Posted inଖେଳ

ରଣ୍‌ଜୀ ଦ୍ୱିତୀୟ ରାଉଣ୍ଡ: ଓଡ଼ିଶାର ଇନିଂସ ବିଜୟ

ଭୁବନେଶ୍ୱର,୨୦।୧୨- ସ୍ଥାନୀୟ ଡ୍ରିମ୍ସ କ୍ରିକେଟ ଗ୍ରାଉଣ୍ଡରେ ଚାଲିଥିବା ସର୍ଭିସେସ୍‌ ବିପକ୍ଷ ରଣ୍‌ଜୀ ମ୍ୟାଚ୍‌କୁ ଓଡ଼ିଶା ଏକ ଇନିଂସ ଓ ୩୧ ରନ୍‌ରେ ଜିତି ନେଇଛି। ଚଳିତ ରଣ୍‌ଜୀ ସିଜନରେ ଏହା ଓଡ଼ିଶାର କ୍ରମାଗତ ଦ୍ୱିତୀୟ ଇନିଂସ ବିଜୟ। ପ୍ରଥମ ଇନିଂସରେ ସର୍ଭିସେସ୍‌ ୨୭୧ ରନ୍‌ କରିଥିବା ବେଳେ ଘରୋଇ ଦଳ ୫୪୦ ରନ୍‌ କରିଥିଲା। ୨୬୯ ରନ୍‌ରେ ପଛୁଆ ଥିବା ସର୍ଭିସେସ ଦ୍ୱିତୀୟ ଇନିଂସରେ ମଧ୍ୟ ଓଡ଼ିଆ ବୋଲରଙ୍କ ଉଚିତ ସମ୍ମୁଖୀନ ହୋଇପାରି ନ ଥିଲେ। ଶୁକ୍ରବାର ଅସମାପ୍ତ ଦ୍ୱିତୀୟ ଇନିଂସ ସ୍କୋର ୮୩/୩ରୁ ବ୍ୟାଟିଂ ଆରମ୍ଭ କରିଥିବା ସର୍ଭିସେସ ୨୩୮ ରନ୍‌ରେ ଅଲଆଉଟ୍‌ ହୋଇଯାଇଥିଲା। ଦଳ ପକ୍ଷରୁ ବିକାଶ ହାଥଓ୍ବାଲ ୭୧ ଓ ଅରୁଣ ବମଲ ୪୦ ରନ୍‌ କରିଥିଲେ। ଓଡ଼ିଶା ପାଇଁ ରାଜେଶ ମହାନ୍ତି ଓ ଅଭିଷେକ ରାଉତ ୩ଟି ଲେଖାଏଁ ଉଇକେଟ ହାତେଇଥିବାବେଳେ ଦେବବ୍ରତ ପ୍ରଧାନ ୨ ଓ ଶାନ୍ତନୁ ମିଶ୍ର ଗୋଟିଏ ଉଇକେଟ ହାସଲ କରିଛନ୍ତି। ଦେବାଶିଷ ସାମନ୍ତରାୟଙ୍କ ୧୯୫ ରନ୍‌ର ଇନିଂସ ଖେଳିବା ମ୍ୟାଚ୍‌ର ସବୁଠୁ ଉଲ୍ଲେଖନୀୟ ଘଟଣା ଥିଲା। ଏହି ବିଜୟ ସହ ଓଡ଼ିଶାକୁ ସମ୍ପୂର୍ଣ୍ଣ ୭ ପଏଣ୍ଟ ମିଳିଛି। ଏଥିସହିତ ଏଲିଟ ଗ୍ରୁପ ସି’ରେ ୨ ମ୍ୟାଚ୍‌ରୁ ୧୪ ପଏଣ୍ଟ ସହ ଦ୍ୱିତୀୟ ସ୍ଥାନରେ ରହିଛି ଓଡ଼ିଶା। ହରିୟାଣା ଦଳ ସମାନ ସଂଖ୍ୟକ ପଏଣ୍ଟ ସହ ଶୀର୍ଷ ସ୍ଥାନରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପେପର ବ୍ୟାଗ୍‌: ବର୍ତ୍ତମାନର ଜରୁରୀ ଆବଶ୍ୟକତା

ପ୍ରତିବର୍ଷ ଜୁଲାଇ ୧୨ରେ ସାରା ବିଶ୍ୱରେ ପାଳନ ହୋଇଆସୁଛି ‘ବିଶ୍ୱ ପେପର(କାଗଜ) ବ୍ୟାଗ ଦିବସ’। ଚଳିତ ମାସ ଜୁଲାଇ ୩ରେ ‘ଅନ୍ତର୍ଜାତୀୟ ପ୍ଲାଷ୍ଟିକ ବ୍ୟାଗ ମୁକ୍ତ ଦିବସ’…

ଜଟିଳ ପ୍ରକ୍ରିୟା

ଆଇନଶୂନ୍ୟ ଦେଶଗୁଡ଼ିକର ମନମୁଖି ଶାସନ ପ୍ରତି ଲୋକମାନଙ୍କ ମନରେ ଗଭୀର ଆତଙ୍କ ରହିଥାଏ। ଏଥିରେ ନିଷ୍ଠୁରତାକୁ ଏକ ପ୍ରକ୍ରିୟା ଭାବରେ ଦର୍ଶାଯାଇ ଲୋକଙ୍କୁ ନିର୍ଯାତନା ଦିଆଯାଇଥାଏ। ଏବେ…

୧୩ହଜାର ଫୁଟ ଉଚ୍ଚତାରେ ସ୍ୱାମୀଙ୍କୁ ମୃତ୍ୟୁମୁଖରୁ ବଞ୍ଚାଇଲେ ସ୍ତ୍ରୀ

ବର୍ଲିନ, ୧୨ା୭: ଏକ ଯାତ୍ରୀବାହୀ ବିମାନ ଝରକା ଦେଇ ଜଣେ ୬୧ ବର୍ଷିୟ ବୃଦ୍ଧ ହଠାତ୍‌ ଟାଣି ହୋଇଯାଉଥିବାବେଳେ ଜୀବନକୁ ବାଜି ଲଗାଇ ସ୍ୱାମୀଙ୍କୁ ମୃତ୍ୟୁ ମୁଖରୁ…

ପଛକୁ ପଛ ୨ ଲଘୁଚାପ; IMD କଲା ସତର୍କ

ଭୁବନେଶ୍ୱର, ୧୨ା୭(ବନ୍ଦନା ସେଠୀ): ରାଜ୍ୟରେ ମୌସୁମୀ ବର୍ଷା ଜାରି ରହିଛି। ଏଥିସହ ଗାଙ୍ଗେଟିକ୍‌ ୱେଷ୍ଟବେଙ୍ଗଲ ଓ ପାଖାପାଖି ବାଂଲାଦେଶ ଉପରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ପ୍ରଭାବରେ…

କିମ୍ୱଦନ୍ତୀ ଗାୟିକା ଏସ୍‌. ଜାନକୀଙ୍କ ପରଲୋକ

ଭୁବନେଶ୍ୱର,୧୨ା୭ (ସୌମ୍ୟରଞ୍ଜନ ରାଉତ): ଭାରତୀୟ ଚଳଚ୍ଚିତ୍ର ସଙ୍ଗୀତ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ ଘଟିଛି। ଦକ୍ଷିଣ ଭାରତର ପ୍ରଖ୍ୟାତ ପାର୍ଶ୍ୱଗାୟିକା ଏସ୍‌. ଜାନକୀଙ୍କର ଶନିବାର ମହୀଶୂରସ୍ଥିତ…

ପୁରୀ ଶରଧାବାଲିରୁ ଇସ୍କନ ବହି ଷ୍ଟଲ ହଟିଲା

ପୁରୀ,୧୧।୭: ପୁରୀ ଶରଧାବାଲିରୁ ଇସ୍କନ ବହି ଷ୍ଟଲକୁ ଶନିବାର ହଟାଇ ଦିଆଯାଇଥିବା ସୂଚନା ମିଳିଛି। ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ଇସ୍କନ ପକ୍ଷରୁ ଖୋଲାଯାଇଥିବା ବହି ଷ୍ଟଲକୁ ଲୋକେ…

ଡୁଙ୍ଗୁରିପାଲିରେ ଯୁବକଙ୍କୁ ହତ୍ୟା

ଡୁଙ୍ଗୁରିପାଲି, ୧୧ା୭ (ଦୀନବନ୍ଧୁ ସୁନା ): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ସମଲେଇଚୁଆ ପଞ୍ଚାୟତ ଅଇଲାସାରି-ପାଙ୍କେଲ ଯିବା ଧର୍ସା କଞ୍ଚା ରାସ୍ତା ପାଣ୍ଡିରୀ-ଡୁଙ୍ଗୁରୀ ରାସ୍ତାପାର୍ଶ୍ୱ ବୁଦାରେ ଶନିବାର…

ଫର୍ଚ୍ୟୁନ୍‌ର ସବୁଠୁ ପ୍ରଭାବଶାଳୀ ମହିଳା ତାଲିକାର ୧ମ ସ୍ଥାନରେ ନୀତା ଅମ୍ବାନୀ

ଫର୍ଚ୍ୟୁନ୍‌ ଇଣ୍ଡିଆ ଦ୍ୱାରା ଶୁକ୍ରବାର ଦିନ ମୁମ୍ବାଇସ୍ଥିତ ଫୋର୍‌ ସିଜନ୍ସ ହୋଟେଲଠାରେ ଏହାର ପ୍ରମୁଖ କାର୍ଯ୍ୟକ୍ରମ ‘ମୋଷ୍ଟ୍‌ ପାଓ୍ବାରଫୁଲ୍‌ ଓ୍ବିମେନ୍‌ (ଏମ୍‌ପିଡବ୍ଲ୍ୟୁ), ୨୦୨୬’ ଅନୁଷ୍ଠିତ ହୋଇଯାଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri