ରଥ ଚକାତଳେ ଗଲା ବାଳକଙ୍କ ଜୀବନ

ଖୋର୍ଦ୍ଧା ଅଫିସ,୫।୭ : ଖୋର୍ଦ୍ଧା ଜିଲା ବାଣପୁର ସହରାଞ୍ଚଳର ପଲଟନ ପଡିଆସ୍ଥିତ ବଡହନ୍ତୁଆଡର ଚରଣ ଚକାଦେବଙ୍କ ରଥ ଚକା ତଳେ ପଡି ଗୁରୁବାର ଜଣେ ବାଳକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଚିଆଙ୍ଗ ସାହି ଅକ୍ଷୟ ପାତ୍ରଙ୍କ ପୁଅ ସୁନିଲ (୭)। ମୃତ୍ୟୁ ଖବର ପ୍ରଚାରିତ ହେବା ପରେ କ୍ଷତିପୂରଣ ଦାବିରେ ସନ୍ଧ୍ୟା ୬ଟାରେ ମୃତଦେହକୁ ବାଣପୁର ଥାନା ସମ୍ମୁଖରେ ରଖି ଧାରଣା ଦିଆଯାଇଥିଲା। ଥାନା ସମ୍ମୁଖରେ ଟାୟାର ଜାଳି ବାଣପୁର ବଜାର ରାସ୍ତାକୁ ଉତ୍ତ୍ୟକ୍ତ ଲୋକେ ଅବରୋଧ କରିଥିଲେ। ବାଣପୁରରେ ଉତ୍ତେଜନା ଲାଗି ରହିଛି। ମିଳିଥିବା ସୂଚନା ଅନୁସାରେ, ଚରଣ ଚକାଦେବଙ୍କ ରଥ ଟଣା ହେଉଥିବାବେଳେ ଏକ ଖାଲ ପଡିଥିଲା। ଖାଲଟିରେ ଚକ ପଡିଯିବାରୁ ରଥ ଏପଟସେପଟ ହୋଇଥିଲା। ସେହି ସମୟରେ ଠେଲାପେଲା ଆରମ୍ଭ ହୋଇଯାଇଥିଲା। ନିକଟରେ ଥିବା ସୁନୀଲ ରଥ ଚକ ତଳେ ପଡି ଯାଇଥିଲେ। ସୁନୀଲଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ବାଣପୁର ଓ ପରେ ବାଲୁଗଁା ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ବାଲୁଗଁାରେ ଚିକିତ୍ସାଧୀନ ଅବସ୍ଥାରେ ସୁନୀଲଙ୍କର ମୃତ୍ୟୁ ହୋଇଥିଲା ବୋଲି ଡାକ୍ତରଙ୍କ ସୂତ୍ରରୁ ପ୍ରକାଶ। ଧାରଣାସ୍ଥଳରେ ବାଲୁଗଁା ଏସଡିପିଓ ସୁନୀଲ ମହାନ୍ତି, ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ, ପୂର୍ବତନ ବିଧାୟକ ରଘୁନାଥ ସାହୁ ପହଞ୍ଚତ୍ ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରିଥିଲେ। ରେଡକ୍ରଶ ପକ୍ଷରୁ ୨୦ ହଜାର, ବିଧାୟକ ଜଗଦ୍ଦେବ ୧୦ ହଜାର ଟଙ୍କା ସହାୟତା ଦେବା ପରେ ଧାରଣା ପ୍ରତ୍ୟାହୃତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

୨୧୮ ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା

ଦିଗପହଣ୍ଡି/ପାଟପୁର,୨୦ା୨(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସମଗ୍ର ଶିକ୍ଷା ଅଭିଯାନ ଓ ଜିଲା ଦୃଷ୍ଟି ବାଧିତ ନିୟନ୍ତ୍ରଣ କାର୍ଯ୍ୟାଳୟ ଆନୁକୂଲ୍ୟରେ ରାଜ୍ୟ ସରକାରଙ୍କ ସୁରେନ୍ଦ୍ର ସାଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri