ରଥଯାତ୍ରା ନେଇ ଆଜି ହେବ ଚୂଡ଼ାନ୍ତ ନିଷ୍ପତ୍ତି

ଭୁବନେଶ୍ୱର,୧୮ା୬(ବ୍ୟୁରୋ): ପୁରୀ ରଥଯାତ୍ରା ଆୟୋଜନକୁ ନେଇ ଲାଗି ରହିଥିବା ଅନିଶ୍ଚିନ୍ତତାର ଅନ୍ତ ଘଟିବ। ଚଳିତବର୍ଷ ରଥଯାତ୍ରା ନ କରିବାକୁ ଓଡ଼ିଶା ବିକାଶ ପରିଷଦ ପକ୍ଷରୁ ସୁପ୍ରିମକୋର୍ଟରେ ଫାଇଲ ହୋଇଥିବା ଆବେଦନର ଶୁଣାଣି ଗୁରୁବାର ହେବ। ପ୍ରଧାନ ବିଚାରପତି ଶରଦ ଅରବିନ୍ଦ ବୋବଡେଙ୍କ ଅଧ୍ୟକ୍ଷତାରେ ଜଷ୍ଟିସ୍‌ ହୃଷୀକେଶ ରୟ ଏବଂ ଜଷ୍ଟିସ୍‌ ଏ ଏସ୍‌ ବୋପାନ୍ନାଙ୍କୁ ନେଇ ଗଠିତ ୩ ଜଣିଆ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରିବ। କୋଭିଡ୍‌-୧୯ ସଂକ୍ରମଣକୁ ଦୃଷ୍ଟିରେ ରଖି ଆସନ୍ତା ଜୁନ୍‌ ୨୩ ତାରିଖରେ ଶ୍ରୀଜିଉଙ୍କ ରଥଯାତ୍ରା ଆୟୋଜନ ନ କରିବାକୁ ଓଡ଼ିଶା ବିକାଶ ପରିଷଦ ପକ୍ଷରୁ ଏହି ଆବେଦନ କରାଯାଇଛି। ପରିଷଦର ଯୁକ୍ତି ଅନୁଯାୟୀ, ଯଦି କୌଣସି ବିଶାଳ ଜନ ସମାବେଶର ଆୟୋଜନ କରାଯାଏ ତା ହେଲେ ପରବର୍ତ୍ତୀ ସମୟରେ ସଂକ୍ରମଣକୁ ରୋକିବା ସମ୍ଭବ ହେବନାହିଁ ଏବଂ ପରିସ୍ଥିତି ଅସମ୍ଭାଳ ହୋଇପଡ଼ିବ ବୋଲି ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଗତ ମେ’ ୩୦ରେ କୁହାଯାଇଥିଲା। ତେଣୁ ଲୋକଙ୍କ ବୃହତ୍‌ ସ୍ବାର୍ଥକୁ ଦୃଷ୍ଟିରେ ରଖି ରଥଯାତ୍ରା ସ୍ଥଗିତ କରିବା କିମ୍ବା ରଥର ପ୍ରତିକୃତି ନିର୍ମାଣ କରି ଶ୍ରୀମନ୍ଦିର ପରିସରରେ ରଥଯାତ୍ରାର ଆୟୋଜନ କରିବାକୁ ପରିଷଦ ପକ୍ଷରୁ କୁହାଯାଇଛି।
ଅନ୍ୟପକ୍ଷରେ ଗୁରୁବାର ରାଜ୍ୟ କ୍ୟାବିନେଟ୍‌ ବୈଠକ ବସିବ। ଏଥିରେ ରଥଯାତ୍ରା ନେଇ ଚୂଡ଼ାନ୍ତ ନିଷ୍ପତ୍ତି ନିଆଯିବା ସମ୍ଭାବନା ରହିଛି। ପୁରୀ ରଥଯାତ୍ରା ନେଇ ବୈଠକରେ ଗୁରୁତ୍ୱପୁର୍ଣ୍ଣ ଘୋଷଣା କରାଯିବ ବୋଲି ବିଶେଷ ସୂତ୍ରରୁ ସୂଚନା ମିଳିଛି। ତେଣୁ ଗୁରୁବାର ସନ୍ଧ୍ୟାସୁଦ୍ଧା ରଥଯାତ୍ରା ଆୟୋଜନ ନେଇ ସ୍ପଷ୍ଟ ସୂଚନା ମିଳିବ ବୋଲି କୁହାଯାଇଛି। ଏପଟେ କୋଭିଡ୍‌ ସମୟରେ ରଥଯାତ୍ରା ହେବ କି ନାହିଁ ଏବଂ ଯଦି ହେବ କିଭଳି କରାଯିବ ସେନେଇ ରାଜ୍ୟ ସରକାର କରିଥିବା ମୌନବ୍ରତକୁ ଭାଜପା ନେତା ବିଜୟ ମହାପାତ୍ର ବୁଧବାର ସମାଲୋଚନା କରିଛନ୍ତି। ଏଭଳି ଏକ ଗୁରୁତ୍ୱପୂର୍ଣ୍ଣ ମାମଲାରେ ଚୁପ୍‌ ନ ରହି ତୁରନ୍ତ ଚୂଡାନ୍ତ ନିଷ୍ପତ୍ତି ନେବାପାଇଁ ବିଜୟ କହିଛନ୍ତି। ପ୍ରକାଶ ଯେ, ସାମାଜିକ ଦୂରତା ରକ୍ଷା କରି ରଥଯାତ୍ରା କରିବା ସମ୍ଭବ ନୁହେଁ ଦର୍ଶାଇ ଏବଂ ପୁରୀ ରଥଯାତ୍ରା ଉପରେ ଓଡ଼ିଶା ହାଇକୋର୍ଟ ଦେଇଥିବା ରାୟକୁ ଚ୍ୟାଲେଞ୍ଜ କରି ଓଡ଼ିଶା ବିକାଶ ପରିଷଦ ପକ୍ଷରୁ ସୁପ୍ରିମକୋର୍ଟରେ ଏକ ସ୍ପେଶାଲ ଲିଭ୍‌ ପିଟିଶନ୍‌ ଦାଖଲ କରାଯାଇଥିଲା। ଓଡିଶା ସରକାର ରଥଯାତ୍ରା ନେଇ ନିଷ୍ପତ୍ତି ନେବେ ଏବଂ ମେଶିନ କିମ୍ବା ହାତୀ ଦ୍ୱାରା ରଥ ଟାଣିବା କଥା ସରକାର ବିଚାର କରିବେ ବୋଲି ହାଇକୋର୍ଟ ରାୟ ଦେବାପରେ ଏହି ବିବାଦ ଉଠିଛି॥


Enter your email to get our daily news in your inbox.

All Right Reserved By Dharitri.Com

ଅଭାବନୀୟ! ପିଲା ଚୋର ସନ୍ଦେହରେ ଫେଲୋଶିପ୍ କରିଥିବା ଯୁବତୀ-ସହଯୋଗୀଙ୍କୁ ଦୁର୍ବ୍ୟବହାର ସହ ଆକ୍ରମଣ,

କଲ୍ୟାଣସିଂହପୁର, ୧୬।୬(ଦୀପକ କୁମାର ପରିଡା ): ରାୟଗଡ଼ାରୁ ଏକ ଅଭାବନୀୟ ଖବର ସାମ୍ନାକୁ ଆସିଛି, ଯେଉଁଠି ପିଲା ଚୋର ସନ୍ଦେହରେ ଫେଲୋଶିପ୍ ଜଣେ ଯୁବତୀ ଓ ତାଙ୍କ…

ବଢିପାରେ ସ୍କୁଲ ଛୁଟି ଅବଧି! ରାଜ୍ୟ ସରକାର ନେବେ ବଡ଼ ନିଷ୍ପତ୍ତି…

ଭୁବନେଶ୍ୱର,୧୬।୬: ମୌସୁମୀରେ ପ୍ରତିବନ୍ଧକ ସାଜୁଛି କି ଏଲ ନି ନୋ?  କେବଳ ରାଜ୍ୟ ନୁହେଁ ସାରା ଦେଶରେ ଏଭଳି ସ୍ଥିତି ।ଏବେ ବି ଦିନରେ ଖରା ଗରମ…

ମମତାଙ୍କ ପରେ ଉଦ୍ଧବଙ୍କ ପାଳି, ଦଳ ଛାଡିବେ ୧୬ ବିଧାୟକ ୭ ଏମପି…

ମୁମ୍ୱାଇ,୧୬।୬: ମହାରାଷ୍ଟ୍ରର ପୂର୍ୱତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା(ୟୁବିଟି) ପୁଣିଥରେ ଭାଙ୍ଗିପାରେ ବୋଲି ଚର୍ଚ୍ଚା ହେଉଛି। ୧୪ରୁ ୧୬ ଜଣ ବିଧାୟକ ଏବଂ ୭ ଜଣ…

E100 ଇଥାନଲ ନା ପେଟ୍ରୋଲ? କେଉଁ ଇନ୍ଧନରେ ଅଧିକ ମାଇଲେଜ୍ ଦେବ ଗାଡ଼ି, ଜାଣନ୍ତୁ…

ନୂଆଦିଲ୍ଲୀ,୧୬।୬: ଇଥାନଲ ଫୁଏଲକୁ ନେଇ ଭାରତରେ ଚର୍ଚ୍ଚା ଲାଗି ରହିଛି । ସରକାରଙ୍କଠୁ ନେଇ ଗାଡି ନିର୍ମାତା କମ୍ପାନୀ ଯାଏ ସମସ୍ତେ ଏହାକୁ ଭବିଷ୍ୟତର ଇନ୍ଧନ ରୁପେ…

ରାତି ପାହିଲେ ଖୋଲିବ ସ୍କୁଲ, କାଳବୈଶାଖୀ ଯୋଗୁ ଉଡିଯାଇଛି ୩ ଶ୍ରେଣୀ ଗୃହ ଛପର; ଚିନ୍ତାରେ ବିଦ୍ୟାର୍ଥୀ

ତୁମୁଡିବନ୍ଧ, ୧୬।୬ (ଦିପକ କୁମାର ପରାସେଠ): କାଳବୈଶାଖୀର ସାଙ୍ଘାତିକ ପ୍ରଭାବ ଯୋଗୁ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ମାଲିପଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ (ୟୁପି ସ୍କୁଲ)ର ଶିକ୍ଷାଦାନ…

ତିଖିରି ସରପଞ୍ଚ ଚାମେଲିଙ୍କୁ ମିଳିଲା ଜାମିନ୍‌, କୋର୍ଟ ଦେଲେ ଏଭଳି ନିର୍ଦ୍ଦେଶ

କେନ୍ଦ୍ରାପଡ଼ା/ମହାକାଳପଡା, ୧୬।୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କୁ କୋର୍ଟରୁ ଆଶ୍ୱସ୍ତି ମିଳିଛି। ପୋଲିସକୁ ଆକ୍ରମଣ କରିବା ଭଳି…

ଟ୍ରେସ୍‌ ମ୍ୟାପ୍‌ ପାଇଁ ଲାଞ୍ଚ ମାଗି ଫସିଗଲେ କୋସାଗୁଡ଼ା RI; ମାଡ଼ି ବସିଲା ଭିଜିଲାନ୍ସ, ଦୁଇ ସ୍ଥାନରେ ଚାଲିଛି…

କୋରାପୁଟ,୧୬।୬(ଅମିତାଭ ବେହେରା): କୋରାପୁଟ ଜିଲାରେ ପୁଣି ଜଣେ ସରକାରୀ କର୍ମଚାରୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ବୋରିଗୁମ୍ମା ତହସିଲ ଅଧୀନ କୋସାଗୁଡ଼ା ଆର୍‌ଆଇ(RI) ସର୍କଲର ରେଭିନ୍ୟୁ ଇନ୍ସପେକ୍ଟର (ଆର୍‌ଆଇ)…

ଦ୍ରୁତ ଗତିରେ ଆସୁଥିଲେ, ମୁହାଁମୁହିଁ ପିଟି ହୋଇଗଲେ ଦୁଇ ବାଇକ୍‌; ଚାଲିଗଲା ୨ ଜୀବନ, ୩ ଜଣ…

ବଞ୍ଚୋ, ୧୬।୬(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ବଞ୍ଚୋ ଛକ ନିକଟରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦ୍ରୁତଗତିରେ ଆସୁଥିବା ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri