ରଥଖଳାରେ ବାଡ଼ିଆପିଟା: ରଥ ଅମିନ ଓ ତାଙ୍କ ପୁଅ ଆହତ

ପୁରୀ ଅଫିସ,୧୭।୫: ରଥଖଳାରେ ବାଡ଼ିଆପିଟା। ରଥ ଅମିନ ଲକ୍ଷ୍ମଣ ମହାପାତ୍ର ଏବଂ ତାଙ୍କ ପୁଅ ସୁଧାକରଙ୍କୁ ନିସ୍ତୁକ ମାଡ଼ ମରାଯାଇଛି। ଫଳରେ ଉଭୟେ ଆହତ ହୋଇଛନ୍ତି। ସୁଧାକରଙ୍କ ଅଣ୍ଟାରେ ଗଭୀର ଆଘାତ ଲାଗିଛି। ଏନେଇ ସିଂହଦ୍ୱାର ଥାନାରେ ସେ ଅଭିଯୋଗ କରିଛନ୍ତି। ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଚଳାଇଛି। ରଥ ନିର୍ମାଣ ଲାଗି କେଉଁ କାଠ ଉପଯୋଗୀ ତାହାକୁ ଚୟନ କରି ନିର୍ମାଣକାରୀଙ୍କୁ ଯୋଗାଇଥାନ୍ତି ରଥ ଅମିନ। ତେଣୁ ଏହି ଘଟଣା ପରେ ରଥ ନିର୍ମାଣ କାର୍ଯ୍ୟରେ ବିଳମ୍ବ ହୋଇପାରେ ବୋଲି କୁହାଯାଉଛି।

ଥାନାରେ ହୋଇଥିବା ଅଭିଯୋଗ ମୁତାବକ, ଶନିବାର ଦ୍ୱିପ୍ରହରରେ ରଥ ନିର୍ମାଣକାରୀ ସେବକମାନେ ରଥଖଳା ନିକଟ ନୂଆ ଜୋତାଷ୍ଟାଣ୍ଡ ପାଖରେ ଖାଉଥିଲେ। ସେଠାରେ ରଥ ଅମିନ ଓ ତାଙ୍କ ପୁଅ ମଧ୍ୟ ଖାଉଥିଲେ। ଏହାଦେଖି ମହାରଣା ସେବକ ବାବନ ମହାରଣା ଏବଂ ନାରାୟଣ ମହାରଣା ସୁଧାକରଙ୍କୁ ଏଠି କାହିଁକି ଖାଉଛୁ ବୋଲି କହିଥିଲେ। ଏହାକୁ ନେଇ ଉଭୟଙ୍କ ମଧ୍ୟରେ ବଚସା ହେବାରୁ ବାବନ ଏବଂ ନାରାୟଣ ଉଭୟେ ସୁଧାକରଙ୍କ ପାଖକୁ ଆସି ତାଙ୍କୁ ମାଡ଼ ମାରିଥିଲେ। ପୁଅକୁ ମାଡ଼ ମରାଯାଉଥିବା ଦେଖି ଲକ୍ଷ୍ମଣ ଅଟକାଇବାରୁ ତାଙ୍କୁ ମଧ୍ୟ ମାଡ଼ ମରାଯାଇଥିଲା। ଏହାପରେ ରଥ ନିର୍ମାଣକାରୀ ଅନ୍ୟ ସେବକମାନେ ହସ୍ତକ୍ଷେପ କରି ଉଭୟ ପକ୍ଷଙ୍କୁ ବୁଝାଶୁଝା କରିଥିଲେ। ମାଡ଼ରେ ସୁଧାକରଙ୍କ ଅଣ୍ଟାରେ ଗଭୀର ଆଘାତ ଲାଗିଥିବାରୁ ତାଙ୍କୁ ଅନ୍ୟ ସେବକମାନେ ସଙ୍ଗେସଙ୍ଗେ ଜିଲା ମୁଖ୍ୟ ଚିକିତ୍ସାଳୟକୁ ନେଇଥିଲେ। ଏ ସମ୍ପର୍କରେ ସିଂହଦ୍ୱାର ଆଇଆଇସି ଗେହ୍ଲି ସାହୁ କହିଛନ୍ତି, ଅଭିଯୋଗକୁ ଆଧାର କରି ମାଡ଼ ମାରିଥିବା ଅଭିଯୁକ୍ତଙ୍କ ବିରୋଧରେ ଏକ ମାମଲା (ନଂ. ୪୩/୨୦୨୦) ରୁଜୁ କରାଯାଇ ଘଟଣାର ତଦନ୍ତ ଚାଲିଛି। ରବିବାର ସାକ୍ଷୀଙ୍କ ବୟାନ ନେବା ପରେ ପରବର୍ତ୍ତୀ ପଦକ୍ଷେପ ଗ୍ରହଣ କରାଯିବ ବୋଲି ଆଇଆଇସି ସାହୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡ଼ିରେ ଥାଇ ବିଜେଡ଼ି ମଙ୍ଗ ଧରିବାକୁ ପଛଘୁଞ୍ଚା: ଛତ୍ରପୁର ସାଙ୍ଗଠନିକ ବୈଠକକୁ ନେଇ ଚର୍ଚ୍ଚା ଜୋର

ଛତ୍ରପୁର, ୨୩ା୭(ଦିଲ୍ଲୀପ ସାମଲ / ଦ୍ଵାରକା ପଟ୍ଟନାୟକ): ବିଗତ ଦିନର ସର୍ବବୃହତ ଆଞ୍ଚଳିକ ରାଜନୈତିକ ଦଳ ଭାବେ ବେଶ୍ ପରିଚିତ ଥିବା ବିଜୁ ଜନତା ଦଳ (ବିଜେଡ଼ି)ରେ…

ଘରକୁ ଫେରିବା ବେଳେ ଫରେଷ୍ଟରଙ୍କ ସ୍କୁଟିକୁ ଧକ୍କା ଦେଲା ଟ୍ରକ, ଘଟଣାସ୍ଥଳରେ…

ଭବାନୀପାଟଣା,୨୩।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଚଞ୍ଚରାବାଡି ଛକ ନିକଟରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଟ୍ରକ ଧକ୍କାରେ…

ଗଞ୍ଜାମରେ ଅସାମାଜିକ ଯୁବକଙ୍କ ଆତଙ୍କ, ହସ୍ପିଟାଲରେ ପଶି ଭାଙ୍ଗିଦେଲେ…

ଗଞ୍ଜାମ,୨୩।୭(ବିଦ୍ୟାଧର ସାହୁ ): ଗୁରୁବାର ମଧ୍ୟାହ୍ନରେ ଗଞ୍ଜାମ ବଡବଜ଼ାର ଠାରେ ଥିବା ଆୟୁଷ୍ମାନ ଆରୋଗ୍ୟ ମନ୍ଦିରର ତଥା ସ୍ୱାସ୍ଥ୍ୟ କେନ୍ଦ୍ରରେ ଜଣେ ଅସାମାଜିକ ଯୁବକଙ୍କ ଗୁଣ୍ଡାରାଜ ଦେଖିବାକୁ…

ସୁନାବେଶକୁ ନେଇ ବଡ଼ ସୂଚନା, ସବୁଠୁ ବଡ଼ ଚ୍ୟାଲେଞ୍ଜ ହେବ…

ପୁରୀ,୨୩।୭: ଶୁକ୍ରବାର ପବିତ୍ର ବାହୁଡ଼ାଯାତ୍ରା। ଶ୍ରୀଗୁଣ୍ଡିଚା ମନ୍ଦିର ଆଡ଼ପମଣ୍ଡପରେ ଲୀଳାଖେଳା ସାରି ଶ୍ରୀମନ୍ଦିରକୁ ବାହୁଡ଼ିବେ ଦାରୁଦିଅଁ। ଏନେଇ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ରଥଯାତ୍ରା ପରିଚାଳନା…

ବରଗଡ଼ ଉପକଣ୍ଠ ରାଜପଥରେ ରାହାଜାନୀ, ୩ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ୍

ବରଗଡ଼,୨୩।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ଦେଇ ଯାଇଥିବା ରାଜପଥରେ ରାହାଜାନୀ ତଥା ବିଭିନ୍ନ ସ୍ଥାନରେ ଲୁଟପାଟ୍ ଅଭିଯୋଗ ହୋଇ ଆସୁଥିଲା । ଏହି ଘଟଣାରେ ପୋଲିସ…

ଲାଞ୍ଚ ନେବା ପଡ଼ିଲା ମହଙ୍ଗା: ଉପକୋଷାଗାର ପୂର୍ବତନ କର୍ମଚାରୀଙ୍କୁ ଜେଲ୍‌ଦଣ୍ଡ

ବରଗଡ଼,୨୩ା୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଉପକୋଷାଗାର କାର୍ଯ୍ୟାଳୟର ପୂର୍ବତନ କର୍ମଚାରୀ ତଥା ବରିଷ୍ଠ କିରାଣି ନାରାୟଣ ମେହେରଙ୍କୁ ଲାଞ୍ଚ ନେବା ମହଙ୍ଗା ପଡ଼ିଛି। ତାଙ୍କ ବିରୋଧରେ…

ନଦୀକୂଳରେ ଚାଲିଥିଲା ବ୍ରାଉନସୁଗାର କାରବାର, ଅତିର୍କିତ ଚଢ଼ାଉ କରି ୩ ଅଭିଯୁକ୍ତଙ୍କୁ…

ବରଗଡ଼,୨୩ା୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜୀରା ନଦୀକୂଳରେ ବ୍ରାଉନସୁଗାର କାରବାର ଚାଲିଥିବା ସମୟରେ ପୋଲିସ ଅତର୍କିତ ଚଢ଼ାଉ କରିଥିଲା। ଚଢ଼ାଉରେ ୩ ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ସେମାନେ…

ପାଠ୍ୟପୁସ୍ତକରେ ଗୁରୁତର ତ୍ରୁଟି: ମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ କଲା ବିଜେଡି ଯୁବଛାତ୍ର

କେନ୍ଦୁଝର,୨୩ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ରାଜ୍ୟରେ ପାଠ୍ୟ ପୁସ୍ତକରେ ଗୁରୁତର ତ୍ରୁଟିକୁ ନେଇ ବିଜୁ ଜନତା ଦଳର ଯୁବ ଛାତ୍ର ଶାଖା ତରଫରୁ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri