ରଥ ରଙ୍ଗକାମ ଆରମ୍ଭ

ପୁରୀ ଅଫିସ,୨୫।୬: ଶ୍ରୀନଅର ସମ୍ମୁଖ ରଥଖଳାରେ ଚାଲିଛି ରଥକାମ। ରଥଖଳାରେ ପ୍ରଥମ ପର୍ଯ୍ୟାୟ ଭୂଇଁ ଖଞ୍ଜା ସରିବା ପରେ ରଥରେ ଛ’କାଠ ଉଠିଥିଲା। ଏବେ ଦ୍ୱିତୀୟ ଭୂଇଁ ଖଞ୍ଜା କାମ ଚାଲିଛି। ସୋମବାର ସୁଦ୍ଧା ତିନିରଥର ୩୬ ନାହାକ କାଠ ଚଉପଟ ସରିଛି। ବଳକା ୬ କାଠକୁ ମହାରଣାମାନେ ଚଉପଟ କରୁଛନ୍ତି। ଅନ୍ୟପଟେ ସୋମବାରଠାରୁ ରଥରେ ରଙ୍ଗ କାମ ଆରମ୍ଭ ହୋଇଛି। ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଚିତ୍ରକାର ସେବକମାନେ ରଥ ପାର୍ଶ୍ୱ ଦେବଦେବୀଙ୍କ ମୂର୍ତ୍ତିରେ ରଙ୍ଗ ଦେବାରେ ବ୍ୟସ୍ତ ରହିଛନ୍ତି। ଭୋଇ ସର୍ଦ୍ଦାର ରବି ଭୋଇ କହିଛନ୍ତି, ମହାପ୍ରଭୁଙ୍କ ଚକା ବିଜେ ଲାଗି ନଡ଼ିଆ କାଠ ହଣା ଚାଲିଛି। ଚାରି ନାହାକକୁ ଧରି ରଖିବା ପାଇଁ ଚାରିପଟେ ଖିଅ ବାଡ଼ିିଆ କରାଯାଇଛି। ତାଳଧ୍ୱଜ ରଥର ରୂପକାର ପଞ୍ଚାନନ ମହାପାତ୍ର କହିଛନ୍ତି, ପଟାଗୁଜ ଖୋଦେଇ କାମ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ପଟାଗୁଜରେ ନରବିରାଳ, ସିଂହବିରାଳ ଓ ଗଜବିରାଳ ଖୋଦେଇ କରାଯାଉଛି। ୩୨ଟି ପଟାଗୁଜ କାମ ସରିଛି। ସେହିପରି ସିଂହାସନ ଓ ନାଟଗୋଡ଼ କାମ ଚାଲିଛି। ନାଟଗୋଡ଼ରେ ଏକ ଅସୁରର ଚିତ୍ର ଏବଂ ସିଂହାସନରେ ଗଛ, ଡାଳି, ପଦ୍ମପାଖୁଡା ଖୋଦେଇ କରାଯାଏ। ପ୍ରଥମ ପର୍ଯ୍ୟାୟରେ ତିନି ରଥର କଣଗୁଜରେ ରଙ୍ଗ ଦିଆଯାଉଛି। ଅନ୍ୟପଟେ ଦୋଳବେଦି କମାରଶାଳରେ କମାର ସେବକମାନେ ଲୁହାକଣ୍ଟା ତିଆରିରେ ବ୍ୟସ୍ତ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୋସିଆଲ ମିଡିଆରେ ମୁଖ୍ୟମନ୍ତ୍ରୀଙ୍କୁ ଅଶାଳୀନ ମନ୍ତବ୍ୟ, ଥାନାରେ ଅଭିଯୋଗ

ହାଟଡିହୀ,୩୧।୭(ଶୁଭକାନ୍ତ ନାୟକ):ରାଜ୍ୟରେ ଭାଜପା ସରକାର ଥିବା ବେଳେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସୋସିଆଲ ମିଡିଆରେ ଅଶାଳୀନ ମନ୍ତବ୍ୟ ନେଇ ଅସନ୍ତୋଷ ପ୍ରକାଶ ପାଇଛି । ଏପରି…

ଶନିବାର ଭଦ୍ରକ ଜିଲାରେ ସମସ୍ତ ସ୍କୁଲ ଛୁଟି

ଭଦ୍ରକ, ୩୧।୭: ଜିଲାରେ ଦେଖାଦେଇଥିବା ବନ୍ୟା ସ୍ଥିତିକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଶନିବାର ଭଦ୍ରକ ଜିଲାର ସମସ୍ତ ସ୍କୁଲ…

କାଲି ଘଣ୍ଟାରେ ୧୦ଟା ବାଜିବ ହେଲେ ସେ ଆଉ ସ୍କୁଲ ଯିବେନି: ଶିକ୍ଷକଙ୍କୁ ଝୁରୁଛି…

ହାଟଡିହୀ, ୩୧/୭ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଶାସଙ୍ଗ ପଞ୍ଚାୟତ ହାଇସ୍କୁଲର ଆଦର୍ଶ ଶିକ୍ଷକ ପଦ୍ମନାଭ ପଣ୍ଡାଙ୍କୁ ବିଦ୍ୟାଳୟ ପକ୍ଷରୁ ବିଦାୟ ସମ୍ବର୍ଦ୍ଧନା ଜ୍ଞାପନ…

ଭୁବନେଶ୍ୱର: ହାଇଟେକ୍ ଛକ ନିକଟ କୁଆଖାଇ ନଦୀକୁ ଡେଇଁଲେ ମହିଳା, ଉଦ୍ଧାର କାର୍ଯ୍ୟ ଜାରି

ଭୁବନେଶ୍ୱର, ୩୧ା୭: ରାଜଧାନୀ ଭୁବନେଶ୍ୱରର ହାଇଟେକ୍ ଛକ ନିକଟସ୍ଥ କୁଆଖାଇ ନଦୀକୁ ଜଣେ ମହିଳା ଡେଇଁ ପଡ଼ିଥିବା ଘଟଣା ସାମ୍ନାକୁ ଆସିଛି। ମହିଳାଜଣଙ୍କ ନଦୀକୁ ଡେଇଁବା ପରେ…

ପୋଲିସ ଫାଣ୍ଡି କୋଠା ଅଧାପନ୍ତରିଆ

ରିଷିଡା,୩୧ା୭(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲାର ବହୁ ପୁରାତନ ରିଷିଡ଼ା ପୋଲିସ ଫାଣ୍ଡି ପ୍ରତିଷ୍ଠାପରଠୁ ଅଦ୍ୟାବଧି ଖପର ଓ ଆଜବେଷ୍ଟସ୍‌ ଘରେ ଚାଲିଆସୁଛି। ବାରମ୍ବାର ଦାବି ପରେ ନୂତନ…

ଉପାନ୍ତରେ ବିକାଶ ବାଟବଣା: ଖଣ୍ଡିଏ ପକ୍କା ରାସ୍ତା ପାଇଁ ଆକୁଳ ନିବେଦନ କରୁଛନ୍ତି ତଳ କନ୍ଦାଗୁଡ଼ା ଗ୍ରାମବାସୀ

ଥୁଆମୂଳ ରାମପୁର, ୩୧।୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସିନ୍ଧିପଦର ପଞ୍ଚାୟତ ଅନ୍ତର୍ଗତ ତଳ କନ୍ଦାଗୁଡ଼ା ଗ୍ରାମରେ ସ୍ଵାଧୀନତାର ବହୁ ବର୍ଷ ପରେ ବି…

ଚାଷୀଙ୍କୁ ମିଳୁନି ସାର, ବଢୁଛି କଳାବଜାର

ଧରାକୋଟ,୩୧ା୭(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଦୀର୍ଘଦିନ ପରେ ଧରାକୋଟ ଅଞ୍ଚଳରେ ଭଲ ବର୍ଷା ହୋଇଥିବାରୁ ଚାଷୀ ଚାଷକାର୍ଯ୍ୟ ଆଗେଇ ନେଉଛନ୍ତି। ତେବେ ଚାଷରେ ପ୍ରୟୋଗ ପାଇଁ ଆବଶ୍ୟକ ପରିମାଣର…

ଆଲିଆବାଦ ସ୍କୁଲରେ ଶିକ୍ଷକ ଅଭାବ: ୪୮ ଛାତ୍ରଛାତ୍ରୀଙ୍କ ପାଇଁ ମାତ୍ର ଜଣେ ଶିକ୍ଷୟିତ୍ରୀ

ଗଞ୍ଜାମ, ୩୧/୭ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡା ପଞ୍ଚାୟତର ଆଲିଆବାଦ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବକୁ ନେଇ ଅଭିଭାବକ ଓ ସ୍କୁଲ ପରିଚାଳନା କମିଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri