ କହିଛନ୍ତି। ଏହି ନିଷ୍ପତ୍ତିକୁ ପ୍ରଶାସକ କମିଟି (ସିଓଏ) ଅନୁମତି ପ୍ରଦାନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri