ରତଳାଙ୍ଗରେ ମହିଳାଙ୍କୁ ହତ୍ୟା ଅଭିଯୋଗ ଘଟଣା: ସ୍ବାମୀ, ଯାଆ କୋର୍ଟ ଚାଲଣ

ବିଞ୍ଝାରପୁର,୧୬ା୧୨(ଡି.ଏନ.ଏ)- ବିଞ୍ଝାରପୁର ଥାନା ବରୀ ବ୍ଲକ ରତଳାଙ୍ଗ ଗ୍ରାପ ମଠସାହିରେ ଗତ ମଙ୍ଗଳବାର ରାତିରୁ ନିଖୋଜ ଥିବା କବିତା ବରାଳଙ୍କ ମୃତଦେହ ଶୁକ୍ରବାର ସ୍ଥାନୀୟ ପୋଖରୀରେ କ୍ଷତବିକ୍ଷତ ଅବସ୍ଥାରେ ମିଳିଥିଲା। ତାଙ୍କୁ ଶାଶୁଘର ଲୋକେ ଅଧିକ ଯୌତୁକ ଦାବିରେ ହତ୍ୟା କରିଥିବା ନେଇ କବିତାଙ୍କ ମା’ ଥାନାରେ ଅଭିଯୋଗ କରିଥିଲେ। ଅଭିଯୋଗକୁ ଭିତ୍ତି କରି ବିଞ୍ଝାରପୁର ପୋଲିସ କବିତାଙ୍କ ସ୍ବାମୀ ଲକ୍ଷ୍ମୀଧର ସାମଲ ଓ ଯାଆ ତପସ୍ବିନୀ ସାମଲଙ୍କୁ ଗିରଫ କରି ରବିବାର କୋର୍ଟଚାଲାଣ କରିଛି।
ପ୍ରକାଶ ଯେ, ଯାଜପୁର କ୍ଲକ ସିମିଳିଆ ପଞ୍ଚାୟତର ଚୈତନ୍ୟ ବରାଳଙ୍କ ଝିଅ କବିତା ବିଞ୍ଝାରପୁର ଥାନା ରତଳାଙ୍ଗ ମଠସାହି ଗ୍ରାମର ବାମଦେବ ସାମଲଙ୍କ ପୁଅ ଲକ୍ଷ୍ମୀଧର ସାମଲଙ୍କୁ ଗତ ୩ବର୍ଷ ତଳେ ବୈଦିକରୀତିରେ ବିବାହ କରିଥିଲେ। ବିବାହ ପରଠାରୁ ଶାଶୁଘର ପକ୍ଷରୁ ୧ଲକ୍ଷ ଟଙ୍କା ଅଧିକ ଯୌତୁକ ଦାବି କରାଯିବା ସହ କବିତାଙ୍କୁ ଶାରୀରିକ ଓ ମାନସିକ ନିର୍ଯାତନା ଦିଆଯାଉଥିଲା। ଏନେଇ ଗତ ୧୦ତାରିଖ ରାତିରେ କବିତା ନିଜ ମା’ ଜ୍ୟୋତ୍ସ୍ନାରାଣୀଙ୍କୁ ଫୋନ କରି ୧ଲକ୍ଷ ଟଙ୍କା ନ ଦେଲେ ଶାଶୁଘର ଲୋକେ ତାଙ୍କୁ ମାରିଦେବାକୁ ଧମକ ଦେଇଥିବା କହିଥିଲେ। ବୁଧବାର ସକାଳେ କବିତାଙ୍କ ବାପଘର ଲୋକେ ଝିଅ ଶାଶୁଘରେ ପହଞ୍ଚତ୍ ଥିଲେ। ସେଠାରେ ଝିଅକୁ ନ ପାଇ ପଚାରିବାରୁ ମଙ୍ଗଳବାର ରାତିରେ କବିତା କୁଆଡ଼େ ଚାଲିଯାଇଛନ୍ତି ବୋଲି ଶାଶୁଘର ଲୋକେ ସଫେଇ ଦେଇଥିଲେ। ଏହି ଘଣାରେ କବିତାଙ୍କ ମା’ ଜ୍ୟୋତ୍ସ୍ନାରାଣୀ ତାଙ୍କ ଝିଅକୁ ଶାଶୁଘର ଲୋକେ ଯୌତୁକ ଦାବିରେ ମାରିଦେଇ ନିଖୋଜ କରିଦେଇଥିବା ସନ୍ଦେହ କରି ବିଞ୍ଝାରପୁର ଥାନାରେ ଏକ ଲିଖିତ ଅଭିଯୋଗ କରିଥିଲେ। ଉକ୍ତ ଅଭିଯୋଗକୁ ଭିତ୍ତି କରି ପୋଲିସ ଏକ ମାମଲା(୩୫୯/୨୦୧୯) ରୁଜୁ କରି ତଦନ୍ତ ଚଳାଇଥିଲା। ଶୁକ୍ରବାର ସକାଳେ କବିତାଙ୍କ ମୃତଦେହ ପୋଖରୀରେ ଭାସୁଥିବା ସ୍ଥାନୀୟ ଲୋକେ ଦେଖିବାକୁ ପାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨ ବର୍ଷର ବନବାସର ଘଟିଲା ଅନ୍ତ: ସ୍ମୃତିଙ୍କୁ ମିଳିଲା…

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ଦ୍ୱାରା ଘୋଷଣା କରାଯାଇଥିବା ନୂତନ ଦଳରେ, ପୂର୍ବତନ ଏମ୍‌ପି ଏବଂ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ…

ନୂଆ ଟିମ୍‌ ଘୋଷଣା ପରେ ପ୍ରତିକ୍ରିୟା ରଖିଲେ ନୀତିନ ନବୀନ, କହିଲେ…

ନୂଆଦିଲ୍ଲୀ,୧୭।୮: ନୂଆ ଟିମ୍‌ ଘୋଷଣା କରିବା ପରେ ଭାଜପା ସଭାପତି ନୀତିନ ନବୀନ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ସଭାପତି ନବନିଯୁକ୍ତ ଭାଜପା କାର୍ଯ୍ୟକର୍ତ୍ତାଙ୍କୁ…

ପିଉସାଙ୍କୁ ହତ୍ୟା କରି ପୋଡିଦେବା ଘଟଣା: ଜମି ବିବାଦ ନା ଗୁଣି ଗାରେଡି, ୨ ଜଣଙ୍କୁ…

ଦାରିଙ୍ଗବାଡି,୧୭।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ବାଡାବାଙ୍ଗା ପଞ୍ଚାୟତ ସିକନବାଡି ଗାଁରେ ଏକ ହତ୍ୟା ଘଟଣାର ପୋଲିସ ଖୁଲାସା କରିଛି। ହତ୍ୟାର ଶିକାର ହୋଇଛନ୍ତି ଉକ୍ତ…

ବ୍ରାହ୍ମଣୀରେ ଭୟଙ୍କର ବନ୍ୟା: ବିପଦ ସଙ୍କେତ ଡେଇଁ ୨୦ ଫୁଟରେ ପ୍ରବାହିତ ଜଳ, ଅଳଭା ଠାରେ ଘଳିଆ

ପଟ୍ଟାମୁଣ୍ଡାଇ,୧୭।୮ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଦେଇ ପ୍ରବାହିତ ବ୍ରାହ୍ମଣୀ ନଦୀରେ ବନ୍ୟା ପରିସ୍ଥିତି ଅତ୍ୟନ୍ତ ଗମ୍ଭୀର ରୂପ ଧାରଣ କରିଛି। ବ୍ରାହ୍ମଣୀ ନଦୀର ବିପଦ…

ନୂଆ ଟିମ୍ ଘୋଷଣା କଲେ ନୀତିନ ନବୀନ; କିଏ ଏହି ଦୀପକ ମହସ୍କେ, ଯାହାଙ୍କୁ ମିଳିଲା ବଡ଼ ଦାୟିତ୍ବ

ନୂଆଦିଲ୍ଲୀ,୧୭।୮: ନୀତିନ ନବୀନ ତାଙ୍କ ନୂଆ ଟିମ୍‌ ଘୋଷଣା କରିଛନ୍ତି । ଏଥିରେ ସବୁଠାରୁ ବଡ଼ ଚର୍ଚ୍ଚାର ବିଷୟ ହୋଇଛି ଦଳର ଆଇଟି ସେଲ୍‌ ମୁଖ୍ୟ ପଦରେ…

ପବିତ୍ର ଶ୍ରାବଣ ସୋମବାରକୁ ସଂକ୍ରାନ୍ତି ସଂଯୋଗ: ବିଭିନ୍ନ ମନ୍ଦିରରେ କାଉଡ଼ିଆଙ୍କ ପାଇଁ….

କଲ୍ୟାଣସିଂହପୁର, ୧୭।୮ (ଦୀପକ କୁମାର ପରିଡ଼ା): ପବିତ୍ର ଶ୍ରାବଣ ମାସର ତୃତୀୟ ସୋମବାର ତଥା ସିଂହ ସଂକ୍ରାନ୍ତି ଅବସରରେ କଲ୍ୟାଣସିଂହପୁର ବ୍ଲକର ବିଭିନ୍ନ ପ୍ରମୁଖ ଶୈବପୀଠ ଓ…

ବନ୍ୟାପାଣିରେ ଭାସିଯାଇଥିଲେ ଯୁବକ, ୪ଦିନ ପରେ ମୃତଦେହ ଉଦ୍ଧାର

ଧାମନଗର,୧୭।୮(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ବ୍ଲକ ଦିହୁଡ଼ି-ଆନନ୍ଦପୁର ପଞ୍ଚାୟତ ପାହଡ଼ପୁର ଯେନାସାହି ଗ୍ରାମର ଗଣେଶ ଜେନା (୫୨)ଙ୍କ ମୃତଦେହ ଉଦ୍ଧାର କରାଯାଇଛି । ନିଖୋଜର ୪ଦିନ ପରେ ଜଙ୍ଗଲରୁ…

ଭାଜପାରେ ବଡ଼ ଅଦଳବଦଳ: ସ୍ମୃତି-ବସୁନ୍ଧରାଙ୍କୁ ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୧୭।୮: ସଭାପତି ନୀତିନ ନବୀନ ନୂଆ ଟିମ୍‌ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଛି। ୧୬…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri