ପୁରୀ ଅଫିସ,୧୩ା୬: ରଥଯାତ୍ରାକୁ ଆଉ ମାତ୍ର ରହିଲା ୧୦ଦିନ। ହେଲେ କରୋନା ପାଇଁ ଏଥର ରଥଯାତ୍ରା ହେବ କି ନାହିଁ ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। କିନ୍ତୁ ରଥ ନିର୍ମାଣ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଥିବା ବେଳେ ପ୍ରଶାସନିକ ପ୍ରସ୍ତୁତି ମଧ୍ୟ ଜୋର୍ ଧରିଲାଣି। ବିଭିନ୍ନ ସେବାୟତ ନିଯୋଗ ସହ ମୁଖ୍ୟ ପ୍ରଶାସକ, ଜିଲାପାଳ ଏବଂ ଅନ୍ୟ ଅଧିକାରୀମାନେ ବାରମ୍ବାର ବୈଠକ କରୁଛନ୍ତି। ଶୁକ୍ରବାର ପୁଣି ରଥଯାତ୍ରାକୁ ନେଇ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ବସିଛି ରୁଦ୍ଧଦ୍ୱାର ବୈଠକ। ମୁଖ୍ୟ ପ୍ରଶାସକ, ଜିଲାପାଳ, ଏସ୍ପିଙ୍କ ସମେତ ପ୍ରମୁଖ ପ୍ରଶାସନିକ ଅଧିକାରୀ ଆଲୋଚନା କରିଛନ୍ତି। ରଥଯାତ୍ରା ଆୟୋଜନକୁ ନେଇ ସହମତି ପ୍ରକାଶ ପାଇଥିବାବେଳେ ଘୋଷଣାକୁ ଅପେକ୍ଷା ବୋଲି କୁହାଯାଉଛି।
ପୂର୍ବରୁ ଶ୍ରୀମନ୍ଦିର ପରିଚାଳନା କମିଟି କଟକଣା ଭିତରେ ରଥଯାତ୍ରା କରିବା ଲାଗି ରାଜ୍ୟ ସରକାରଙ୍କୁ ପ୍ରସ୍ତାବ ଦେଇଛି। ସେବାୟତମାନେ କଟକଣାଯୁକ୍ତ ରଥଯାତ୍ରା ସପକ୍ଷରେ ଅଛନ୍ତି। ହାଇକୋର୍ଟ ରଥଯାତ୍ରା ନିଷ୍ପତ୍ତି ରାଜ୍ୟ ସରକାରଙ୍କ ଉପରେ ଛାଡ଼ିଛନ୍ତି। କିନ୍ତୁ ରାଜ୍ୟ ସରକାର ଏଯାବତ କିଛି ସ୍ପଷ୍ଟ କରି ନ ଥିବାରୁ ବିରୋଧୀମାନେ ବି ସରକାରଙ୍କୁ ଟାର୍ଗେଟ କରୁଛନ୍ତି। ଇତିମଧ୍ୟରେ ରଥ ନିର୍ମାଣ କାମ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଲାଣି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. କ୍ରିଷନ କୁମାର ଦଇତାପତିଙ୍କ ସମେତ ବିଭିନ୍ନ ସେବାୟତ ନିଯୋଗ ସହ ଆଲୋଚନା କରିଛନ୍ତି। ଦଇତାପତି ନିଯୋଗ ସଭାପତି ରବୀନ୍ଦ୍ର ଦାସମହାପାତ୍ର କହିଛନ୍ତି, ମୁଖ୍ୟ ପ୍ରଶାସକ ଆମ ସହିତ ଆଲୋଚନା ବେଳେ ତାଙ୍କ ଆଭିମୁଖ୍ୟରୁ ସରକାର ରଥଯାତ୍ରା କରିବା ଲାଗି ପ୍ରସ୍ତୁତ ଥିବା ଜଣାପଡ଼ିଛି। ଶ୍ରୀମନ୍ଦିର ପ୍ରଶାସନ ନୀତି ନିର୍ଘଣ୍ଟର ଚିଠା ମଧ୍ୟ ପ୍ରସ୍ତୁତ କରିସାରିଥିବା ଶୁଣିବାକୁ ମିଳୁଛି। ଏଥିରେ ଭୋର ୪ଟାରେ ପହଣ୍ଡି ଏବଂ ପୂର୍ବାହ୍ନ ୧୧ଟାରେ ରଥଟଣା ଯିବା ଲାଗି ଆପାତତଃ ସ୍ଥିର କରାଯାଇଛି। କିନ୍ତୁ ଏହି ଚିଠା ନୀତି ସବ୍ କମିଟି, ଛତିଶା ନିଯୋଗରେ ଆଲୋଚନା ପରେ ପରିଚାଳନା କମିଟି ବୈଠକରେ ଅନୁମୋଦନ ହେବାକୁ ଥିବାରୁ ଏନେଇ କିଛି ସ୍ପଷ୍ଟ କରାଯାଇ ନାହିଁ।
ଶୁକ୍ରବାର ପୁନଶ୍ଚ ବୈଠକ ବସିଛି। ପ୍ରଥମେ ନୀତି ପ୍ରଶାସକ ଜିତେନ୍ଦ୍ର କୁମାର ସାହୁ ପୂଜାପଣ୍ଡା ନିଯୋଗ ଏବଂ ପରେ ପୁଷ୍ପାଳକ ନିଯୋଗ ସହ ଆଲୋଚନା କରିଥିଲେ। ରଥଯାତ୍ରା ନୀତିକାନ୍ତି କିପରି ସୁଚାରୁ ରୂପେ ସମ୍ପନ୍ନ ହେବ ସେନେଇ ସମସ୍ତେ ଗୁରୁତ୍ୱ ଦେବାକୁ କହିଥିବା ଜଣାପଡ଼ିଛି। ସନ୍ଧ୍ୟାରେ ମୁଖ୍ୟ ପ୍ରଶାସକଙ୍କ କାର୍ଯ୍ୟାଳୟରେ ବସିଥିଲା ରୁଦ୍ଧଦ୍ୱାର ବୈଠକ। ଏଥିରେ ଜିଲାପାଳ ବଲୱନ୍ତ ସିଂ, ଏସ୍ପି ଉମାଶଙ୍କର ଦାଶଙ୍କ ସମେତ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟର ବରିଷ୍ଠ ଅଧିକାରୀମାନେ ଯୋଗଦେଇଥିଲେ। ପରେ ମୁଖ୍ୟ ପ୍ରଶାସକ ମନ୍ଦିର ଭିତରକୁ ଯାଇ ଦଇତାପତି ସେବାୟତଙ୍କ ସହ ରଥଯାତ୍ରା ପ୍ରସଙ୍ଗରେ ଆଲୋଚନା କରିଥିଲେ। ସମସ୍ତଙ୍କ ସହ ଆଲୋଚନା ସକାରାତ୍ମକ ରହିଛି। ଖୁବଶୀଘ୍ର ସରକାର ରଥଯାତ୍ରା ସଂକ୍ରାନ୍ତରେ ଘୋଷଣା କରିପାରନ୍ତି ବୋଲି ସୂଚନା ମିଳିଛି ।
Posted inଆମ ଜିଲା ଖବର, ପୁରୀ, ରାଜ୍ୟ View All
ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…
କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…
ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …
ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…
ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…
ଛତ୍ରପୁର,୮।୪(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…
ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…
ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…
ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…
କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…
ଶ୍ରୀରାମ ନବମୀର ୭୫ ବର୍ଷ ପୂର୍ତ୍ତି ସମାରୋହ, ଯୋଗଦେଲେ ଯୁବ ନେତା ନୀଳମାଧବ ସିଂଦେଓ
ରିଷିଡ଼ା, ୮ା୪ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ତେରେସିଂହା ପଞ୍ଚାୟତ ବିନ୍ଧାଣି ଗ୍ରାମରେ ପବିତ୍ର ରାମନବମୀ ପାଳନର ୭୫ ବର୍ଷ ପୂର୍ତ୍ତି ସମାରୋହ ଅନୁଷ୍ଠିତ…
ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….
ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…
ପୁନର୍ଜୀବିତ ହେବ ଲୋପ ପାଉଥିବା ଲୋକକଳା: ତୁମୁଡିବନ୍ଧ ବ୍ଲକରେ ‘ଓଡ଼ିଆ ପକ୍ଷ-୨୦୨୬’ ପାଳିତ
ତୁମୁଡିବନ୍ଧ,୮।୪ (ଦୀପକ କୁମାର ପରାସେଠ): ଲୋପ ପାଉଥିବା ଲୋକକଳାକୁ ପୁନର୍ଜୀବିତ କରିବା ଉଦ୍ଦେଶ୍ୟରେ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କାର୍ଯ୍ୟାଳୟ ସଭାଗୃହରେ ‘ଓଡ଼ିଆ ପକ୍ଷ-୨୦୨୬’ ଅନୁଯାୟୀ ‘ଲୋକକଳା…
Archives

