Posted inଖେଳ

ରଣ୍‌ଜୀ ଟ୍ରଫି: ମୁମ୍ବାଇ, ପଞ୍ଜାବର ବୃହତ୍‌ ବିଜୟ

ନୂଆଦିଲ୍ଲୀ, ୧୨।୧୨- ଚଳିତ ରଣ୍‌ଜୀ ଟ୍ରଫିରେ ମୁମ୍ବାଇ ଓ ପଞ୍ଜାବ ବୃହତ୍‌ ବିଜୟରୁ ସେମାନଙ୍କ ଅଭିଯାନ ଆରମ୍ଭ କରିଛନ୍ତି। ଭଦୋଦରାର ରିଲାଏନ୍ସ ଷ୍ଟାଡିୟମରେ ଅନୁଷ୍ଠିତ ଏକ ମ୍ୟାଚ୍‌ରେ ୩୦୯ ରନ ବ୍ୟବଧାନରେ ବରୋଦାକୁ ପରାସ୍ତ କରିଛି। ସେହିଭଳି ଜୟପୁରରେ ଖେଳାଯାଇଥିବା ଅନ୍ୟ ଏକ ମୁକାବିଲାରେ ପଞ୍ଜାବ ୧୦ ଉଇକେଟ୍‌ରେ ଘରୋଇ ରାଜସ୍ଥାନକୁ ମାତ୍‌ ଦେଇଛି।
ଗ୍ରୁପ୍‌-ଏ ମୁକାବିଲାରେ ମୁମ୍ବାଇ ପ୍ରଥମ ଇନିଂସରେ ପୃଥ୍ବୀ ଶ(୬୬), ଅଜିଙ୍କ୍ୟ ରାହାନେ (୭୯), ସାମ୍‌ ମୁଲାନୀ (୮୯)ଙ୍କ ଅର୍ଦ୍ଧଶତକ ବଳରେ ୪୩୧ ରନ କରିଥିଲା। ଜବାବରେ ଓପନର୍‌ କେଦାର ଦେବଧର (୧୬୦)ଙ୍କ ଶତକ ବଳରେ ବରୋଦା ପ୍ରଥମ ଇନିଂସରେ ୩୦୭ ରନ କରିଥିଲା। ୧୨୪ ରନ ଆଗୁଆ ଥାଇ ଦ୍ୱିତୀୟ ଇନିଂସ ଆରମ୍ଭ କରିଥିବା ମୁମ୍ବାଇ ପୃଥ୍ବୀ (୨୦୨)ଙ୍କ ଦ୍ୱିଶତକ ବଳରେ ୪ ଉଇକେଟ୍‌ ହରାଇ ୪୦୯ ରନ କରି ଇନିଂସ ଘୋଷଣା କରିଥିଲା। ଫଳରେ ବରୋଦା ସମ୍ମୁଖରେ ୫୩୪ ରନର ଟାର୍ଗେଟ୍‌ ରହିଥିଲା। ଜବାବରେ ବରୋଦା ୨ୟ ଇନିଂସରେ ୨୨୪ ରନରେ ସୀମିତ ରହିଥିଲା। ସେହିଭଳି ସବାଇ ମାନସିଂହ ଷ୍ଟାଡିୟମରେ ଖେଳାଯାଇଥିବା ମ୍ୟାଚ୍‌ରେ ଘରୋଇ ରାଜସ୍ଥାନର ପ୍ରଥମ ଇନିଂସ ସ୍କୋର ୨୫୭ ରନ ଜବାବରେ ପଞ୍ଜାବ ଅଧିନାୟକ ମନ୍‌ଦୀପ୍‌ ସିଂ (୧୨୨)ଙ୍କ ଶତକ ସହାୟତାରେ ୩୫୮ ରନ କରିଥିଲା। ରାଜସ୍ଥାନ ୨ୟ ଇନିଂସରେ ୧୬୮ ରନ କରିବା ଫଳରେ ପଞ୍ଜାବ ସମ୍ମୁଖରେ ମାତ୍ର ୬୮ ରନର ଟାର୍ଗେଟ୍‌ ଧାର୍ଯ୍ୟ ହୋଇଥିଲା। ଭ୍ରମଣକାରୀ ପଞ୍ଜାବ ଏହାକୁ କୌଣସି ଉଇକେଟ୍‌ ନ ହରାଇ ହାସଲ କରିନେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

ଅମ୍ପାୟରଙ୍କ ଗୋଟିଏ ଆଙ୍ଗୁଠି, ଭାଙ୍ଗିଗଲା ଦିଲ୍ଲୀର ସ୍ବପ୍ନ! ଖଳନାୟକ ପାଲଟିଛି କ୍ରିକେଟର ‘ଡେଡ ବଲ’ ନିୟମ

ନୂଆଦିଲ୍ଲୀ,୯।୪: କ୍ରିକେଟ ଅନିଶ୍ଚିତତାର ଖେଳ ଭାବରେ ଜଣାଶୁଣା, କିନ୍ତୁ ଯେତେବେଳେ ଅମ୍ପାୟାର ନିଷ୍ପତ୍ତିରୁ ଅନିଶ୍ଚିତତା ସୃଷ୍ଟି ହୁଏ, ଖେଳର ରୋମାଞ୍ଚ ବିବାଦରେ ପରିଣତ ହୁଏ। ଗତକାଲି ରାତିରେ…

ଗୁଜରାଟର ରୋମାଞ୍ଚକର ବିଜୟ ପରେ ବି ଶୁବମନଙ୍କୁ ଏତେ ଟଙ୍କା ଜରିମାନା କଲା BCCI, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୯।୪: ବୁଧବାର ଏକ ରୋମାଞ୍ଚକର ମ୍ୟାଚରେ ଗୁଜରାଟ ଟାଇଟାନ୍ସ ଦିଲ୍ଲୀ କ୍ୟାପିଟାଲ୍ସକୁ ୧ ରନରେ ପରାସ୍ତ କରିଛି। ଶୁବମନ ଗିଲ୍‌ଙ୍କ ସମେତ ତିନି ଜଣ ଗୁଜରାଟ ବ୍ୟାଟ୍ସମ୍ୟାନ…

ସ୍ମୃତି-ପଲାଶଙ୍କ ମଧ୍ୟରେ ହୋଇଗଲା ପ୍ୟାଚ୍‌ଅପ୍‌! ଖୁବ୍‌ଶୀଘ୍ର ହେବ ବିବାହ, ଏହି VIDEO ବଢାଉଛି ଚର୍ଚ୍ଚା

ମୁମ୍ବାଇ,୯।୪: ସଂଗୀତକାର ପଳାଶ ମୁଛଲ ଏବଂ ଭାରତୀୟ ମହିଳା କ୍ରିକେଟ ଦଳର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନାଙ୍କ ମଧ୍ୟ ପ୍ୟାଚ୍‌ଅପ୍‌ ହୋଇଯାଇଛି। ଉଭୟ ଖୁବ୍‌ଶୀଘ୍ର ବିବାହ କରିବେ ବୋଲି…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ବଡ଼ ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ: ପ୍ରଥମ ୩ ବଲ୍‌ରେ କଲେ ଆଶ୍ଚର୍ଯ୍ୟଜନକ କାରନାମା

ମୁମ୍ବାଇ,୮।୪: ଭାରତୀୟ ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବୈଭବ ସୂର୍ଯ୍ୟବଂଶୀ ଯେତେବେଳେ କ୍ରିଜରେ ଥାଆନ୍ତି ସେତେବେଳେ ଝଡ଼ ପରି ଲାଗେ। IPL 2026ର ୧୩ତମ ମ୍ୟାଚରେ ମଧ୍ୟ ସମାନ କିଛି…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ଶାହରୁଖ ଖାନଙ୍କ ଟିମକୁ ପରିହାସ କଲେ ଶ୍ରେୟସ ଆୟରଙ୍କ ଭଉଣୀ, ପଞ୍ଜାବୀମାନଙ୍କର ହୃଦୟ…

ନୂଆଦିଲ୍ଲୀ,୭।୪: IPL ୨୦୨୬ର ୧୨ ନମ୍ବର ମ୍ୟାଚ୍ ବାତିଲ ହୋଇଯାଇଛି । କୋଲକାତା ନାଇଟ୍ ରାଇଡର୍ସ ଏବଂ ପଞ୍ଜାବ କିଙ୍ଗସ୍ ମଧ୍ୟରେ ଖେଳାଯିବାକୁ ଥିବା ମ୍ୟାଚ୍ ବର୍ଷାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri