ରଥ ଉପରେ ସୁନାବେଶ ବଡ଼ତଢାଉ ସେବକଙ୍କ ଅନୁରୋଧରେ ହେଉଛି

ପୁରୀ ଅଫିସ, ୧୩।୭: ଶ୍ରୀପୁରୁଷୋତ୍ତମ କ୍ଷେତ୍ରରେ ମହାପ୍ରଭୁଙ୍କର ମାନବୀୟ ଲୀଳା ଭଳି ରାଜକୀୟ ଲୀଳା ମଧ୍ୟ ଅନୁଷ୍ଠିତ ହେଉଛି। ପୁରୁଷୋତ୍ତମ ଶ୍ରୀଜଗନ୍ନାଥ ହେଉଛନ୍ତି ରାଜାଧିରାଜ। ତାଙ୍କର କେତେକ ରୀତିନୀତି, ବେଶ ଓ ଭୋଗ ଇତ୍ୟାଦିରେ ରାଜକୀୟ ଠାଣି ପରିଲକ୍ଷିତ ହୋଇଥାଏ। ରାଜାଧିରାଜ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ସୁନାବେଶ ବା ରାଜବେଶ ବର୍ଷକୁ ପାଞ୍ଚଥର ଅନୁଷ୍ଠିତ ହୋଇଥାଏ। ଆଶ୍ୱିନ ଶୁକ୍ଳ ଦଶମୀ (ଦଶହରା), କାର୍ତ୍ତିକ ପୂର୍ଣ୍ଣିମା, ପୌଷ ପୂର୍ଣ୍ଣିମା ଓ ଦୋଳ ପୂର୍ଣ୍ଣିମା ଏହି ଚାରିଥର ଶ୍ରୀମନ୍ଦିର ରତ୍ନସିଂହାସନ ଉପରେ ଏବଂ ବାହୁଡ଼ା ପରଦିନ ସିଂହଦ୍ୱାରଠାରେ ଥିବା ରଥ ଉପରେ ସୁନାବେଶ କରାଯାଇଥାଏ।
ଏ ସମ୍ପର୍କରେ ଗବେଷକ ଡ. ନରେଶ ଚନ୍ଦ୍ର ଦାଶ କୁହନ୍ତି, ଏହି ଲାବଣ୍ୟମୟ ସୁବର୍ଣ୍ଣ ବେଶ କେବେଠାରୁ ଆରମ୍ଭ ହେଲା, ତାହା ଠିକ୍‌ ଭାବେ କହିବା କଷ୍ଟକର। ଏ ସମ୍ପର୍କରେ ସ୍କନ୍ଦ ପୁରାଣ କିମ୍ବା ନୀଳାଦ୍ରି ମହୋଦୟ ଭଳି ଗ୍ରନ୍ଥମାନଙ୍କରେ କିଛି ଉଲ୍ଲେଖ ନାହିଁ। ତେବେ ମହାପ୍ରଭୁଙ୍କ ଏହି ଦିବ୍ୟ ବେଶକୁ ସର୍ବଧର୍ମ, ସର୍ବମତବାଦର ଜନସାଧାରଣ ଓ ଭକ୍ତଗଣ ଆନନ୍ଦରେ ଦର୍ଶନ କରିଥାନ୍ତି। ସେଥିପାଇଁ ଏହିଦିନ ରଥଯାତ୍ରା ଭଳି ଶ୍ରୀକ୍ଷେତ୍ରରେ ଗହଳି ଲାଗିଥାଏ। ରଥ ଉପରେ ହେଉଥିବା ସୁନାବେଶର ନାମ ହେଉଛି ବଡ଼ତଢାଉ ବେଶ। ବଡ଼ତଢାଉ ବେଶ ସମ୍ପର୍କରେ ଜଣାଯାଏ, ୧୪୬୦ ଖ୍ରୀଷ୍ଟାବ୍ଦରେ ରାଜା କପିଳେନ୍ଦ୍ର ଦେବ ଦେବୀ ଜୟଦୁର୍ଗାଙ୍କ କୃପାରୁ ଦକ୍ଷିଣ ଭାରତ ଜୟ କରି ୧୬ଟି ହସ୍ତୀପୃଷ୍ଠରେ ବିପୁଳ ଧନରତ୍ନ ଲଦି ନିଜ ରାଜ୍ୟକୁ ଆଣି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଅର୍ପଣ କରିଥିଲେ। ଗଜପତି ମହାରାଜାଙ୍କର ମହାପ୍ରଭୁଙ୍କ ପ୍ରତି ଭକ୍ତି ଓ ଆଗ୍ରହ ଲକ୍ଷ୍ୟକରି ବଡ଼ତଢାଉ ସେବକ (ଅଳଙ୍କାରଗୁଡ଼ିକୁ ଭଣ୍ଡାରରୁ ଆଣି ବେଶ ଶେଷ ହେବା ପରେ ପୁଣି ଭଣ୍ଡାର ମଧ୍ୟରେ ଯେ ଗଣିକରି ରଖନ୍ତି) ଶ୍ରୀଛାମୁରେ ଜଣାଇଥିଲେ ଯେ, ଶ୍ରୀମନ୍ଦିରର ରତ୍ନସିଂହାସନ ଉପରେ ବର୍ଷକ ମଧ୍ୟରେ ହେଉଥିବା ସକଳ ବେଶକୁ ସମସ୍ତ ବର୍ଗର ଲୋକେ ଦର୍ଶନ କରିପାରୁନାହାନ୍ତି। ତେଣୁ ରଥଯାତ୍ରାର ଅନ୍ତିମ ପର୍ଯ୍ୟାୟ ବାହୁଡ଼ାଦିନ ରଥତ୍ରୟ ସିଂହଦ୍ୱାର ନିକଟରେ ପହଞ୍ଚତ୍ବା ପରେ ତା’ ପରଦିନ ରଥ ଉପରେ ଠାକୁରମାନଙ୍କୁ ସର୍ବ ସମ୍ମୁଖରେ ସୁନାବେଶରେ ସୁସଜ୍ଜିତ କରାଗଲେ ସମସ୍ତେ ଉପକୃତ ହୋଇପାରନ୍ତେ। ବଡ଼ତଢାଉ ସେବକଙ୍କ ଅନୁରୋଧକ୍ରମେ ସେହିଦିନଠାରୁ ରାଜା କପିଳେନ୍ଦ୍ରଦେବ ୧୩୮ ପ୍ରକାର ରତ୍ନଖଚିତ ସ୍ବର୍ଣ୍ଣ ଅଳଙ୍କାର ନିର୍ମାଣ କରି ପ୍ରଥମେ ଠାକୁରମାନଙ୍କୁ ରଥ ଉପରେ ବଡ଼ ଏକାଦଶୀ ଦିନ ଚିତ୍ତାକର୍ଷକ ସୁନାବେଶ କରାଇଥିଲେ। ତେଣୁ ଏହି ସୁନାବେଶ ବଡ଼ତଢାଉ ବେଶ ନାମରେ ବିଦିତ ହୋଇଆସୁଛି। ମହାପ୍ରଭୁଙ୍କର ମଧ୍ୟାହ୍ନ ଧୂପ ନୀତି ସରିବା ପରେ ଚିତ୍ତାକର୍ଷକ ସୁନାବେଶ ଆରମ୍ଭ ହୋଇଥାଏ। ଏହି ବେଶରେ ମେକାପ ନିଯୋଗ, ପୁଷ୍ପାଳକ, ଖୁଣ୍ଟିଆ ସେବକ ସାହାଯ୍ୟ କରିଥାନ୍ତି। ରଥ ଉପରେ ଏମାନଙ୍କ ସହିତ ଦଇତାପତି ସେବକମାନେ ଅଂଶଗ୍ରହଣ କରିଥାନ୍ତି। ଏହିଦିନ ଦ୍ୱିପ୍ରହର ଧୂପ (ଖଇ, କୋରା, ଧୁଆମୁଗ, ଆମ୍ବ, ପଣସ, ନଡ଼ିଆ, ଇତ୍ୟାଦି ଶୁଖିଲି ଭୋଗ) ପରେ ଠାକୁରମାନେ ମଇଲମ ହୁଅନ୍ତି। ମଇଲମ ପରେ ଖଣ୍ଡେ ଖଣ୍ଡେ ଶାଢ଼ି ଓ ଖଣ୍ଡୁଆ ଲାଗି ହୁଅନ୍ତି। ପରେ ଫୁଟାଲାଗି (ଟାଇଟ୍‌ ବସ୍ତ୍ର ପରିଧାନ କରନ୍ତି) ହୁଅନ୍ତି। ଅଧର ବଳା ଓ ଦୁଇ ଭୁଜରେ ବଳା ଲାଗି ହେବା ପରେ ଅଳଙ୍କାରମାନ ଲାଗି ହୋଇଥାନ୍ତି।
ଶ୍ରୀବଳଭଦ୍ରଙ୍କ ଶ୍ରୀବିଗ୍ରହରେ ସନ୍ନିବେଶିତ ହେଉଥିବା ଅଳଙ୍କାରଗୁଡ଼ିକ ହେଲା-ଶ୍ରୀପୟର, ଶ୍ରୀଭୁଜ, କିରୀଟ, ଓଡ଼ିଆଣି, କୁଣ୍ଡଳ, ଚନ୍ଦ୍ରସୂର୍ଯ୍ୟ, ଆଡ଼କାନି, ଘାଗଡ଼ାମାଳ, କଦମ୍ବମାଳି, ତିଳକ, ଚନ୍ଦ୍ରିକା, ଅଳକା ଝୋବାକଣ୍ଠି (ଲୁଗାକୁ ଠିକ୍‌ ଭାବେ ରଖିବା ପାଇଁ), ହଳ, ମୂଷଳ, ବାହାଡାମାଳି, ବାଘନଖିମାଳି, ସେବତିମାଳି ଓ ତ୍ରିଖଣ୍ଡିକା କମରପଟି। ଦେବୀ ସୁଭଦ୍ରା ଲାଗି ହେଉଥିବା ଅଳଙ୍କାରଗୁଡ଼ିକ ହେଲା କିରୀଟ, ଓଡ଼ିଆଣି, କାନ, ଚନ୍ଦ୍ରସୂର୍ଯ୍ୟ, ଘାଗଡ଼ାମାଳି, କଦମ୍ବମାଳି, ଡଡଗି ୨ଟି ଓ ସେବତିମାଳି। ଶ୍ରୀଜଗନ୍ନାଥଙ୍କ ଶ୍ରୀବିଗ୍ରହରେ ଲାଗି ହେଉଥିବା ଅଳଙ୍କାରଗୁଡ଼ିକ ହେଲା-ଶ୍ରୀପୟର, ଶ୍ରୀଭୁଜ, କିରୀଟ, ଓଡ଼ିଆଣି, ଚନ୍ଦ୍ରସୂର୍ଯ୍ୟ, କାନ, ଆଡକାନି, ଘାଗଡ଼ାମାଳି, ତାବିଜମାଳି, କଦମ୍ବମାଳି, ହରିଡ଼ା କଦମ୍ବମାଳି, ବାହାଡାମାଳି, ସେବତିମାଳି, ତିଳକ, ଚନ୍ଦ୍ରିକା, ଅଳକା, ଝୋବାକଣ୍ଠି, ସ୍ବର୍ଣ୍ଣଚକ୍ର, ରୌପ୍ୟ ଶଙ୍ଖ ଓ ତ୍ରିଖଣ୍ଡିକା କମରପଟି। ରଥାରୂଢ଼ ଠାକୁରମାନଙ୍କର ଭବ୍ୟ ସୁବର୍ଣ୍ଣମୟ ବେଶ ଦର୍ଶନ ମାତ୍ରେ ଭକ୍ତ ପ୍ରାଣରେ ଭକ୍ତିଭାବ ସଞ୍ଚାର ହେବା ସହ ଅଶେଷ ପୁଣ୍ୟ ଲାଭ ହୋଇଥାଏ ବୋଲି ବିଶ୍ୱାସ ରହିଥିବା ଡ. ଦାଶ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri