ରତ୍ନଭଣ୍ଡାର ଖୋଲିବା ପାଇଁ ପ୍ରସ୍ତାବ ନାହିଁ: ଆଇନ ମନ୍ତ୍ରୀ

ଭୁବନେଶ୍ୱର,୨୬।୧୧(ବ୍ୟୁରୋ)- ପୁରୀ ଶ୍ରୀମନ୍ଦିର ରତ୍ନଭଣ୍ଡାର ଶେଷ ଥର ପାଇଁ ୧୯୮୫ ଜୁଲାଇ ୧୪ ତାରିଖରେ ଗଣାହୋଇଥିଲା। ସେହି ସମୟର ଗଣନାନୁଯାୟୀ, ଭଣ୍ଡାର ଘରେ ୪୫୪ ଗୋଟି ସୁନା ଅଳଙ୍କାର ଓ ଅନ୍ୟାନ୍ୟ ଜିନିଷ ୧୨,୮୩୪ ଭରି ୧୩/୪ ଅଣା(ମୂଲ୍ୟବାନ ପଥର ସହିତ) ରହିଛି। ଆଇନ ମନ୍ତ୍ରୀ ପ୍ରତାପ ଜେନା ମଙ୍ଗଳବାର ବିଧାନସଭାରେ ଉପରୋକ୍ତ ତଥ୍ୟ ରଖିଛନ୍ତି। ଜଟଣୀ ବିଧାୟକ ସୁରେଶ ରାଉତରାୟଙ୍କ ଏକ ଅଣତାରକା ପ୍ରଶ୍ନ ନଂ-୧୮୧୦ର ଲିଖିତ ଉତ୍ତର ରଖି ଏହା କହିଛନ୍ତି।

ସେହିପରି ଭଣ୍ଡାର ଘରେ ୨୩୬ ଗୋଟି ରୁପା ଅଳଙ୍କାର ଓ ଅନ୍ୟାନ୍ୟ ଜିନିଷ ବାବଦରେ ୧୮,୮୧୫ ଓ ୬ ଅଣା ଭରି(ମୂଲ୍ୟବାନ ପଥର ସହ) ରହିଛି। ଉପରୋକ୍ତ ସାମଗ୍ରୀ ମଧ୍ୟରୁ ୮ ଗୋଟି ସୁନା ମୂର୍ତ୍ତି, ୬ ରୁପା ବାସନ/ମୂର୍ତ୍ତି ବିଭିନ୍ନ କାରଣରୁ ଓଜନ ହୋଇ ପାରି ନ ଥିବାରୁ ଏହାର ପରିମାଣ ଆକଳନ କରାଯାଇନାହିଁ। ତଥ୍ୟ ରଖାଯାଇଥିବା ସାମଗ୍ରୀ ଓଜନ ମଧ୍ୟରେ ଏହି ଅଳଙ୍କାରଗୁଡିକର ଓଜନ ଅନ୍ତର୍ଭୁକ୍ତ କରାଯାଇନାହିଁ। ବର୍ତ୍ତମାନ ଅଳଙ୍କାରଗୁଡିକର ତନଖି ପାଇଁ ରତ୍ନଭଣ୍ଡାର ଖୋଲିବା ପାଇଁ କୌଣସି ପ୍ରସ୍ତାବ ନ ଥିବା ମନ୍ତ୍ରୀ ଲିଖିତ ଉତ୍ତରରେ ସ୍ପଷ୍ଟୋକ୍ତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ସଂରକ୍ଷଣ ବିଲ୍‌ କାଟ୍‌ ଖାଇବା ପରେ ରାହୁଲଙ୍କ ବଡ଼ ବୟାନ, ରାଜନୀତିରେ ହଲଚଲ…

ନୂଆଦିଲ୍ଲୀ,୧୭।୪: ଲୋକ ସଭାରେ ମହିଳା ସଂରକ୍ଷଣ ବିଲ ପାସ ହୋଇପାରି ନାହିଁ। ଏନେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ କହିଛନ୍ତି ଯେ ଏହା ସମ୍ୱିଧାନ ଉପରେ ଆକ୍ରମଣ…

କାର୍‌-ବସ୍‌ ମୁହାଁମୁହିଁ ଧକ୍କା: ଜଳିଗଲେ ଗୋଟିଏ ପରିବାରର ୯ ସଦସ୍ୟ

ୟାଦ୍‌ଗିର(କର୍ନାଟକ),୧୭ା୪: କର୍ନାଟକର ସୁରପୁର ତାଲୁକ୍‌ରେ ଶୁକ୍ରବାର ଏକ କାର୍‌ ଏବଂ ଘରୋଇ ବସ୍‌କୁ ମୁହାଁମୁହିଁ ଧକ୍କା ହୋଇଥିଲା। ପରବର୍ତ୍ତୀ ସମୟରେ କାରଟି ଜଳିଯିବାରୁ ସେଥିରେ ଥିବା ଗୋଟିଏ…

ମୋଦି ସରକାରଙ୍କୁ ଝଟ୍‌କା, ଲୋକ ସଭାରେ କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌

ନୂଆଦିଲ୍ଲୀ,୧୭।୪: କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌ । ଲୋକ ସଭାର ସ୍ବତନ୍ତ୍ର ଅଧିବେଶନରେ ମହିଳା ସଂରକ୍ଷଣ ବିଲକୁ ନେଇ ଭୋଟିଂ ହୋଇଥିଲା । ଯେଉଁଥିରେ କାଟ୍‌…

ପାକିସ୍ତାନରେ ଦିନିକିଆ ସିରିଜ ଖେଳିବ ଅଷ୍ଟ୍ରେଲିଆ, ଆସିଲା ଚୂଡ଼ାନ୍ତ କାର୍ଯ୍ୟସୂଚୀ

କରାଚୀ,୧୭ା୪: ଅଷ୍ଟ୍ରେଲିଆ କ୍ରିକେଟ ଦଳ ମେ ମାସ ଶେଷ ଭାଗରେ ଅଷ୍ଟ୍ରେଲିଆ ଟୁର୍‌ରେ ଯିବ ଏବଂ ଲାହୋର ଓ ରାଓଲପିଣ୍ଡିରେ ୩ ମ୍ୟାଚ ବିଶିଷ୍ଟ ଅନ୍ତର୍ଜାତୀୟ ଦିନିକିଆ…

ଚଳଚଞ୍ଚଳ ରାଧାଦେଇପୁର, ଛୁଟୁଛି ଶ୍ରଦ୍ଧାଳୁଙ୍କ ଭିଡ଼, ଦାରୁ ବିଗ୍ରହଙ୍କ

ଦିଗପହଣ୍ଡି/ପାଟପୁର,୧୭୪(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ରାଧାଦେଇପୁର ଗ୍ରାମ ନୂଆସାହି ରେ ବହୁ ପୁରାତନ କାଳରୁ ପୂଜା ପାଇ ଆସୁଥିବା ଶ୍ରୀ…

ଟଙ୍କା ଆଦାୟକୁ ନେଇ ଫାଇନାନ୍ସ କର୍ମଚାରୀଙ୍କୁ ହତ୍ୟା, ଆସିଲା କୋର୍ଟଙ୍କ ବଡ଼ ରାୟ, ଅଭିଯୁକ୍ତଙ୍କୁ…

କେନ୍ଦୁଝର,୧୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ନୟାକୋଟ ଥାନା ଅଞ୍ଚଳରେ ୨୦୨୫ରେ ଫାଇନାନ୍ସ ଟଙ୍କା ଆଦାୟକୁ ନେଇ ଘଟିଥିବା ବହୁଚର୍ଚ୍ଚିତ ହତ୍ୟାକାଣ୍ଡ ଘଟଣାର ଶୁକ୍ରବାର ରାୟ ପ୍ରକାଶ…

ଦଶମ ସିବିଏସଇ ପରୀକ୍ଷା ଫଳ: ଜିଲା ପାଇଁ ଗୌରବ ଆଣିଲେ ଅଂଶୁମାନ

ଛତ୍ରପୁର,୧୭।୪(ଦିଲ୍ଲୀପ ସାମଲ): ଦଶମ ଶ୍ରେଣୀ ସିବିଏସଇ ପରୀକ୍ଷା ଫଳ ପ୍ରକାଶ ପାଇଥିବା ବେଳେ ସୋରଡ଼ା  ଓଡିଶା ଆଦର୍ଶ ବିଦ୍ୟାଳୟ ଛାତ୍ର ଅଂଶୁମାନ ପଣ୍ଡା ଜିଲା ପାଇଁ ଗୌରବ…

ଏବେ ପାଇପ୍‌ ଖୋଲିଲେ ଆସିବ LPG, ଓଡ଼ିଶାର ଏହି ରୁଟ୍‌ରେ ଆସିବ ପାଇପ୍‌ଲାଇନ

ନୂଆଦିଲ୍ଲୀ,୧୭।୪: ଭାରତ ସରକାର ଦେଶର ତରଳ ପେଟ୍ରୋଲିୟମ ଗ୍ୟାସ (LPG) ଯୋଗାଣ ଶୃଙ୍ଖଳକୁ ସମ୍ପୂର୍ଣ୍ଣ ରୂପାନ୍ତରିତ କରିବା ଏବଂ ଏହାର ସୁରକ୍ଷା ବୃଦ୍ଧି କରିବା ଦିଗରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri