ରତ୍ନଭଣ୍ଡାର ଖୋଲିବାକୁ ଦାବି କଲା ଯୁବ କଂଗ୍ରେସ

ପୁରୀ ଅଫିସ,୩୧ା୧୨: ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଖୋଲିବାକୁ ଦାବି କରିଛି ପୁରୀ ଲୋକସଭା ଯୁବ କଂଗ୍ରେସ। ଏ ସଂକ୍ରାନ୍ତରେ ସୋମବାର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲାପାଳଙ୍କୁ ଦାବିପତ୍ର ଦିଆଯାଇଛି । ଏଥିରେ ଦର୍ଶାଯାଇଛି ଯେ, ଶ୍ରୀଜଗନ୍ନାଥ ମନ୍ଦିର ଆଇନ ୧୯୫୫ ଅନୁଯାୟୀ ପ୍ରତି ୩ ବର୍ଷରେ ରତ୍ନଭଣ୍ଡାର ଖୋଲାଯାଇ ସମସ୍ତ ଧନରତ୍ନ ତନଖି କରିବା ଏବଂ ପୂର୍ବ ବିବରଣୀ ସହିତ ମେଳକ କରିବା କଥା । କିନ୍ତୁ ଦୀର୍ଘବର୍ଷ ହେଲାଣି ଏହା ଖୋଲାଯାଇ ନ ଥିବାବେଳେ ରତ୍ନଭଣ୍ଡାର ଚାବି ହଜିବା ଏବଂ ପରେ ନାଟକୀୟ ଢଙ୍ଗରେ ନକଲି ଚାବି ମିଳିବା ଘଟଣା ଏହାକୁ ଅଧିକ ରହସ୍ୟମୟ କରିଛି । ସେହିପରି ଚାବି ହଜିବା ଘଟଣା ପାଇଁ ରାଜ୍ୟ ସରକାର ତଦନ୍ତ କମିଶନ ଗଠନ କଲେ । ଏ ବାବଦରେ ପ୍ରାୟ ୨୨ ଲକ୍ଷ ଟଙ୍କା ଖର୍ଚ୍ଚ ବି ହେଲା । ତଦନ୍ତ କମିଶନ ତାଙ୍କ ରିପୋର୍ଟ ରାଜ୍ୟ ସରକାରଙ୍କୁ ପ୍ରଦାନ କରିଥିଲେ ମଧ୍ୟ ଏହାକୁ ଏ ପର୍ଯ୍ୟନ୍ତ ସାର୍ବଜନୀନ କରାଯାଇ ନାହିଁ । ବିଧାନସଭାରେ ଆଇନ ମନ୍ତ୍ରୀ ରତ୍ନଭଣ୍ଡାର ଏବେ ଖୋଲାଯିବାର ପ୍ରସ୍ତାବ ନାହିଁ କହିବା ପରେ ଅଗଣିତ ଜଗନ୍ନାଥପ୍ରେମୀ ଭକ୍ତଙ୍କ ମନରେ ମହାପ୍ରଭୁଙ୍କ ରତ୍ନଅଳଙ୍କାର ସୁରକ୍ଷାକୁ ନେଇ ସନ୍ଦେହ ଅଧିକ ଦୃଢୀଭୂତ ହୋଇଛି । ଅନ୍ୟପକ୍ଷରେ ସୁପ୍ରିମ୍‌କୋର୍ଟ ମଧ୍ୟ ଜଗନ୍ନାଥ ମହାପ୍ରଭୁଙ୍କର ସମସ୍ତ ସ୍ଥାବର ଓ ଅସ୍ଥାବର ସମ୍ପତ୍ତିର ତାଲିକା ଦାଖଲ କରିବାକୁ କହିଛନ୍ତି । ତେଣୁ ଏହା ପୂର୍ବରୁ ରତ୍ନଭଣ୍ଡାର ଖୋଲି ରତ୍ନଅଳଙ୍କାର ତନଖି କରିବାକୁ ଯୁବ କଂଗ୍ରେସ ଦାବିପତ୍ରରେ ଉଲ୍ଲେଖ କରିଛି । ଏଥିସହ ଏମାର ମଠରୁ ମିଳିଥିବା ୫୧୨ ଖଣ୍ଡ ରୁପା ଇଟା ରତ୍ନଭଣ୍ଡାରରେ ରଖାଯିବା ସହିତ ଶ୍ରୀମନ୍ଦିରର ଆୟବ୍ୟୟର ପ୍ରତିବର୍ଷର ଅଡିଟ୍‌ କରାଯାଇ ସମସ୍ତ ତଥ୍ୟ ସାର୍ବଜନୀନ କରିବା ଦରକାର ବୋଲି ଯୁବ କଂଗ୍ରେସ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଦାବି କରିଛି । ନଚେତ ଆଗାମୀ ଦିନରେ ରାଜ୍ୟ ସରକାର ଅଗଣିତ ଜଗନ୍ନାଥପ୍ରେମୀଙ୍କ ଆକ୍ରୋଶର ଶିକାର ହେବେ ବୋଲି ଏଥିରେ ଚେତାବନୀ ଦିଆଯାଇଛି । ବିଶ୍ୱନାଥ ଦାଶ, ଅମରେନ୍ଦ୍ର ପାଇକରାୟ, ବୀରେନ୍ଦ୍ର ଭୂଷଣ ହୋତା, ସୌରଭ ରଞ୍ଜନ ପଟ୍ଟନାୟକ, କାହ୍ନୁଚରଣ ପ୍ରଧାନ, ସ୍ବାଧୀନ କୁମାର ପଣ୍ଡା, ବିଦ୍ୟୁତ୍‌ଲତା ଆଚାର୍ଯ୍ୟ, ଚେତନ ମିଶ୍ର, ଅମିୟ ମହାପାତ୍ର ପ୍ରମୁଖ ଏହି ଦାବିପତ୍ର ପ୍ରଦାନ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଏଣିକି UPI ପେମେଣ୍ଟରେ ଲାଗିବ ଏକ୍ସର୍ଟା ଚାର୍ଜ? ଜାଣନ୍ତୁ କେତେ ଟ୍ରାଞ୍ଜାକ୍ସନ କଲେ ଦେବାକୁ ପଡିବ ଟଙ୍କା…

ନୂଆଦିଲ୍ଲୀ,୪।୮: ସରକାର ୟୁପିଆଇ (UPI) ମାଧ୍ୟମରେ ପେମେଣ୍ଟ କରିବାକୁ ନେଇ ଏକ ବଡ଼ ପରିବର୍ତ୍ତନ କରିବାକୁ ପ୍ରସ୍ତୁତି କରୁଛନ୍ତି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ‘ପେମେଣ୍ଟ ଆଣ୍ଡ୍…

ପାଟଣା କଲେଜର ନୂତନ ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କଲେ ଜଗନ୍ନାଥ ମହାନ୍ତ

ପାଟଣା,୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟର ନୂତନ ଅଧ୍ୟକ୍ଷ ଭାବେ ମହାବିଦ୍ୟାଳୟର ଓଡ଼ିଆ ବିଭାଗ ମୁଖ୍ୟ ତଥା ରିଡର ଜଗନ୍ନାଥ…

ଭାରତକୁ ବଡ଼ ଝଟ୍‌କା: ଏସିଆନ୍‌ ଗେମ୍ସରେ ଖେଳିବେନି ହର୍ଡଲ୍ସ ଷ୍ଟାର ଶୀର୍ସେ, ଜାଣନ୍ତୁ…

ନୂଆଦିଲ୍ଲୀ,୪ା୮: ଆସନ୍ତା ମାସରେ ଜାପାନରେ ହେବାକୁ ଥିବା ଏସିଆନ ଗେମ୍ସରେ ଭାରତର ୧୧୦ ମି. ହର୍ଡଲ୍ସ ଷ୍ଟାର ତେଜସ ଶୀର୍ସେ ପ୍ରତିଦ୍ୱନ୍ଦ୍ୱିତା କରିବେ ନାହିଁ। ଏ ନେଇ…

ତପ୍ତପାଣି ଗସ୍ତ ସାରି ଫେରିଲେ ରାଷ୍ଟ୍ରପତି: ଉଷ୍ମ ପସ୍ରବଣର ଗନ୍ଧକଯୁକ୍ତ ପାଣିରେ ସ୍ନାନ, ମା’ କନ୍ଧୁଣି ଦେବୀଙ୍କୁ କଲେ ପୂଜାର୍ଚ୍ଚନା

ଦିଗପହଣ୍ଡି, ୪।୮ (ଅଶେଷ ନାଥ ମିଶ୍ର): ଦେଶର ପ୍ରଥମ ନାଗରିକ ତଥା ମାନ୍ୟବର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାର ଗଞ୍ଜାମ-ଗଜପତି ସୀମାନ୍ତର ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣି…

ଅନ୍ତର୍ଜାତୀୟ କ୍ରୀଡ଼ା ଇଭେଣ୍ଟରେ ଲଜ୍ଜିତ ହେଲା ପାକିସ୍ତାନ, ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା…

କରାଚି,୪ା୮: ପୁଣି ଥରେ ଅନ୍ତର୍ଜାତୀୟ କ୍ରୀଡ଼ା ଇଭେଣ୍ଟରେ ଲଜ୍ଜିତ ହୋଇଛି ପାକିସ୍ତାନ। ନିକଟରେ ଶେଷ ହୋଇଥିବା ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାଗ ନେଇଥିବା ପାକିସ୍ତାନୀ ବକ୍ସର କୁଦ୍ରାତୁଲା ଦଳୀୟ…

କ୍ରାଇମବ୍ରାଞ୍ଚ ନିକଟରେ ଆତ୍ମସମର୍ପଣ କଲେ ଶରଣକୁଳ ନିଲମ୍ବିତ IIC

ଭୁବନେଶ୍ୱର,୪।୮: ଶରଣକୁଳ ନିଲମ୍ବିତ IIC ସୁଜିତ ଦାସ ମଙ୍ଗଳବାର କ୍ରାଇମବ୍ରାଞ୍ଚ ନିକଟରେ ଆତ୍ମସମର୍ପଣ କରିଛନ୍ତି। ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ସୁଜିତ କ୍ରାଇମବ୍ରାଞ୍ଚରେ ହାଜର ହୋଇ ଆତ୍ମସମର୍ପଣ କରିଥିବା…

ବ୍ଲକ ଅଫିସରେ ପିସି କାରବାର, ଭିଡିଓ ଭାଇରାଲ

ଖଡ଼ିଆଳ,୪ା୮ (ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ବ୍ଲକ କାର୍ଯ୍ୟାଳୟରେ ପିସି କାରବାର ହେଉଥିବାର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଜଣେ ବ୍ୟକ୍ତିଙ୍କଠାରୁ ଅଫିସ କର୍ମଚାରୀ…

ପାକିସ୍ତାନରେ ପୁଣି ପଲଟିବ ସତ୍ତା! ସିଲ୍‌ ହେଲା ଇସଲାମାବାଦ, ସେନାବେସ୍‌ରେ ବଡ଼ ହଲଚଲ

ଇସଲାମାବାଦ,୪।୮: ପାକିସ୍ତାନରେ ପୁଣି ଥରେ ବଡ଼ ରାଜନୈତିକ ଓଲଟପାଲଟ ଏବଂ ସାମରିକ ବିପ୍ଳବ (ସାମରିକ କୁ) ଆଶଙ୍କାରେ ହଲଚଲ ବୃଦ୍ଧି ପାଇଛି। ରାଜଧାନୀ ଇସ୍‌ଲାମାବାଦକୁ ବିଭିନ୍ନ ସ୍ଥାନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri