ରଥଯାତ୍ରା ପ୍ରସାରଣ ବ୍ୟବସାୟୀକରଣକୁ ନାଗରିକ ଫୋରମ୍‌ର ବିରୋଧ

ଭୁବନେଶ୍ୱର,୧୧।୬(ବ୍ୟୁରୋ)-: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରାର ସିଧା ପ୍ରସାରଣକୁ ବ୍ୟବସାୟୀକରଣ କରିବା ପାଇଁ ମନ୍ଦିର ପ୍ରଶାସନ ପକ୍ଷରୁ ଗତ ୪ ତାରିଖରେ ଏକ ଚିଠି ଜରିଆରେ ବିଜ୍ଞପ୍ତି ଜାରି କରାଯାଇଛି। ମନ୍ଦିର ପ୍ରଶାସନର ଏଭଳି ପଦକ୍ଷେପ ଦ୍ୱାରା ବିଶ୍ୱର କୋଟିକୋଟି ଜଗନ୍ନାଥପ୍ରେମୀ ରଥଯାତ୍ରାର ସିଧା ପ୍ରସାରଣ ଦେଖିବାରୁ ବଞ୍ଚିତ ହେବେ ବୋଲି ଓଡ଼ିଶା ସଚେତନ ନାଗରିକ ଫୋରମ୍‌ ପକ୍ଷରୁ ଅଭିଯୋଗ କରାଯାଇଛି। ଜମି ମାଫିଆମାନେ ମାଡ଼ିବସିଥିବା ମହାପ୍ରଭୁଙ୍କର ହଜାର ହଜାର ଏକର ଜମିକୁ ଉଦ୍ଧାର କରିବାରେ ମନ୍ଦିର ପ୍ରଶାସନ ବିଫଳ ହୋଇଛି। ଏପଟେ ରଥଯାତ୍ରାର ସିଧା ପ୍ରସାରଣ ନିମନ୍ତେ ଟେଣ୍ଡର ଡାକି ପ୍ରସାରଣ ଦାୟିତ୍ୱ ଦେବାର ଯେଉଁ ମସୁଧା କରିଛନ୍ତି, ତାହା କୋଟିକୋଟି ଭକ୍ତଙ୍କ ମନରେ ଆଘାତ ଦେଇଛି। ଏହାଫଳରେ ଆସନ୍ତା ରଥଯାତ୍ରା ସମୟରେ ଟେଲିଭିଜନ ପ୍ରସାରଣ ଅଧିକାରକୁ ନେଇ ଭକ୍ତଙ୍କ ଭିତରେ ଅଶାନ୍ତି ଓ ଅସନ୍ତୋଷର ଆଶଙ୍କାକୁ ଏଡ଼ାଇ ଦିଆଯାଇ ନ ପାରେ। ଜଗନ୍ନାଥପ୍ରେମୀଙ୍କ ସ୍ବାର୍ଥ ଦୃଷ୍ଟିରୁ ରାଜ୍ୟ ସରକାର ତୁରନ୍ତ ଏହି ଟେଣ୍ଡର ପ୍ରକ୍ରିୟାକୁ ବନ୍ଦ କରିବାକୁ ନାଗରିକ ଫୋରମ୍‌ ଦାବି କରିଛି। ସରକାର ଯଦି ଏ ଦିଗରେ ବିହିତ ପଦକ୍ଷେପ ନ ନିଅନ୍ତି, ତା’ହେଲେ ରଥଯାତ୍ରାର ସିଧା ପ୍ରସାରଣ ଦେଖିବାର ଭକ୍ତଙ୍କ ଭିତରେ ଯେଉଁ ଆଗ୍ରହ ଓ ଉତ୍ସାହ ଥାଏ, ତାହା ମଉଳିଯିବ। ଏଭଳି ସ୍ଥିତିରେ ମନ୍ଦିର ପ୍ରଶାସନର ଏହି ବ୍ୟବସାୟିକ ମନୋବୃତ୍ତି ଓ ଅପରିଣାମଦର୍ଶୀ ନିଷ୍ପତ୍ତି ବନ୍ଦ କରିବା ପାଇଁ ସରକାର ତୁରନ୍ତ ହସ୍ତକ୍ଷେପ କରିବାକୁ ଫୋରମ୍‌ ପକ୍ଷରୁ ସଭାପତି ପ୍ରଦୋଷ ପଟ୍ଟନାୟକ ଓ ସମ୍ପାଦକ ଦିଲ୍ଲୀପ ହାଲି ମୁଖ୍ୟମନ୍ତ୍ରୀ ଏବଂ ଆଇନ ମନ୍ତ୍ରୀଙ୍କ ନିକଟରେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପରୀକ୍ଷା ଦେବାକୁ ଯିବା ବେଳେ ସଡ଼କ ଦୁର୍ଘଟଣା, ବାଇକରୁ ପଡ଼ି ଦୁଇ ଛାତ୍ର….

ଗଜପତି,୧୯ା୨(ଗିରିଧାରୀ ପରିଛା): ମାଳିୟାରା ଓ ପୁଡ଼ଇଡା ଗ୍ରାମ ନିକଟରେ ସଡ଼କ ଦୁର୍ଘଟଣା । ପରୀକ୍ଷା ଦେବାକୁ ଯିବା ବେଳେ ବାଇକ୍ ଦୁର୍ଘଟଣାରେ ଛାତ୍ର ଆହତ ହୋଇଛନ୍ତି ।…

ଆରମ୍ଭ ହେଲା ମାଟ୍ରିକ୍ ପରୀକ୍ଷା, ଭଦ୍ରକରେ ୧୧୫ କେନ୍ଦ୍ରରେ ୨୧୦୨୪ ପରୀକ୍ଷାର୍ଥୀ

ଭଦ୍ରକ, ୧୯ା୨(ସନାତନ ରାଉତ)ଚଳିତବର୍ଷର ମାଟ୍ରିକ୍ ପରୀକ୍ଷା ଗୁରୁବାର ଆରମ୍ଭ ହୋଇଛି । ଭଦ୍ରକ ଜିଲାରେ ୩୧୮ଟି ଉଚ୍ଚ ବିଦ୍ୟା ବିଦ୍ୟାଳୟର ରେଗୁଲାର ଓ ଏକ୍ସ ରେଗୁଲାର ମୋଟ…

ଶନିଙ୍କ ପଡ଼ିବ ଶୁଭ-ଅଶୁଭ ପ୍ରଭାବ; ଅଚାନକ ଧନୀ ହେବେ ୩ ରାଶି!

ଜ୍ୟୋତିଷ ଶାସ୍ତ୍ରରେ, ଶନି ସବୁଠାରୁ ଧୀର ଗତିଶୀଳ ଗ୍ରହ । ପ୍ରାୟ ୨.୫ ବର୍ଷ ପର୍ଯ୍ୟନ୍ତ ଏକ ରାଶିରେ ରହିଥାଏ। ଏହା ପ୍ରାୟ ଗୋଟିଏ ବର୍ଷ ପାଇଁ…

ଲଜ୍ଜାଜନକ ରେକର୍ଡ କଲେ ଅଭିଷେକ ଶର୍ମା: ପ୍ରଥମ ଭାରତୀୟ ଭାବେ…

ନୂଆଦିଲ୍ଲୀ,୧୯/୨: ଅଭିଷେକ ଶର୍ମା ଏକ ଲଜ୍ଜାଜନକ ରେକର୍ଡ ସୃଷ୍ଟି କରିଛନ୍ତି। ସେ ଟି-୨୦ ବିଶ୍ୱକପ ଇତିହାସରେ ପ୍ରଥମ ଭାରତୀୟ ବ୍ୟାଟ୍ସମ୍ୟାନ ଭାବେ ତାଙ୍କର ପ୍ରଥମ ତିନୋଟି ଇନିଂସରେ…

ଦୋକାନ ବନ୍ଦ କରି ଫେରୁଥିଲେ ଗହଣା ଦୋକାନୀ, ମୁଣ୍ଡରେ ବନ୍ଧୁକ ଲଗାଇ ଲୁଟିନେଲେ ଦୁର୍ବୃତ୍ତ

ନୀଳଗିରି,୧୯ା୨(ପ୍ରଶାନ୍ତ କୁମାର ବିଶ୍ବାଳ): ନୀଳଗିରି ଥାନା ଅଧୀନ ସନ୍ତରାଗଡ଼ିଆ ବଜାରର ଜଣେ ଗହଣା ଦୋକାନୀ ଦୋକାନ ବନ୍ଦ କରି ଘରକୁ ଫେରୁଥିବା ବେଳେ ତାଙ୍କ ଉପରକୁ ଗୁଳିମାଡ଼…

ବିଶେଷଜ୍ଞଙ୍କ ବଡ଼ ପୂର୍ବାନୁମାନ, ଖସିବ ସୁନା ଦର! ବିକିଲେ କେତେ ଲାଭ?

ନୂଆଦିଲ୍ଲୀ,୧୯ା୨: ଗତ କିଛି ମାସ ମଧ୍ୟରେ ସୁନା ଓ ରୂପା ମୂଲ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି ଓ ଏବେ ସାମାନ୍ୟ ହ୍ରାସ ପାଉଛି। ତେଣୁ ଏଥିରେ…

କେବଳ ୭ ମିନିଟ୍‌….ତେଜିଲା ଚାଷୀ ସମସ୍ୟା

ଭୁବନେଶ୍ୱର,୧୯।୨ (ରବିନାରାୟଣ ଜେନା): ବୁଧବାର ପୂର୍ବାହ୍ନ ସାଢ଼େ ୧୦ଟାରେ ପ୍ରଶ୍ନକାଳ ଆରମ୍ଭ ହେବାମାତ୍ରେ ବାଚସ୍ପତି ସୁରମା ପାଢ଼ୀ, ଉପମୁଖ୍ୟମନ୍ତ୍ରୀ ତଥା କୃଷିମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓଙ୍କୁ ଭାଜପା…

ଲଘୁଚାପ କ୍ଷେତ୍ର ସକ୍ରିୟ, ୨୫ଯାଏ ଶୁଖିଲା ପାଗ

ଭୁବନେଶ୍ୱର,୧୯ା୨(ଅନୁରାଧା ମହାରଣା): ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଉପରେ ଏକ ଲଘୁଚାପ କ୍ଷେତ୍ର ବୁଧବାର ସକ୍ରିୟ ରହିଛି । ଏହା ପ୍ରଭାବରେ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ପାଣିପାଗ ଧୀରେ ଧୀରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri