ରତ୍ନସିଂହାସନରେ ଚତୁର୍ଦ୍ଧାବିଗ୍ରହ

ପୁରୀ ଅଫିସ,୧୬ା୭: ଶେଷ ହୋଇଛି ଘୋଷଯାତ୍ରା। ବଡ଼ଦାଣ୍ଡ ଓ ଜନ୍ମବେଦିରେ ଲୀଳାଖେଳା ସାରି ସୋମବାର ରତ୍ନସିଂହାସନକୁ ବିଜେ କରିଛନ୍ତି ଚତୁର୍ଦ୍ଧାବିଗ୍ରହ। ଦେବସ୍ନାନ ପୂର୍ଣ୍ଣିମାଠାରୁ ଶୂନ୍ୟ ପଡ଼ିଥିବା ରତ୍ନବେଦି କୋଳ ପୂର୍ଣ୍ଣ ହୋଇଛି। ମହାପ୍ରଭୁଙ୍କ ଆଗମନ ପରେ ମଙ୍ଗଳବାର ଠାରୁ ପୁଣି ଚଳଚଞ୍ଚଳ ହୋଇପଡ଼ିିବ ଶ୍ରୀମନ୍ଦିର ରୋଷଶାଳା। ବାହାରିବ ନୀଳାଚଳ ଅବଢା ଆଉ ରତ୍ନବେଦିରେ ଠାକୁରଙ୍କ ଦର୍ଶନ ପାଇବେ ଶ୍ରଦ୍ଧାଳୁ।
ମଙ୍ଗଳବାର ଚନ୍ଦ୍ରଗ୍ରହଣ ଥିବାରୁ ନୀଳାଦ୍ରିବିଜେ ନୀତିକୁ ତ୍ୱରାନ୍ବିତ କରାଯାଇଥିଲା। ପ୍ରାତଃରେ ତିନିରଥରେ ମଙ୍ଗଳ ଆଳତି ପରେ ଅନ୍ୟାନ୍ୟ ନୀତି ସମ୍ପନ୍ନ ହୋଇଥିଲା। ବଡ଼ ଓଡ଼ିଆ ମଠ ମହନ୍ତ ଅଧିକାରୀ ବଂଶୀଧର ଦାସ ଗୋସ୍ବାମୀ ରତ୍ନସିଂହାସନ ମାଜଣା କରିଥିଲେ। ମଠ ପକ୍ଷରୁ ରତ୍ନସିଂହାସନ ଉପରେ କନକମୁଣ୍ଡି ଚାନ୍ଦୁଆ ବନ୍ଧା ଯାଇଥିଲା। ମଠ ପ୍ରଦତ୍ତ ପତିତପାବନ ବାନା ଚୂନରା ସେବକମାନେ ନୀଳଚକ୍ରରେ ବାନ୍ଧିଥିଲେ। ଗଜପତି ମହାରାଜାଙ୍କ ପ୍ରତିନିଧି ମୁଦିରସ୍ତ ସେବକ ଅପରାହ୍ନ ୩ଟା ୫୫ରେ ପୁଷ୍ପାଞ୍ଜଳି ପ୍ରଦାନ କରିବା ପରେ ବାଜିଥିଲା ବିଜେ କାହାଳୀ। ଅପରାହ୍ନ ୪ଟାରେ ପହଣ୍ଡି ଆରମ୍ଭ ହୋଇଥିଲା। ହରିବୋଲ, ହୁଳହୁଳି ଓ ଜୟ ଜଗନ୍ନାଥ ଧ୍ୱନିରେ ପ୍ରକମ୍ପିତ ହୋଇଉଠିଥିଲା ସିଂହଦ୍ୱାର। ନନ୍ଦିଘୋଷ ରଥରୁ ମଦନମୋହନ, ତାଳଧ୍ୱଜ ରଥରୁ ରାମ, କୃଷ୍ଣଙ୍କୁ ମହାଜନସେବକମାନେ ଦକ୍ଷିଣୀଘରକୁ ବିଜେ କରାଇଥିଲେ। ଏହାପରେ ଚକ୍ରରାଜ ସୁଦର୍ଶନଙ୍କ ପହଣ୍ଡି ୪ଟା ୨୫ରେ ହୋଇଥିଲା। ସେବକମାନେ ସୁଦର୍ଶନଙ୍କୁ ରତ୍ନସିଂହାସନରେ ବିଜେ କରାଇଥିଲେ। ଅପରାହ୍ନ ୪ଟା ୫୦ରେ ବଡଠାକୁର ବଳଭଦ୍ର ଓ ସନ୍ଧ୍ୟା ୬ଟାରେ ଦେବୀ ସୁଭଦ୍ରାଙ୍କ ପହଣ୍ଡି ହୋଇଥିଲା। ସନ୍ଧ୍ୟା ୬ଟା ୩୫ରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପହଣ୍ଡି ଆରମ୍ଭ ହୋଇଥିଲା। ରାତି ୮ଟା ୩୫ ସୁଦ୍ଧା ପହଣ୍ଡି ଶେଷ ହୋଇଥିଲା। ହେଲେ ମହାପ୍ରଭୁ ରଥରୁ ଓହ୍ଲାଉଥିବା ଦେଖି ଲକ୍ଷ୍ମୀ ଠାକୁରାଣୀ ଚାହାଣୀ ମଣ୍ଡପକୁ ବିଜେ କରିଥିଲେ। ଭେଟ ମଣ୍ଡପରୁ ଭିତରଚ୍ଛ ମହାପାତ୍ର ମହାଲକ୍ଷ୍ମୀଙ୍କୁ ମହାପ୍ରଭୁଙ୍କ ସହ ଭେଟ କରାଇଥିଲେ। କିନ୍ତୁ ବିବାହ ପରେ ମହାପ୍ରଭୁ ଲକ୍ଷ୍ମୀ ଠାକୁରାଣୀଙ୍କୁ ଛାଡ଼ି ଭାଇ ଭଉଣୀଙ୍କୁ ସାଥିରେ ଧରି ଘୋଷଯାତ୍ରାରେ ଚାଲିଯାଇଥିଲେ। ତେଣୁ ଅଭିମାନ କରିଥିଲେ ଲକ୍ଷ୍ମୀ ଠାକୁରାଣୀ। ସେ ସିଂହଦ୍ୱାରକୁ ବନ୍ଦ କରି ଦେଇଥିଲେ। କିଛି ସମୟ ପରେ ସେ ସିଂହଦ୍ୱାର ଖୋଲି ଭିତରକୁ ଚାଲିଯାଇଥିଲେ। ଏହାପରେ ଶ୍ରୀମନ୍ଦିରକୁ ବିଜେ କରିଥିଲେ ମହାପ୍ରଭୁ। କିନ୍ତୁ ଜୟବିଜୟ ଦ୍ୱାର ବନ୍ଦ ରହିଥିଲା। ସେଠାରେ ବଚନିକା ସରିବା ପରେ ଭଣ୍ଡାରଘର ନିକଟରେ ଲକ୍ଷ୍ମୀଙ୍କ ସହିତ ଶ୍ରୀଜଗନ୍ନାଥଙ୍କର ଭେଟ ହୋଇଥିଲା। ସେଠାରେ ଠାକୁରଙ୍କ ବିବାହର ଗଇଁଠାଳ ଫିଟାଯାଇଥିଲା। ଏହି ନୀତିକୁ ଭିତରଚ୍ଛ ମହାପାତ୍ର ସମ୍ପାଦନ କରିଥିଲେ। ଏହାପରେ ସେଠାରେ ରସଗୋଲା ଭୋଗ ହୋଇଥିଲା। ଠାକୁର ରସଗୋଲା ଖୁଆଇ ମହାଲକ୍ଷ୍ମୀଙ୍କ ମାନଭଞ୍ଜନ କରିଥିଲେ। ଘଷା ବିଡ଼ିଆ ଓ ମଣୋହି ପରେ ମହାପ୍ରଭୁ ରତ୍ନସିଂହାସନକୁ ବିଜେ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନର ପ୍ରଶଂସାରେ ଶତମୁଖ ମେହବୁବା ମୁଫତି: କହୁ କହୁ କହିଦେଲେ…

ଶ୍ରୀନଗର,୮।୪: ଜମ୍ମୁ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ପିଡିପି ମୁଖ୍ୟ ମେହବୁବା ମୁଫତି ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଉପରେ ଖୁସି ପ୍ରକାଶ କରିଛନ୍ତି। ସେ…

ବଡ଼ ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ: ପ୍ରଥମ ୩ ବଲ୍‌ରେ କଲେ ଆଶ୍ଚର୍ଯ୍ୟଜନକ କାରନାମା

ମୁମ୍ବାଇ,୮।୪: ଭାରତୀୟ ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବୈଭବ ସୂର୍ଯ୍ୟବଂଶୀ ଯେତେବେଳେ କ୍ରିଜରେ ଥାଆନ୍ତି ସେତେବେଳେ ଝଡ଼ ପରି ଲାଗେ। IPL 2026ର ୧୩ତମ ମ୍ୟାଚରେ ମଧ୍ୟ ସମାନ କିଛି…

ଯୁଦ୍ଧବିରତି ପରେ ଭାରତୀୟଙ୍କୁ ତୁରନ୍ତ ଇରାନ ଛାଡ଼ିବାକୁ ନିର୍ଦ୍ଦେଶ, ହେଲ୍‌ପଲାଇନ ନମ୍ବର ଜାରି କରି…

ତେହରାନ,୮ା୪: ଇରାନରେ ବଢ଼ୁଥିବା ସଂଘର୍ଷ ମଧ୍ୟରେ ତେହରାନର ଭାରତୀୟ ଦୂତାବାସ ବୁଧବାର ଏକ ନୂଆ ସୁରକ୍ଷା ପରାମର୍ଶ ଜାରି କରିଛି। ଏଥିରେ ଇରାନରେ ରହୁଥିବା ଭାରତୀୟ ନାଗରିକମାନଙ୍କୁ…

କାଳବୈଶାଖୀରେ ଭାଙ୍ଗିବା ଘର କ୍ଷତିଗ୍ରସ୍ତ ପରିବାରଙ୍କୁ ଭେଟିଲା ବ୍ଲକ୍‌ ପ୍ରଶାସନ

ଗୁଡାରି,୮।୪ (ପ୍ରମୋଦ କୁମାର ପତି ):ରାୟଗଡା ଜିଲା ଗୁଡାରି ବ୍ଲକର ବିଭିନ୍ନ ସ୍ଥାନରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ଜୋରରେ ପନ ବୋହିବା ସହ କୁଆପଥର ବର୍ଷା…

RBI ଗଭର୍ନରଙ୍କ ବଡ଼ ଘୋଷଣା: ରେପୋ ରେଟ୍‌ ଅପରିବର୍ତ୍ତିତ

ନୂଆଦିଲ୍ଲୀ,୮।୪: ଭାରତୀୟ ରିଜର୍ଭ ବ୍ୟାଙ୍କ ଆର୍ଥିକ ବର୍ଷ ୨୦୨୭ ପାଇଁ ନୀତି ହାର ଘୋଷଣା କରିଛି। ଲଗାତାର ଦ୍ୱିତୀୟ ବର୍ଷ ପାଇଁ RBI ରେପୋ ରେଟ୍‌କୁ ଅପରିବର୍ତ୍ତିତ…

ମୋଦିଙ୍କୁ ଝଟ୍‌କା: ଆମେରିକା-ଇରାନ ଯୁଦ୍ଧବିରତି ଚୁକ୍ତିନାମା ନେଇ କଂଗ୍ରେସର ପ୍ରଥମ ପ୍ରତିକ୍ରିୟା, ପାକିସ୍ତାନର…

ନୂଆଦିଲ୍ଲୀ,୮ା୪: ଆମେରିକା-ଇରାନ ମଧ୍ୟରେ ଯୁଦ୍ଧବିରତି ଚୁକ୍ତିନାମା ନେଇ କଂଗ୍ରେସ ପକ୍ଷରୁ ପ୍ରଥମ ପ୍ରତିକ୍ରିୟା ପ୍ରକାଶ ପାଇଛି। କଂଗ୍ରେସ ଏମ୍‌ପି ଜୟରାମ ରମେଶ ସୋସିଆଲ ମିଡିଆ ପ୍ଲାଟଫର୍ମ ‘X’ରେ…

ଆଜିଠୁ ବଢିଲା ଏୟାର ଇଣ୍ଡିଆ ଭଡ଼ା: ଜାଣନ୍ତୁ କେତେ ହେଲା…

ନୂଆଦିଲ୍ଲୀ,୮ା୪:ବିମାନ ଇନ୍ଧନ(ଏଟିଏଫ୍‌) ମୂଲ୍ୟ ବୃଦ୍ଧିକୁ ନେଇ ଏୟାର ଇଣ୍ଡିଆ ଏହାର ଘରୋଇ ଏବଂ ଅନ୍ତର୍ଜାତୀୟ ରୁଟ୍‌ରେ ସମସ୍ତ ବିମାନ ଯାତ୍ରା ପାଇଁ ମୂଲ୍ୟବୃଦ୍ଧି ଘୋଷଣା କରିଛି। ପ୍ରତି…

କୁଆପଥର ମାଡରେ ଭାଙ୍ଗିଲା ୫୦ରୁ ଅଧିକ ଘର: ଦେଖାଯାଉଛି ଆକାଶ ତାରା 

ଗୋପବନ୍ଧୁ ନଗର ୭।୪(ଶାନ୍ତନୁ କୁମାର ମଢୁଆଳ): କାଳବୈଶାଖୀ ପ୍ରଭାବରେ ଝଡ଼ ବର୍ଷା ସାଙ୍ଗକୁ କୁଆପଥର ମାଡ ହେବା ଯୋଗୁ ବ୍ୟାପକ କ୍ଷୟକ୍ଷତି ହୋଇଛି। ଗୋପବନ୍ଧୁ ନଗର ବ୍ଲକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri